Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 4:11 - ପବିତ୍ର ବାଇବଲ (CL) NT (BSI)

11 “ହେ ଆମ୍ଭମାନଙ୍କର ପ୍ରଭୁ ଈଶ୍ୱର! ତୁମେ ହିଁ ଗୌରବ, ସମ୍ଭ୍ରବ ଓ ପରାକ୍ରମର ଭାଜନ, କାରଣ, ତୁମେ ସମସ୍ତ ବିଷୟ ସୃଷ୍ଟି କରିଛ। ନିଜ ଇଚ୍ଛାରେ ସେହି ସମସ୍ତଙ୍କୁ ଅସ୍ତିତ୍ୱ ପ୍ରଦାନ କରିଛ, ପ୍ରାଣୀମାନଙ୍କୁ ସଜୀବ କରିଛ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ହେ ଆମ୍ଭମାନଙ୍କର ପ୍ରଭୁ ଓ ଈଶ୍ଵର, ତୁମ୍ଭେ ଗୌରବ, ସମ୍ଭ୍ରମ ଓ ପରାକ୍ରମ ପାଇବାକୁ ସୁଭାଜନ ଅଟ, ତୁମ୍ଭେ ସମସ୍ତ ସୃଷ୍ଟି କରିଅଛ, ଆଉ ତୁମ୍ଭ ଇଚ୍ଛାରେ ସେହିସବୁ ସତ୍ତ୍ଵ ପ୍ରାପ୍ତ ହୋଇ ସୃଷ୍ଟ ହୋଇଅଛି।

Gade chapit la Kopi

ଓଡିଆ ବାଇବେଲ

11 ହେ ଆମ୍ଭମାନଙ୍କର ପ୍ରଭୁ ଓ ଈଶ୍ୱର, ତୁମ୍ଭେ ଗୌରବ, ସମ୍ଭ୍ରମ ଓ ପରାକ୍ରମ ପାଇବାକୁ ଯୋଗ୍ୟ ଅଟ, ତୁମ୍ଭେ ସମସ୍ତ ସୃଷ୍ଟି କରିଅଛ, ଆଉ ତୁମ୍ଭ ଇଚ୍ଛାରେ ସେହି ସବୁ ସତ୍ତା ପ୍ରାପ୍ତ ହୋଇ ସୃଷ୍ଟ ହୋଇଅଛି ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 “ହେ ଆମ୍ଭମାନଙ୍କର ପ୍ରଭୁ ଓ ଈଶ୍ବର, ତୁମ୍ଭେ ଗୌରବ, ସମ୍ଭ୍ରମ ଓ ପରାକ୍ରମ ପାଇବାକୁ ଯୋଗ୍ୟ ଅଟ, ତୁମ୍ଭେ ସମସ୍ତ ସୃଷ୍ଟି କରିଅଛ, ଆଉ ତୁମ୍ଭ ଇଚ୍ଛାରେ, ସେହିସବୁ ସତ୍ତା ପ୍ରାପ୍ତ ହୋଇ ସୃଷ୍ଟ ହୋଇଅଛି।”

Gade chapit la Kopi

ପବିତ୍ର ବାଇବଲ

11 “ହେ ପ୍ରଭୁ, ଆମ୍ଭର ପରମେଶ୍ୱର! ତୁମ୍ଭେ ଗୌରବ, ସମ୍ମାନ ଓ କ୍ଷମତା ପାଇବା ପାଇଁ ଯୋଗ୍ୟ ତୁମ୍ଭେ ହିଁ ଏସବୁ ସୃଷ୍ଟି କରିଅଛ। ତୁମ୍ଭ ଇଚ୍ଛା ଅନୁସାରେ ସମସ୍ତ ବିଷୟର ସୃଷ୍ଟି ହୋଇଛି ଓ ଅସ୍ତିତ୍ୱ ପାଇଅଛି।”

Gade chapit la Kopi




ପ୍ରକାଶିତ 4:11
31 Referans Kwoze  

ସେମାନେ ଉଚ୍ଚ ସ୍ୱରରେ ଗୀତ ଗାଉଥିଲେ। “ନିହତ ହୋଇଥିବା ସେହି ମେଷଶାବକ କ୍ଷମତା, ଐଶ୍ୱର୍ଯ୍ୟ, ଜ୍ଞାନ ଓ ଶକ୍ତି ସମ୍ଭ୍ରମ, ଗୌରବ ଓ ପ୍ରଶଂସାର ଭାଜନ!”


