Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 22:17 - ପବିତ୍ର ବାଇବଲ (CL) NT (BSI)

17 ପବିତ୍ରାତ୍ମା ଓ ସେହି ନବବଧୂ କହୁଛନ୍ତି: “ଆସନ୍ତୁ”! ଶ୍ରବଣକାରୀ ପ୍ରତ୍ୟେକେ ମଧ୍ୟ କହିବେ: “ଆସନ୍ତୁ।” ଯେ କେହି ତୃଷିତ, ସେ ଆସୁ। ଜୀବନପ୍ରଦାୟୀ ଜଳ ପାନ କରିବାକୁ ଯେ ଇଚ୍ଛୁକ, ସେ ଆସି ବିନାମୂଲ୍ୟରେ ତାହା ଗ୍ରହଣ କରୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ଆତ୍ମା ଓ କନ୍ୟା କହନ୍ତି, ଆସ। ପୁଣି ଯେ ଶୁଣେ, ସେ କହୁ, ଆସ। ଯେ ତୃଷାର୍ତ୍ତ, ସେ ଆସୁ; ଯେ ଇଚ୍ଛା କରେ, ସେ ବିନାମୂଲ୍ୟରେ ଜୀବନଦାୟକ ଜଳ ପାନ କରୁ।

Gade chapit la Kopi

ଓଡିଆ ବାଇବେଲ

17 ଆତ୍ମା ଓ କନ୍ୟା କହନ୍ତି, ଆସ। ପୁଣି, ଯେ ଶୁଣେ, ସେ କହୁ, ଆସ । ଯେ ତୃଷାର୍ତ୍ତ, ସେ ଆସୁ; ଯେ ଇଚ୍ଛା କରେ, ସେ ବିନାମୂଲ୍ୟରେ ଜୀବନଦାୟକ ଜଳ ପାନ କରୁ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଆତ୍ମା ଓ କନ୍ୟା କହନ୍ତି, ଆସ। ପୁଣି, ଯେ ଶୁଣେ, ସେ କହୁ, ଆସ। ଯେ ତୃଷାର୍ତ୍ତ, ସେ ଆସୁ; ଯେ ଇଚ୍ଛା କରେ, ସେ ବିନାମୂଲ୍ୟରେ ଜୀବନଦାୟକ ଜଳ ପାନ କରୁ।

Gade chapit la Kopi

ପବିତ୍ର ବାଇବଲ

17 ଆତ୍ମା ଓ କନ୍ୟା କହନ୍ତି, “ଆସ!” ଏସବୁ ଶୁଣୁଥିବା ପ୍ରତ୍ୟେକ ଲୋକ ମଧ୍ୟ କହୁ, “ଆସ!” ଯେ ତୃଷାର୍ତ୍ତ, ସେ ଆସୁ; ଯେ ଇଚ୍ଛା କରେ, ସେ ବିନା ମୂଲ୍ୟରେ ଜୀବନର ଜଳପାନ କରିପାରେ।

Gade chapit la Kopi




ପ୍ରକାଶିତ 22:17
29 Referans Kwoze  

କିନ୍ତୁ ମୁଁ ଯେଉଁ ଜଳ ଦିଏ, ତାହା ଯେ ପାନ କରିବ, ସେ ଆଉ କେବେ ତୃଷାର୍ତ୍ତ ହେବ ନାହିଁ, ବରଂ ମୁଁ ଦେଉଥିବା ଜଳ ତା’ ଅନ୍ତରରେ ଗୋଟିଏ ଜୀବନ ପ୍ରଦାୟୀ ନିର୍ଝରରେ ପରିଣତ ହେବ। ସେଥିରୁ ପାନ କଲେ, ସେ ଅନନ୍ତ ଜୀବନ ପାଇବ।”


