Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 2:20 - ପବିତ୍ର ବାଇବଲ (CL) NT (BSI)

20 କିନ୍ତୁ ତୁମ ବିରୁଦ୍ଧରେ ମୋର କେବଳ ଏତିକି କହିବାର ଅଛି, ଈଶ୍ୱରଙ୍କର ବାର୍ତ୍ତାବହ ରୂପେ ନିଜର ପରିଚୟ ଦେଉଥିବା ଯେଜେବଲ ନାମ୍ନୀ ସ୍ତ୍ରୀଙ୍କୁ ତୁମେ ପ୍ରଶ୍ରୟ ଦେଇଛ। ସେ ମୋର ଦାସମାନଙ୍କୁ ଲମ୍ପଟାଚରଣ କରିବାକୁ ଓ ଦେବଦେବୀମାନଙ୍କ ନିକଟରେ ଉତ୍ସର୍ଗିତ ହୋଇଥିବା ଖାଦ୍ୟ ପଦାର୍ଥ ଭୋଜନ କରିବାକୁ ଶିକ୍ଷା ଦେଇ ସେମାନଙ୍କୁ ବିପଥଗାମୀ କରାଉଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ତଥାପି ତୁମ୍ଭ ବିରୁଦ୍ଧରେ ଆମ୍ଭର ଏହି କଥା ଅଛି, ଯିଜେବଲ ନାମ୍ନୀ ଯେଉଁ ନାରୀ ଆପଣାକୁ ଭାବବାଦିନୀ ବୋଲି କହି ମୋର ଦାସମାନଙ୍କୁ ବେଶ୍ୟାଗମନ ଓ ଦେବପ୍ରସାଦ ଭୋଜନ କରିବାକୁ ଶିକ୍ଷା ଦେଇ ଭୁଲାଉଅଛି, ତୁମ୍ଭେ ତାହାର ଦୁଷ୍କର୍ମ ସହ୍ୟ କରୁଅଛ।

Gade chapit la Kopi

ଓଡିଆ ବାଇବେଲ

20 ତଥାପି ତୁମ୍ଭ ବିରୁଦ୍ଧରେ ଆମ୍ଭର ଏହି କଥା ଅଛି, ଯିଜେବଲ୍ ନାମ୍ନୀ ଯେଉଁ ନାରୀ ଆପଣାକୁ ଭାବବାଦିନୀ ବୋଲି କହି ମୋର ଦାସମାନଙ୍କୁ ବେଶ୍ୟାଗମନ ଓ ଦେବପ୍ରସାଦ ଭୋଜନ କରିବାକୁ ଶିକ୍ଷା ଦେଇ ଭୁଲାଉଅଛି, ତୁମ୍ଭେ ତାହାର ଦୁଷ୍କର୍ମ ସହ୍ୟ କରୁଅଛ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ତଥାପି ତୁମ୍ଭ ବିରୁଦ୍ଧରେ ଆମ୍ଭର ଏହି କଥା ଅଛି, ଯିଜେବଲ ନାମ୍ନୀ ଯେଉଁ ନାରୀ ଆପଣାକୁ ଭାବବାଦିନୀ ବୋଲି କହି ମୋହର ଦାସମାନଙ୍କୁ ବେଶ୍ୟାଗମନ ଓ ଦେବପ୍ରସାଦ ଭୋଜନ କରିବାକୁ ଶିକ୍ଷା ଦେଇ ଭୁଲାଉଅଛି, ତୁମ୍ଭେ ତାହାର ଦୁଷ୍କର୍ମ ସହ୍ୟ କରୁଅଛ।

