Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 2:24 - ପବିତ୍ର ବାଇବଲ (CL) NT (BSI)

24 “କିନ୍ତୁ ଥିଆଟିରାରେ ତୁମ୍ଭମାନଙ୍କ ମଧ୍ୟରୁ ଯେଉଁମାନେ ଏହି କୁଶିକ୍ଷା ଗ୍ରହଣ କରି ନାହଁ ଓ ତଥାକଥିତ ‘ଶୟତାନର ନିଗୂଢ଼ ରହସ୍ୟମାନ ଶିକ୍ଷା କରି ନାହଁ, ମୁଁ ସେମାନଙ୍କ ଉପରେ ଆଉ କୌଣସି ଭାର ଲଦି ଦେବି ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 କିନ୍ତୁ ତୁମ୍ଭମାନଙ୍କୁ, ଅର୍ଥାତ୍, ଥୁୟତୀରାରେ ଥିବା ଯେଉଁ ଅବଶିଷ୍ଟ ଲୋକେ ଏହି ମତାବଲମ୍ଵୀ ନୁହଁ ଓ ଯାହାକୁ ଶୟତାନର ନିଗୂଢ଼ ଶିକ୍ଷା ବୋଲି କହନ୍ତି, ତାହା ଜ୍ଞାତ ନୁହଁ, ତୁମ୍ଭମାନଙ୍କୁ ଆମ୍ଭେ କହୁଅଛୁ, ତୁମ୍ଭମାନଙ୍କ ଉପରେ ଆମ୍ଭେ ଆଉ କୌଣସି ଭାର ଦେବୁ ନାହିଁ।

Gade chapit la Kopi

ଓଡିଆ ବାଇବେଲ

24 କିନ୍ତୁ ତୁମ୍ଭମାନଙ୍କୁ, ଅର୍ଥାତ୍ ଥୁୟତୀରାରେ ଥିବା ଯେଉଁ ଅବଶିଷ୍ଟ ଲୋକେ ଏହି ମତାବଲମ୍ୱୀ ନୁହଁ ଓ ଯାହାକୁ ଶୟତାନର ନିଗୁଢ଼ ଶିକ୍ଷା ବୋଲି କହନ୍ତି, ତାହା ଜ୍ଞାତ ନୁହଁ, ତୁମ୍ଭମାନଙ୍କୁ ଆମ୍ଭେ କହୁଅଛୁ, ତୁମ୍ଭମାନଙ୍କ ଉପରେ ଆମ୍ଭେ ଆଉ କୌଣସି ଭାର ଦେବୁ ନାହିଁ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 କିନ୍ତୁ ତୁମ୍ଭମାନଙ୍କୁ, ଅର୍ଥାତ୍‍ ଥୁୟାଥିରାରେ ଥିବା ଯେଉଁ ଅବଶିଷ୍ଟ ଲୋକେ ଏହି ମତାବଲମ୍ବୀ ନୁହଁ ଓ ଯାହାକୁ ଶୟତାନର ନିଗୂଢ଼ ଶିକ୍ଷା ବୋଲି କହନ୍ତି, ତାହା ଜ୍ଞାତ ନୁହଁ, ତୁମ୍ଭମାନଙ୍କୁ ଆମ୍ଭେ କହୁଅଛୁ, ତୁମ୍ଭମାନଙ୍କ ଉପରେ ଆମ୍ଭେ ଆଉ କୌଣସି ଭାର ଦେବୁ ନାହିଁ।

Gade chapit la Kopi

ପବିତ୍ର ବାଇବଲ

24 “କିନ୍ତୁ ଥୁୟତୀରାର ଯେଉଁ ଅବଶିଷ୍ଟ ଲୋକେ ତା'ର ଶିକ୍ଷା ଅନୁସରଣ କରି ନାହାନ୍ତି ଓ ସେମାନଙ୍କର କହିବା ଶୟତାନର ନିଗୁଢ଼ତତ୍ତ୍ୱ ଗ୍ରହଣ କରି ନାହାନ୍ତି, “ମୁଁ ସେମାନଙ୍କୁ ଏହା କହୁଛି: ମୁଁ ତୁମ୍ଭମାନଙ୍କ ଉପରେ କୌଣସି ଅନ୍ୟ ଭାର ଲଦିବି ନାହିଁ।

