Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 17:8 - ପବିତ୍ର ବାଇବଲ (CL) NT (BSI)

8 ପଶୁଟି ଦିନେ ବଞ୍ଚିଥିଲା; ଏବେ ଆଉ ବଞ୍ଚି ନାହିଁ, କିନ୍ତୁ ଅତି ଶୀଘ୍ର ପାତାଳପୁରୀରୁ ଉଠି ଆସିବ ଏବଂ ଆଉ ଥରେ ବିନଷ୍ଟ ହେବ। ସୃଷ୍ଟିର ଆଦ୍ୟରୁ ଯେଉଁମାନଙ୍କର ନାମ ଜୀବନ ପୁସ୍ତକରେ ଲେଖାଯାଇ ନାହିଁ, ପୃଥ୍ୱୀବାସୀ ସେହି ସମସ୍ତେ ପଶୁଟିକୁ ଦେଖି ଆଚମ୍ବିତ ହେବେ। ସେ ଦିନେ ଜୀବିତ ଥିଲା, ଏବେ ଆଉ ନାହିଁ, କିନ୍ତୁ ପୁଣି ଥରେ ତା’ର ଆବିର୍ଭାବ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ସେହି ଯେଉଁ ପଶୁକୁ ତୁମ୍ଭେ ଦେଖିଲ, ତାହା ଥିଲା, ଏବେ ନାହିଁ, ପୁଣି ତାହା ପାତାଳକୁଣ୍ତରୁ ଉଠି ବିନାଶ ପାଇବ। ସେଥିରେ ପୃଥିବୀ ନିବାସୀ ଯେତେ ଲୋକଙ୍କ ନାମ ଜଗତର ପତ୍ତନାବଧି ଜୀବନ ପୁସ୍ତକରେ ଲିଖିତ ହୋଇ ନାହିଁ, ସେମାନେ ଯେତେବେଳେ ସେହି ପଶୁକୁ ଦେଖିବେ ଯେ ତାହା ଥିଲା, ଏବେ ନାହିଁ ଓ ପରେ ଆସିବ, ସେତେ-ବେଳେ ସେମାନେ ଆଶ୍ଚର୍ଯ୍ୟାନ୍ଵିତ ହେବେ।

Gade chapit la Kopi

ଓଡିଆ ବାଇବେଲ

8 ସେହି ଯେଉଁ ପଶୁକୁ ତୁମ୍ଭେ ଦେଖିଲ, ତାହା ଥିଲା, ଏବେ ନାହିଁ, ପୁଣି, ତାହା ପାତାଳକୁଣ୍ଡରୁ ଉଠି ବିନାଶ ପାଇବ। ସେଥିରେ ପୃଥିବୀନିବାସୀ ଯେତେ ଲୋକଙ୍କ ନାମ ଜଗତର ପତ୍ତନାବଧି ଜୀବନ ପୁସ୍ତକରେ ଲିଖିତ ହୋଇ ନାହିଁ, ସେମାନେ ଯେତେବେଳେ ସେହି ପଶୁକୁ ଦେଖିବେ ଯେ ତାହା ଥିଲା, ଏବେ ନାହିଁ ପରେ ଆସିବ, ସେତେବେଳେ ସେମାନେ ଆଶ୍ଚର୍ଯ୍ୟାନ୍ୱିତ ହେବେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ସେହି ଯେଉଁ ପଶୁକୁ ତୁମ୍ଭେ ଦେଖିଲ, ତାହା ଥିଲା, ଏବେ ନାହିଁ, ପୁଣି, ତାହା ପାତାଳକୁଣ୍ଡରୁ ଉଠି ବିନାଶ ପାଇବ। ସେଥିରେ ପୃଥିବୀନିବାସୀ ଯେତେ ଲୋକଙ୍କ ନାମ ଜଗତର ପତ୍ତନାବଧି ଜୀବନ ପୁସ୍ତକରେ ଲିଖିତ ହୋଇ ନାହିଁ, ସେମାନେ ଯେତେବେଳେ ସେହି ପଶୁକୁ ଦେଖିବେ ଯେ ତାହା ଥିଲା, ଏବେ ନାହିଁ ପରେ ଆସିବ, ସେତେବେଳେ ସେମାନେ ଆଶ୍ଚର୍ଯ୍ୟାନ୍ୱିତ ହେବେ।

