Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 3:17 - ପବିତ୍ର ବାଇବଲ (CL) NT (BSI)

17 ତୁମେ କହୁଛ, ‘ମୁଁ ଧନବାନ ଓ ସମୃଦ୍ଧିଶାଳୀ, ମୋର ଯାହା ପ୍ରୟୋଜନ, ସବୁ ଅଛି’; ଅଥଚ ପ୍ରକୃତରେ ତୁମେ କେଡ଼େ ଦୁର୍ଦ୍ଦଶାପନ୍ନ ଓ ଦୟନୀୟ, ଏହା ଜାଣ ନାହିଁ। ତୁମେ ଦରିଦ୍ର, ଉଲଗ୍ନ ଓ ଅନ୍ଧ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ତୁମ୍ଭେ କହୁଅଛ, ମୁଁ ଧନୀ, ମୋହର ବହୁତ ସମ୍ପତ୍ତି ଅଛି, ମୋହର କୌଣସି ଅଭାବ ନାହିଁ; ମାତ୍ର ତୁମ୍ଭେ ଯେ ଦୁର୍ଭାଗା, ଦୀନହୀନ, ଦରିଦ୍ର, ଅନ୍ଧ ଓ ଉଲଙ୍ଗ, ଏହା ଜାଣ ନାହିଁ;

Gade chapit la Kopi

ଓଡିଆ ବାଇବେଲ

17 ତୁମ୍ଭେ କହୁଅଛ, ମୁଁ ଧନୀ, ମୋହର ବହୁତ ସମ୍ପତ୍ତି ଅଛି, ମୋହର କୌଣସି ଅଭାବ ନାହିଁ; ମାତ୍ର ତୁମ୍ଭେ ଯେ ଦୁର୍ଭାଗା, ଦୀନହୀନ, ଦରିଦ୍ର, ଅନ୍ଧ ଓ ଉଲଙ୍ଗ, ଏହା ଜାଣ ନାହିଁ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ତୁମ୍ଭେ କହୁଅଛ, ମୁଁ ଧନୀ, ମୋହର ବହୁତ ସମ୍ପତ୍ତି ଅଛି, ମୋହର କୌଣସି ଅଭାବ ନାହିଁ; ମାତ୍ର ତୁମ୍ଭେ ଯେ ଦୁର୍ଭାଗା, ଦୀନହୀନ, ଦରିଦ୍ର, ଅନ୍ଧ ଓ ଉଲଗ୍ନ, ଏହା ଜାଣ ନାହିଁ;

Gade chapit la Kopi

ପବିତ୍ର ବାଇବଲ

17 ତୁମ୍ଭେ କୁହ ଯେ, ତୁମ୍ଭେ ଧନୀ। ତୁମ୍ଭର ବହୁତ ଧନ ଅଛି ଓ ତୁମ୍ଭର କୌଣସି ଅଭାବ ନାହିଁ। କିନ୍ତୁ ତୁମ୍ଭେ ଜାଣି ନାହଁ ଯେ, ତୁମ୍ଭେ ପ୍ରକୃତରେ ଅଭାଗା, ଦୟନୀୟ, ଦରିଦ୍ର ଅନ୍ଧ ଓ ଉଲଗ୍ନ।

Gade chapit la Kopi




ପ୍ରକାଶିତ 3:17
26 Referans Kwoze  

ତୁମର ଦୁର୍ଦ୍ଦଶା ସବୁ ମୋତେ ଜଣା; ମୁଁ ମଧ୍ୟ ଜାଣେ ଯେ, ତୁମେ ଦରିଦ୍ର; କିନ୍ତୁ ପ୍ରକୃତରେ ତୁମେ ଧନୀ। ଯେଉଁମାନେ ନିଜକୁ ଇହୁଦୀ ବୋଲି କହନ୍ତି, କିନ୍ତୁ ପ୍ରକୃତରେ ଇହୁଦୀ ନୁହଁନ୍ତି ଓ ଯେଉଁମାନେ ଶୟତାନର ଅନୁଗାମୀ, ସେମାନେ କିପରି ତୁମର ଅପବାଦ କରି କଥା କହିଛନ୍ତି, ତାହା ମୁଁ ଜାଣେ।


କେଡ଼େ ହତଭାଗ୍ୟ ମୁଁ! ମୃତ୍ୟୁ ମୁଖକୁ ଟାଣି ନେଉଥିବା ଏହି ଶାରୀରିକ ପ୍ରବୃତ୍ତିରୁ ମୋତେ କିଏ ଉଦ୍ଧାର କରିବ?