Gade chapit la Kopi




ପ୍ରକାଶିତ 2:24
15 Referans Kwoze  

ସେହି ସର୍ପ ହେଉଛି, ସପ୍ତମ ଜଗତକୁ ପ୍ରତାରଣା କରିଥିବା ଦ୍ୟାବଳ ଆଦିମ ସର୍ପ, ଶୟତାନ; ତା’ର ଦଳବଳ ସହ ସ୍ୱର୍ଗରୁ ନିକ୍ଷିପ୍ତ ହୋଇ ପୃଥିବୀ ପୃଷ୍ଠରେ ଆସି ପଡ଼ିଲା।


ମୋତେ ଭୟ ଲାଗୁଛି, ସପର ଧୂର୍ତ୍ତତା ଦ୍ୱାରା ହବା ପ୍ରତାରିତ ହେଲା ପରି ତୁମ୍ଭେମାନେ କାଳେ ଖ୍ରୀଷ୍ଟଙ୍କ ପ୍ରତି ତୁମର ପୂର୍ଣ୍ଣ ଓ ସରଳ ବିଶ୍ୱସ୍ତତାରୁ ବିବ୍ୟୁତ ହେବ।


ତେଣୁ ଶୟତାନ ଆମ ବିରୁଦ୍ଧରେ କୌଣସି କାର୍ଯ୍ୟ କରିବାକୁ ସୁଯୋଗ ପାଏ ନାହିଁ; ତା’ର ସମସ୍ତ ଦୁରଭିସନ୍ଧି ଆମେ ଜାଣୁ।


କେତୋଟି ଆବଶ୍ୟକୀୟ ନିୟମ ବ୍ୟତୀତ ତୁମ ଉପରେ ଆଉ କୌଣସି ଭାର ନ ପକାଇବା ପାଇଁ ଆମେ ପବିତ୍ରଆତ୍ମାଙ୍କଠାରୁ ନିର୍ଦ୍ଦେଶ ପାଇଛୁ।


ଏବଂ ପ୍ରଥମ ପଶୁର ଉପସ୍ଥିତିରେ ଏହିପରି ବହୁ ଅଲୌକିକ କର୍ମମାନ କରି ପୃଥ୍ୱୀବାସୀ ସମସ୍ତଙ୍କୁ ପ୍ରତାରଣା କଲା। ଖଡ଼୍ଗାହତ ହୋଇ ଆରୋଗ୍ୟ ଲାଭ କରିଥିବା ପ୍ରଥମ ପଶୁଟିର ସମ୍ମାନାର୍ଥେ ତାହାର ଏକ ପ୍ରତିମୂର୍ତ୍ତି ନିର୍ମାଣ କରିବା ପାଇଁ ଦ୍ୱିତୀୟ ପଶୁଟି ଲୋକମାନଙ୍କୁ ଆଦେଶ ଦେଲା।


କିନ୍ତୁ ଈଶ୍ୱର ତାଙ୍କ ଆତ୍ମାଙ୍କ ଦ୍ୱାରା ଉକ୍ତ ଗୁପ୍ତ ବିଷୟ ଆମ୍ଭମାନଙ୍କୁ ଜଣାଇଛନ୍ତି। ସେହି ପରମାତ୍ମା ହିଁ ଈଶ୍ୱରଙ୍କ ଗଭୀରତମ ପରିକଳ୍ପନାସବୁର ସନ୍ଧାନ କରନ୍ତି।