Gade chapit la Kopi

ପବିତ୍ର ବାଇବଲ

8 ତୁମ୍ଭେ ଯେଉଁ ପଶୁକୁ ଦେଖିଲ, ସେ ଆଗରୁ ଥିଲା, କିନ୍ତୁ ବର୍ତ୍ତମାନ ସେ ଜୀବିତ ନାହିଁ। କିନ୍ତୁ ସେ ବଞ୍ଚିବ ଏବଂ ଗଭୀର ଗହ୍ୱରରୁ ଉଠି ଆସି ଧ୍ୱଂସ ପାଇବ। ଜଗତ ଆରମ୍ଭରୁ ଯେଉଁ ଲୋକମାନଙ୍କର ନାମ ଜୀବନ ପୁସ୍ତକରେ ଆଦୌ ଲେଖା ହୋଇ ନାହିଁ, ସେହି ଲୋକମାନେ ତାହାକୁ ଦେଖି ଆଶ୍ଚର୍ଯ୍ୟ ହେବେ, କାରଣ ସେ ଅତୀତରେ ଥିଲା, ବର୍ତ୍ତମାନ ନାହିଁ କିନ୍ତୁ ପୁଣି ବଞ୍ଚିବ।

Gade chapit la Kopi




ପ୍ରକାଶିତ 17:8
28 Referans Kwoze  

ଏବଂ ଯେଉଁ ପଶୁଟି ଦିନେ ବଞ୍ôଚôଥିଲା, କିନ୍ତୁ ଏବେ ଆଉ ନାହିଁ, ସେ ହେଉଛି ଅଷ୍ଟମ ରାଜା; ସେହି ସପ୍ତ ରାଜାଙ୍କ ମଧ୍ୟରୁ ଜଣେ ଓ ସେ ମଧ୍ୟ ଶୀଘ୍ର ବିନଷ୍ଟ ହେବ।


ସେମାନେ ବାର୍ତ୍ତା ଘୋଷଣା ଶେଷ କରିବା ପରେ ପାତାଳପୁରୀରୁ ଏକ ପଶୁ ଉଠି ଆସି ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବ।


ମୋର ଆଦେଶାନୁଯାୟୀ ତୁମ୍ଭେମାନେ ଧୈର୍ଯ୍ୟଶୀଳ ହୋଇ ରହିଛ, ତେଣୁ ପୃଥିବୀବାସୀ ଜନସମୂହକୁ ପରୀକ୍ଷା କରିବା ପାଇଁ ସମଗ୍ର ଜଗତରେ ଯେଉଁ ଦୁର୍ଦ୍ଦଶା ଉପସ୍ଥିତ ହେବାକୁ ଯାଉଛି, ସେଥିରୁ ମୁଁ ତୁମ୍ଭମାନଙ୍କୁ ନିରାପଦରେ ରଖିବି।


ଯେଉଁମାନେ ବିଜୟୀ ହେବେ, ସେମାନେ ଏହିପରି ଶୁକ୍ଲ ବସ୍ତ୍ର ପରିହିତ ହେବେ। ଜୀବନ ପୁସ୍ତକରୁ ସେମାନଙ୍କର ନାମ କଦାପି ଲୋପ କରାଯିବ ନାହିଁ ଏବଂ ମୋର ପିତା ଓ ତାଙ୍କର ଦୂତମାନଙ୍କ ସମ୍ମୁଖରେ ସେମାନଙ୍କୁ ମୋର ଅନୁଗାମୀ ବୋଲି ମୁଁ ସ୍ୱୀକାର କରିବି।


ତା’ପରେ ତାଙ୍କର ଦକ୍ଷିଣରେ ଥିବା ଲୋକମାନଙ୍କୁ ରାଜା କହିବେ, ‘ଆସ, ତୁମ୍ଭମାନଙ୍କୁ ମୋ’ ପିତା ଆଶୀର୍ବାଦ କରିଛନ୍ତି। ସୃଷ୍ଟିର ଆରମ୍ଭରୁ ଯେଉଁ ରାଜ୍ୟ ତୁମ୍ଭମାନଙ୍କ ପାଇଁ ପ୍ରସ୍ତୁତ ହୋଇ ରହିଛି, ତାହାକୁ ଅଧିକାର କର।


ତାଙ୍କ ସମ୍ମୁଖରୁ ପୃଥିବୀ ଓ ଆକାଶ ପଳାୟନ କଲେ ଏବଂ ସେମାନେ ଆଉ ଦୃଷ୍ଟିଗୋଚର ହେଲେ ନାହିଁ। ତା’ପରେ ମୁଁ ଦେଖିଲି, କି ମହାନ୍, କି ନଗଣ୍ୟ ମୃତବ୍ୟକ୍ତିମାନେ ସମସ୍ତେ ସିଂହାସନ ସମ୍ମୁଖରେ ଦଣ୍ଡାୟମାନ। ପୁସ୍ତକସବୁ ଫିଟାଗଲା; ସେଗୁଡ଼ିକ ମଧ୍ୟରେ ଜୀବନ ପୁସ୍ତକ ନାମକ ଗୋଟିଏ ପୁସ୍ତକ ଥିଲା। ସେହି ଜୀବନ ପୁସ୍ତକରେ ଲୋକମାନଙ୍କର କାର୍ଯ୍ୟକଳାପ ବିଷୟରେ ଯାହାସବୁ ଲେଖାଯାଇଥିଲା, ସେ ଅନୁଯାୟୀ ସେମାନଙ୍କର ବିଚାର କରାଗଲା।


