Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 19:20 - ପବିତ୍ର ବାଇବଲ (CL) NT (BSI)

20 ସେହି ଯୁଦ୍ଧରେ ପଶୁ ଓ ତା’ ସମ୍ମୁଖରେ ଅଲୌକିକ କାର୍ଯ୍ୟ କରୁଥିବା ସେହି ଭଣ୍ଡ ଭାବବାଦୀ ଧରାପଡ଼ି ବନ୍ଦୀ ହେଲେ। ଯେଉଁମାନଙ୍କଠାରେ ପଶୁ-ଚିହ୍ନ ଥିଲା ଓ ଯେଉଁମାନେ ତା’ର ପ୍ରତିମୂର୍ତ୍ତିକୁ ପୂଜା କରୁଥିଲେ, ପଶୁ ତା’ର ଅଲୌକିକ କାର୍ଯ୍ୟ ଦ୍ୱାରା ସେମାନଙ୍କୁ ପ୍ରତାରିତ କରିଥିଲା। ପଶୁ ଓ ଉକ୍ତ ଭଣ୍ଡ ଭାବବାଦୀ ଗନ୍ଧକ ଜଳୁଥିବା ଅଗ୍ନି ହ୍ରଦରେ ଜୀଅନ୍ତା ନିକ୍ଷିପ୍ତ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ସେଥିରେ ସେହି ପଶୁ ଧରାପଡ଼ିଲା, ଆଉ ଯେଉଁ ଭଣ୍ତ ଭାବବାଦୀ ତାହାର ସାକ୍ଷାତରେ ଆଶ୍ଚର୍ଯ୍ୟ କର୍ମସବୁ କରି ତଦ୍ଦ୍ଵାରା ପଶୁର ମୁଦ୍ରାଙ୍କପ୍ରାପ୍ତ ଲୋକମାନଙ୍କୁ ଓ ତାହାର ପ୍ରତିମାପୂଜକମାନଙ୍କୁ ଭ୍ରାନ୍ତ କରିଥିଲା, ସେ ମଧ୍ୟ ତାହାର ସଙ୍ଗରେ ଧରାପଡ଼ିଲା; ସେମାନେ ଉଭୟେ ଜୀବିତ ଅବସ୍ଥାରେ ଗନ୍ଧକ ପ୍ରଜ୍ଵଳିତ ହ୍ରଦରେ ନିକ୍ଷିପ୍ତ ହେଲେ।

Gade chapit la Kopi

ଓଡିଆ ବାଇବେଲ

20 ସେଥିରେ ସେହି ପଶୁ ଧରାପଡ଼ିଲା, ଆଉ ଯେଉଁ ଭଣ୍ଡ ଭାବବାଦୀ ତାହାର ସାକ୍ଷାତରେ ଆଶ୍ଚର୍ଯ୍ୟ କର୍ମସବୁ କରି ତଦ୍ୱାରା ପଶୁର ମୁଦ୍ରାଙ୍କ ପ୍ରାପ୍ତ ଲୋକମାନଙ୍କୁ ଓ ତାହାର ପ୍ରତିମାପୂଜକମାନଙ୍କୁ ଭ୍ରାନ୍ତ କରିଥିଲା, ସେ ମଧ୍ୟ ତାହାର ସଙ୍ଗରେ ଧରାପଡ଼ିଲା; ସେମାନେ ଉଭୟେ ଜୀବିତ ଅବସ୍ଥାରେ ଗନ୍ଧକ ପ୍ରଜ୍ଜ୍ୱଳିତ ହ୍ରଦରେ ନିକ୍ଷିପ୍ତ ହେଲେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ସେଥିରେ ସେହି ପଶୁ ଧରାପଡ଼ିଲା, ଆଉ ଯେଉଁ ଭଣ୍ଡ ଭାବବାଦୀ ତାହାର ସାକ୍ଷାତରେ ଆଶ୍ଚର୍ଯ୍ୟକର୍ମଗୁଡ଼ିକ କରି ତଦ୍ୱାରା ପଶୁର ମୁଦ୍ରାଙ୍କ ପ୍ରାପ୍ତ ଲୋକମାନଙ୍କୁ ଓ ତାହାର ପ୍ରତିମାପୂଜକମାନଙ୍କୁ ଭ୍ରାନ୍ତ କରିଥିଲା, ସେ ମଧ୍ୟ ତାହାର ସଙ୍ଗରେ ଧରାପଡ଼ିଲା; ସେମାନେ ଉଭୟେ ଜୀବିତ ଅବସ୍ଥାରେ ଗନ୍ଧକ ପ୍ରଜ୍ୱଳିତ ହ୍ରଦରେ ନିକ୍ଷିପ୍ତ ହେଲେ।

Gade chapit la Kopi

ପବିତ୍ର ବାଇବଲ

20 କିନ୍ତୁ ସେହି ପଶୁ ବନ୍ଦୀ ହେଲା ଏବଂ ଭଣ୍ଡ ଭବିଷ୍ୟ‌‌ଦ୍‌‌‌‌ବକ୍ତା ମଧ୍ୟ ବନ୍ଦୀ ହେଲା। ଏହି ଭଣ୍ଡ ଭବିଷ୍ୟ‌‌ଦ୍‌‌‌‌ବକ୍ତା ସେହି ପଶୁ ପାଇଁ ବହୁତ ଆଶ୍ଚର୍ଯ୍ୟଜନକ କାର୍ଯ୍ୟ କରିଥିଲା। ଏହି ପଶୁ, ଯିଏ କି ପଶୁର ଚିହ୍ନ ଧାରଣ କରିଥିବା ଓ ତାହାର ପ୍ରତିମାକୁ ପୂଜା କରିଥିବା ଲୋକମାନଙ୍କୁ ଭ୍ରାନ୍ତ କରିଥିଲା, ସେ ବନ୍ଦୀ ହେଲା। ସେହି ଭଣ୍ଡ ଭବିଷ୍ୟ‌‌ଦ୍‌‌‌‌ବକ୍ତା ଓ ପଶୁଙ୍କୁ ଗନ୍ଧକ ଜଳୁଥିବା ଅଗ୍ନିପୂର୍ଣ୍ଣ ହ୍ରଦରେ ଜୀବନ୍ତ ଫିଙ୍ଗି ଦିଆଗଲା।