ସେମାନଙ୍କ ମଧ୍ୟରୁ ଥୁୟଟୀରା ସହରର ବାଇଗଣିଆ ବସ୍ତ୍ର ବିକ୍ରି କରୁଥିବା ଲୁଦିଆ ନାମରେ ଜଣେ ମହିଳା ଥିଲେ। ସେ ଈଶ୍ୱରଙ୍କର ଉପାସନା କରୁଥିଲେ ଓ ପାଉଲ ଯାହା କହୁଥିଲେ, ତାହା ମନୋଯୋଗ ସହକାରେ ଶୁଣି ଗ୍ରହଣ କରିବା ପାଇଁ ପ୍ରଭୁ ତାଙ୍କୁ ସୁଯୋଗ ଦେଲେ।


ଏହିପରି ଜ୍ଞାନ ଈଶ୍ୱରଙ୍କଠାରୁ ଆସେ ନାହିଁ; ତାହା ଜାଗତିକ, ଶରୀରିକ, ପୈଶାଚିକ।


କିଏ ଜଣେ ମୋତେ କହିଲେ, “ତୁମେ ଯାହା ଦେଖୁଛ, ତାହା ଗୋଟିଏ ପୁସ୍ତକରେ ଲେଖି ରଖ ଏବଂ ଏଫିସସ୍, ସ୍ମର୍ଣ୍ଣା, ପର୍ଗାମମ୍, ଥିଆଟିରା, ସାର୍ଦ୍ଦିସ୍, ଫିଲାଦେଲ୍ଫିଆ ଓ ଲାଓଦେସିଆରେ ଥିବା ମଣ୍ଡଳୀଗୁଡ଼ିକୁ ପୁସ୍ତକଟି ପଠାଇ ଦିଅ।”


ତୁମର ଦୁର୍ଦ୍ଦଶା ସବୁ ମୋତେ ଜଣା; ମୁଁ ମଧ୍ୟ ଜାଣେ ଯେ, ତୁମେ ଦରିଦ୍ର; କିନ୍ତୁ ପ୍ରକୃତରେ ତୁମେ ଧନୀ। ଯେଉଁମାନେ ନିଜକୁ ଇହୁଦୀ ବୋଲି କହନ୍ତି, କିନ୍ତୁ ପ୍ରକୃତରେ ଇହୁଦୀ ନୁହଁନ୍ତି ଓ ଯେଉଁମାନେ ଶୟତାନର ଅନୁଗାମୀ, ସେମାନେ କିପରି ତୁମର ଅପବାଦ କରି କଥା କହିଛନ୍ତି, ତାହା ମୁଁ ଜାଣେ।


ମୁଁ ଜାଣେ, ତୁମେ ଶୟତାନର ସିଂହାସନ ନିକଟରେ ବାସ କରୁଅଛ। କିନ୍ତୁ ତୁମେ ମୋ’ ପ୍ରତି ବିଶ୍ୱସ୍ତ, ଏପରି କି ଶୟତାନର ବାସସ୍ଥଳୀରେ ଯେତେବେଳେ ମୋର ଜଣେ ବିଶ୍ୱସ୍ତ ଦାସ ଆଣ୍ଟିପାସ୍‌ଙ୍କୁ ହତ୍ୟା କରାଗଲା, ସେତେବେଳେ ସୁଦ୍ଧା ତୁମର ବିଶ୍ୱାସ ପରିତ୍ୟାଗ କରି ନ ଥିଲ।


“ଥିଆଟିରାରେ ଥିବା ମଣ୍ଡଳୀର ଦୂତଙ୍କ ନିକଟକୁ ଲେଖ:- “ଏହି ବାର୍ତ୍ତା ଈଶ୍ୱରଙ୍କ ପୁତ୍ରଙ୍କ ନିକଟରୁ ଆସିଅଛି। ତାଙ୍କ ଚକ୍ଷୁ ପ୍ରଜ୍ଜ୍ୱଳିତ ଅଗ୍ନି ପରି ଓ ତାଙ୍କ ପଦଦ୍ୱୟ ଚିକ୍କଣ ପିତ୍ତଳ ପରି ଉଜ୍ଜ୍ୱଳ।


Swiv nou:

Piblisite


Piblisite