ଆହୁରି ମଧ୍ୟ ସେ କହିଲେ, “କାର୍ଯ୍ୟ ସମ୍ପନ୍ନ ହୋଇଛି। ମୁଁ କ ଓ କ୍ଷ, ଆଦି ଓ ଅନ୍ତ। ଯେ ତୃଷାର୍ତ୍ତ, ଜୀବନ ରୂପକ ଜଳ ନିର୍ଝରରୁ ମୁଁ ତାକୁ ବିନା ମୂଲ୍ୟରେ ପାନ କରିବାକୁ ଦେବି।


ଉତ୍ସବର ଶେଷ ଦିବସରେ ଯୀଶୁ ଠିଆ ହୋଇ ଉଚ୍ଚ ସ୍ୱରରେ କହିଲେ: “ଯେ ତୃଷାର୍ତ୍ତ, ସେ ମୋ’ ପାଖକୁ ଆସି ପାନ କରୁ।


ଯୀଶୁ ତାଙ୍କୁ କହିଲେ: “ଈଶ୍ୱର କ’ଣ ଦେଇ ପାରନ୍ତି, ତୁମେ ଯଦି ଜାଣି ଥାଆନ୍ତି ଏବଂ କିଏ ତୁମ ହାତରୁ ପିଇବାକୁ ଚାହୁଁଛନ୍ତି, ତାଙ୍କୁ ଯଦି ଜାଣି ଥାଆନ୍ତ, ତୁମେ ତାଙ୍କୁ ମାଗନ୍ତ ଓ ସେ ତୁମକୁ ଜୀବନ ପ୍ରଦାୟୀ ଜଳ ଦେଇ ଥାଆନ୍ତେ।”


ନୂତନ ପୃଥିବୀରେ ସ୍ଫଟିକ ପରି ସ୍ୱଚ୍ଛ ଜୀବନ-ଜଳର ଗୋଟିଏ ନଦୀ ଦୂତ ମୋତେ ଦେଖାଇଲେ। ଏହି ନଦୀ ଈଶ୍ୱର ଓ ମେଷଶାବକଙ୍କ ସିଂହାସନରୁ ନିର୍ଗତ ହୋଇ


ସପ୍ତ ଅନ୍ତିମ ମହାମାରୀପୂର୍ଣ୍ଣ ସପ୍ତ ପାତ୍ର ଧରିଥିବା ସପ୍ତ ଦୂତଙ୍କ, ମଧ୍ୟରୁ ଜଣେ ମୋ’ ନିକଟକୁ ଆସି କହିଲେ, “ଆସ, ମେଷଶାବକଙ୍କ ପତ୍ନୀ ନବବଧୂଙ୍କୁ ଦେଖିବ।”


ପୁଣି ଏକ ପବିତ୍ର ନଗରୀ, ନୂତନ ଯିରୁଶାଲମ, କନ୍ୟା ବେଶରେ ସଜ୍ଜିତା ହୋଇ ସ୍ୱର୍ଗରୁ ଈଶ୍ୱରଙ୍କ ନିକଟରୁ ପୃଥିବୀ ଉପରକୁ ଅବତରଣ କଲା।


କିନ୍ତୁ ଈଶ୍ୱର ଖ୍ରୀଷ୍ଟଯୀଶୁଙ୍କ ଦ୍ୱାରା ବିନା ମୂଲ୍ୟରେ ଯେଉଁ ଅନୁଗହ ଦାନ ଦେଇଛନ୍ତି, ତାହା ଯେଉଁମାନେ ଗ୍ରହଣ କରନ୍ତି, ସେମାନଙ୍କୁ ପ୍ରଭୁ ଯୀଶୁ ପରିତ୍ରାଣ ଦିଅନ୍ତି ଓ ସେମାନେ ଈଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ହୁଅନ୍ତି।


“ମୁଁ ଯୀଶୁ। ମଣ୍ଡଳୀମାନଙ୍କରେ ତୁମ୍ଭମାନଙ୍କ ଉପକାରାର୍ଥେ ଏସବୁ ବିଷୟ ଘୋଷଣା କରିବା ପାଇଁ ମୋର ଦୂତକୁ ପ୍ରେରଣ କରିଛି। ମୁଁ ଦାଉଦଙ୍କ ବଂଶଧର। ମୁଁ ସେହି ଉଜ୍ଜ୍ୱଳ ପ୍ରଭାତୀ ତାରା।”


