Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 5:11 - ପବିତ୍ର ବାଇବଲ (CL) NT (BSI)

11 ମୁଁ ପୁଣି ଅନାଇ ଦେଖଲି, ହଜାର ହଜାର ଓ ଲକ୍ଷ ଲକ୍ଷ ସ୍ୱର୍ଗଦୂତ ସିଂହାସନକୁ, ଚାରିଗୋଟି ପ୍ରାଣୀ ଓ ବୟୋଜ୍ୟେଷ୍ଠ ନେତାମାନଙ୍କୁ ଘେରି ଠିଆ ହୋଇଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ତତ୍ପରେ ମୁଁ ଦୃଷ୍ଟିପାତ କଲି, ପୁଣି ସିଂହାସନ, ପ୍ରାଣୀ ଓ ପ୍ରାଚୀନମାନଙ୍କ ଚତୁର୍ଦ୍ଦିଗରେ ଅନେକ ଅନେକ ଦୂତଙ୍କର ସ୍ଵର ଶୁଣିଲି; ସେମାନଙ୍କର ସଂଖ୍ୟା ସହସ୍ର ସହସ୍ର ଓ ଅୟୁତ ଅୟୁତ।

Gade chapit la Kopi

ଓଡିଆ ବାଇବେଲ

11 ତତ୍ପରେ ମୁଁ ଦୃଷ୍ଟିପାତ କଲି, ପୁଣି, ସିଂହାସନ, ପ୍ରାଣୀ ଓ ପ୍ରାଚୀନମାନଙ୍କ ଚତୁର୍ଦ୍ଦିଗରେ ଅନେକ ଅନେକ ଦୂତଙ୍କର ସ୍ୱର ଶୁଣିଲି ସେମାନଙ୍କର ସଂଖ୍ୟା ସହସ୍ର ସହସ୍ର ଓ ଅୟୁତ ଅୟୁତ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ତତ୍ପରେ ମୁଁ ଦୃଷ୍ଟିପାତ କଲି, ପୁଣି, ସିଂହାସନ, ପ୍ରାଣୀ ଓ ପ୍ରାଚୀନମାନଙ୍କ ଚତୁର୍ଦ୍ଦିଗରେ ଅନେକ ଅନେକ ଦୂତଙ୍କର ସ୍ୱର ଶୁଣିଲି ସେମାନଙ୍କର ସଂଖ୍ୟା ସହସ୍ର ସହସ୍ର ଓ ଅୟୁତ ଅୟୁତ।

Gade chapit la Kopi

ପବିତ୍ର ବାଇବଲ

11 ତା'ପରେ ମୁଁ ଦେଖିଲି ଓ ଅନେକ ସ୍ୱର୍ଗଦୂତଙ୍କର ସ୍ୱର ଶୁଣିଲି। ସ୍ୱର୍ଗଦୂତମାନେ ସିଂହାସନ, ଜୀବିତ ପ୍ରାଣୀ ଓ ପ୍ରାଚୀନମାନଙ୍କ ଗ୍ଭରିପାଖରେ ଥିଲେ। ମୁଁ ହଜାର ହଜାର ସ୍ୱର୍ଗଦୂତଙ୍କୁ ଦେଖିଲି। ସେଠାରେ 10,000ର 10,000 ଗୁଣ ସ୍ୱର୍ଗଦୂତ ଥିଲେ।

Gade chapit la Kopi




ପ୍ରକାଶିତ 5:11
18 Referans Kwoze  

କିନ୍ତୁ ତୁମ୍ଭେମାନେ ଆସିଛ ସିୟୋନ ପବିତକୁ, ଜୀବନ୍ତ ଈଶ୍ୱରଙ୍କ ନଗରୀ ସ୍ୱର୍ଗୀୟ ଯିରୂଶାଲମକୁ, ଯେଉୂଁଠାରେ ସହସ୍ର ସହସ୍ର ସ୍ୱର୍ଗଦୂତମାନଙ୍କର ସମାବେଶ।


ପୁଣି ସିଂହାସନ ସମ୍ମୁଖରେ ସ୍ଫଟିକ ପରି ଏକ ସ୍ୱଚ୍ଛ ସମୁଦ୍ର ଦେଖା ଯାଉଥିଲା। ସିଂହାସନକୁ ଉଭୟ ପାଶ୍ୱର୍ରେ ଘେରି ରହିଥିଲେ ଚାରିଗୋଟି ପ୍ରାଣୀ; ସେମାନଙ୍କ ଶରୀରର ଅଗ୍ରଭାଗ ଓ ପୃଷ୍ଠଦେଶ ଚକ୍ଷୁରେ ପରିପୂର୍ଣ୍ଣ ଥିଲା।


