Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 17:14 - ପବିତ୍ର ବାଇବଲ (CL) NT (BSI)

14 ସେମାନେ ମେଷଶାବକଙ୍କ ବିରୁଦ୍ଧରେ ଯୁଦ୍ଧ କରିବେ; କିନ୍ତୁ ମେଷଶାବକ ତାଙ୍କର ଆହୂତ, ମନୋନୀତ, ଅନୁଗତ ଓ ବିଶ୍ୱସ୍ତ ଲୋକମାନଙ୍କ ସାହାଯ୍ୟରେ ସେମାନଙ୍କୁ ପରାସ୍ତ କରିବେ। କାରଣ ସେ ପ୍ରଭୁମାନଙ୍କର ପ୍ରଭୁ ଓ ରାଜାମାନଙ୍କର ରାଜା।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ସେମାନେ ମେଷଶାବକଙ୍କ ସହିତ ଯୁଦ୍ଧ କରିବେ, ଆଉ ମେଷଶାବକ ସେମାନଙ୍କୁ ଜୟ କରିବେ, କାରଣ ସେ ପ୍ରଭୁମାନଙ୍କର ପ୍ରଭୁ ଓ ରାଜାମାନଙ୍କର ରାଜା, ପୁଣି ଯେଉଁମାନେ ତାହାଙ୍କ ସହିତ ଅଛନ୍ତି, ସେହି ଆହୂତ, ମନୋନୀତହ ଓ ବିଶ୍ଵସ୍ତ ଲୋକମାନେ ମଧ୍ୟ ଜୟ କରିବେ।

Gade chapit la Kopi

ଓଡିଆ ବାଇବେଲ

14 ସେମାନେ ମେଷଶାବକଙ୍କ ସହିତ ଯୁଦ୍ଧ କରିବେ, ଆଉ ମେଷଶାବକ ସେମାନଙ୍କୁ ଜୟ କରିବେ, କାରଣ ସେ ପ୍ରଭୁମାନଙ୍କର ପ୍ରଭୁ ଓ ରାଜାମାନଙ୍କର ରାଜା, ପୁଣି, ଯେଉଁମାନେ ତାହାଙ୍କ ସହିତ ଅଛନ୍ତି, ସେହି ଆହୂତ, ମନୋନୀତ ଓ ବିଶ୍ୱସ୍ତ ଲୋକମାନେ ମଧ୍ୟ ଜୟ କରିବେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ସେମାନେ ମେଷଶାବକଙ୍କ ସହିତ ଯୁଦ୍ଧ କରିବେ, ଆଉ ମେଷଶାବକ ସେମାନଙ୍କୁ ଜୟ କରିବେ, କାରଣ ସେ ପ୍ରଭୁମାନଙ୍କର ପ୍ରଭୁ ଓ ରାଜାମାନଙ୍କର ରାଜା, ପୁଣି, ଯେଉଁମାନେ ତାହାଙ୍କ ସହିତ ଅଛନ୍ତି, ସେହି ଆହୂତ, ମନୋନୀତ ଓ ବିଶ୍ୱସ୍ତ ଲୋକମାନେ ମଧ୍ୟ ଜୟ କରିବେ।

Gade chapit la Kopi

ପବିତ୍ର ବାଇବଲ

14 ସେମାନେ ମେଷପାଳକଙ୍କ ବିରୁଦ୍ଧରେ ଯୁଦ୍ଧ କରିବେ। କିନ୍ତୁ ମେଷଶାବକ ସେମାନଙ୍କୁ ପରାସ୍ତ କରିବେ। କାରଣ ସେ ପ୍ରଭୁମାନଙ୍କର ପ୍ରଭୁ ଓ ରାଜାମାନଙ୍କର ରାଜା। ସେ ଡାକିଥିବା ଲୋକମାନଙ୍କୁ ଅର୍ଥାତ୍ ତାହାଙ୍କର ମନୋନୀତ ଓ ବିଶ୍ୱସ୍ତ ଅନୁଗାମୀମାନଙ୍କ ସହିତ ମିଶି ସେମାନଙ୍କୁ ପରାସ୍ତ କରିବେ।”

Gade chapit la Kopi




ପ୍ରକାଶିତ 17:14
41 Referans Kwoze  

ଯେଉଁମାନେ ଏପରି ମନୋନୀତ ହୋଇ ଆହୂତ ହୋଇଛନ୍ତି, ସେମାନେ ଈଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ବିବେଚିତ ହୋଇ ଗୌରବାନ୍ୱିତ ହୋଇଛନ୍ତି।


