Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 19:15 - ପବିତ୍ର ବାଇବଲ (CL) NT (BSI)

15 ତାଙ୍କ ମୁଖରୁ ଗୋଟିଏ ତୀକ୍ଷ୍ଣ ଖଡ଼୍ଗ ନିଷ୍କାସିତ ହୋଇଥିଲା। ତାହା ସାହାଯ୍ୟରେ ସେ ପୃଥିବୀର ସମସ୍ତ ଜାତିକୁ ପରାସ୍ତ କରିବେ। ପୁଣି ସେମାନଙ୍କୁ ସେ ଲୌହଦଣ୍ଡରେ ଶାସନ କରିବେ ଏବଂ ସର୍ବଶକ୍ତିମାନ ଈଶ୍ୱରଙ୍କ ପ୍ରଚଣ୍ଡ କ୍ରୋଧରୂପ ଦ୍ରାକ୍ଷାକୁ ସେ ପେଷଣ କୁଣ୍ଡରେ ନିଜେ ଦଳି ସୁରା ବାହାର କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ତାହାଙ୍କ ମୁଖରୁ ତୀକ୍ଷ୍ମ ଖଡ଼୍‍ଗ ନିର୍ଗତ ହୁଏ, ତଦ୍ଦ୍ଵାରା ସେ ଜାତିସମୂହକୁ ଆଘାତ କରିବେ; ସେ ସେମାନଙ୍କୁ ଲୌହଦଣ୍ତରେ ଶାସନ କରିବେ, ଆଉ ସେ ନିଜେ ସର୍ବଶକ୍ତିମାନ ଈଶ୍ଵରଙ୍କ ପ୍ରଚଣ୍ତ କ୍ରୋଧରୂପ ଦ୍ରାକ୍ଷାକୁଣ୍ତ ଦଳନ କରିବେ,।

Gade chapit la Kopi

ଓଡିଆ ବାଇବେଲ

15 ତାହାଙ୍କ ମୁଖରୁ ତୀକ୍ଷ୍ଣ ଖଡ଼୍ଗ ନିର୍ଗତ ହୁଏ, ତଦ୍ୱାରା ସେ ଜାତିସମୂହକୁ ଆଘାତ କରିବେ; ସେ ସେମାନଙ୍କୁ ଲୌହ ଦଣ୍ଡରେ ଶାସନ କରିବେ, ଆଉ ସେ ନିଜେ ସର୍ବଶକ୍ତିମାନ ଈଶ୍ୱରଙ୍କ ପ୍ରଚଣ୍ଡ କ୍ରୋଧରୂପ ଦ୍ରାକ୍ଷାକୁଣ୍ଡ ଚୂର୍ଣ୍ଣ କରିବେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ତାହାଙ୍କ ମୁଖରୁ ତୀକ୍ଷ୍ଣ ଖଡ୍ଗ ନିର୍ଗତ ହୁଏ, ତଦ୍ୱାରା ସେ ଜାତିସମୂହକୁ ଆଘାତ କରିବେ; ସେ ସେମାନଙ୍କୁ ଲୌହ ଦଣ୍ଡରେ ଶାସନ କରିବେ, ଆଉ ସେ ନିଜେ ସର୍ବଶକ୍ତିମାନ ଈଶ୍ବରଙ୍କ ପ୍ରଚଣ୍ଡ କ୍ରୋଧରୂପ ଦ୍ରାକ୍ଷାକୁଣ୍ଡ ଚୂର୍ଣ୍ଣ କରିବେ।

Gade chapit la Kopi

ପବିତ୍ର ବାଇବଲ

15 ସେହି ଅଶ୍ୱାରୋହୀଙ୍କ ମୁଖରୁ ଗୋଟିଏ ତୀ‌କ୍ଷ୍‌ଣ ଖଣ୍ଡା ବାହାରି ଥିଲା। ସେ ଜାତିଗଣଙ୍କୁ ଦମନ କରିବା ପାଇଁ ଏହି ଖଣ୍ତାର ପ୍ରୟୋଗ କରିବେ। ସେ ଲୌହଦଣ୍ଡରେ ସେମାନଙ୍କୁ ଶାସନ କରିବେ। ସେ ସର୍ବଶକ୍ତିମାନ୍ ପରମେଶ୍ୱରଙ୍କର କ୍ରୋଧରୂପ ଦ୍ରାକ୍ଷାପେଷା କୁଣ୍ଡକୁ ଦଳି ପକାଇବେ।

