Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 20:4 - ପବିତ୍ର ବାଇବଲ (CL) NT (BSI)

4 ତା’ପରେ ମୁଁ ଦେଖିଲି, କେତେକ ସିଂହାସନ ଓ ସେଗୁଡ଼ିକରେ ଉପବିଷ୍ଟ ବ୍ୟକ୍ତିମାନଙ୍କୁ ବିଚାର କରିବାର କ୍ଷମତା ଦିଆଯାଇଛି। ଆଉ ମଧ୍ୟ ମୁଁ ଦେଖିଲି, କେତେକ ମୃତ ବ୍ୟକ୍ତିଙ୍କର ଆତ୍ମା। ଯୀଶୁ ପ୍ରକାଶ କରିଥିବା ସତ୍ୟ ଓ ଈଶ୍ୱରଙ୍କ ବାକ୍ୟ ପ୍ରଚାର କରିଥିବାରୁ ସେହି ବ୍ୟକ୍ତିମାନେ ମୃତ୍ୟୁଦଣ୍ଡ ପାଇଥିଲେ। ସେମାନେ ପଶୁ କିମ୍ବା ତା’ର ପ୍ରତିମୂର୍ତ୍ତିକୁ ପୂଜା କରି ନ ଥିଲେ, କିମ୍ବା କପାଳ ଓ ହାତରେ ପଶୁର ଚିହ୍ନ ଧାରଣ କରି ନ ଥିଲେ। ଖ୍ରୀଷ୍ଟଙ୍କ ସଙ୍ଗରେ ଏକ ସହସ୍ର ବର୍ଷ ରାଜତ୍ୱ କରିବା ପାଇଁ ସେମାନେ ପୁନର୍ଜୀବିତ ହୋଇଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ପରେ ମୁଁ ସିଂହାସନସମୂହ ଦେଖିଲି; ସେହିସବୁ ଉପରେ କେତେକ ବ୍ୟକ୍ତି ଉପବେଶନ କଲେ, ସେମାନଙ୍କୁ ବିଚାର କରିବାର କ୍ଷମତା ଦିଆଗଲା। ଆଉ ଯୀଶୁଙ୍କ ସାକ୍ଷ୍ୟ ଓ ଈଶ୍ଵରଙ୍କ ବାକ୍ୟ ନିମନ୍ତେ ଯେଉଁମାନଙ୍କର ମସ୍ତକଚ୍ଛେଦନ ହୋଇଥିଲା, ପୁଣି ଯେଉଁମାନେ ସେହି ପଶୁକୁ ବା ତାହାର ପ୍ରତିମାକୁ ପ୍ରଣାମ କରି ନ ଥିଲେ। ଓ ତାହାର ଚିହ୍ନ ଆପଣା ଆପଣା କପାଳରେ ଓ ହସ୍ତରେ ଧାରଣ କରି ନ ଥିଲେ, ସେମାନଙ୍କର ଆତ୍ମାମାନଙ୍କୁ ଦେଖିଲି; ସେମାନେ ଜୀବିତ ହୋଇ ଖ୍ରୀଷ୍ଟଙ୍କ ସହିତ ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ରାଜତ୍ଵ କଲେ।