ଆବହମାନ କାଳରୁ ଈଶ୍ୱର ଆମକୁ ଏହି ଜୀବନ ଦାନ କରିବାକୁ ପ୍ରତିଜ୍ଞା କରିଛନ୍ତି - ଈଶ୍ୱର ମିଥ୍ୟାବାଦୀ ନୁହନ୍ତି।


ପୃଥିବୀର ସୃଷ୍ଟି ପୂର୍ବରୁ ଈଶ୍ୱର ଆମ୍ଭମାନଙ୍କୁ ମନୋନୀତ କରିଛନ୍ତି। ପୁଣି ତାଙ୍କ ସମ୍ମୁଖରେ ଆମେ ପବିତ୍ର ଓ ନିର୍ଦ୍ଦୋଷ ହେବା ପାଇଁ ଏବେ ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ ହୋଇଛୁ।


“ପିତା! ତୁମେ ସେମାନଙ୍କୁ ମୋ’ ହାତରେ ଦେଇଛ। ମୁଁ ଚାହେଁ; ଯେଉଁଠାରେ ମୁଁ ରହିବି, ସେମାନେ ସେଠାରେ ମୋ’ ସଙ୍ଗରେ ରହି ତୁମେ ମୋତେ ଦେଇଥିବା ଗୌରବ ଦେଖନ୍ତୁ, କାରଣ ଜଗତର ସୃଷ୍ଟି ପୂର୍ବରୁ ତୁମେ ମୋତେ ପ୍ରେମ କରିଥିଲ।


ଯେଉଁମାନଙ୍କର ନାମ ଜୀବନ ପୁସ୍ତକରେ ଲେଖାଯାଇ ନ ଥିଲା, ସେମାନେ ମଧ୍ୟ ସମସ୍ତେ ଅଗ୍ନିମୟ ହ୍ରଦରେ ନିକ୍ଷିପ୍ତ ହେଲେ।


ଏବଂ ଯେଉଁ ଗନ୍ଧକାଗ୍ନି ଜଳୁଥିବା ହ୍ରଦରେ ପଶୁ ଓ ଭଣ୍ଡ ଭାବବାଦୀ ନିକ୍ଷିପ୍ତ ହୋଇଥିଲେ, ପ୍ରତାରକ ଶୟତାନକୁ ମଧ୍ୟ ସେଥିରେ ନିକ୍ଷେପ କରାଯିବ। ସେଠାରେ ସେମାନେ ଦିବାରାତ୍ର ଚିରକାଳ ଦାରୁଣ ଯନ୍ତ୍ରଣା ଭୋଗ କରିବେ।


ପ୍ରଭୁ ଏହି କଥା କହିଛନ୍ତି, ବହୁ ପୂର୍ବେ ଏହି କଥା ସେ ପ୍ରକାଶ କରିଥିଲେ’।”


ସେ ଜଗତର ସୃଷ୍ଟି ପୂର୍ବରୁ ଈଶ୍ୱରଙ୍କ ଦ୍ୱାରା ମନୋନୀତ ହୋଇଥିଲେ ଏବଂ ତୁମ୍ଭମାନଙ୍କ ନିମନ୍ତେ ଏହି ଅନ୍ତିମ କାଳରେ ପ୍ରକାଶିତ ହୋଇଛନ୍ତି।


ସେମାନଙ୍କୁ ପାତାଳକୁ ନ ପଠାଇବା ପାଇଁ ଭୂତମାନେ ଯୀଶୁଙ୍କୁ ଅନୁରୋଧ କଲେ।


କିନ୍ତୁ ଭୂତମାନେ ତୁମର ବଶୀଭୂତ ହେଲେ; ଆନନ୍ଦ କର ନାହିଁ, ବରଂ ସ୍ୱର୍ଗରେ ତୁମ୍ଭମାନଙ୍କର ନାମ ଲେଖା ହୋଇ ଥିବାରୁ ଆନନ୍ଦ କର।”


ପୃଥିବୀର ରାଜାଗଣ ସେହି ବେଶ୍ୟା ସହିତ ବ୍ୟଭିଚାର କରିଛନ୍ତି ଏବଂ ପୃଥିବୀର ଜନସାଧାରଣ ତାହାର ବ୍ୟଭିଚାରରୂପ ସୁରାପାନ କରି ମତୁଆଳ ହୋଇଛନ୍ତି।”


Swiv nou:

Piblisite


Piblisite