Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 20:12 - ପବିତ୍ର ବାଇବଲ (CL) NT (BSI)

12 ତାଙ୍କ ସମ୍ମୁଖରୁ ପୃଥିବୀ ଓ ଆକାଶ ପଳାୟନ କଲେ ଏବଂ ସେମାନେ ଆଉ ଦୃଷ୍ଟିଗୋଚର ହେଲେ ନାହିଁ। ତା’ପରେ ମୁଁ ଦେଖିଲି, କି ମହାନ୍, କି ନଗଣ୍ୟ ମୃତବ୍ୟକ୍ତିମାନେ ସମସ୍ତେ ସିଂହାସନ ସମ୍ମୁଖରେ ଦଣ୍ଡାୟମାନ। ପୁସ୍ତକସବୁ ଫିଟାଗଲା; ସେଗୁଡ଼ିକ ମଧ୍ୟରେ ଜୀବନ ପୁସ୍ତକ ନାମକ ଗୋଟିଏ ପୁସ୍ତକ ଥିଲା। ସେହି ଜୀବନ ପୁସ୍ତକରେ ଲୋକମାନଙ୍କର କାର୍ଯ୍ୟକଳାପ ବିଷୟରେ ଯାହାସବୁ ଲେଖାଯାଇଥିଲା, ସେ ଅନୁଯାୟୀ ସେମାନଙ୍କର ବିଚାର କରାଗଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ପୁଣି ମୁଁ କ୍ଷୁଦ୍ର ଓ ମହାନ ସମସ୍ତ ମୃତ ଲୋକଙ୍କୁ ସିଂହାସନର ସମ୍ମୁଖରେ ଠିଆ ହୋଇଥିବାର ଦେଖିଲି, ଆଉ ପୁସ୍ତକସବୁ ଫିଟାଗଲା; ପରେ ଜୀବନ ପୁସ୍ତକ ନାମକ ଆଉ ଗୋଟିଏ ପୁସ୍ତକ ଫିଟାଗଲା; ସେହି ପୁସ୍ତକମାନଙ୍କରେ ଲିଖିତ ବିଷୟ ପ୍ରମାଣେ ମୃତମାନେ ଆପଣା ଆପଣା କର୍ମାନୁସାରେ ବିଚାରିତ ହେଲେ।

Gade chapit la Kopi

ଓଡିଆ ବାଇବେଲ

12 ପୁଣି, ମୁଁ କ୍ଷୁଦ୍ର ଓ ମହାନ ସମସ୍ତ ମୃତ ଲୋକଙ୍କୁ ସିଂହାସନର ସମ୍ମୁଖରେ ଠିଆ ହୋଇଥିବାର ଦେଖିଲି, ଆଉ ପୁସ୍ତକସବୁ ଫିଟାଗଲା; ପରେ ଜୀବନ ପୁସ୍ତକ ନାମକ ଆଉ ଗୋଟିଏ ପୁସ୍ତକ ଫିଟାଗଲା; ସେହି ପୁସ୍ତକମାନଙ୍କରେ ଲିଖିତ ବିଷୟ ପ୍ରମାଣେ ମୃତମାନେ ଆପଣା ଆପଣା କର୍ମାନୁସାରେ ବିଚାରିତ ହେଲେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ପୁଣି, ମୁଁ କ୍ଷୁଦ୍ର ଓ ମହାନ ସମସ୍ତ ମୃତ ଲୋକଙ୍କୁ ସିଂହାସନର ସମ୍ମୁଖରେ ଠିଆ ହୋଇଥିବାର ଦେଖିଲି, ଆଉ ପୁସ୍ତକସବୁ ଫିଟାଗଲା; ପରେ ଜୀବନ ପୁସ୍ତକ ନାମକ ଆଉ ଗୋଟିଏ ପୁସ୍ତକ ଫିଟାଗଲା; ସେହି ପୁସ୍ତକମାନଙ୍କରେ ଲିଖିତ ବିଷୟ ପ୍ରମାଣେ ମୃତମାନେ ଆପଣା ଆପଣା କର୍ମାନୁସାରେ ବିଚାରିତ ହେଲେ।