Gade chapit la Kopi

ଓଡିଆ ବାଇବେଲ

4 ପରେ ମୁଁ ସିଂହାସନସମୂହ ଦେଖିଲି; ସେହି ସବୁ ଉପରେ କେତେକ ବ୍ୟକ୍ତି ଉପବେଶନ କଲେ, ସେମାନଙ୍କୁ ବିଚାର କରିବାର କ୍ଷମତା ଦିଆଗଲା। ଆଉ ଯୀଶୁଙ୍କ ସାକ୍ଷ୍ୟ ଓ ଈଶ୍ୱରଙ୍କ ବାକ୍ୟ ନିମନ୍ତେ ଯେଉଁମାନଙ୍କର ମସ୍ତକ ଛେଦନ ହୋଇଥିଲା, ପୁଣି, ଯେଉଁମାନେ ସେହି ପଶୁକୁ ବା ତାହାର ପ୍ରତିମାକୁ ପ୍ରଣାମ କରି ନ ଥିଲେ ଓ ତାହାର ଚିହ୍ନ ଆପଣା ଆପଣା କପାଳରେ ଓ ହସ୍ତରେ ଧାରଣ କରି ନ ଥିଲେ, ସେମାନଙ୍କ ଆତ୍ମାମାନଙ୍କୁ ଦେଖିଲି; ସେମାନେ ଜୀବିତ ହୋଇ ଖ୍ରୀଷ୍ଟଙ୍କ ସହିତ ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ରାଜତ୍ୱ କଲେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ପରେ ମୁଁ ସିଂହାସନସମୂହ ଦେଖିଲି; ସେହିସବୁ ଉପରେ କେତେକ ବ୍ୟକ୍ତି ଉପବେଶନ କଲେ, ସେମାନଙ୍କୁ ବିଚାର କରିବାର କ୍ଷମତା ଦିଆଗଲା। ଆଉ ଯୀଶୁଙ୍କ ସାକ୍ଷ୍ୟ ଓ ଈଶ୍ବରଙ୍କ ବାକ୍ୟ ନିମନ୍ତେ ଯେଉଁମାନଙ୍କର ମସ୍ତକ ଛେଦନ ହୋଇଥିଲା, ପୁଣି, ଯେଉଁମାନେ ସେହି ପଶୁକୁ ବା ତାହାର ପ୍ରତିମାକୁ ପ୍ରଣାମ କରି ନ ଥିଲେ ଓ ତାହାର ଚିହ୍ନ ଆପଣା ଆପଣା କପାଳରେ ଓ ହସ୍ତରେ ଧାରଣ କରି ନ ଥିଲେ, ସେମାନଙ୍କ ଆତ୍ମାମାନଙ୍କୁ ଦେଖିଲି; ସେମାନେ ଜୀବିତ ହୋଇ ଖ୍ରୀଷ୍ଟଙ୍କ ସହିତ ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ରାଜତ୍ୱ କଲେ।

Gade chapit la Kopi

ପବିତ୍ର ବାଇବଲ

4 ତା'ପରେ ମୁଁ କେତୋଟି ସିଂହାସନ ଓ ତା'ଉପରେ ଲୋକମାନଙ୍କୁ ବସିଥିବାର ଦେଖିଲି। ସେହି ଲୋକମାନଙ୍କୁ ବିଗ୍ଭର କରିବାର ଶକ୍ତି ଦିଆଯାଇଥିଲା। ଯୀଶୁଙ୍କ ପାଇଁ ସାକ୍ଷୀ ହେବା ଓ ପରମେଶ୍ୱରଙ୍କର ବାକ୍ୟ ପ୍ରଗ୍ଭର କରିବା ହେତୁ ଯେଉଁମାନଙ୍କୁ ମାରି ଦିଆଯାଇଥିଲା, ମୁଁ ସେହି ଲୋକମାନଙ୍କର ଆତ୍ମାକୁ ଦେଖିଲି। ସେହି ଲୋକମାନେ ପଶୁକୁ କିମ୍ବା ତାହାର ପ୍ରତିମାକୁ ପୂଜା କରି ନ ଥିଲେ। ସେମାନେ ତାହାଙ୍କ କପାଳରେ ବା ହାତରେ ସେହି ପଶୁର ଚିହ୍ନ ଧାରଣ କରି ନ ଥିଲେ। ସେମାନେ ପୁନର୍ବାର ଜୀବିତ ହେଲେ ଓ ଖ୍ରୀଷ୍ଟଙ୍କ ସହିତ ଏକହଜାର ବର୍ଷ ପର୍ଯ୍ୟନ୍ତ ଶାସନ କଲେ।

Gade chapit la Kopi




ପ୍ରକାଶିତ 20:4
40 Referans Kwoze  

ଯୀଶୁ ଉତ୍ତର ଦେଲେ, “ଏକଥା ନିଶ୍ଚିତ ବୋଲି ଜାଣିବ, ନୂତନ ଯୁଗରେ ଯେତେବେଳେ ମନୁଷ୍ୟପୁତ୍ର ତାଙ୍କର ଗୌରବୋଜ୍ଜ୍ୱଳ ସିଂହାସନରେ ବସିବେ, ସେତେବେଳେ ମୋର ଏହି ବାର ଶିଷ୍ୟ ମଧ୍ୟ ବାରଟି ସିଂହାସନରେ ବସି ଇଶ୍ରାୟେଲର ବାର ଗୋଷ୍ଠୀ ଉପରେ ରାଜତ୍ୱ କରିବେ।