Gade chapit la Kopi

ପବିତ୍ର ବାଇବଲ

20 କିନ୍ତୁ ମୋର ତୁମ୍ଭ ବିରୁଦ୍ଧରେ ଏହି କଥା ଅଛି: ତୁମ୍ଭେ ସେହି ଯିଜେବଲ ନାମ ଧାରିଣୀ ମହିଳାକୁ ତା'ର ଇଚ୍ଛାନୁସାରେ କାର୍ଯ୍ୟ କରିବାକୁ ଦେଉଛ। ସେ ନିଜକୁ ଭବିଷ୍ୟ‌ଦ୍‌ବକ୍ତ୍ରୀ ବୋଲି କହେ। ସେ ତା'ର ଶିକ୍ଷା ଦ୍ୱାରା ମୋର ଲୋକମାନଙ୍କୁ ଭୁଲାଉଅଛି। ସେ ମୋର ଦାସମାନଙ୍କୁ ବ୍ୟଭିଗ୍ଭର ପାପ କରିବାକୁ ଓ ପ୍ରତିମାକୁ ଦିଆ ଯାଉଥିବା ଖାଦ୍ୟ ଖାଇବାକୁ ଶିକ୍ଷା ଦେଉଛି।

Gade chapit la Kopi




ପ୍ରକାଶିତ 2:20
19 Referans Kwoze  

କିନ୍ତୁ ତୁମ ବିରୁଦ୍ଧରେ ମୋର କେତେକ ବିଷୟ କହିବାର ଅଛି। ସେଠାରେ ତୁମ ସଙ୍ଗରେ ଥିବା କେତେକେ, ବାଲାମର ଶିକ୍ଷାରେ ପରିଚାଳିତ ହେଉଛନ୍ତି। ବାଲାମ ଦେବପ୍ରସାଦ ଭୋଜନ ଓ ଲମ୍ପଟାଚରଣ କରିବା ପାଇଁ ଇଶ୍ରାଏଲୀୟମାନଙ୍କୁ ପ୍ରବର୍ତ୍ତାଇବା ନିମନ୍ତେ ବାଲାକକୁ ଶିକ୍ଷା ଦେଇଥିଲା।


ସେହି କେତୋଟି ନିୟମ ହେଲା: ପ୍ରତିମାମାନଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ ହୋଇଥିବା କୌଣସି ଖାଦ୍ୟ ଭୋଜନ କରିବ ନାହିଁ, ରକ୍ତ ପାନ କରିବ ନାହିଁ, ଗଳା ଚିପାଯାଇ ମରା ଯାଇଥିବା କୌଣସି ଜୀବର ମାଂସ ଭୋଜନ କରିବ ନାହିଁ ଏବଂ ଯୌନ ପାପରୁ ନିବୃତ୍ତ ହେବ। ଏହି ସବୁ କାର୍ଯ୍ୟ ନ କରିବା ପାଇଁ ସତର୍କ ରହିଲେ, ତୁମର ମଙ୍ଗଳ ହେବ। ଆମର ଶୁଭେଚ୍ଛା ଗ୍ରହଣ କର।”


ବରଂ ସେମାନେ ଯେପରି ପ୍ରତିମାମାନଙ୍କୁ ଉତ୍ସର୍ଗ କରାଯାଇଥିବା କୌଣସି ଅଶୁଚି ଖାଦ୍ୟ ନ ଖାଆନ୍ତି, ଯୌନ ପାପରୁ ନିବୃତ୍ତ ହୁଅନ୍ତି, ଗଳା ଚିପା ଯାଇ ମରା ଯାଇଥିବା ପଶୁର ମାଂସ ଭୋଜନ ନ କରନ୍ତି - ଏ ସବୁ ବିଷୟରେ ପରାମର୍ଶ ଦେଇ ସେମାନଙ୍କ ନିକଟକୁ ଗୋଟିଏ ପତ୍ର ଲେଖିବା।


କିନ୍ତୁ ତୁମ ବିରୁଦ୍ଧରେ ମୋର ଏହି ଅଭିଯୋଗ ତୁମେ ଆଦ୍ୟରେ ଯେପରି ମୋତେ ପ୍ରେମ କରୁଥିଲ, ବର୍ତ୍ତମାନ ସେପରି ଆଉ କରୁ ନାହଁ।


କିନ୍ତୁ ତାହା ଦେବ ପ୍ରସାଦ ବୋଲି ଯଦି କେହି କହେ, ତାହାର ମଙ୍ଗଳ ପାଇଁ ଓ ବିବେକ ହେତୁ ତାହା ଖାଅ ନାହିଁ।


Swiv nou:

Piblisite


Piblisite