Gade chapit la Kopi

ପବିତ୍ର ବାଇବଲ

12 ମୁଁ ବଡ଼ଠାରୁ ସାନ ପର୍ଯ୍ୟନ୍ତ ମୃତବ୍ୟକ୍ତିଙ୍କୁ ସିଂହାସନ ସାମନାରେ ଠିଆ ହେବାର ଦେଖିଲି। ଜୀବନ ପୁସ୍ତକ ଖୋଲାଥିଲା। ସେଠାରେ ଅନ୍ୟ ପୁସ୍ତକଗୁଡ଼ିକ ମଧ୍ୟ ଖୋଲାଥିଲା। ମୃତ ଲୋକମାନଙ୍କର ନିଜ ନିଜ କର୍ମ ଅନୁସାରେ ବିଗ୍ଭର ହେଲା। ସେହି ପୁସ୍ତକଗୁଡ଼ିକରେ ଏସବୁ ବିଷୟ ଲେଖାଯାଇଥିଲା।

Gade chapit la Kopi




ପ୍ରକାଶିତ 20:12
34 Referans Kwoze  

କାରଣ ଆମ ସମସ୍ତଙ୍କୁ ତାଙ୍କ ଦ୍ୱାର ବିଚାରିତ ହେବା ପାଇଁ ନିଶ୍ଚୟ ଖ୍ରୀଷ୍ଟଙ୍କ ସମ୍ମଖରେ ଉପସ୍ଥିତ ହେବାକୁ ପଡ଼ିବ। ସେତେବେଳେ ମର ଶରୀରରେ ଆମେ କରିଥିବା ଭଲ ବା ମନ୍ଦ, ସକଳ କର୍ମ ଅନୁସାରେ ଆମେ ଫଳ ପାଇବା।


ମନିଷ୍ୟ ପୁତ୍ର ପିତା ଈଶ୍ୱରଙ୍କ ଦ୍ୱାରା ଗୌରବାନ୍ୱିତ ହୋଇ ସ୍ୱର୍ଗଦୂତମାନଙ୍କ ସହ ପୁନର୍ବାର ଆସିବେ। ସେତେବେଳେ ସେ ପ୍ରତ୍ୟେକକୁ ତା’ର କୃତକର୍ମ ଅନୁସରେ ଫଳ ଦେବେ।


ଯୀଶୁ କହୁଛନ୍ତି, “ଶୁଣ! ମୁଁ ଶୀଘ୍ର ଆସୁଅଛି! ପ୍ରତ୍ୟେକଙ୍କୁ ନିଜ ନିଜ କାର୍ଯ୍ୟ ଅନୁସାରେ ଫଳ ଦେବା ପାଇଁ ମୁଁ ପୁରସ୍କାର ନେଇ ଆସିବି।


ତାହାର ଅନୁଗାମୀମାନଙ୍କୁ ମଧ୍ୟ ହତ୍ୟା କରିବି। ତା’ହେଲେ, ମଣ୍ଡଳୀମାନେ ସମସ୍ତେ ଜାଣିପାରିବେ ଯେ; ମୁଁ ଅନ୍ତର୍ଯ୍ୟାମୀ, ମନୁଷ୍ୟର ସକଳ ଚିନ୍ତା ଓ କାମନା ମୁଁ ଜାଣିପାରେ। ତୁମେ ପ୍ରତ୍ୟେକେ ଯାହା କରିଅଛ, ସେହି ଅନୁସାରେ ମୁଁ ତୁମ୍ଭମାନଙ୍କୁ ପ୍ରତିଫଳ ଦେବି।


ଅଣଇହୁଦୀମାନେ କ୍ଷୁବ୍ଧ ହୋଇଛନ୍ତି; କାରଣ ତୁମ କ୍ରୋଧର ସମୟ ଉପସ୍ଥିତ, ମୃତମାନେ ଏବେ ବିଚାରିତ ହେବେ। ତୁମର ସେବକ ଭାବବାଦୀମାନେ ଓ ଯେଉଁମାନେ ତୁମକୁ ଭୟ କରୁଛନ୍ତି, ମାନ୍ୟଗଣ୍ୟ କିଅବା ନଗଣ୍ୟ ସମସ୍ତେ ପୁରସ୍କୃତ ହେବେ ଏବଂ ଯେଉଁମାନେ ପୃଥିବୀକୁ ଧ୍ୱଂସ କରନ୍ତି, ସେମାନେ ମଧ୍ୟ ଧ୍ୱଂସ ପାଇବେ।”


