Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 18:20 - ପବିତ୍ର ବାଇବଲ (CL) NT (BSI)

20 ହେ ସ୍ୱର୍ଗଲୋକ! ସେ ଧ୍ୱଂସ ପାଇ ଥିବାରୁ ଆନନ୍ଦ ଉଲ୍ଲାସ କର। ହେ ସାଧୁବୃନ୍ଦ; ପ୍ରେରିତଶିଷ୍ୟ ଓ ଭାବବାଦୀଗଣ! ଉଲ୍ଲସିତ ହୁଅ, କାରଣ ତୁମ୍ଭମାନଙ୍କ ପ୍ରତି ସେ ଯାହା କରିଥିଲା, ସେଥିପାଇଁ ଈଶ୍ୱର ତାକୁ ଶାସ୍ତି ଦେଇଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ହେ ସ୍ଵର୍ଗ, ହେ ସାଧୁବୃନ୍ଦ, ହେ ପ୍ରେରିତବର୍ଗ, ହେ ଭାବବାଦୀ ସମସ୍ତେ, ତୁମ୍ଭେମାନେ ତାହାର ପତନରେ ଆନନ୍ଦ କର, କାରଣ ଈଶ୍ଵର ତୁମ୍ଭମାନଙ୍କ ସକାଶେ ତାହାଠାରୁ ପ୍ରତିଶୋଧ ନେଇଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

20 ହେ ସ୍ଵର୍ଗ, ହେ ସାଧୁବୃନ୍ଦ, ହେ ପ୍ରେରିତବର୍ଗ, ହେ ଭାବବାଦୀ ସମସ୍ତେ, ତୁମ୍ଭେମାନେ ତାହାର ପତନରେ ଆନନ୍ଦ କର, ଈଶ୍ୱର ତୁମ୍ଭମାନଙ୍କ ସକାଶେ ତାହାଠାରୁ ପ୍ରତିଶୋଧ ନେଇଛନ୍ତି ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ହେ ସ୍ୱର୍ଗ, ହେ ସାଧୁବୃନ୍ଦ, ହେ ପ୍ରେରିତବର୍ଗ, ହେ ସମସ୍ତ ଭାବବାଦୀ, ତୁମ୍ଭେମାନେ ତାହାର ପତନରେ ଆନନ୍ଦ କର, କାରଣ ଈଶ୍ବର ତୁମ୍ଭମାନଙ୍କ ସକାଶେ ତାହାଠାରୁ ପ୍ରତିଶୋଧ ନେଇଅଛନ୍ତି।’”

Gade chapit la Kopi

ପବିତ୍ର ବାଇବଲ

20 ହେ ସ୍ୱର୍ଗ! ହେ ପରମେଶ୍ୱରଙ୍କର ପବିତ୍ର ଲୋକମାନେ, ଭବିଷ୍ୟ‌‌ଦ୍‌‌‌‌ବକ୍ତାଗଣ ଏବଂ ପ୍ରେରିତଗଣ! ମହାନଗରୀର ଧ୍ୱଂସରେ ଆନନ୍ଦ ଉଲ୍ଲାସ କର। ସେ ତୁମ୍ଭକୁ ଯେଉଁ କଷ୍ଟ ଦେଇଛି, ସେଥିପାଇଁ ପରମେଶ୍ୱର ତାହାକୁ ଦଣ୍ଡ ଦେଇଛନ୍ତି।’”

Gade chapit la Kopi




ପ୍ରକାଶିତ 18:20
26 Referans Kwoze  

ସେମାନେ ଉଚ୍ଚ ସ୍ୱରରେ ଚିକ୍ରାର କରି କହୁଥିଲେ, “ସର୍ବତୋଭାବେ ପବିତ୍ର ଓ ସତ୍ୟମୟ ପ୍ରଭୁ ଈଶ୍ୱର! ପୃଥିବୀରେ ଯେଉଁମାନେ ଆମକୁ ହତ୍ୟା କରିଥିଲେ, ସେମାନଙ୍କୁ ବିଚାର କରି ଶାସ୍ତି ଦେବାକୁ ଆଉ କେତେ କାଳ ବିଳମ୍ବ କରିବ?”


