Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 2:19 - ପବିତ୍ର ବାଇବଲ (CL) NT (BSI)

19 ତୁମର କାର୍ଯ୍ୟକଳାପ, ତୁମ ପ୍ରେମ, ବିଶ୍ୱସ୍ତତା, ତୁମ ସେବାକାର୍ଯ୍ୟ ଓ ଧୈର୍ଯ୍ୟ ମୁଁ ଜାଣେ! ମୁଁ ମଧ୍ୟ ଜାଣେ ଯେ, ତୁମେ ପୂର୍ବେ ଯାହା କରୁଥିଲ, ବର୍ତ୍ତମାନ ତାହାଠାରୁ ଅଧିକ କରୁଛ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ଆମ୍ଭେ ତୁମ୍ଭର କର୍ମ , ପ୍ରେମ, ବିଶ୍ଵାସ, ସେବା ଓ ଧୈର୍ଯ୍ୟ ଜାଣୁ, ପୁଣି ତୁମ୍ଭର ବର୍ତ୍ତମାନ କର୍ମ ତୁମ୍ଭର ପୂର୍ବ କର୍ମଗୁଡ଼ିକ ଅପେକ୍ଷା ଯେ ଅଧିକ, ଏହା ମଧ୍ୟ ଜାଣୁ।

Gade chapit la Kopi

ଓଡିଆ ବାଇବେଲ

19 ଆମ୍ଭେ ତୁମ୍ଭର କର୍ମ, ପ୍ରେମ, ବିଶ୍ୱାସ, ସେବା ଓ ଧୈର୍ଯ୍ୟ ଜାଣୁ, ପୁଣି, ତୁମ୍ଭର ବର୍ତ୍ତମାନ କର୍ମ ତୁମ୍ଭର କର୍ମଗୁଡ଼ିକ ଅପେକ୍ଷା ଯେ ଅଧିକ, ଏହା ମଧ୍ୟ ଜାଣୁ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଆମ୍ଭେ ତୁମ୍ଭର କର୍ମ, ପ୍ରେମ, ବିଶ୍ୱାସ, ସେବା ଓ ଧୈର୍ଯ୍ୟ ଜାଣୁ, ପୁଣି, ତୁମ୍ଭର ବର୍ତ୍ତମାନ କର୍ମ ତୁମ୍ଭର ପୂର୍ବ କର୍ମଗୁଡ଼ିକ ଅପେକ୍ଷା ଯେ ଅଧିକ, ଏହା ମଧ୍ୟ ଜାଣୁ।

Gade chapit la Kopi

ପବିତ୍ର ବାଇବଲ

19 “ମୁଁ ତୁମ୍ଭ କାର୍ଯ୍ୟ ବିଷୟରେ ଜାଣେ, ମୁଁ ତୁମ୍ଭର ପ୍ରେମ, ବିଶ୍ୱାସ, ସେବା, ଓ ଧୈର୍ଯ୍ୟ ବିଷୟରେ ମଧ୍ୟ ଜାଣେ। ମୁଁ ଜାଣେ, ତୁମ୍ଭେ ଆରମ୍ଭରେ କରିଥିବା କାର୍ଯ୍ୟ ଅପେକ୍ଷା ଅଧିକ କାର୍ଯ୍ୟ କରୁଛ।

Gade chapit la Kopi




ପ୍ରକାଶିତ 2:19
16 Referans Kwoze  

ଶୁଚି ହୃଦୟ, ନିର୍ମଳ ବିବେକ ଓ ପ୍ରକୃତ ବିଶ୍ୱାସରୁ ଯେଉଁ ପ୍ରେମ ଜାତ ହୁଏ, ତାକୁ ଜାଗ୍ରତ କରାଇବା ପାଇଁ ଆଜି ମୁଁ ଏହି ଆଦେଶ ଦେଉଛି।


ଈଶ୍ୱରପରାୟଣତା ସହିତ ଭ୍ରାତୃ ସ୍ନେହ ଓ ଭ୍ରାତୃ ସ୍ନେହ ସହିତ ପ୍ରେମ ଯୋଗ କରିବାକୁ ଆପ୍ରାଣ ଉଦ୍ୟମ କର।


ଯେଉଁ ଶାଖା ଫଳ ଧରେ ନାହିଁ, ତାକୁ ସେ କାଟି ପକାନ୍ତି ଏବଂ ଯେଉଁ ଶାଖାରେ ଫଳ ଧରେ, ଅଧିକ ଫଳବତୀ କରିବା ପାଇଁ ତାକୁ କାଟି ପରିଷ୍କାର କରନ୍ତି।