ତା’ପରେ, ମେଷଶାବକ ପଞ୍ଚମ ମୋହର ଭାଙ୍ଗିଲେ ଏବଂ ମୁଁ ଦେଖିଲି, ଏକ ବେଦୀ। ଈଶ୍ୱରଙ୍କ ବାକ୍ୟ ଘୋଷଣା କରି ସାକ୍ଷ୍ୟଦାନରେ ବିଶ୍ୱସ୍ତ ରହିଥିବା ଯୋଗୁଁ ମୃତ୍ୟୁବରଣ କରିଥିବା ବ୍ୟକ୍ତିମାନଙ୍କର ଆତ୍ମାଗଣ ସେହି ବେଦୀ ତଳେ ସୁରକ୍ଷିତ ହୋଇଥିଲେ।


ମଁ ଯେପରି ବିଜୟୀ ହୋଇ ମୋ’ ପିତାଙ୍କ ସହିତ ତାଙ୍କ ସିଂହାସନରେ ବସିଅଛି, ଯେଉଁମାନେ ଜୟ କରିବେ, ସେ ସମସ୍ତଙ୍କୁ ମୁଁ ଠିକ୍ ସେହିପରି ମୋର ସିଂହାସନରେ ମୋ’ ପାଖରେ ବସିବାର ଅଧିକାର ଦେବି।


କଷ୍ଟଭୋଗରେ ଯଦି ଅବିଚଳିତ ରହିଥିବୁ, ତାଙ୍କ ସହିତ ଆମ୍ଭେମାନେ ରାଜତ୍ୱ କରିବୁ। ତାଙ୍କୁ ଅସ୍ୱୀକାର କଲେ, ସେ ମଧ୍ୟ ଆମ୍ଭମାନଙ୍କୁ ଅସ୍ୱୀକାର କରିବେ।


ମୃତ ବ୍ୟକ୍ତିମାନଙ୍କର ଏହି ପ୍ରଥମ ପୁନରୁତ୍ଥାନରେ ଯେଉଁମାନେ ଅନ୍ତର୍ଭୁକ୍ତ, ସେମାନେ କେଡ଼େ ଭାଗ୍ୟବାନ। ସେମାନେ କେଡ଼େ ସୁଖୀ! ସେମାନଙ୍କୁ ଆଉ ଦ୍ୱିତୀୟ ଥର ମୃତ୍ୟୁଭୋଗ କରିବାକୁ ପଡ଼ିବ ନାହିଁ। ସେମାନେ ଈଶ୍ୱରଙ୍କ ଓ ଖ୍ରୀଷ୍ଟଙ୍କ ଯାଜକ ହୋଇ ଖ୍ରୀଷ୍ଟଙ୍କ ସହିତ ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ରାଜତ୍ୱ କରିବେ।


ମୋ’ ରାଜ୍ୟରେ ତୁମ୍ଭେମାନେ ମୋର ମେଜରେ ଭୋଜନ ପାନ କରିବ ଓ ତୁମ୍ଭେମାନେ ଇଶ୍ରାୟେଲର ବାର ଗୋଷ୍ଠୀ ଉପରେ ଶାସନ କରିବା ପାଇଁ ସିଂହାସନରେ ବସିବ।


ସେଠାରେ ଆଉ ରାତ୍ରି ହେବ ନାହିଁ ଏବଂ ପ୍ରଦୀପ ବା ସୂର୍ଯ୍ୟାଲୋକ ସେମାନଙ୍କର ଆଉ ଆବଶ୍ୟକ ହେବ ନାହିଁ, କାରଣ ପ୍ରଭୁ ଈଶ୍ୱର ସେମାନଙ୍କର ଆଲୋକ ହେବେ ଏବଂ ସେମାନେ ଚିରକାଳ ରାଜତ୍ୱ କରିବେ।


ମେଷଶାବକଙ୍କ ରକ୍ତର ବଳରେ ଓ ସେମାନେ ଘୋଷଣା କରୁଥିବା ସତ୍ୟ ପାଇଁ ଆତ୍ମବଳିଦାନ କରିବାକୁ ପ୍ରସ୍ତୁତ ଥିବାରୁ ଆମ ଭାଇମାନେ ବିଜୟୀ ହୋଇଛନ୍ତି।