ଏବଂ ସସାଗରା ଧରା, ସ୍ୱର୍ଗ ଓ ଏମାନଙ୍କ ସମସ୍ତ ବିଷୟର ସୃଷ୍ଟିକର୍ତ୍ତା ଚିରଜୀବୀ ଈଶ୍ୱରଙ୍କ ନାମରେ ଶପଥ କରି କହିଲେ, “ଆଉ କାଳ ବିଳମ୍ବ ହେବ ନାହିଁ।


ସେ ଉଚ୍ଚ ସ୍ୱରରେ କହୁଥିଲେ: “ଈଶ୍ୱରଙ୍କୁ ଭୟ କର, ତାଙ୍କ ମହାତ୍ମ୍ୟର ପ୍ରଶଂସା କର, କାରଣ ମନୁଷ୍ୟର ବିଚାର ସମୟ ଉପସ୍ଥିତ। ସ୍ୱର୍ଗ, ପୃଥିବୀ, ସାଗର ଓ ସମସ୍ତ ଜଳରାଶିର ସ୍ରଷ୍ଟାଙ୍କୁ ପୂଜା କର।”


ସେମାନେ ଗୋଟିଏ ନୂଆ ଗୀତ ଗାଇଥିଲେ: “ପାଣ୍ଡୁଲିପି ଗ୍ରହଣ କରି ତାହାର ମୋହର ଭାଙ୍ଗିବାକୁ ତୁମେ ହିଁ ଯୋଗ୍ୟ: କାରଣ ତୁମେ ନିହତ ହୋଇଥିଲ ଏବଂ ତୁମ ମୃତ୍ୟୁ ଦ୍ୱାରା, ସମସ୍ତ ଗୋଷ୍ଠୀ, ଭାଷାବାଦୀ, ରାଷ୍ଟ୍ର ଓ ଜାତି ମଧ୍ୟରୁ ଈଶ୍ୱରଙ୍କ ନିମନ୍ତେ ଲୋକମାନଙ୍କୁ କ୍ରୟ କରିଛ।


ସେ ଆହୁରି ମଧ୍ୟ କହିଛନ୍ତି, “ହେ ପ୍ରଭୁ, ତୁମେ ଆଦ୍ୟରେ ପୃଥିବୀ ସୃଷ୍ଟି କଲ ଏବଂ ଆପଣା ହସ୍ତ ଦ୍ୱାରା ଆକାଶମଣ୍ଡଳ ସୃଷ୍ଟି କଲେ।


ସମସ୍ତ ପ୍ରତିଦାନ ଈଶ୍ୱରଙ୍କ ଦ୍ୱାରା ସୃଷ୍ଟ; ସମସ୍ତ ବିଷୟର ଅସ୍ତିତ୍ୱ ତାଙ୍କ ନିମନ୍ତେ ଓ ତାଙ୍କଠାରେ ନିହିତ। ଯୁଗେ ଯୁଗେ ଈଶ୍ୱର ମହିମାନ୍ୱିତ ହୁଅନ୍ତୁ।


ଈଶ୍ୱରଙ୍କର ସେହି ଗୁପ୍ତ ଯୋଜନା କିପରି କାର୍ଯ୍ୟକାରୀ ହୋଇ ପାରିବ, ତାହା ସମସ୍ତଙ୍କୁ ଅବଗତ କରାଇବାର ସୌଭାଗ୍ୟ ମୁଁ ଲାଭ କରିଛି। ସମସ୍ତ ବିଷୟର ସୃଷ୍ଟିକର୍ତ୍ତା ଈଶ୍ୱର ଅତୀତରେ ସବୁ ଯୁଗରେ ତାଙ୍କର ନିଗୂଢ଼ ତତ୍ତ୍ୱକୁ ଗୁପ୍ତ ରଖିଥିଲେ,