ଯେଉଁମାନେ ବିଜୟୀ ହେବେ, ସେମାନେ ଏହିପରି ଶୁକ୍ଲ ବସ୍ତ୍ର ପରିହିତ ହେବେ। ଜୀବନ ପୁସ୍ତକରୁ ସେମାନଙ୍କର ନାମ କଦାପି ଲୋପ କରାଯିବ ନାହିଁ ଏବଂ ମୋର ପିତା ଓ ତାଙ୍କର ଦୂତମାନଙ୍କ ସମ୍ମୁଖରେ ସେମାନଙ୍କୁ ମୋର ଅନୁଗାମୀ ବୋଲି ମୁଁ ସ୍ୱୀକାର କରିବି।


ସେହି ସମୟରେ ସମୁଦ୍ର ଗର୍ଭରେ ମୃତ ହୋଇଥିବା ବ୍ୟକ୍ତିମାନେ ଉଠି ଆସିଲେ। ମୃତ୍ୟୁପୁରୀରେ ଥିବା ମୃତ ବ୍ୟକ୍ତିମାନେ ମଧ୍ୟ ବାହାରି ଆସିଲେ। ସେମାନେ ସମସ୍ତେ ନିଜ ନିଜର କ୍ରିୟାକର୍ମ ଅନୁଯାୟୀ ବିଚାରିତ ହେଲେ।


କୌଣସି ଅଶୁଚି ବସ୍ତୁ ଏଠାକୁ ଅଣାଯିବ ନାହିଁ। ଘୃଣ୍ୟ କର୍ମରେ ଲିପ୍ତ ଭ୍ରଷ୍ଟାଚାରୀ ଓ ମିଥ୍ୟାବାଦୀମାନେ ଏହି ନଗରୀରେ ପ୍ରବେଶ କରି ପାରିବେ ନାହିଁ। ଯେଉଁମାନଙ୍କର ନାମ ମେଷଶାବଙ୍କ ଜୀବନ ପୁସ୍ତକରେ ଲେଖା ହୋଇଥିବ, କେବଳ ସେମାନେ ଏହି ନଗରୀରେ ପ୍ରବେଶ କରିପାରିବେ।


ଏମାନଙ୍କ ଭଳି ପ୍ରଭୁଙ୍କଠାରେ ମୋର ସେହି ଏକ ଭରସା ଯେ, ଭଲ ଓ ଖଳ ଲୋକ ସମସ୍ତେ ମୃତ୍ୟୁରୁ ଉତ୍ଥିତ ହେବେ।


ଅନନ୍ତର ମୁଁ ଦେଖିଲି, ଶ୍ୱେତବର୍ଣ୍ଣର ଗୋଟିଏ ବୃହତ୍ ସିଂହାସନ ଓ ତାହା ଉପରେ ଜଣେ ଉପବିଷ୍ଟ।


ତା’ପରେ ସିଂହାସନରୁ ଗୋଟିଏ ବାଣୀ ଶୁଣାଗଲା। “ଈଶ୍ୱରଙ୍କ ସ୍ତୁତି କର। କି ମହାନ୍, କି ନଗଣ୍ୟ, ଈଶ୍ୱରଙ୍କ ସେବକ ଓ ଉପାସକଗଣ, ସମସ୍ତେ ତାଙ୍କର ପ୍ରଶଂସା କର।”


ହେ ମୋର ବିଶ୍ୱସ୍ତ ଅଂଶୀଦାର! ତୁମକୁ ମଧ୍ୟ ମୋର ନିବେଦନ, ଏହି ଭଉଣୀମାନଙ୍କୁ ସାହାଯ୍ୟ କର, କାରଣ ଏମାନେ କ୍ଲେମେଣ୍ଟ ଓ ମୋର ଅନ୍ୟ ସହକର୍ମୀମାନଙ୍କ ସହିତ ସୁସମାଚାର ପ୍ରଚାର କାର୍ଯ୍ୟରେ କଠିନ ପରିଶ୍ରମ କରି ମୋତେ ସାହାଯ୍ୟ କରିଛନ୍ତି। ଏମାନଙ୍କର ନାମ ଈଶ୍ୱରଙ୍କ “ଜୀବନ ପୁସ୍ତକରେ” ଲେଖାଅଛି।