ମୁଁ ଯୋହନ, ତୁମର ଜଣେ ଭାଇ, ଯୀଶୁଙ୍କର ଶିଷ୍ୟ ସ୍ୱରୂପେ ତାଙ୍କ ରାଜ୍ୟର ଲୋକମାନଙ୍କ ଉପରେ ହେଉଥିବା ଦୌରାତ୍ମ୍ୟ ଧୈର୍ଯ୍ୟର ସହିତ ସହ୍ୟ କରିବା ପାଇଁ ମୁଁ ତୁମ୍ଭମାନଙ୍କର ଜଣେ ଅଂଶୀଦାର। ଯୀଶୁ ପ୍ରକାଶ କରିଥିବା ସତ୍ୟ ଓ ଈଶ୍ୱରଙ୍କ ବାକ୍ୟ ଘୋଷଣା କରିବା ଯୋଗୁଁ ମୁଁ ପାତ୍ମସ୍ ଦ୍ୱୀପକୁ ନିର୍ବାସିତ ହୋଇଥିଲି।


ଯେହେତୁ ଆମେ ଈଶ୍ୱରଙ୍କ ସନ୍ତାନ, ତାଙ୍କ ଲୋକମାନଙ୍କ ପାଇଁ ଉଦ୍ଦିଷ୍ଟ ଆଶୀର୍ବାଦରେ ଆମେ ଅଂଶୀ ହେବୁ। ପୁଣି ଖ୍ରୀଷ୍ଟଙ୍କ ପାଇଁ ଈଶ୍ୱର ଯାହା ଗଚ୍ଛିତ ରଖିଛନ୍ତି, ସେଥିରେ ମଧ୍ୟ ଆମ୍ଭମାନଙ୍କର ଭାଗ ଅଛି। ଯଦି ଆମ୍ଭେମାନେ ଯୀଶୁଙ୍କ ଦୁଃଖଭୋଗର ଅଂଶୀ ହୋଇଛୁ, ତେବେ ତାଙ୍କ ଗୌରବରେ ମଧ୍ୟ ଅଂଶୀ ହେବୁ।


ତା’ପରେ ମୁଁ ଦେଖିଲି, ଅଗ୍ନିମିଶ୍ରିତ କାଚର ସମୁଦ୍ର ପରି ଏକ ଦୃଶ୍ୟ। ସେହି ସମୁଦ୍ର ତୀରରେ ଠିଆ ହୋଇଥିଲେ ବିଜୟୀ ବ୍ୟକ୍ତିମାନେ - ଏମାନେ ପଶୁ, ପଶୁର ପ୍ରତିମୂର୍ତ୍ତି ଓ ପୂର୍ବୋକ୍ତ ସଂଖ୍ୟା ଦ୍ୱାରା ଚିହ୍ନିତ ସେହି ଦୁରାତ୍ମା ଉପରେ ବିଜୟ ଲାଭ କରିଥିଲେ।


ସେହି ଉତ୍ପୀଡ଼ନର ଧୂମ ଯୁଗେ ଯୁଗେ ଉତ୍ଥିତ ହେଉଥିବ। ଯେଉଁମାନେ ପଶୁ ଓ ତା’ ପ୍ରତିମୂର୍ତ୍ତିର ପୂଜା କରନ୍ତି, କିମ୍ବା ତା’ର ସଂକେତ ଧାରଣ କରନ୍ତି, ସେମାନେ ଦିବାରାତ୍ରି ସବୁବେଳେ ଅଶାନ୍ତି ଭୋଗ କରୁଥିବେ।”


ସେମାନେ ବାର୍ତ୍ତା ଘୋଷଣା ଶେଷ କରିବା ପରେ ପାତାଳପୁରୀରୁ ଏକ ପଶୁ ଉଠି ଆସି ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବ।


ଅଳ୍ପ ସମୟ ପରେ ଜଗତ ମୋତେ ଆଉ ଦେଖିବ ନାହିଁ, କିନ୍ତୁ ତୁମ୍ଭେମାନେ ଦେଖିବ ଏବଂ ଯେହେତୁ ମୁଁ ଚିରଞ୍ଜୀବୀ, ତୁମେ ମଧ୍ୟ ମୋ’ ସହିତ ଜୀବିତ ରହିବ।