“ତୁମ୍ଭେମାନେ କାହିଁକି ଏହା କରୁଛ? ଆମେ ତୁମ ପରି ମନୁଷ୍ୟ ମାତ୍ର। ତୁମ ନିକଟରେ ଶୁଭ ବାର୍ତ୍ତା ପ୍ରଚାର କରିବା ପାଇଁ ଓ ଏହି ଅସାର ବିଷୟଠାରୁ ନିବୃତ୍ତ ହୋଇ, ଆକାଶ, ପୃଥିବୀ ଓ ତନ୍ମଧ୍ୟସ୍ଥ ସମସ୍ତ ବସ୍ତୁର ସୃଷ୍ଟିକର୍ତ୍ତା ଜୀବନ୍ତ ଈଶ୍ୱରଙ୍କ ପ୍ରତି ତୁମ୍ଭମାନଙ୍କୁ ଆକୃଷ୍ଟ କରିବା ପାଇଁ ଆମେ ଏଠାକୁ ଆସିଅଛୁ।


ଈଶ୍ୱର ଜଗତ ଓ ସେଥିରେ ଥିବା ପ୍ରତ୍ୟେକ ବିଷୟ ସୃଷ୍ଟି କଲେ। ସେ ସ୍ୱର୍ଗ ଓ ପୃଥିବୀର ପ୍ରଭୁ। ମନୁଷ୍ୟ ହସ୍ତନିର୍ମିତ ମନ୍ଦିରମାନଙ୍କରେ ସେ ବାସ କରନ୍ତି ନାହିଁ।


ପୁଣି ମୁଁ ଦେଖିଲି, ଜଣେ ମହାପରାକ୍ରାନ୍ତ ସ୍ୱର୍ଗଦୂତ ଉଚ୍ଚ ସ୍ୱରରେ ଘୋଷଣା କରି କହୁଛନ୍ତି: “ମୋହରଗୁଡ଼ିକ ଭାଙ୍ଗି ଏହି ପାଣ୍ଡୁଲିପିଟିକୁ ଖୋଲିବା ପାଇଁ କେହି ଯୋଗ୍ୟ ବ୍ୟକ୍ତି ଥିଲେ, ବାହାରି ଆସନ୍ତୁ।”


କିନ୍ତୁ ଏହି ଶେଷ କାଳରେ ସେ ଆପଣା ପୁତ୍ରଙ୍କ ଦ୍ୱାରା ଆମ ସଙ୍ଗେ କଥା କହିଛନ୍ତି। ସେହି ପୁତ୍ରଙ୍କ ଦ୍ୱାରା ହିଁ ଈଶ୍ବର ବିଶ୍ୱଜଗତ ସୃଷ୍ଟି କଲେ ଏବଂ ଶେଷରେ ସମସ୍ତ ବିଷୟରେ ଅଧିକାରୀ ହେବାକୁ ସେ ତାଙ୍କୁ ମନୋନୀତ କରିଛନ୍ତି।


ଏବଂ ତାଙ୍କ ପିତା ଈଶ୍ୱରଙ୍କର ସେବା କରିବା ନିମନ୍ତେ ଆମକୁ ଏକ ଯାଜକକୁଳ କରିଛନ୍ତି। ସମସ୍ତ ଗୌରବ ଓ ପରାକ୍ରମ ସଦାସର୍ବଦା ଯୀଶୁ ଖ୍ରୀଷ୍ଟଙ୍କର ହେଉ।


ଏହାପରେ ମୁଁ ଯାହା ଶୁଣିଲି, ତାହା ସ୍ୱର୍ଗର ଏକ ବିରାଟ ଜନତାର କୋଳାହଳ ପରି ମନେ ହେଉଥିଲା। ସେମାନେ କହୁଥିଲେ, “ଈଶ୍ୱରଙ୍କର ସ୍ତୁତି କର। ଆମ୍ଭମାନଙ୍କ ଈଶ୍ୱର ପରିତ୍ରାଣ, ଗୌରବ ଓ ପରାକ୍ରମର ଅଧିକାରୀ।


Swiv nou:

Piblisite


Piblisite