“ଶୁଣିବାକୁ କାନ ଥିଲେ, ମଣ୍ଡଳୀଗୁଡ଼ିକୁ ପବିତ୍ର ଆତ୍ମା କଅଣ କହୁଅଛନ୍ତି, ଶୁଣ!” “ଯେଉଁମାନେ ବିଜୟ ଲାଭ କରିବେ, ମୁଁ ସେମାନଙ୍କୁ ଈଶ୍ୱରଙ୍କ ଉଦ୍ୟାନରେ ଫଳୁଥିବା ଜୀବନ ବୃକ୍ଷର ଫଳ ଖାଇବା ପାଇଁ ଅଧିକାର ଦେବି।


ଆମେ ଜାଗତିକ ଆତ୍ମା ପ୍ରାପ୍ତ ହୋଇ ନାହୁଁ। କିନ୍ତୁ ଈଶ୍ୱରପ୍ରଦତ୍ତ ସମସ୍ତ ବିଷୟ ଜାଣି ପାରିବା ନିମନ୍ତେ ଈଶ୍ୱରପ୍ରେରିତ ଆତ୍ମାଙ୍କୁ ଗ୍ରହଣ କରିଛୁ।


“ଜଣେ ଲୋକଙ୍କୁ ଦେଖିବ ଆସ। ମୁଁ ଜୀବନରେ ଯାହା କରିଛି, ସେ ମୋତେ ସବୁ କହି ଦେଇଛନ୍ତି। ଏ ମସୀହ ହୋଇଥିବେ ପରା!”


ସ୍ତ୍ରୀ ଲୋକଟି କହିଲା, “ଆଜ୍ଞା, ଆପଣଙ୍କ ପାଖରେ ତ ପାଣି କାଢ଼ିବା ପାଇର୍ ପାତ୍ର ନାହିଁ, ପୁଣି ଏ କୂଅ ବଡ଼ ଗଭୀର। କେଉଁଠାରୁ ଆପଣ ସେହି ଜଳ ପାଇବେ?


କାରଣ, ସିଂହାସନ ମଧ୍ୟଭାଗରେ ଉପବିଷ୍ଟ ମେଷଶାବକ ସେମାନଙ୍କର ମେଷପାଳକ ହେବେ। ସେ ଜୀବନଦାୟକ ଜଳର ଉତ୍ସ ନିକଟକୁ ସେମାନଙ୍କୁ ପଥ କଢ଼ାଇ ନେବେ ଏବଂ ଈଶ୍ୱର ସେମାନଙ୍କ ଚକ୍ଷୁରୁ ସମସ୍ତ ଲୋତକ ପୋଛି ଦେବେ।”


ଅନନ୍ତର ମୁଁ ଶୁଣିଲି, ସ୍ୱର୍ଗରୁ ଏକ ବାଣୀ ଉଚ୍ଚାରିତ ହେଉଛି: “ଏହି କଥା ଲେଖ: ଯେଉଁମାନେ ଏଣିକି ପ୍ରଭୁଙ୍କ ସେବା କରି ମୃତ୍ୟୁବରଣ କରିବେ, ସେମାନେ ଧନ୍ୟ।” ପୁଣି ମୁଁ ଶୁଣିଲି, ପରମାତ୍ମା କହୁଛନ୍ତି, “ଏହା ନିଶ୍ଚୟ ଘଟିବ। କଠିନ ପରିଶ୍ରମ ସହ ସେବାର ଫଳ ସ୍ୱରୂପ, ସେମାନେ ବିଶ୍ରାମ ଉପଭୋଗ କରିବେ।”


ଏହା ଶୁଣି ସେହି ଦୁଇ ଶିଷ୍ୟ ଯୀଶୁଙ୍କୁ ଅନୁସରଣ କଲେ।


Swiv nou:

Piblisite


Piblisite