Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 3:9 - ପବିତ୍ର ବାଇବଲ (CL) NT (BSI)

9 ଶୁଣ! ଯେଉଁ କେତେକ ମିଥ୍ୟାବାଦୀ ନିଜ ନିଜକୁ ଇହୁଦୀ ବୋଲି ଦାବୀ କରନ୍ତି, କିନ୍ତୁ ପ୍ରକୃତରେ ଇହୁଦୀ ନୁହଁନ୍ତି, ଶୟତାନର ସେହି ଲୋକମାନଙ୍କୁ ମୁଁ ତୁମର ପଦାନତ କରିବି। ମୁଁ ତୁମକୁ ପ୍ରେମ କରେ ବୋଲି ସେମାନେ ସମସ୍ତେ ଜାଣିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଦେଖ, ଯେଉଁମାନେ ଯିହୁଦୀ ନୁହଁନ୍ତି, କିନ୍ତୁ ମିଥ୍ୟାରେ ଆପଣାମାନଙ୍କୁ ଯିହୁଦୀ ବୋଲି କହନ୍ତି, ଏପରି ଶୟତାନର ଦଳର ଲୋକମାନଙ୍କୁ ଆମ୍ଭେ ଆଣି ତୁମ୍ଭର ଚରଣ ତଳେ ପ୍ରଣାମ କରାଇବୁ, ଆଉ ଆମ୍ଭେ ଯେ ତୁମ୍ଭକୁ ପ୍ରେମ କରିଅଛୁ, ଏହା ସେମାନଙ୍କୁ ଜ୍ଞାତ କରାଇବୁ।

Gade chapit la Kopi

ଓଡିଆ ବାଇବେଲ

9 ଦେଖ, ଯେଉଁମାନେ ଯିହୂଦୀ ନୁହଁନ୍ତି, କିନ୍ତୁ ମିଥ୍ୟାରେ ଆପଣାମାନଙ୍କୁ ଯିହୂଦୀ ବୋଲି କହନ୍ତି, ଏପରି ଶୟତାନର ଦଳର ଲୋକମାନଙ୍କୁ ଆମ୍ଭେ ଆଣି ତୁମ୍ଭର ଚରଣ ତଳେ ପ୍ରଣାମ କରାଇବୁ, ଆଉ ଆମ୍ଭେ ଯେ ତୁମ୍ଭକୁ ପ୍ରେମ କରିଅଛୁ, ଏହା ସେମାନଙ୍କୁ ଜ୍ଞାତ କରାଇବୁ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଦେଖ, ଯେଉଁମାନେ ଯିହୁଦୀ ନୁହଁନ୍ତି, କିନ୍ତୁ ମିଥ୍ୟାରେ ଆପଣାମାନଙ୍କୁ ଯିହୁଦୀ ବୋଲି କହନ୍ତି, ଏପରି ଶୟତାନର ଦଳର ଲୋକମାନଙ୍କୁ ଆମ୍ଭେ ଆଣି ତୁମ୍ଭର ଚରଣ ତଳେ ପ୍ରଣାମ କରାଇବୁ, ଆଉ ଆମ୍ଭେ ଯେ ତୁମ୍ଭକୁ ପ୍ରେମ କରିଅଛୁ, ଏହା ସେମାନଙ୍କୁ ଜ୍ଞାତ କରାଇବୁ।

Gade chapit la Kopi

ପବିତ୍ର ବାଇବଲ

9 ଶୁଣ! ତୁମ୍ଭ ମଧ୍ୟରେ ଶୟତାନର ଗୋଟିଏ ଦଳ ଅଛି। ସେମାନେ ନିଜକୁ ଯିହୂଦୀ ବୋଲି କହନ୍ତି, କିନ୍ତୁ ପ୍ରକୃତରେ ସେମାନେ ମିଥ୍ୟାବାଦୀ। ସେମାନେ ବାସ୍ତବରେ ଯିହୂଦୀ ନୁହନ୍ତି। ମୁଁ ସେ ଲୋକମାନଙ୍କୁ ତୁମ୍ଭ ସମ୍ମୁଖକୁ ଆଣିବି ଓ ତୁମ୍ଭ ପାଦ ତଳେ ସେମାନଙ୍କର ମୁଣ୍ଡ ନୁଆଁଇବି। ତେବେ ସେମାନେ ଜାଣିବେ ଯେ, ମୁଁ ତୁମ୍ଭକୁ ପ୍ରେମ କରିଛି।

Gade chapit la Kopi




ପ୍ରକାଶିତ 3:9
13 Referans Kwoze  

ତୁମର ଦୁର୍ଦ୍ଦଶା ସବୁ ମୋତେ ଜଣା; ମୁଁ ମଧ୍ୟ ଜାଣେ ଯେ, ତୁମେ ଦରିଦ୍ର; କିନ୍ତୁ ପ୍ରକୃତରେ ତୁମେ ଧନୀ। ଯେଉଁମାନେ ନିଜକୁ ଇହୁଦୀ ବୋଲି କହନ୍ତି, କିନ୍ତୁ ପ୍ରକୃତରେ ଇହୁଦୀ ନୁହଁନ୍ତି ଓ ଯେଉଁମାନେ ଶୟତାନର ଅନୁଗାମୀ, ସେମାନେ କିପରି ତୁମର ଅପବାଦ କରି କଥା କହିଛନ୍ତି, ତାହା ମୁଁ ଜାଣେ।


ତୁମେ ଯେପରି ମୋ’ଠାରେ, ମୁଁ ସେହିପରି ସେମାନଙ୍କଠାରେ ରହିବି। ତା’ହେଲେ ସେମାନେ ସମ୍ପୂର୍ଣ୍ଣ ଭାବରେ ଏକ ହେବେ ଏବଂ ଜଗତ ଜାଣିବ ଯେ ତୁମେ ମୋତେ ପଠାଇଛ ଓ ମୋତେ ଯେପରି ପ୍ରେମ କରୁଛ, ସେମାନଙ୍କୁ ମଧ୍ୟ ସେପରି ପ୍ରେମ କରୁଛ।


Swiv nou:

Piblisite


Piblisite