Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 22:3 - ପବିତ୍ର ବାଇବଲ (CL) NT (BSI)

3 ଈଶ୍ୱରଙ୍କ ଅଭିଶାପର ପାତ୍ର କୌଣସି ବିଷୟ ସେହି ନଗରୀରେ ଦେଖିବାକୁ ମିଳିବ ନାହିଁ। ଈଶ୍ୱର ଓ ମେଷଶାବକଙ୍କ ସିଂହାସନ ସେହି ନଗରୀ ମଧ୍ୟରେ ରହିବ ଏବଂ ସେଠାରେ ତାଙ୍କ ସେବକମାନେ ତାଙ୍କର ଆରାଧନା କରିବେ!

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 କୌଣସି ଅଭିଶପ୍ତ ବିଷୟ ଆଉ ରହିବ ନାହିଁ। ଈଶ୍ଵର ଓ ମେଷଶାବକଙ୍କ ସିଂହାସନ ନଗରୀ ମଧ୍ୟରେ ରହିବ, ଆଉ ତାହାଙ୍କ ଦାସମାନେ ତାହାଙ୍କର ଉପାସନା କରିବେ।

Gade chapit la Kopi

ଓଡିଆ ବାଇବେଲ

3 କୌଣସି ଅଭିଶପ୍ତ ବିଷୟ ଆଉ ରହିବ ନାହିଁ । ଈଶ୍ୱର ଓ ମେଷଶାବକଙ୍କ ସିଂହାସନ ନଗରୀ ମଧ୍ୟରେ ରହିବ, ଆଉ ତାହାଙ୍କ ଦାସମାନେ ତାହାଙ୍କର ଉପାସନା କରିବେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 କୌଣସି ଅଭିଶପ୍ତ ବିଷୟ ଆଉ ରହିବ ନାହିଁ। ଈଶ୍ବର ଓ ମେଷଶାବକଙ୍କ ସିଂହାସନ ନଗରୀ ମଧ୍ୟରେ ରହିବ, ଆଉ ତାହାଙ୍କ ଦାସମାନେ ତାହାଙ୍କର ଉପାସନା କରିବେ।

Gade chapit la Kopi

ପବିତ୍ର ବାଇବଲ

3 ସେଠାରେ ପରମେଶ୍ୱରଙ୍କ ଦ୍ୱାରା ବିଗ୍ଭରିତ ଦୋଷୀ ବିଷୟ ରହିବ ନାହିଁ। ପରମେଶ୍ୱର ଓ ମେଷଶାବକଙ୍କ ସିଂହାସନ ସେଠାରେ ରହିବ। ତାହାଙ୍କର ସେବକମାନେ ତାହାଙ୍କୁ ଉପାସନା କରିବେ।

Gade chapit la Kopi




ପ୍ରକାଶିତ 22:3
20 Referans Kwoze  

ମାଲିକ ଖୁସି ହୋଇ କହିଲେ, ‘ଠିକ୍ କରିଛ, ତୁମେ ମୋର ଉପଯୁକ୍ତ ଓ ବିଶ୍ୱସ୍ତ ଦାସ। ତୁମେ ବିଶ୍ୱସ୍ତ ଭାବରେ ଅଳ୍ପ ଧନର କାରବାର କରିପାରିଥିବାରୁ ତୁମ ହାତରେ ବହୁତ ଧନ ଛାଡ଼ି ଦେବି। ଆସ, ମୋ’ ସହିତ ଆନନ୍ଦ କର।’


ଯେ ମୋର ସେବକ ହେବାକୁ ଚାହେଁ, ସେ ମୋର ଅନୁଗମନ କରୁ, ତାହାହେଲେ ମୁଁ ଯେଉଁଠାରେ ଥାଏ, ମୋର ସେବକ ମଧ୍ୟ ସେହିଠାରେ ରହିବ ଏବଂ ସେ ମୋ’ ପିତାଙ୍କ ନିକଟରେ ସମ୍ମାନିତ ହେବ।


ମୁଁ ଯାଇ ତୁମ ପାଇଁ ସ୍ଥାନ ପ୍ରସ୍ତୁତ କରିବା ପରେ, ଫେରିଆସି ତୁମ୍ଭମାନଙ୍କୁ ମୋ’ ନିକଟକୁ ନେଇଯିବି। ତା’ହେଲେ ମୋର ରହିବା ସ୍ଥାନରେ ତୁମ୍ଭେମାନେ ମଧ୍ୟ ରହିବ।


“ତା’ପରେ ବାମ ପାଶ୍ୱର୍ରେ ଥିବା ଲୋକମାନଙ୍କୁ ସେ କହିବେ, ‘ଆରେ ଅଭିଶପ୍ତଦଳ! ମୋ’ ସମ୍ମୁଖରୁ ଦୂର ହୁଅ। ଶୟତାନ ଓ ତା’ର ଅନୁଚରମାନଙ୍କ ପାଇଁ ଯେଉଁ ଚିର ଜ୍ୱଳନ୍ତ ଅଗ୍ନି ପ୍ରସ୍ତୁତ ହୋଇ ରହିଛି, ସେଠାକୁ ଯାଅ।


“ପିତା! ତୁମେ ସେମାନଙ୍କୁ ମୋ’ ହାତରେ ଦେଇଛ। ମୁଁ ଚାହେଁ; ଯେଉଁଠାରେ ମୁଁ ରହିବି, ସେମାନେ ସେଠାରେ ମୋ’ ସଙ୍ଗରେ ରହି ତୁମେ ମୋତେ ଦେଇଥିବା ଗୌରବ ଦେଖନ୍ତୁ, କାରଣ ଜଗତର ସୃଷ୍ଟି ପୂର୍ବରୁ ତୁମେ ମୋତେ ପ୍ରେମ କରିଥିଲ।


ଏହାପରେ ମୁଁ ଚାହିଁ ଦେଖିଲି, ଗୋଟିଏ ବିରାଟ ଜନତା; ତା’ର ସଂଖ୍ୟା ଗଣନାତୀତ। ସେମାନେ ପ୍ରତ୍ୟେକ ଜାତି, ଗୋଷ୍ଠୀ, ରାଷ୍ଟ୍ର ଓ ଭାଷାବାଦୀମାନଙ୍କ ମଧ୍ୟରୁ ଆସିଥିଲେ। ସେମାନେ ଶୁକ୍ଲ ବସ୍ତ୍ର ପରିଧାନ କରି ଓ ହସ୍ତରେ ଖଜୁରୀ ଡ଼ାଳ ଧରି, ସିଂହାସନ ଓ ମେଷଶାବକଙ୍କ ସମ୍ମୁଖରେ ଠିଆ ହୋଇଥିଲେ।


ସେମାନେ ଉଚ୍ଚ ସ୍ୱରରେ କହୁଥିଲେ, “କେବଳ ସିଂହାସନୋପବିଷ୍ଟ ଈଶ୍ୱର ଓ ମେଷଶାବକ ଆମ୍ଭମାନଙ୍କର ପରିତ୍ରାଣକର୍ତ୍ତା”।


ଅତଏବ ଯଦି ଈଶ୍ୱର ମନୁଷ୍ୟପୁତ୍ର ଦ୍ୱାରା ମହିମାନ୍ୱିତ ହେବେ, ଈଶ୍ୱର ନିଜ ମହିମାରେ ମନୁଷ୍ୟପୁତ୍ରଙ୍କୁ ମହିମାନ୍ୱିତ କରିବେ। ଶୀଘ୍ର ସେ ଏହା କରିବାକୁ ଯାଉଛନ୍ତି।


Swiv nou:

Piblisite


Piblisite