Gade chapit la Kopi




ପ୍ରକାଶିତ 19:15
15 Referans Kwoze  

ସେ ତାଙ୍କ ଦକ୍ଷିଣ ହସ୍ତରେ ସପ୍ତ ନକ୍ଷତ୍ର ଧରିଥିଲେ ଏବଂ ଗୋଟିଏ ତୀକ୍ଷ୍ଣ ଦ୍ୱିଧାର ଖଡ଼୍ଗ ତାଙ୍କ ମୁଖରୁ ନିଷ୍କାସିତ ହେଲା। ତାଙ୍କର ମୁଖ ମଧ୍ୟାହ୍ନର ସୂର୍ଯ୍ୟ ପରି ତେଜୋମୟ ଥିଲା।


ପୃଥିବୀର ବିଭିନ୍ନ ଜାତିକୁ ଲୌହ ଦଣ୍ଡରେ ଶାସନ କରିବାକୁ ଏବଂ ମାଟି ପାତ୍ର ପରି ଖଣ୍ଡ ବିଖଣ୍ଡ କରିବାକୁ ମୁଁ ସେମାନଙ୍କୁ କ୍ଷମତା ଦେବି।


ତା’ପରେ ସେହି ପାପାତ୍ମା ଆବିର୍ଭୂତ ହେବ; କିନ୍ତୁ ଯେତେବେଳେ ପ୍ରଭୁ ଯୀଶୁ ଆସିବେ, ସେ ତାଙ୍କ ମୁଖରେ ନିଶ୍ୱାସରେ ତାକୁ ସଂହାର କରିବେ, ପୁଣି ତାଙ୍କର ଜାଜ୍ୱଲ୍ୟମାନ ଉପସ୍ଥିତିରେ ସେ ଧ୍ୱଂସ ପାଇବ।


ପୁଣି ସେମାନଙ୍କର ସୈନ୍ୟବାହିନୀ ଅଶ୍ୱାରୋହୀ ମୁଖନିସୃତ ଖଡ଼୍ଗ ଦ୍ୱାରା ନିହତ ହେଲେ; ଆକାଶର ପକ୍ଷୀମାନେ ମନଇଚ୍ଛା ସେମାନଙ୍କର ମାଂସ ଖାଇଗଲେ।


ଯଥା ସମୟରେ ସ୍ତ୍ରୀ ଲୋକଟି ଗୋଟିଏ ପୁତ୍ର ସନ୍ତାନ ପ୍ରଦବ କଲା। କିନ୍ତୁ ଲୌହଦଣ୍ଡ ସାହାଯ୍ୟରେ ସମସ୍ତ ଜାତି ଉପରେ ରାଜତ୍ୱ କରିବା ପାଇଁ ନିରୂପିତ ସେହି ପୁତ୍ର ସହସା ପ୍ରଲୋଭିତ ହୋଇ ଈଶ୍ୱରଙ୍କ ସିଂହାସନ ନିକଟକୁ ନିଆଗଲା


ତୁମ ପାପ ପରିତ୍ୟାଗ କର; ନଚେତ୍ ମୁଁ ଶୀଘ୍ର ତୁମ ନିକଟକୁ ଆସି ମୋର ମୁଖନିସୃତ ଖଡ଼୍ଗ ଦ୍ୱାରା ସେହି ଦୁରାଚାରୀମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବି।


“ପର୍ଗାମମ୍ ମଣ୍ଡଳୀର ଦୂତଙ୍କ ନିକଟକୁ ଲେଖ:- “ଯାହାଙ୍କ ନିକଟରେ ତୀକ୍ଷ୍ଣ ଦ୍ୱିଧାର ଖଡ୍ଗ ଅଛି, ତାଙ୍କର ଏହି ବାର୍ତ୍ତା।


ସେ ଈଶ୍ୱରଙ୍କ କ୍ରୋଧରୂପ ପାତ୍ରରେ ଢ଼ଳା ହୋଇଥିବା ତାହାଙ୍କ ପ୍ରଚଣ୍ଡ କୋପର ସୁରା ପାନ କରିବ। ଯେଉଁମାନେ ଏହି କାର୍ଯ୍ୟ କରିବେ, ସେମାନେ ସମସ୍ତେ ମେଷଶାବକ ଓ ପବିତ୍ର ସ୍ୱର୍ଗଦୂତମାନଙ୍କ ସମ୍ମୁଖରେ ଅଗ୍ନି ଓ ଗନ୍ଧକରେ ଉତ୍ପୀଡ଼ିତ ହେବେ।


Swiv nou:

Piblisite


Piblisite