ଭାଇମାନେ! ତୁମ ପାଇଁ ଈଶ୍ୱରଙ୍କୁ ସର୍ବଦା ଧନ୍ୟବାଦ ଦେବା ଆମର କର୍ତ୍ତବ୍ୟ। ଆମ ପକ୍ଷରେ ଏହା ଉଚିତ ବୋଲି ଆମେ ମନେ କରୁଛୁ, କାରଣ ତୁମ୍ଭମାନଙ୍କର ବିଶ୍ୱାସ ଉତ୍ତରୋତ୍ତର ବୃଦ୍ଧି ପାଉଛି ଓ ତୁମ୍ଭେମାନେ ପରସ୍ପରକୁ ଅଧିକ ପ୍ରେମ କରୁଛ।


କିନ୍ତୁ ଆମ ପ୍ରଭୁ ଓ ତ୍ରାଣକର୍ତ୍ତାଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ଓ ଜ୍ଞାନରେ ତୁମ୍ଭେମାନେ ବୃଦ୍ଧି ପାଅ। ବର୍ତ୍ତମାନ ଓ ଚିରକାଳ ତାଙ୍କର ଗୌରବ ହେଉ, ଆମେନ୍।


ସର୍ବୋପରି ପରସ୍ପରକୁ ଆନ୍ତରିକ ଭାବରେ ପ୍ରେମ କର, କାରଣ ପ୍ରେମ ଅନେକ ପାପ ଆଚ୍ଛାଦନ କରେ।


ଇତିମଧ୍ୟରେ ତୁମ୍ଭମାନଙ୍କ ନିକଟରୁ ଫେରି ଆସି ତୀମଥି ତୁମ ବିଶ୍ୱାସ ଓ ପ୍ରେମ ବିଷୟରେ ଶୁଭ ସମ୍ବାଦ ଆଣିଛନ୍ତି। ସେ ଆମକୁ ଜଣାଇଛନ୍ତି ଯେ, ତୁମ୍ଭେମାନେ ସର୍ବଦା ଆମର ଶୁଭ କାମନା କରୁଛ ଓ ଆମେ ଯେପରି ତୁମ୍ଭମାନଙ୍କୁ ଦେଖିବାକୁ ଇଚ୍ଛୁକ, ତୁମେ ମଧ୍ୟ ସେହିପରି ଆମ୍ଭମାନଙ୍କୁ ଦେଖିବାକୁ ଇଚ୍ଛା କରୁଛ।


ପୁଣି ଏହି ସମସ୍ତ ଗୁଣ ସହିତ ପ୍ରେମକୁ ଯୋଗ କର। ପ୍ରେମ ସମସ୍ତ ବିଷୟକୁ ପୂର୍ଣ୍ଣାଙ୍ଗ କରି ଏକତାବଦ୍ଧ କରେ।


ମୁଁ ଜାଣେ, ତୁମେ ଶୟତାନର ସିଂହାସନ ନିକଟରେ ବାସ କରୁଅଛ। କିନ୍ତୁ ତୁମେ ମୋ’ ପ୍ରତି ବିଶ୍ୱସ୍ତ, ଏପରି କି ଶୟତାନର ବାସସ୍ଥଳୀରେ ଯେତେବେଳେ ମୋର ଜଣେ ବିଶ୍ୱସ୍ତ ଦାସ ଆଣ୍ଟିପାସ୍‌ଙ୍କୁ ହତ୍ୟା କରାଗଲା, ସେତେବେଳେ ସୁଦ୍ଧା ତୁମର ବିଶ୍ୱାସ ପରିତ୍ୟାଗ କରି ନ ଥିଲ।


ତୁମର ଦୁର୍ଦ୍ଦଶା ସବୁ ମୋତେ ଜଣା; ମୁଁ ମଧ୍ୟ ଜାଣେ ଯେ, ତୁମେ ଦରିଦ୍ର; କିନ୍ତୁ ପ୍ରକୃତରେ ତୁମେ ଧନୀ। ଯେଉଁମାନେ ନିଜକୁ ଇହୁଦୀ ବୋଲି କହନ୍ତି, କିନ୍ତୁ ପ୍ରକୃତରେ ଇହୁଦୀ ନୁହଁନ୍ତି ଓ ଯେଉଁମାନେ ଶୟତାନର ଅନୁଗାମୀ, ସେମାନେ କିପରି ତୁମର ଅପବାଦ କରି କଥା କହିଛନ୍ତି, ତାହା ମୁଁ ଜାଣେ।


ମନ୍ଦିରରେ ତାଙ୍କର ଉପାସନା ସମୟ ଶେଷ ହେବା ପରେ ଜିଖରିୟ ଗୃହକୁ ଫେରିଗଲେ।


Swiv nou:

Piblisite


Piblisite