ପୁଣି ସିଂହାସନର ଚତୁର୍ଦ୍ଦିଗରେ ବୃତ୍ତାକାରର ପଡ଼ିଥିବା ଅନ୍ୟ ଚବିଶଟି ସିଂହାସନରେ ଚବିଶ ଜଣ ବୟୋଜ୍ୟେଷ୍ଠ ମଣ୍ଡଳୀ ନେତା ଉପବିଷ୍ଟ ଥିଲେ। ସେମାନେ ଶୁକ୍ଲ ବସ୍ତ୍ରପରିହିତ ଓ ସେମାନଙ୍କ ମସ୍ତକ ଉପରେ ସୁବର୍ଣ୍ଣ ମୁକୁଟ।


ସେହି ସମୟରେ ମୁଁ ଶୁଣିଲି, ସମୁଦ୍ର ଗର୍ଜନ ଓ ବଜ୍ରନାଦ ସହିତ ଜନତାର କଳଧ୍ୱନି ଭାସି ଆସୁଛି। ଜନତା ଆହୁରି ସ୍ତୁତି କରି କହୁଛନ୍ତି: “ଈଶ୍ୱରଙ୍କର ପ୍ରଶଂସା କର, କାରଣ ଆମ୍ଭର ପ୍ରଭୁ ମହାପରାକ୍ରାନ୍ତ ଈଶ୍ୱର, ସେହି କେବଳ ଆମର ରାଜା।


ସିଂହାସନକୁ, ବୟୋଜ୍ୟେଷ୍ଠ ନେତାମାନଙ୍କୁ ଓ ଚାରି ପ୍ରାଣୀଙ୍କୁ ଘେରି ସ୍ୱର୍ଗଦୂତମାନେ ଠିଆ ହୋଇଥିଲେ। ସେମାନେ ସିଂହାସନ ସମ୍ମୁଖରେ ଭୂମିଷ୍ଠ ହେଲେ ଓ ଈଶ୍ୱରଙ୍କ ଆରାଧନା କରି କହିଲେ,


ଚାରିଗୋଟି ପ୍ରାଣୀ ଘୋଷା ଧରି କହୁଥିଲେ, “ଆମେନ୍” ଏବଂ ନେତାମାନେ ପ୍ରଣିପାତ କରି ତାଙ୍କର ଆରାଧନା କଲେ।


ତା’ପରେ ସିଂହାସନର ମଧ୍ୟସ୍ଥଳରେ ପୂର୍ବୋକ୍ତ ଚାରିଗୋଟି ପ୍ରାଣୀ ଓ ବୟୋଜ୍ୟେଷ୍ଠ ନେତାମାନଙ୍କ ଗହଣରେ ଗୋଟିଏ ମେଷଶାବକଙ୍କୁ ଛିଡ଼ା ହୋଇଥିବା ଦେଖିଲି। ମେଷଶାବକଟି ବଧ ହୋଇଥିବା ପରି ମନେ ହେଲେ। ତାହାଙ୍କର ସାତଟି ଶୃଙ୍ଗ ଓ ସାତଟି ଚକ୍ଷୁ ଥିଲା। ସେହି ଚକ୍ଷୁଗୁଡ଼ିକ ସମଗ୍ର ପୃଥିବୀକୁ ପଠାଯାଇଥିବା ଈଶ୍ୱରଙ୍କ ସପ୍ତ ଆତ୍ମା।


ଆଦମଙ୍କ ଷଷ୍କ ପୁରୁଷର ବଂଶଧର ହନୋକ ବହୁ ପୂର୍ବେ ଏମାନଙ୍କ ସମ୍ବନ୍ଧରେ ଭବିଷ୍ୟତ୍ବାଣୀ ପ୍ରକାଶ କରି କହିଥିଲେ: “ପ୍ରଭୁ ସହସ୍ର ସହସ୍ର ସ୍ୱର୍ଗୀୟ ଦୂତମାନଙ୍କ ସହିତ


ସେ ଏହା କରିବା ମାତ୍ରେ ଚାରିଗୋଟି ପ୍ରାଣୀ ଓ ଚବିଶ ଜଣ ବୟୋଜ୍ୟେଷ୍ଠ ନେତା ମେଷଶାବକଙ୍କ ସମ୍ମୁଖରେ ପ୍ରଣିପାତ କଲେ। ପ୍ରତ୍ୟେକଙ୍କ ହସ୍ତରେ ଗୋଟିଏ ଗୋଟିଏ ବୀଣା ଓ ଈଶ୍ୱରଭକ୍ତମାନଙ୍କ ପ୍ରାର୍ଥନାରୂପ ଧୂପରେ ପରିପୂର୍ଣ୍ଣ ଏକ ସୁବର୍ଣ୍ଣ ପାତ୍ର ଥିଲା।


ପୁଣି ମୁଁ ଦେଖିଲି, ଗୋଟିଏ ବିରାଟ ଅଶ୍ୱାରୋହୀ। ସୈନ୍ୟବାହିନୀ। ସେମାନଙ୍କର ସଂଖ୍ୟା କୋଡ଼ିଏ କୋଟି ବୋଲି ମୋତେ ଜଣାଇ ଦିଆଗଲା।


Swiv nou:

Piblisite


Piblisite