Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 3:7 - ପବିତ୍ର ବାଇବଲ (CL) NT (BSI)

7 “ଫିଲାଦେଲ୍ଫିଆରେ ଥିବା ମଣ୍ଡଳୀର ଦୂତଙ୍କ ନିକଟକୁ ଲେଖ: “ଯେ ସର୍ବତୋ ଭାବରେ ପବିତ୍ର ଓ ସତ୍ୟ ସ୍ୱରୂପ, ତାହାଙ୍କଠାରୁ ଏହି ବାର୍ତ୍ତା ଶୁଣ। ତାଙ୍କ ନିକଟରେ ଦାଉଦଙ୍କର ଚାବି ରହିଛି, ସେ ଯେଉଁ ଦ୍ୱାର ଖୋଲନ୍ତି, ଅନ୍ୟ କେହି ତାହା ବନ୍ଦ କରି ପାରିବ ନାହିଁ ଏବଂ ସେ ଯାହା ବନ୍ଦ କରନ୍ତି, ଅନ୍ୟ କେହି ତାହା ଖୋଲି ପାରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଫିଲାଦେଲ୍ଫିଆ ମଣ୍ତଳୀର ଦୂତ ନିକଟକୁ ଲେଖ : ଯେ ପବିତ୍ର ଓ ସତ୍ୟ, ଯାହାଙ୍କ ହସ୍ତରେ ଦାଉଦଙ୍କର କଞ୍ଚି ଅଛି, ଯେ ଫିଟାଇଲେ କେହି ବନ୍ଦ କରି ନ ପାରେ, ଆଉ ବନ୍ଦ କଲେ କେହି ଫିଟାଇ ନ ପାରେ,

Gade chapit la Kopi

ଓଡିଆ ବାଇବେଲ

7 ଫିଲାଦେଲ୍‌ଫିଆ ମଣ୍ଡଳୀର ଦୂତ ନିକଟକୁ ଲେଖ:- ଯେ ପବିତ୍ର ଓ ସତ୍ୟ, ଯାହାଙ୍କ ହସ୍ତରେ ଦାଉଦଙ୍କର ଚାବି ଅଛି, ଯେ ଫିଟାଇଲେ କେହି ବନ୍ଦ କରି ନ ପାରେ, ଆଉ ବନ୍ଦ କଲେ କେହି ଫିଟାଇ ନ ପାରେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 “ଫିଲାଦେଲ୍‌ଫିଆ ମଣ୍ଡଳୀର ଦୂତ ନିକଟକୁ ଲେଖ: ଯେ ପବିତ୍ର ଓ ସତ୍ୟ, ଯାହାଙ୍କ ହସ୍ତରେ ଦାଉଦଙ୍କର ଚାବି ଅଛି, ଯେ ଫିଟାଇଲେ କେହି ବନ୍ଦ କରି ନ ପାରେ, ଆଉ ବନ୍ଦ କଲେ କେହି ଫିଟାଇ ନ ପାରେ,

Gade chapit la Kopi

ପବିତ୍ର ବାଇବଲ

7 “ଫିଲାଦେ‌‌‌‌‌‌‌‌ଲ୍‌‌‌‌‌‌‌ଫିଆସ୍ଥିତ ମଣ୍ଡଳୀର ଦୂତଙ୍କୁ ଏହା ଲେଖ: “ଯେ ପବିତ୍ର ଓ ସତ୍ୟ, ସେ ତୁମ୍ଭକୁ ଏହି କଥା ଲେଖୁଛନ୍ତି। ସେ ଦାଉଦଙ୍କ ଗ୍ଭବି ହାତରେ ଧରିଛନ୍ତି। ସେ ଯାହା ଖୋଲି ଦିଅନ୍ତି, ତାହା ବନ୍ଦ ହୋଇପାରେ ନାହିଁ।

Gade chapit la Kopi




ପ୍ରକାଶିତ 3:7
38 Referans Kwoze  

“ମୁଁ ତୁମକୁ ସ୍ୱର୍ଗରେ ମଧ୍ୟ ସେଥିପାଇଁ ଅନୁମତି ମିଳିବ।”