କିନ୍ତୁ ଭୂତମାନେ ତୁମର ବଶୀଭୂତ ହେଲେ; ଆନନ୍ଦ କର ନାହିଁ, ବରଂ ସ୍ୱର୍ଗରେ ତୁମ୍ଭମାନଙ୍କର ନାମ ଲେଖା ହୋଇ ଥିବାରୁ ଆନନ୍ଦ କର।”


ପୃଥିବୀର ସୃଷ୍ଟି ପୂର୍ବରୁ ଯେଉଁମାନଙ୍କ ନାମ ବଧ ହୋଇଥିବା ମେଷଶାବକଙ୍କ ଜୀବନ ପୁସ୍ତକରେ ଲେଖାଯାଇଥିଲା, ସେମାନଙ୍କ ବ୍ୟତୀତ ପୃଥିବୀର ଅନ୍ୟ ସମସ୍ତେ ସେହି ପଶୁର ପୂଜା କରିବେ।


କାରଣ ଈଶ୍ୱର ପ୍ରତ୍ୟେକକୁ ତା’ର କର୍ମ ଅନୁଯାୟୀ ଫଳ ଦେବେ।


ପଶୁଟି ଦିନେ ବଞ୍ଚିଥିଲା; ଏବେ ଆଉ ବଞ୍ଚି ନାହିଁ, କିନ୍ତୁ ଅତି ଶୀଘ୍ର ପାତାଳପୁରୀରୁ ଉଠି ଆସିବ ଏବଂ ଆଉ ଥରେ ବିନଷ୍ଟ ହେବ। ସୃଷ୍ଟିର ଆଦ୍ୟରୁ ଯେଉଁମାନଙ୍କର ନାମ ଜୀବନ ପୁସ୍ତକରେ ଲେଖାଯାଇ ନାହିଁ, ପୃଥ୍ୱୀବାସୀ ସେହି ସମସ୍ତେ ପଶୁଟିକୁ ଦେଖି ଆଚମ୍ବିତ ହେବେ। ସେ ଦିନେ ଜୀବିତ ଥିଲା, ଏବେ ଆଉ ନାହିଁ, କିନ୍ତୁ ପୁଣି ଥରେ ତା’ର ଆବିର୍ଭାବ ହେବ।


ତେଣୁ ନିରୂପିତ ସମୟ ପୂର୍ବରୁ ତୁମ୍ଭେମାନେ କାହାରି ବିଚାର କର ନାହିଁ। ଶେଷ ବିଚାର ପ୍ରଭୁଙ୍କର ଆଗମନ ସମୟରେ ହେବ। ସେ ଅନ୍ଧକାରର ଗୋପନୀୟ ବିଷୟସବୁ ଆଲୋକକୁ ଆଣିବେ। ଲୋକମାନଙ୍କ ମନର ଗୁପ୍ତ ସଙ୍କଳ୍ପସବୁ ପ୍ରକାଶ କରିବେ। ସେତେବେଳେ ପ୍ରତ୍ୟେକେ ଈଶ୍ୱରଙ୍କ ନିକଟରୁ ନିଜ ନିଜର ଯଥୋଚିତ ପ୍ରଶଂସା ପାଇବେ।


“ମୁଁ ନିଶ୍ଚିତଭାବେ କହୁଛି, ଈଶ୍ୱର ବିଚାର ଦିନରେ ତୁମ୍ଭମାଂଙ୍କ ଅପେକ୍ଷା ସୋର ଓ ସିଦୋନର ଲୋକମାନଙ୍କୁ ଅଧିକ ଅନୁଗ୍ରହ ଦେଖାଇବେ।


ଯେଉଁମାନଙ୍କର ନାମ ଜୀବନ ପୁସ୍ତକରେ ଲେଖାଯାଇ ନ ଥିଲା, ସେମାନେ ମଧ୍ୟ ସମସ୍ତେ ଅଗ୍ନିମୟ ହ୍ରଦରେ ନିକ୍ଷିପ୍ତ ହେଲେ।


Swiv nou:

Piblisite


Piblisite