Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 21:9 - ପବିତ୍ର ବାଇବଲ (CL) NT (BSI)

9 ସପ୍ତ ଅନ୍ତିମ ମହାମାରୀପୂର୍ଣ୍ଣ ସପ୍ତ ପାତ୍ର ଧରିଥିବା ସପ୍ତ ଦୂତଙ୍କ, ମଧ୍ୟରୁ ଜଣେ ମୋ’ ନିକଟକୁ ଆସି କହିଲେ, “ଆସ, ମେଷଶାବକଙ୍କ ପତ୍ନୀ ନବବଧୂଙ୍କୁ ଦେଖିବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ତତ୍ପରେ ଯେଉଁ ସପ୍ତ ଦୂତ ଶେଷ ସପ୍ତ କ୍ଳେଶରେ ପରିପୂର୍ଣ୍ଣ ସପ୍ତ ପାତ୍ର ଧରିଥିଲେ, ସେମାନଙ୍କ ମଧ୍ୟରୁ ଜଣେ ଆସି ମୋତେ କହିଲେ, ଏଠାକୁ ଆସ, ମୁଁ ତୁମ୍ଭକୁ ସେହି କନ୍ୟା, ଅର୍ଥାତ୍, ମେଷଶାବକଙ୍କ ଭାର୍ଯ୍ୟାକୁ ଦେଖାଇବି।

Gade chapit la Kopi

ଓଡିଆ ବାଇବେଲ

9 ତତ୍ପରେ ଯେଉଁ ସପ୍ତ ଦୂତ ଶେଷ ସପ୍ତ କ୍ଲେଶରେ ପରିପୂର୍ଣ୍ଣ ସପ୍ତ ପାତ୍ର ଧରିଥିଲେ, ସେମାନଙ୍କ ମଧ୍ୟରୁ ଜଣେ ଆସି ମୋତେ କହିଲେ, ଏଠାକୁ ଆସ, ମୁଁ ତୁମ୍ଭକୁ ସେହି କନ୍ୟା, ଅର୍ଥାତ୍ ମେଷଶାବକଙ୍କ ଭାର୍ଯ୍ୟାକୁ ଦେଖାଇବି ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତତ୍ପରେ ଯେଉଁ ସପ୍ତ ଦୂତ ଶେଷ ସପ୍ତ କ୍ଲେଶରେ ପରିପୂର୍ଣ୍ଣ ସପ୍ତ ପାତ୍ର ଧରିଥିଲେ, ସେମାନଙ୍କ ମଧ୍ୟରୁ ଜଣେ ଆସି ମୋତେ କହିଲେ, ଏଠାକୁ ଆସ, ମୁଁ ତୁମ୍ଭକୁ ସେହି କନ୍ୟା, ଅର୍ଥାତ୍‍ ମେଷଶାବକଙ୍କ ଭାର୍ଯ୍ୟାକୁ ଦେଖାଇବି।

Gade chapit la Kopi

ପବିତ୍ର ବାଇବଲ

9 ତା'ପରେ ସାତ ଜଣ ସ୍ୱର୍ଗଦୂତଙ୍କ ମଧ୍ୟରୁ ଯେଉଁମାନଙ୍କ ପାଖରେ ସାତୋଟି ଶେଷ କ୍ଳେଶର ସାତ ପାତ୍ର ଥିଲା, ସେହିମାନଙ୍କ ମଧ୍ୟରୁ ଜଣେ ମୋ’ ପାଖକୁ ଆସିଲେ। ସେହି ସ୍ୱର୍ଗଦୂତ ମୋତେ କହିଲେ, “ମୋ’ ସହିତ ଆସ। ମୁଁ ତୁମ୍ଭକୁ ବଧୂକୁ ଦେଖାଇବି। ସେ ମେଷଶାବକଙ୍କର ସ୍ତ୍ରୀ।

Gade chapit la Kopi




ପ୍ରକାଶିତ 21:9
10 Referans Kwoze  

ପୁଣି ଏକ ପବିତ୍ର ନଗରୀ, ନୂତନ ଯିରୁଶାଲମ, କନ୍ୟା ବେଶରେ ସଜ୍ଜିତା ହୋଇ ସ୍ୱର୍ଗରୁ ଈଶ୍ୱରଙ୍କ ନିକଟରୁ ପୃଥିବୀ ଉପରକୁ ଅବତରଣ କଲା।