ମୁଁ ସ୍ୱୟଂଜୀବୀ; ମୃତ୍ୟୁ ବରଣ କରିଥିଲି, କିନ୍ତୁ ମୁଁ ଏବେ ଜୀବିତ - ଅନନ୍ତ କାଳ ଜୀବିତ ରହିବି। ମୃତ୍ୟୁ ଓ ପରଲୋକର ଚାବି ମୋ’ ହାତରେ ଅଛି।


ସେମାନେ ଉଚ୍ଚ ସ୍ୱରରେ ଚିକ୍ରାର କରି କହୁଥିଲେ, “ସର୍ବତୋଭାବେ ପବିତ୍ର ଓ ସତ୍ୟମୟ ପ୍ରଭୁ ଈଶ୍ୱର! ପୃଥିବୀରେ ଯେଉଁମାନେ ଆମକୁ ହତ୍ୟା କରିଥିଲେ, ସେମାନଙ୍କୁ ବିଚାର କରି ଶାସ୍ତି ଦେବାକୁ ଆଉ କେତେ କାଳ ବିଳମ୍ବ କରିବ?”


ଯୀଶୁ ଉତ୍ତର ଦେଲେ, “ମୁଁ ପଥ, ସତ୍ୟ ଓ ଜୀବନ। ମୋ’ ଦେଇ ନ ଗଲେ କେହି ପିତାଙ୍କ ନିକଟକୁ ଯାଇପାରିବି ନାହିଁ।


ସେ ମହାନ୍ ହେବେ ଓ ପରାତ୍ପର ଈଶ୍ୱରଙ୍କ ପୁତ୍ର ରୂପେ ଖ୍ୟାତ ହେବେ। ପ୍ରଭୁ ତାଙ୍କର ପୂର୍ବପୁରୁଷ ଦାଉଦଙ୍କ ପରି ତାଙ୍କୁ ରାଜା କରିବେ


“ହେ ନାଜରିତୀୟ ଯୀଶୁ, ଆମ ସହିତ ତୁମର କି ସମ୍ପର୍କ? ତୁମେ କ’ଣ ଆମକୁ ଧ୍ୱଂସ କରିବାକୁ ଏଠାକୁ ଆସିଛ? ମୁଁ ଜାଣେ, ତୁମେ କିଏ: ତୁମେ ଈଶ୍ୱରଙ୍କଠାରୁ ଆଗତ ସେହି ପବିତ୍ର ବ୍ୟକ୍ତି।”


ଆମେ ଜାଣ, ଈଶ୍ୱରଙ୍କ ପୁତ୍ର ଅବତୀର୍ଣ୍ଣ ହୋଇ ସତ୍ୟ ଈଶ୍ୱରଙ୍କ ସତ୍ତା ଅନୁଭବ କରିବାକୁ ଆମକୁ ଜ୍ଞାନ ଦେଇଛନ୍ତି। ଆମେ ଦତ୍ୟ ଈଶ୍ବର ଓ ତାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ସହିନ ସଂଯୁକ୍ତ ଜୀବନ ଯାପନ କରୁଛୁ। ସେ ହିଁ ସତ୍ୟ ଈଶ୍ୱର ଏବଂ ସେ ହିଁ ଅନନ୍ତ ଜୀବନ।


ତାହାପରେ ମୁଁ ଦେଖିଲି, ସ୍ୱର୍ଗଦ୍ୱାର ଉନ୍ମୁକ୍ତ ଓ ସେଠାରେ ଏକ ଶ୍ୱେତ ବର୍ଣ୍ଣ ଅଶ୍ୱ। ତାହାର ଆରୋହୀ ବିଶ୍ୱସ୍ତ ଓ ସତ୍ୟ ନାମରେ ପରିଚିତ। ତାଙ୍କ ବିଚାର ନ୍ୟାୟପର ଓ ସେ ଧର୍ମଯୁଦ୍ଧରେ ନିୟୋଜିତ।