ପଶୁଟି ଦିନେ ବଞ୍ଚିଥିଲା; ଏବେ ଆଉ ବଞ୍ଚି ନାହିଁ, କିନ୍ତୁ ଅତି ଶୀଘ୍ର ପାତାଳପୁରୀରୁ ଉଠି ଆସିବ ଏବଂ ଆଉ ଥରେ ବିନଷ୍ଟ ହେବ। ସୃଷ୍ଟିର ଆଦ୍ୟରୁ ଯେଉଁମାନଙ୍କର ନାମ ଜୀବନ ପୁସ୍ତକରେ ଲେଖାଯାଇ ନାହିଁ, ପୃଥ୍ୱୀବାସୀ ସେହି ସମସ୍ତେ ପଶୁଟିକୁ ଦେଖି ଆଚମ୍ବିତ ହେବେ। ସେ ଦିନେ ଜୀବିତ ଥିଲା, ଏବେ ଆଉ ନାହିଁ, କିନ୍ତୁ ପୁଣି ଥରେ ତା’ର ଆବିର୍ଭାବ ହେବ।


ତାହାପରେ ସପ୍ତମ ଦୂତ ତାଙ୍କର ତୂରୀ ବଜାଇଲେ ଏବଂ ସ୍ୱର୍ଗରେ ଉଚ୍ଚ ଧ୍ୱନି ସହ ଏହି ବାଣୀ ଶୁଣାଗଲା! “ଆମ ପ୍ରଭୁ ଓ ତାଙ୍କ ମସୀହ ପୃଥିବୀ ଉପରେ ରାଜତ୍ୱ କରିବା ଅଧିକାର ବର୍ତ୍ତମାନ ନିଜ ହାତକୁ ନେଇଛନ୍ତି। ସେ ଏଣିକି ଚିରକାଳ ରାଜତ୍ୱ କରିବେ।”


କିନ୍ତୁ ସାଢ଼େ ତିନି ଦିନ ପରେ ଈଶ୍ୱରଙ୍କଠାରୁ ପ୍ରାଣବାୟୁ ଆସି ସେମାନଙ୍କ ଶରୀରରେ ପ୍ରବେଶ କଲା ଏବଂ ସେମାନେ ଉଠି ଠିଆ ହେଲେ। ଯେଉଁମାନେ ଏହି ଘଟଣା ଦେଖିଲେ, ସେମାନେ ଆତଙ୍କିତ ହେଲେ।


ଚଟବସ୍ତ୍ର ପିନ୍ଧିଥିବା ମୋର ଦୁଇଜଣ ସାକ୍ଷୀଙ୍କୁ ମୁଁ ପଠାଇବି। ସେମାନେ ସେହି ଏକ ସହସ୍ର ଦୁଇ ଶତ ଷାଠିଏ ଦିନ ଯାଏ ଈଶ୍ୱରଙ୍କ ବାର୍ତ୍ତା ଘୋଷଣା କରିବେ।”


କାରଣ ସେମାନେ ପରିତ୍ୟକ୍ତ ହେବା ଦ୍ୱାରା ଈଶ୍ୱରଙ୍କ ସହିତ ସମଗ୍ର ମାନବ ଜାତିର ବନ୍ଧୁତା ସ୍ଥାପନ ହୋଇଛି। ତାହାହେଲେ, ଯଦି ଈଶ୍ୱର ସମୁଦାୟ ଇହୁଦୀ ଜାତିକୁ ଗ୍ରହଣ କରନ୍ତି, ତାହାର ଫଳ କଅଣ ହେବ? ତା’ ହେବ ମୃତ ବ୍ୟକ୍ତି ସଞ୍ଜୀବିତ ହେବା ସଦୃଶ।


ସେ ଭାବବାଦୀ ଏଲିୟଙ୍କ ପରି ବଳିଷ୍ଠ ଓ ଶକ୍ତିଶାଳୀ ହୋଇ ପ୍ରଭୁଙ୍କ ଅଗ୍ରଦୂତ ହେବେ। ସେ ପିତା ଓ ସନ୍ତାନମାନଙ୍କୁ ପୁନର୍ମିଳିତ କରାଇବେ, ଅବାଧ୍ୟ ଲୋକମାନଙ୍କୁ ଧାର୍ମିକମାନଙ୍କ ଚିନ୍ତାଧାରା ଆଡ଼କୁ ଫେରାଇ ଆଣିବେ ଏବଂ ପ୍ରଭୁଙ୍କ ପାଇଁ ତାଙ୍କ ଲୋକମାନଙ୍କୁ ପ୍ରସ୍ତୁତ କରିବେ।”


ସେମାନେ ଯୀଶୁଙ୍କୁ ପଚାରିଲେ, “ଏଲିୟ ପ୍ରଥମେ ଆସିବେ ବୋଲି ଆମ ଧର୍ମଶାସ୍ତ୍ର ଗୁରୁମାନେ କାହିଁକି କହନ୍ତି?”