ଆସ, ଆନନ୍ଦ ଓ ଉଲ୍ଲାସ କରିବା, ତାଙ୍କ ମହନୀୟତାର ପ୍ରଶସ୍ତି କରିବା। ମେଷଶାବକଙ୍କ ବିବାହ ଉତ୍ସବ ଉପସ୍ଥିତ, ତାଙ୍କର କନ୍ୟା ସେଥିପାଇଁ ନିଜକୁ ପ୍ରସ୍ତୁତ କରିଛନ୍ତି।


ତାହାପରେ ସପ୍ତ ପାତ୍ରଧାରୀ ସପ୍ତ ଦୂତ ମଧ୍ୟରୁ ଜଣେ ମୋ’ ନିକଟକୁ ଆସି କହିଲେ, “ଆସ! ଏକାଧିଖ ନଦୀ ନିକଟରେ ନିର୍ମିତ ବେଶ୍ୟା ସଦୃଶ ସେହି ମହାନଗରୀ କି ଶାସ୍ତି ପାଇବ, ତାହା ଦେଖାଇବି।


ଯାହା ସବୁ ଅତି ଶୀଘ୍ର ଘଟିବାକୁ ଯାଉଛି, ଈଶ୍ୱର ଯୀଶୁ ଖ୍ରୀଷ୍ଟଙ୍କ ନିକଟରେ ପ୍ରକାଶ କରିଥିବା ତାହାର ଏକ ବିବରଣୀ ଏହି ପୁସ୍ତକରେ ଲିପିବଦ୍ଧ ହୋଇଛି। ସେହି ସମସ୍ତ ବିଷୟ ତାଙ୍କର ଦାସମାନଙ୍କୁ ଜଣାଇବା ନିମନ୍ତେ ଖ୍ରୀଷ୍ଟ ଜଣେ ସ୍ୱର୍ଗଦୂତଙ୍କୁ ପ୍ରେରଣ କରି ତାଙ୍କ ଦାସ ଯୋହନଙ୍କୁ ତାହା ଅବଗତ କରାଇଲେ।


ଦୂତ ପ୍ରାଚୀରର ଉଚ୍ଚତା ମଧ୍ୟ ମାପିଲେ। ତାହା ଷାଠିଏ ମିଟର ଥିଲା।


ନୂତନ ପୃଥିବୀରେ ସ୍ଫଟିକ ପରି ସ୍ୱଚ୍ଛ ଜୀବନ-ଜଳର ଗୋଟିଏ ନଦୀ ଦୂତ ମୋତେ ଦେଖାଇଲେ। ଏହି ନଦୀ ଈଶ୍ୱର ଓ ମେଷଶାବକଙ୍କ ସିଂହାସନରୁ ନିର୍ଗତ ହୋଇ


ଦୂତ ମୋତେ କହିଲେ, “ଏହି ସବୁ କଥା ସତ୍ୟ ଓ ନିର୍ଭରଯୋଗ୍ୟ। ଯାହା ଯାହା ଅତି ଶୀଘ୍ର ଘଟିବ, ତାହା ତାଙ୍କର ସେବକମାନଙ୍କୁ ଜଣାଇବା ପାଇଁ ଭାବବାଦୀମାନଙ୍କୁ ଆତ୍ମିକ ଜ୍ଞାନ ଦେଉଥିବା ଈଶ୍ୱର ତାଙ୍କର ଦୂତଙ୍କୁ ପ୍ରେରଣ କରିଛନ୍ତି।”


ପବିତ୍ରାତ୍ମା ଓ ସେହି ନବବଧୂ କହୁଛନ୍ତି: “ଆସନ୍ତୁ”! ଶ୍ରବଣକାରୀ ପ୍ରତ୍ୟେକେ ମଧ୍ୟ କହିବେ: “ଆସନ୍ତୁ।” ଯେ କେହି ତୃଷିତ, ସେ ଆସୁ। ଜୀବନପ୍ରଦାୟୀ ଜଳ ପାନ କରିବାକୁ ଯେ ଇଚ୍ଛୁକ, ସେ ଆସି ବିନାମୂଲ୍ୟରେ ତାହା ଗ୍ରହଣ କରୁ।


Swiv nou:

Piblisite


Piblisite