“ଲାଓଦେସିଆରେ ଥିବା ମଣ୍ଡଳୀର ଦୂତଙ୍କ ନିକଟକୁ ଲେଖ:- “ବିଶ୍ୱସ୍ତ ଓ ସତ୍ୟ ସାକ୍ଷୀ ଏବଂ ଈଶ୍ୱରଙ୍କ ସମସ୍ତ ସୃଷ୍ଟିର ଆଦି ତଥା ଅନ୍ତ ସେହି “ଆମେନ୍”ଙ୍କ ଏହି ବାର୍ତ୍ତା:


ସେମାନେ ଗୋଟିଏ ନୂଆ ଗୀତ ଗାଇଥିଲେ: “ପାଣ୍ଡୁଲିପି ଗ୍ରହଣ କରି ତାହାର ମୋହର ଭାଙ୍ଗିବାକୁ ତୁମେ ହିଁ ଯୋଗ୍ୟ: କାରଣ ତୁମେ ନିହତ ହୋଇଥିଲ ଏବଂ ତୁମ ମୃତ୍ୟୁ ଦ୍ୱାରା, ସମସ୍ତ ଗୋଷ୍ଠୀ, ଭାଷାବାଦୀ, ରାଷ୍ଟ୍ର ଓ ଜାତି ମଧ୍ୟରୁ ଈଶ୍ୱରଙ୍କ ନିମନ୍ତେ ଲୋକମାନଙ୍କୁ କ୍ରୟ କରିଛ।


କିଏ ଜଣେ ମୋତେ କହିଲେ, “ତୁମେ ଯାହା ଦେଖୁଛ, ତାହା ଗୋଟିଏ ପୁସ୍ତକରେ ଲେଖି ରଖ ଏବଂ ଏଫିସସ୍, ସ୍ମର୍ଣ୍ଣା, ପର୍ଗାମମ୍, ଥିଆଟିରା, ସାର୍ଦ୍ଦିସ୍, ଫିଲାଦେଲ୍ଫିଆ ଓ ଲାଓଦେସିଆରେ ଥିବା ମଣ୍ଡଳୀଗୁଡ଼ିକୁ ପୁସ୍ତକଟି ପଠାଇ ଦିଅ।”


ସେ ଜଣେ ପବିତ୍ର ଓ ଧାର୍ମିକ ବ୍ୟକ୍ତି; କିନ୍ତୁ ତୁମ୍ଭେମାନେ ତାହାଙ୍କୁ ପ୍ରତ୍ୟାଖ୍ୟାନ କଲ ଓ ତାଙ୍କ ପରିବର୍ତ୍ତେ ତୁମ୍ଭମାନଙ୍କୁ ଅନୁଗ୍ରହ ଦେଖାଇ ଗୋଟିଏ ନରହନ୍ତାକୁ ମୁକ୍ତ କରିବା ପାଇଁ ପୀଲାତଙ୍କୁ କହିଲ।


ସ୍ୱର୍ଗ ଓ ପୃଥିବୀର ବିଲୋପ ହେବ; କିନ୍ତୁ ମୋ’ କଥା କେବେ ଲୋପ ପାଇବ ନାହିଁ।


ଏବଂ ମୃତ୍ୟୁରୁ ପୁନରୁତ୍ôଥତ ସର୍ବପ୍ରଥମ, ବିଶ୍ୱସ୍ତ ସାକ୍ଷ୍ୟଦାତା ଓ ରାଜାଧିରାଜ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ଓ ଶାନ୍ତି ତୁମ୍ଭ ପ୍ରତି ହେଉ। ସେ ଆମକୁ ପ୍ରେମ କରନ୍ତି ଓ ତାଙ୍କର ମୃତ୍ୟୁ ଦ୍ୱାରା ଆମକୁ ପାପରୁ ପରିତ୍ରାଣ କରିଅଛନ୍ତି


“ହେ ନାଜରିତର ଯୀଶୁ, ଆମଠ।।ରୁ ତୁମେ କ’ଣ ଚାହଁ? ତୁମେ କ’ଣ ଆମର ବିନା ସାଧନ କରିବା ପାଇଁ ଆସିଛ? ମୁଁ ଜାଣେ, ତୁମେ କିଏ: ତୁମେ ଈଶ୍ୱରଙ୍କର ପବିତ୍ର ଦୂତ।”


