Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 22:6 - ପବିତ୍ର ବାଇବଲ (CL) NT (BSI)

6 ଦୂତ ମୋତେ କହିଲେ, “ଏହି ସବୁ କଥା ସତ୍ୟ ଓ ନିର୍ଭରଯୋଗ୍ୟ। ଯାହା ଯାହା ଅତି ଶୀଘ୍ର ଘଟିବ, ତାହା ତାଙ୍କର ସେବକମାନଙ୍କୁ ଜଣାଇବା ପାଇଁ ଭାବବାଦୀମାନଙ୍କୁ ଆତ୍ମିକ ଜ୍ଞାନ ଦେଉଥିବା ଈଶ୍ୱର ତାଙ୍କର ଦୂତଙ୍କୁ ପ୍ରେରଣ କରିଛନ୍ତି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ପରେ ସେ ମୋତେ କହିଲେ, ଏହି ସମସ୍ତ ବାକ୍ୟ ବିଶ୍ଵସନୀୟ ଓ ସତ୍ୟ; ଯାହା ଯାହା ଶୀଘ୍ର ଘଟିବ, ସେହିସବୁ ଆପଣା ଦାସମାନଙ୍କୁ ଦେଖାଇବା ନିମନ୍ତେ ପ୍ରଭୁ, ଭାବବାଦୀମାନଙ୍କ ଆତ୍ମାସମୂହର ଈଶ୍ଵର, ଆପଣା ଦୂତଙ୍କୁ ପ୍ରେରଣ କରିଅଛନ୍ତିୁ।

Gade chapit la Kopi

ଓଡିଆ ବାଇବେଲ

6 ପରେ ସେ ମୋତେ କହିଲେ, ଏହି ସମସ୍ତ ବାକ୍ୟ ବିଶ୍ୱାସଯୋଗ୍ୟ ଓ ସତ୍ୟ; ଯାହା ଯାହା ଶୀଘ୍ର ଘଟିବ, ସେହି ସବୁ ଆପଣା ଦାସମାନଙ୍କୁ ଦେଖାଇବା ନିମନ୍ତେ ପ୍ରଭୁ, ଭାବବାଦୀମାନଙ୍କ ଆତ୍ମାସମୂହର ଈଶ୍ୱର, ଆପଣା ଦୂତଙ୍କୁ ପ୍ରେରଣ କରିଅଛନ୍ତି ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ପରେ ସେ ମୋତେ କହିଲେ, ଏହି ସମସ୍ତ ବାକ୍ୟ ବିଶ୍ୱାସଯୋଗ୍ୟ ଓ ସତ୍ୟ; ଯାହା ଯାହା ଶୀଘ୍ର ଘଟିବ, ସେହିସବୁ ଆପଣା ଦାସମାନଙ୍କୁ ଦେଖାଇବା ନିମନ୍ତେ ପ୍ରଭୁ, ଭାବବାଦୀମାନଙ୍କ ଆତ୍ମାସମୂହର ଈଶ୍ବର, ଆପଣା ଦୂତଙ୍କୁ ପ୍ରେରଣ କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

6 ସେ ସ୍ୱର୍ଗଦୂତ ମୋତେ କହିଲେ, “ଏହି କଥାଗୁଡ଼ିକ ସତ୍ୟ ଓ ବିଶ୍ୱାସ ଯୋଗ୍ୟ। ପ୍ରଭୁ ଭବିଷ୍ୟ‌‌ଦ୍‌‌‌‌ବକ୍ତାମାନଙ୍କ ଆତ୍ମାର ପରମେଶ୍ୱର ଅଟନ୍ତି। ଯାହା ଶୀଘ୍ର ଘଟିବ, ତାହା ତାହାଙ୍କ ସେବକମାନଙ୍କୁ ଦେଖାଇବା ପାଇଁ ପରମେଶ୍ୱର ସ୍ୱର୍ଗଦୂତଙ୍କୁ ପଠାଇଛନ୍ତି।