Gade chapit la Kopi




ପ୍ରକାଶିତ 19:20
30 Referans Kwoze  

ଏବଂ ଯେଉଁ ଗନ୍ଧକାଗ୍ନି ଜଳୁଥିବା ହ୍ରଦରେ ପଶୁ ଓ ଭଣ୍ଡ ଭାବବାଦୀ ନିକ୍ଷିପ୍ତ ହୋଇଥିଲେ, ପ୍ରତାରକ ଶୟତାନକୁ ମଧ୍ୟ ସେଥିରେ ନିକ୍ଷେପ କରାଯିବ। ସେଠାରେ ସେମାନେ ଦିବାରାତ୍ର ଚିରକାଳ ଦାରୁଣ ଯନ୍ତ୍ରଣା ଭୋଗ କରିବେ।


କିନ୍ତୁ କାପୁରୁଷ, ବିଶ୍ୱାସଘାତକ, ବିକୃତଚରିତ୍ର, ନରହନ୍ତା, ଲମ୍ପଟ, ତନ୍ତ୍ରମନ୍ତ୍ରସାଧକ, ପ୍ରତିମାପୂଜକ ଓ ମିଥ୍ୟାବାଦୀ ଆଦି ସମସ୍ତ ଭ୍ରଷ୍ଟାଚାରୀମାନଙ୍କର ନିରୂପିତ ସ୍ଥାନ ହେଉଛି, ଗନ୍ଧକାଗ୍ନି ଜଳୁଥିବା ହ୍ରଦ - ସେଠାରେ ସେମାନେ ଦ୍ୱିତୀୟ ମୃତ୍ୟୁଭୋଗ କରିବେ।”


ସେ ଈଶ୍ୱରଙ୍କ କ୍ରୋଧରୂପ ପାତ୍ରରେ ଢ଼ଳା ହୋଇଥିବା ତାହାଙ୍କ ପ୍ରଚଣ୍ଡ କୋପର ସୁରା ପାନ କରିବ। ଯେଉଁମାନେ ଏହି କାର୍ଯ୍ୟ କରିବେ, ସେମାନେ ସମସ୍ତେ ମେଷଶାବକ ଓ ପବିତ୍ର ସ୍ୱର୍ଗଦୂତମାନଙ୍କ ସମ୍ମୁଖରେ ଅଗ୍ନି ଓ ଗନ୍ଧକରେ ଉତ୍ପୀଡ଼ିତ ହେବେ।


“ତୁମେ ଦେଖିଥିବା ଦଶଟି ଶୃଙ୍ଗ, ଦଶଟି ରାଜାଙ୍କର ପ୍ରତୀକ, ସେମାନେ ଏ ପର୍ଯ୍ୟନ୍ତ ରାଜତ୍ୱ କରି ନାହାଁନ୍ତି। କିନ୍ତୁ ପଶୁ ସଙ୍ଗରେ ରାଜତ୍ୱ କରିବା ନିମନ୍ତେ ଗୋଟିଏ ଘଣ୍ଟା ପାଇଁ ସେମାନଙ୍କୁ କ୍ଷମତା ଦିଆଯିବ।


କିନ୍ତୁ ବିକୃତ ଚରିତ୍ର, ତନ୍ତ୍ରମନ୍ତ୍ରସାଧକ, ନରହନ୍ତା, ପ୍ରତିମାପୂଜକ, ମିଥ୍ୟାବାଦୀ, ପ୍ରତାରକ ଆଦି ଭ୍ରଷ୍ଟାଚାରୀମାନେ ସମସ୍ତେ ନଗରୀ ବାହାରେ ରହିବେ।


ତାହାପରେ ମୁଁ ଦେଖିଲି, ସେହି ଅଶ୍ୱାରୋହୀ ଓ ତାଙ୍କର ସୈନ୍ୟବାହିନୀ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ଉକ୍ତ ପଶୁ ଏବଂ ପୃଥିବୀର ସମସ୍ତ ରାଜା ଓ ସେମାନଙ୍କର ସୈନ୍ୟବାହିନୀ ଏକଜୁଟ ହେଲେ।


ଭଣ୍ଡା ଭାବବାଦୀମାନଙ୍କ ପ୍ରତି ସାବଧାନ! ସେମାନେ ବାହାରକୁ ମେଣ୍ଢା ପରି ଦେଖାଯାଆନ୍ତି, କିନ୍ତୁ ପ୍ରକୃତରେ ସେମାନେ ଗୋଟିଏ ହେଟା ବାଘ।


ମୁଁ ଦେଖିଲି, ସେମାନଙ୍କର ଉରସ୍ତ୍ରାଣ ଅଗ୍ନି ପରି ରକ୍ତବର୍ଣ୍ଣ, ନୀଳକାନ୍ତ ମଣି ପରି ନୀଳ ଓ ଗନ୍ଧକ ପରି ପୀତବର୍ଣ୍ଣ ଥିଲା। ଅଶ୍ୱମାନଙ୍କର ସିଂହ ଭଳି ମସ୍ତକ ଥିଲା,


Swiv nou:

Piblisite


Piblisite