ସେମାନେ ଈଶ୍ୱର ପ୍ରଦାନ କରିଥିବା ବୀଣା ବଜାଇ ଈଶ୍ୱରଙ୍କ ସେବକ ମୋଶାଙ୍କ ଗୀତ ଓ ମେଷଶାବକଙ୍କ ଗୀତ ଗାନ କରୁଥିଲେ। “ହେ ମହାପରାକ୍ରାନ୍ତ ପ୍ରଭୁ ଈଶ୍ୱର! ତୁମ କାର୍ଯ୍ୟସକଳ କେଡ଼େ ମହାନ୍ ଓ ବିଚିତ୍ର, ସମସ୍ତ ଜାତିର ରାଜାଧିରାଜ! ତୁମ କର୍ମପନ୍ଥା କେଡ଼େ ନ୍ୟାୟସଙ୍ଗତ ଓ ଯଥାର୍ଥ!


ସିଂହାସନୋପବିଷ୍ଟ ବ୍ୟକ୍ତି କହିଲେ, “ହଁ, ମୁଁ ସମସ୍ତ ବିଷୟ ନୂତନ କରିଛି।” ପୁଣି ସେ ମୋତେ ନିର୍ଦ୍ଦେଶ ଦେଲେ, “ଏହି ସବୁ କଥା ଲେଖି ରଖ, କାରଣ ଏହା ସତ୍ୟ ଓ ବିଶ୍ୱସନୀୟ”।


ତାଙ୍କର ବିଚାର ଯଥାର୍ଥ ଓ ନ୍ୟାୟୋଚିତ। ଭ୍ରଷ୍ଟାଚାର ଦ୍ୱାରା ପୃଥିବୀକୁ କଳୁଷିତ କରୁଥିବା ବେଶ୍ୟା ପ୍ରତି ସେ ବିହିତ ଦଣ୍ଡ ବିଧାନ କରିଛନ୍ତି। ଈଶ୍ୱରଙ୍କ ସେବକମାନଙ୍କୁ ହତ୍ୟା କରି ଥିବାରୁ ତାକୁ ସେ ଶାସ୍ତି ଦେଇଛନ୍ତି।”


ତା’ପରେ ମୁଁ ଦେବାରୁ ଗୋଟିଏ କଣ୍ଠସ୍ୱର ଶୁଣିଲି, “ପ୍ରଭୁ ସର୍ବଶକ୍ତିମାନ ଈଶ୍ୱର! ତୁମର ବିଚାର ଯଥାର୍ଥ ଓ ନ୍ୟାୟସଙ୍ଗତ।”


ପ୍ରତ୍ୟେକ ପ୍ରାଣୀର ଛଅଟି ଡ଼େଣା ଥିଲା ଏବଂ ସେଗୁଡ଼ିକର ବାହାର ଓ ଭିତର ମଧ୍ୟ ଚକ୍ଷୁରେ ପରିପୂର୍ଣ୍ଣ ଥିଲା। ସେମାନେ ଦିବାରାତ୍ରି, ଅବିଶ୍ରାନ୍ତ ଭାବରେ ଗାୟନ କରୁଥିଲେ:- “ପବିତ୍ର, ପବିତ୍ର, ପବିତ୍ର, ସର୍ବଶକ୍ତିମାନ୍ ପ୍ରଭୁ ଈଶ୍ୱର! ଆଦ୍ୟରୁ ବର୍ତ୍ତମାନ ପର୍ଯ୍ୟନ୍ତ ଯେ ସଦା ବିଦ୍ୟମାନ ଓ ପୁଣି ଥରେ ଯେ ଆଗମନ କରିବେ।”


“ଏଫିସସ୍ ମଣ୍ଡଳୀର ଦୂତଙ୍କ ନିକଟକୁ ଲେଖ: “ଯାହାଙ୍କର ଦକ୍ଷିଣ ହସ୍ତରେ ସପ୍ତ ନକ୍ଷତ୍ର ଓ ଯେ ସପ୍ତ ସୁବର୍ଣ୍ଣ ପ୍ରଦୀପ ମଧ୍ୟରେ ବିଚରଣ କରନ୍ତି, ତାଙ୍କର ଏହି ବାର୍ତ୍ତା।


Swiv nou:

Piblisite


Piblisite