Gade chapit la Kopi




ପ୍ରକାଶିତ 22:6
26 Referans Kwoze  

ଯାହା ସବୁ ଅତି ଶୀଘ୍ର ଘଟିବାକୁ ଯାଉଛି, ଈଶ୍ୱର ଯୀଶୁ ଖ୍ରୀଷ୍ଟଙ୍କ ନିକଟରେ ପ୍ରକାଶ କରିଥିବା ତାହାର ଏକ ବିବରଣୀ ଏହି ପୁସ୍ତକରେ ଲିପିବଦ୍ଧ ହୋଇଛି। ସେହି ସମସ୍ତ ବିଷୟ ତାଙ୍କର ଦାସମାନଙ୍କୁ ଜଣାଇବା ନିମନ୍ତେ ଖ୍ରୀଷ୍ଟ ଜଣେ ସ୍ୱର୍ଗଦୂତଙ୍କୁ ପ୍ରେରଣ କରି ତାଙ୍କ ଦାସ ଯୋହନଙ୍କୁ ତାହା ଅବଗତ କରାଇଲେ।


ସିଂହାସନୋପବିଷ୍ଟ ବ୍ୟକ୍ତି କହିଲେ, “ହଁ, ମୁଁ ସମସ୍ତ ବିଷୟ ନୂତନ କରିଛି।” ପୁଣି ସେ ମୋତେ ନିର୍ଦ୍ଦେଶ ଦେଲେ, “ଏହି ସବୁ କଥା ଲେଖି ରଖ, କାରଣ ଏହା ସତ୍ୟ ଓ ବିଶ୍ୱସନୀୟ”।


ଅନନ୍ତର ସ୍ୱର୍ଗଦୂତ ମୋତେ କହିଲେ, “ଲେଖି ରଖ, ଯେଉଁମାନେ ମେଷଶାବକଙ୍କର ବିବାହଭୋଜିକୁ ନିମନ୍ତ୍ରିତ ହୋଇଛନ୍ତି, ସେମାନେ ଭାଗ୍ୟବାନ।” ସେ ଆହୁରି ମଧ୍ୟ କହିଲେ, “ଏହା ଈଶ୍ୱରଙ୍କର ବାଣୀ - ନିରାଟ ସତ୍ୟ।”


ଭାବବାଣୀ କେବଳ ମନୁଷ୍ୟର କଳ୍ପନାପ୍ରସୂତ ନୁହେଁ। ଈଶ୍ୱରଙ୍କ ଭକ୍ତ ଦାସମାନେ ପବିତ୍ରଆତ୍ମାଙ୍କ ଦ୍ୱାରା ପରିଚାଳିତ ହୋଇ ଈଶ୍ୱରଙ୍କଠାରୁ ପାଇଥିବା ବାର୍ତ୍ତା ପ୍ରକାଶ କରିଛନ୍ତି।


ବହୁପୂର୍ବେ ସମସ୍ତ ଭାବବାଦୀମାନଙ୍କୁ ମୁଖରେ ଈଶ୍ୱର ଘୋଷଣା କରିଥିଲେ ଯେ, ମସୀହଙ୍କୁ ଦୁଃଖଭୋଗ କରିବାକୁ ହେବ। ଏହିପରି ଭାବର ବର୍ତ୍ତମାନ ତାହା ସଫଳ ହୋଇଛି।


ବହୁ ପୂର୍ବରୁ ସେ ତାଙ୍କ ପବିତ୍ର ଭାବବାଦୀମାନଙ୍କ ମୁଖ ଦେଇ ପ୍ରତିଜ୍ଞା କରିଥିଲେ ଯେ,


ହେ ସ୍ୱର୍ଗଲୋକ! ସେ ଧ୍ୱଂସ ପାଇ ଥିବାରୁ ଆନନ୍ଦ ଉଲ୍ଲାସ କର। ହେ ସାଧୁବୃନ୍ଦ; ପ୍ରେରିତଶିଷ୍ୟ ଓ ଭାବବାଦୀଗଣ! ଉଲ୍ଲସିତ ହୁଅ, କାରଣ ତୁମ୍ଭମାନଙ୍କ ପ୍ରତି ସେ ଯାହା କରିଥିଲା, ସେଥିପାଇଁ ଈଶ୍ୱର ତାକୁ ଶାସ୍ତି ଦେଇଛନ୍ତି।