ତେଣୁ ଯୋହନଙ୍କ ମୁଣ୍ଡ କାଟି ଆଣିବା ପାଇଁ ସେ ସଙ୍ଗେ ସଙ୍ଗେ ପ୍ରହରୀକୁ ପଠାଇଥିଲେ।


ହେରୋଦ ଯୀଶୁଙ୍କ ବିଷୟ ଶୁଣି କହିଲେ, “ସେ ନିଶ୍ଚୟ ଜଳଦୀକ୍ଷାଦାତା ଯୋହନ। ମୁଁ ତାଙ୍କର ଶିରଛେଦନ କରାଇଥିଲି, କିନ୍ତୁ ସେ ପୁଣି ଥରେ ବଞ୍ôଚ ଉଠିଛନ୍ତି।”


ସେତେବେେଳେ ଅନେକେ ସେମାନଙ୍କର ବିଶ୍ୱାସ ହରାଇବେ, ପରସ୍ପରକୁ ଘୃଣା କରି ପରସ୍ପର ପ୍ରତି ବିଶ୍ୱାସଘାତକତା କରିବେ।


ତା’ହେଲେ, ତୁମେ ଆଶୀର୍ବାଦ ପାଇବ, କାରଣ ପ୍ରତିଦାନ ଦେବାକୁ ସେମାନେ ଅକ୍ଷମ। ଧାର୍ମିକ ଲୋକାମନେ ମୃତ୍ୟୁରୁ ଉଠିବା ଦିନ ଈଶ୍ୱର ତୁମକୁ ପ୍ରତିଦାନ ଦେବେ।”


ପୁଣି ଯୋହନ ନିଜେ ଯାହା ସବୁ ଦେଖିଛନ୍ତି, ତାହା ଏଥିରେ ପ୍ରକାଶ କରିଛନ୍ତି। ଏହି ବିବରଣୀରେ ଈଶ୍ୱରଙ୍କ ବାର୍ତ୍ତା ଓ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ପ୍ରକାଶିତ ସତ୍ୟ ସନ୍ନିବେଶିତ।


ଯେଉଁମାନେ ବିଜୟ ଲାଭ କରିବେ ଓ ଶେଷ ପର୍ଯ୍ୟନ୍ତ ମୋର ଇଚ୍ଛାନୁରୂପ କାର୍ଯ୍ୟ କରିବେ, ମୁଁ ପିତାଙ୍କ ନିକଟରୁ ଯେଉଁ କ୍ଷମତା ପାଇଅଛି, ତାହା ସେମାନଙ୍କୁ ପ୍ରଦାନ କରିବି।


ପୁଣି ସିଂହାସନର ଚତୁର୍ଦ୍ଦିଗରେ ବୃତ୍ତାକାରର ପଡ଼ିଥିବା ଅନ୍ୟ ଚବିଶଟି ସିଂହାସନରେ ଚବିଶ ଜଣ ବୟୋଜ୍ୟେଷ୍ଠ ମଣ୍ଡଳୀ ନେତା ଉପବିଷ୍ଟ ଥିଲେ। ସେମାନେ ଶୁକ୍ଲ ବସ୍ତ୍ରପରିହିତ ଓ ସେମାନଙ୍କ ମସ୍ତକ ଉପରେ ସୁବର୍ଣ୍ଣ ମୁକୁଟ।


ସେମାନଙ୍କୁ ଉଚ୍ଚ ସ୍ୱରରେ କହିଲେ, “ଆମେ ଯେ ପର୍ଯ୍ୟନ୍ତ ଈଶ୍ୱରଙ୍କ ସେବକମାନଙ୍କ କପାଳରେ ମୋହର ମାରି ନାହୁଁ, ସେ ପର୍ଯ୍ୟନ୍ତ ପୃଥିବୀ, ସମୁଦ୍ର ବା ବୃକ୍ଷମାନଙ୍କର କୌଣସି କ୍ଷତି କର ନାହିଁ।”


Swiv nou:

Piblisite


Piblisite