ତେଣୁ ସ୍ୱର୍ଗ ଓ ସ୍ୱର୍ଗବାସୀ ସମସ୍ତେ ଆନନ୍ଦ ଉଲ୍ଲାସ କର। କିନ୍ତୁ ହାୟ! ପୃଥିବୀର ଜଳସ୍ଥଳ ସମୁଦାୟ! ତୁମ୍ଭମାନଙ୍କର ଦଶା କି ଭୟଙ୍କର! ଏବେ ଶୟତାନ ତୁମ ନିକଟରେ ଓ ସେ ଅତିଶୟ କୋପାନ୍ୱିତ, କାରଣ ସେ ଜାଣେ, ତା’ର କାଳ ପୂରି ଆସୁଛି।”


ବନ୍ଧୁଗଣ, ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପ୍ରେରିତ ଶିଷମାନେ ତୁମ୍ଭମାନଙ୍କୁ ଯାହା କହି ଯାଇଛନ୍ତି, ତାହା ସ୍ମରଣ କର।


ବହୁ ପୂର୍ବେ ପବିତ୍ର ଭାବବାଦୀମାନେ ଯେଉଁସବୁ ଭାବବାଣୀ ପ୍ରକାଶ କରିଥିଲେ ଏବଂ ତ୍ରାଣକର୍ତ୍ତା ପ୍ରଭୁଙ୍କର ଯେଉଁସବୁ ଆଜ୍ଞା ତୁମ୍ଭମାନଙ୍କୁ ପ୍ରେତରିତ ଶିଷ୍ୟମାନେ ପ୍ରଦାନ କରିଛନ୍ତି, ତାହା ତୁମ୍ଭମାନଙ୍କୁ ସ୍ମରଣ କରାଇ ଦେବାକୁ ମୁଁ ଚାହେଁ।


ସେ ହିଁ ମାନବ ଜାତିକୁ ବହୁ ବର ଦାନ କରି ଯାଇଛନ୍ତି। କେତେକଙ୍କୁ ପ୍ରେରିତ ଶିଷ୍ୟ, ଆଉ କେତେକଙ୍କୁ ଭାବବାଦୀ, କେତେକଙ୍କୁ ସୁସମାଚାର ପ୍ରଚାରକ, ପାଳକ ଓ ଶିକ୍ଷକରୂପେ ନିଯୁକ୍ତ କରିଛନ୍ତି।


ତୁମ୍ଭେମାନେ ମଧ୍ୟ ପ୍ରେରିତ ଶିଷ୍ୟ ଓ ଭାବବାଦୀମାନଙ୍କ ଦ୍ୱାରା ସ୍ଥାପିତ ଭିତ୍ତିମୂଳ ଉପରେ ନିର୍ମିତ ଗୃହ ସଦୃଶ। ସେହି ଗୃହର କୋଣ ପ୍ରସ୍ତର ସ୍ୱୟଂ ଯୀଶୁ ଖ୍ରୀଷ୍ଟ।


ଅତୀତରେ ମାନବ ଜାତିକୁ ଏହି ନିଗୂଢ଼ ତତ୍ତ୍ୱ ସମ୍ବନ୍ଧରେ କୁହାଯାଇ ନ ଥିଲା। କିନ୍ତୁ ଈଶ୍ୱର ବର୍ତ୍ତମାନ ତାଙ୍କର ପବିତ୍ର ପ୍ରେରିତ ଶିଷ୍ୟ ଓ ଭାବବାଦୀମାନଙ୍କୁ ଆତ୍ମାଙ୍କ ଦ୍ୱାରା ଏହା ପ୍ରକାଶ କରିଛନ୍ତି।


ସେ ଯେପରି ତୁମ୍ଭମାନଙ୍କ ପ୍ରତି ବ୍ୟବହାର କରିଛି, ତୁମ୍ଭେମାନେ ତାହା ପ୍ରତି ଠିକ୍ ସେହିପରି ବ୍ୟବହାର କର। ସେ ଯାହା କରିଅଛି, ତାହାକୁ ତାହାର ଦୁଇଗୁଣ ପ୍ରତିଫଳ ଦିଅ। ତୁମ୍ଭମାନଙ୍କୁ ପାନ କରାଇବା ପାଇଁ ସେ ଯେଉଁ ପାନୀୟ ପ୍ରସ୍ତୁତ କରିଥିଲା, ତାହାର ଦୁଇଗୁଣ କଟୁ ପାନୀୟ ତା’ର ପାନପାତ୍ରରେ ପୂର୍ଣ୍ଣ କର।


Swiv nou:

Piblisite


Piblisite