ବହୁ ପୂର୍ବେ ପବିତ୍ର ଭାବବାଦୀମାନେ ଯେଉଁସବୁ ଭାବବାଣୀ ପ୍ରକାଶ କରିଥିଲେ ଏବଂ ତ୍ରାଣକର୍ତ୍ତା ପ୍ରଭୁଙ୍କର ଯେଉଁସବୁ ଆଜ୍ଞା ତୁମ୍ଭମାନଙ୍କୁ ପ୍ରେତରିତ ଶିଷ୍ୟମାନେ ପ୍ରଦାନ କରିଛନ୍ତି, ତାହା ତୁମ୍ଭମାନଙ୍କୁ ସ୍ମରଣ କରାଇ ଦେବାକୁ ମୁଁ ଚାହେଁ।


ଆମ ଜାଗତିକ ପିତାମାନେ ଆମକୁ ଶାସ୍ତି ଦେଲେ ସୁଦ୍ଧା ଆମେ ସେମାନଙ୍କୁ ଭକ୍ତି କରୁ। ତାହାହେଲେ, ଆମ ସ୍ୱର୍ଗୀୟ ପାତାଙ୍କ ଶାସନର ବଶୀଭୂତ ହୋଇ ରହିବା କେତେ ଅଧିକ ବାଞ୍ଚାନୀୟ!


ଧର୍ମଶାସ୍ତ୍ରରେ ଉଲ୍ଲେଖ ଥିବା ଅନୁଯାୟୀ ଏହି ସୁସମାଚାର ସମ୍ପର୍କରେ ଈଶ୍ୱର ବହୁ ପୁରା କାଳରୁ ତାଙ୍କ ଭାବବାଦୀମାନଙ୍କ ଦ୍ୱାରା ପ୍ରତିଶ୍ରୁତି ଦେଇଥିଲେ।


ଯୀଶୁ କହୁଅଛନ୍ତି, “ଶୁଣ! ମୁଁ ଶୀଘ୍ର ଆସୁଛି! ଯେଉଁମାନେ ଏହି ପୁସ୍ତକରେ ପ୍ରକାଶ କରାଯାଇଥିବା ଭାବବାଣୀ ପ୍ରତି ମନୋଯୋଗୀ ହୋଇ ଆଜ୍ଞାବହ ହୁଅନ୍ତି, ସେମାନେ ଭାଗ୍ୟବାନ!”


କିନ୍ତୁ ଈଶ୍ୱରଙ୍କ ବାକ୍ୟ ପ୍ରଚାର କରିବା ଶକ୍ତି ପ୍ରଚାରକର ଆୟତ୍ତାଧୀନ ହେବା ଉଚିତ୍।


ମନୁଷ୍ୟପୁତ୍ର ତାଙ୍କ ରାଜ୍ୟରୁ ସବୁ ଦୁଷ୍କର୍ମକାରୀ ଓ ଯେଉଁମାନେ ଅନ୍ୟମାନଙ୍କୁ ପାପ କରିବାକୁ ପ୍ରବର୍ତ୍ତାଇ ଥାଆନ୍ତି, ସେମାନଙ୍କୁ ଏକତ୍ରିତ କରିବା ପାଇଁ ସ୍ୱର୍ଗଦୂତମାନଙ୍କୁ ପଠାଇବେ।


“ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନଙ୍କ ଲେଖାଗୁଡ଼ିକ ଦୀକ୍ଷାଦାତା ଯୋହନଙ୍କ ସମୟ ପର୍ଯ୍ୟନ୍ତ କାର୍ଯ୍ୟକାରୀ ହୋଇଥିଲା; ସେହି ସମୟଠାରୁ ଈଶ୍ୱରଙ୍କ ରାଜ୍ୟସଂକ୍ରାନ୍ତ ଶୁଭବାର୍ତ୍ତା ପ୍ରଚାରିତ ହୋଇଛି ଓ ସମସ୍ତେ ସେଥିରେ ପ୍ରବେଶ କରିବା ପାଇଁ ଆପ୍ରାଣ ଚେଷ୍ଟା କରୁଛନ୍ତି।