ତାଙ୍କ ପୁନରାଗମନର ଉପଯୁକ୍ତ ସମୟ ନିର୍ଣ୍ଣୟ କରିବେ ସ୍ୱୟଂ ଈଶ୍ୱର - ପରମଧନ୍ୟ, ରାଜାଧିରାଜ, ପ୍ରଭୁମାନଙ୍କର ପ୍ରଭୁ, ଅଦ୍ୱିତୀୟ ଅଧିପତି;


ଗଳ୍ପ ଶେଷ କରି ଯୀଶୁ କହିଲେ, “ଅନେକେ ନିମନ୍ତ୍ରିତ, କିନ୍ତୁ ଅଳ୍ପ କେତେକ ମନୋନୀତ।”


ମଁ ଯେପରି ବିଜୟୀ ହୋଇ ମୋ’ ପିତାଙ୍କ ସହିତ ତାଙ୍କ ସିଂହାସନରେ ବସିଅଛି, ଯେଉଁମାନେ ଜୟ କରିବେ, ସେ ସମସ୍ତଙ୍କୁ ମୁଁ ଠିକ୍ ସେହିପରି ମୋର ସିଂହାସନରେ ମୋ’ ପାଖରେ ବସିବାର ଅଧିକାର ଦେବି।


ଏବଂ ମୃତ୍ୟୁରୁ ପୁନରୁତ୍ôଥତ ସର୍ବପ୍ରଥମ, ବିଶ୍ୱସ୍ତ ସାକ୍ଷ୍ୟଦାତା ଓ ରାଜାଧିରାଜ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ଓ ଶାନ୍ତି ତୁମ୍ଭ ପ୍ରତି ହେଉ। ସେ ଆମକୁ ପ୍ରେମ କରନ୍ତି ଓ ତାଙ୍କର ମୃତ୍ୟୁ ଦ୍ୱାରା ଆମକୁ ପାପରୁ ପରିତ୍ରାଣ କରିଅଛନ୍ତି


ତୁମେ ଯାହା କିଛି ଦୁଃଖ ଭୋଗ କରିବାକୁ ଯାଉଛ, ସେଥିପାଇଁ ଭୟ କର ନାହିଁ। ଶୁଣ! ତୁମ ମଧ୍ୟରୁ କେତେକଙ୍କୁ କାରାଗାରରେ ପକାଇ ଶୟତାନ ପରୀକ୍ଷା କରିବ। କିନ୍ତୁ ତୁମର ଏହି ଦୁର୍ଦ୍ଦଶା କେବଳ ଦଶ ଦିନ ବ୍ୟାପୀ ହେବ। ଏଥିରେ ମରଣର ଭୟ ଥିଲେ ମଧ୍ୟ ମୋ’ ପ୍ରତି ବିଶ୍ୱସ୍ତ ରହିଲେ, ମୁଁ ତୁମକୁ ଜୀବନରୂପ ମୁକୁଟ ଦେବି।


ସେହି ପାପାତ୍ମାମାନେ ଅଲୌକିକ କାର୍ଯ୍ୟ ସାଧନ କରିପାରନ୍ତି। ସେମାନେ ସର୍ବଶକ୍ତିମାନ ଈଶ୍ୱରଙ୍କ ଦିବସରେ ଯୁଦ୍ଧ କରିବା ପାଇଁ ପୃଥିବୀର ରାଜାମାନଙ୍କୁ ଏକତ୍ରିତ କରାଇବାକୁ ବାହାରି ପଡ଼ିଲେ।


ତା’ପରେ ଯୁଗାନ୍ତ ହେବ। ଖ୍ରୀଷ୍ଟ ସମସ୍ତ କର୍ତ୍ତୃତ୍ୱ, କ୍ଷମତା ଓ ପରାକ୍ରମର ସମାପ୍ତି ଘଟାଇ ପିତା ଈଶ୍ୱରଙ୍କୁ ରାଜ୍ୟ ସମର୍ପଣ କରିବେ।


