Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 19:19 - ପବିତ୍ର ବାଇବଲ (CL) NT (BSI)

19 ତାହାପରେ ମୁଁ ଦେଖିଲି, ସେହି ଅଶ୍ୱାରୋହୀ ଓ ତାଙ୍କର ସୈନ୍ୟବାହିନୀ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ଉକ୍ତ ପଶୁ ଏବଂ ପୃଥିବୀର ସମସ୍ତ ରାଜା ଓ ସେମାନଙ୍କର ସୈନ୍ୟବାହିନୀ ଏକଜୁଟ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ପରେ ମୁଁ ପଶୁକୁ ଏବଂ ପୃଥିବୀର ରାଜାମାନଙ୍କୁ ଓ ସେମାନଙ୍କର ସୈନ୍ୟବାହିନୀକି, ସେହି ଅଶ୍ଵାରୋହୀ ଓ ତାହାଙ୍କ ସୈନ୍ୟବାହିନୀଙ୍କ ସହିତ ଯୁଦ୍ଧ କରିବା ନିମନ୍ତେ ଏକତ୍ର ହୋଇଥିବାର ଦେଖିଲି।

Gade chapit la Kopi

ଓଡିଆ ବାଇବେଲ

19 ପରେ ମୁଁ ପଶୁକୁ ଏବଂ ପୃଥିବୀର ରାଜାମାନଙ୍କୁ ଓ ସେମାନଙ୍କର ସୈନ୍ୟବାହିନୀକୁ ସେହି ଅଶ୍ୱାରୋହୀ ଓ ତାହାଙ୍କ ସୈନ୍ୟବାହିନୀଙ୍କ ସହିତ ଯୁଦ୍ଧ କରିବା ନିମନ୍ତେ ଏକତ୍ର ହୋଇଥିବାର ଦେଖିଲି ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ପରେ ମୁଁ ପଶୁକୁ ଏବଂ ପୃଥିବୀର ରାଜାମାନଙ୍କୁ ଓ ସେମାନଙ୍କର ସୈନ୍ୟବାହିନୀକୁ ସେହି ଅଶ୍ୱାରୋହୀ ଓ ତାହାଙ୍କ ସୈନ୍ୟବାହିନୀଙ୍କ ସହିତ ଯୁଦ୍ଧ କରିବା ନିମନ୍ତେ ଏକତ୍ର ହୋଇଥିବାର ଦେଖିଲି।

Gade chapit la Kopi

ପବିତ୍ର ବାଇବଲ

19 ତା'ପରେ ମୁଁ ସେହି ପଶୁ ଓ ପୃଥିବୀର ରାଜାମାନଙ୍କୁ ଦେଖିଲି। ସେମାନଙ୍କର ସେନାବାହିନୀଗଣ, ଅଶ୍ୱାରୋହୀ ଓ ସେମାନଙ୍କର ସେନାବାହିନୀ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ଏକତ୍ର ହେଲେ।

Gade chapit la Kopi




ପ୍ରକାଶିତ 19:19
14 Referans Kwoze  

ପ୍ରେତାତ୍ମାମାନେ ଯଥା ସମୟରେ ପୃଥିବୀର ରାଜାମାନଙ୍କୁ ଯେଉଁ ରଣାଙ୍ଗନରେ ଏକତ୍ରିତ କରାଇଲେ, ଏବ୍ରୀ ଭାଷାରେ ତାହାର ନାମ ଆର୍ମାଗେଡ଼୍ଡ଼ନ୍।


ସେହି ପାପାତ୍ମାମାନେ ଅଲୌକିକ କାର୍ଯ୍ୟ ସାଧନ କରିପାରନ୍ତି। ସେମାନେ ସର୍ବଶକ୍ତିମାନ ଈଶ୍ୱରଙ୍କ ଦିବସରେ ଯୁଦ୍ଧ କରିବା ପାଇଁ ପୃଥିବୀର ରାଜାମାନଙ୍କୁ ଏକତ୍ରିତ କରାଇବାକୁ ବାହାରି ପଡ଼ିଲେ।


ପୃଥିବୀର ଯେଉଁ ରାଜାମହାରାଜାମାନେ ତା’ ସହିତ ବ୍ୟଭିଚାର ଓ ପାପାଚରଣ କରିଥିଲେ, ସେମାନେ ତା’ର ଦଗ୍ଧ ହେଉଥିବା ଶରୀରରୁ ଉତ୍ଥିତ ଧୂମ ଦେଖି କ୍ରନ୍ଦନ କରିବେ।


ଏହି ଦୁଇ ଦୂତଙ୍କ ପରେ ଆଉ ଜଣେ ଦୂତ ଆସି ଉଚ୍ଚ ସ୍ୱରରେ କହିବାକୁ ଲାଗିଲେ, “ଯେ କେହି ପଶୁ ଓ ତାହାର ପ୍ରତିମୂର୍ତ୍ତିକୁ ପୂଜା କରେ ଓ ନିଜର କପାଳ ବା ହାତରେ ତାହାର ସଂକେତ ଧାରଣ କରେ,


ସେମାନେ ବାର୍ତ୍ତା ଘୋଷଣା ଶେଷ କରିବା ପରେ ପାତାଳପୁରୀରୁ ଏକ ପଶୁ ଉଠି ଆସି ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବ।


ପୁଣି ସେମାନଙ୍କର ସୈନ୍ୟବାହିନୀ ଅଶ୍ୱାରୋହୀ ମୁଖନିସୃତ ଖଡ଼୍ଗ ଦ୍ୱାରା ନିହତ ହେଲେ; ଆକାଶର ପକ୍ଷୀମାନେ ମନଇଚ୍ଛା ସେମାନଙ୍କର ମାଂସ ଖାଇଗଲେ।


Swiv nou:

Piblisite


Piblisite