ଈଶ୍ୱର ତୁମ ଦୁଃଖ ଭୋଗର ଅବସାନ ଘଟାଇ ଆମକୁ ମଧ୍ୟ ଆଶ୍ୱସ୍ତ କରିବେ। ଈଶ୍ୱର ଏହି କାର୍ଯ୍ୟ ସାଧନ କରିବେ, ଯେତେବେଳେ ପ୍ରଭୁ ଯୀଶୁ ତାଙ୍କର ମହାପରାକ୍ରାନ୍ତ ଦୂତମାନଙ୍କ ଗହଣରେ ସ୍ୱର୍ଗରୁ ଅବତରଣ କରିବେ।


ଭାଇମାନେ, ମୁଁ ଏହି କଥା କହିବାକୁ ଇଚ୍ଛା କରୁଛି ଯେ, କାଳ ସନ୍ନିକଟ। ଆଜିଠାରୁ ବିବାହିତମାନେ ଅବିବାହିତଙ୍କ ପରି ଜୀବନ ଯାପନ କରନ୍ତୁ।


ତା’ପରେ, ଯାହା ଘଟିଥିଲା, ପିତର ତାହା ଜାଣିପାରି କହିଲେ, “ଏହା ପ୍ରକୃତରେ ସତ୍ୟ ବୋଲି ମୁଁ ଜାଣିପାରୁଛି। ହେରୋଦର କବଳରୁ ଓ ଇହୁଦୀ ଲୋକମାନେ ଯାହା ଘଟିବ ବୋଲି ଆଶା କରିଥିଲେ, ତହିଁରୁ ମୋତେ ରକ୍ଷା କରିବା ପାଇଁ ପ୍ରଭୁ ସ୍ୱର୍ଗଦୂତଙ୍କୁ ପଠାଇଥିଲେ।”


ଏହି ସମୟରେ ମୁଁ ଆଉ ଗୋଟିଏ ଦୃଶ୍ୟ ଦେଖିଲି। ସ୍ୱର୍ଗରେ ଗୋଟିଏ ଦ୍ୱାର ଖୋଲି ଯାଇଥିଲା ଏବଂ ତୂରୀ ଧ୍ୱନି ପରି ଏକ କଣ୍ଠସ୍ୱରରୁ ମୋତେ ନିର୍ଦ୍ଦେଶ ମିଳିଲା; “ଏଠାକୁ ଉଠି ଆସ। ଏହାପରେ ଯାହାସବୁ ଘଟିବାକୁ ଯାଉଛି, ତାହା ମୁଁ ତୁମକୁ ଦେଖାଇବି।”


ସପ୍ତ ଅନ୍ତିମ ମହାମାରୀପୂର୍ଣ୍ଣ ସପ୍ତ ପାତ୍ର ଧରିଥିବା ସପ୍ତ ଦୂତଙ୍କ, ମଧ୍ୟରୁ ଜଣେ ମୋ’ ନିକଟକୁ ଆସି କହିଲେ, “ଆସ, ମେଷଶାବକଙ୍କ ପତ୍ନୀ ନବବଧୂଙ୍କୁ ଦେଖିବ।”


ନୂତନ ପୃଥିବୀରେ ସ୍ଫଟିକ ପରି ସ୍ୱଚ୍ଛ ଜୀବନ-ଜଳର ଗୋଟିଏ ନଦୀ ଦୂତ ମୋତେ ଦେଖାଇଲେ। ଏହି ନଦୀ ଈଶ୍ୱର ଓ ମେଷଶାବକଙ୍କ ସିଂହାସନରୁ ନିର୍ଗତ ହୋଇ


“ମୁଁ ଯୀଶୁ। ମଣ୍ଡଳୀମାନଙ୍କରେ ତୁମ୍ଭମାନଙ୍କ ଉପକାରାର୍ଥେ ଏସବୁ ବିଷୟ ଘୋଷଣା କରିବା ପାଇଁ ମୋର ଦୂତକୁ ପ୍ରେରଣ କରିଛି। ମୁଁ ଦାଉଦଙ୍କ ବଂଶଧର। ମୁଁ ସେହି ଉଜ୍ଜ୍ୱଳ ପ୍ରଭାତୀ ତାରା।”


Swiv nou:

Piblisite


Piblisite