ସେ କ୍ଷୁଧିତମାନଙ୍କୁ ଉତ୍ତମ ଆହାରରେ ପୂର୍ଣ୍ଣ କରିଛନ୍ତି ଓ ଧନୀମାନଙ୍କୁ ଶୂନ୍ୟ ହସ୍ତରେ ଫେରାଇ ଦେଇଛନ୍ତି।


ଯୀଶୁ ସେମାନେ ପ୍ରଶ୍ନର ଉତ୍ତର ଦେଇ କହିଲେ, “ସୁସ୍ଥ ଲୋ୍ଙ୍କ ପାଇଁ ଡାକ୍ତରର ପ୍ରୟୋଜନ ନାହିଁ। କେବଳ ରୋଗୀମାନେ ଡାକ୍ତର ଆବଶ୍ୟକ କରନ୍ତି।


“ଶୁଣ! ମୁଁ ଚୋର ପରି ଆସିବି। ଯେଉଁ ବ୍ୟକ୍ତି ଜାଗ୍ରତ ରହି ଚୋର କବଳରୁ ନିଜ ଲୁଗାପଟା ସୁରକ୍ଷା କରେ, ସେ ଭାଗ୍ୟବାନ। ଉଲଙ୍ଗ ହୋଇ ବିଚରଣ କରିବା ଦ୍ୱାରା ତାକୁ ଲଜ୍ଜା ପାଇବାକୁ ପଡ଼ିବ ନାହିଁ।”


ଈଶ୍ୱର ମୋତେ ବିଶେଷ ଅନୁଗ୍ରହ ପ୍ରଦାନ କରିଥିବାରୁ ତୁମ ପ୍ରତ୍ୟେକଙ୍କୁ ମୁଁ କହୁଛି, କେହି ନିଜର ଯୋଗ୍ୟତାଠାରୁ ନିଜକୁ ଅଧିକ ମଣ ନାହିଁ। ଈଶ୍ୱର ତୁମକୁ ଦେଇଥିବା ବିଶ୍ୱାସର ପରିମାଣ ଅନୁପାତରେ ନମ୍ର ହୋଇ ନିଜ ବିଷୟରେ ବିଚାର କର।


କିନ୍ତୁ ଏହିସବୁ ଗୁଣ ଯାହାଠାରେ ନାହିଁ, ସେ ଅନ୍ଧ ଓ ଅଦୂରଦର୍ଶୀ; ତାହାର ପୂର୍ବକୃତ ସମସ୍ତ ପାପରୁ ପରିଷ୍କୃତ ହୋଇଛି ବୋଲି ସେ ଭୁଲି ଯାଇଛି।


“ଆଧ୍ୟାତ୍ମିକ ଜୀବନର ଦୀନ ଅବସ୍ଥା ଅନୁଭବ କରୁଥିବା ଲୋକମାନେ ଧନ୍ୟ, କାରଣ ସେମାନେ ସ୍ୱର୍ଗରାଜ୍ୟର ଅଧିକାରୀ।


“ହାୟ ଧାର୍ମିକ ବୃନ୍ଦ! ବର୍ତ୍ତମାନ ତୁମ୍ଭେମାନେ ସୁଖ ଭୋଗ କରୁଛ! କିନ୍ତୁ ତୁମ୍ଭମାନଙ୍କ ଶେଷ ଦଶା କେଡ଼େ ଭୟଙ୍କର!


ଭାଇମାନେ, ଏ ସମ୍ପର୍କରେ ଗୋଟିଏ ଗୁପ୍ତ ସତ୍ୟ ପ୍ରକାଶ କରୁଛି। ତା’ ଶୁରିଲେ, ତୁମ୍ଭେମାନେ ନିଜକୁ ଆଉ ଜ୍ଞାନୀ ବୋଲି ଭାବି ପାରିବ ନାହିଁ। ଇଶ୍ରାଏଲୀୟମାନଙ୍କ ଅବାଧ୍ୟତା ଚିରସ୍ଥାୟୀ ହୋଇ ରହିବ ନାହିଁ। ଅଣଇହୁଦୀମାନେ ସମସ୍ତେ ଈଶ୍ୱରଙ୍କ ନିକଟକୁ ଆସିବା ପର୍ଯ୍ୟନ୍ତ ସେମାନେ ସେପରି ରହିବେ।


ତା’ ସତ୍ୟ। ସେମାନେ ବିଶ୍ୱାସ ନ କରିବାରୁ ଛିନ୍ନ ହେଲେ। ତୁମ୍ଭେମାନେ କେବଳ ବିଶ୍ୱାସ ବଳରେ ସେହି ସ୍ଥାନ ଅଧିକାର ଅଧିକାର କରିଛ। କିନ୍ତୁ ଗର୍ବ ନ କରି ଭୟ କର।


କିନ୍ତୁ ତୁମ୍ଭେମାନେ ଶୀତଳ ବା ଉତ୍ତପ୍ତ ନ ହୋଇ ଈଷତ୍ଉଷ୍ଣ ହୋଇଥିବାରୁ, ମୁଁ ତୁମକୁ ମୋ’ ମୁଖରୁ ଉଦ୍ଗାର କରିବି!


Swiv nou:

Piblisite


Piblisite