ଯେ ଆମ୍ଭମାନଙ୍କୁ ପ୍ରେମ କରୁଛନ୍ତି, ତାଙ୍କ ସାହାଯ୍ୟରେ ଆମେ ଏ ସବୁ ଉପରେ ବିଜୟୀ ହୋଇଛୁ।


କେତେକ ଅବିଶ୍ୱାସ କରିବାରୁ, ଯୀଶୁ ସେମାନଙ୍କ ପାଖକୁ ଆସି କହିଲେ, “ସ୍ୱର୍ଗ ଓ ଜଗତର ସମସ୍ତ କର୍ତ୍ତାପଣ ମୋତେ ଦିଆଯାଇଛି।


ସେମାନେ ବାର୍ତ୍ତା ଘୋଷଣା ଶେଷ କରିବା ପରେ ପାତାଳପୁରୀରୁ ଏକ ପଶୁ ଉଠି ଆସି ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବ।


ତୁମ୍ଭେମାନେ ଏକ ମନୋନୀତ ବଂଶ, ରାଜକୀୟ ଯାଜକବର୍ଗ, ଏକ ପବିତ୍ର ଜାତି ଓ ଈଶ୍ୱରଙ୍କ ଆପଣାର ଲୋକ ହୋଇଅଛ। ଈଶ୍ୱର ତୁମ୍ଭମାନଙ୍କୁ ଅନ୍ଧକାର ମଧ୍ୟରୁ ତାଙ୍କର ଅପୂର୍ବ ଆଲୋକକୁ ଆହ୍ୱାନ କରିଛନ୍ତି। ତୁମ୍ଭେମାନ ତାଙ୍କର ବିସ୍ମୟକର କାର୍ଯ୍ୟସବୁ ଘୋଷଣା କରିବା ପାଇଁ ମନୋନୀତ।


ଯୁଦ୍ଧ ଅଭିଯାନରେ ନିବିଷ୍ଟ ଥିବାବେଳେ ସୈନିକ କେବଳ ତା’ର ସେନାପତିଙ୍କୁ ସନ୍ତୁଷ୍ଟ କରିବା ପାଇଁ ତତ୍ପର ଥାଏ। ସେତେବେଳେ ସେ କୌଣସି ବେସାମରିକ କାର୍ଯ୍ୟରେ ମନ ଦିଏ ନାହିଁ।


ତୁମେ ମୋତେ ମନୋନୀତ କରି ନାହଁ, ମୁଁ ତୁମକୁ ମନୋନୀତ କରିଛି। ତୁମେ ଯେପରି ପ୍ରଚୁର ଫଳ ଧାରଣ କର ଓ ତାହା ସ୍ଥାୟୀ ହୁଏ, ସେଥିପାଇଁ ତୁମ୍ଭମାନଙ୍କୁ ମୁଁ ନିଯୁକ୍ତ କରିଛି। ତେଣୁ ମୋ’ ନାମରେ ଯାହା ମାଗିବ, ମୋ’ ପିତା ତାହା ତୁମ୍ଭମାନଙ୍କୁ ଦେବେ।


ରାଜା ଉତ୍ତର ଦେବେ, ‘ମୁଁ କହୁଛି, ଏହି ଭାଇମାନଙ୍କ ମଧ୍ୟରୁ ସବୁଠାରୁ ନଗଣ୍ୟ ପାଇଁ ଯାହା ସବୁ କରିଛ - ତାହା ମୋ’ ପାଇଁ କରିଛ।’


ରୋମର ଅଧିବାସୀ! ତୁମ୍ଭେମାନେ ମଧ୍ୟ ଯୀଶୁଖ୍ରୀଷ୍ଟଙ୍କ ଅନୁଗାମୀ ହେବା ପାଇଁ ଆହୂତ ହୋଇଅଚ।


ମୁଁ ଜାଣେ, ତୁମେ ଶୟତାନର ସିଂହାସନ ନିକଟରେ ବାସ କରୁଅଛ। କିନ୍ତୁ ତୁମେ ମୋ’ ପ୍ରତି ବିଶ୍ୱସ୍ତ, ଏପରି କି ଶୟତାନର ବାସସ୍ଥଳୀରେ ଯେତେବେଳେ ମୋର ଜଣେ ବିଶ୍ୱସ୍ତ ଦାସ ଆଣ୍ଟିପାସ୍‌ଙ୍କୁ ହତ୍ୟା କରାଗଲା, ସେତେବେଳେ ସୁଦ୍ଧା ତୁମର ବିଶ୍ୱାସ ପରିତ୍ୟାଗ କରି ନ ଥିଲ।


Swiv nou:

Piblisite


Piblisite