Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 5:12 - ପବିତ୍ର ବାଇବଲ (CL) NT (BSI)

12 ସେମାନେ ଉଚ୍ଚ ସ୍ୱରରେ ଗୀତ ଗାଉଥିଲେ। “ନିହତ ହୋଇଥିବା ସେହି ମେଷଶାବକ କ୍ଷମତା, ଐଶ୍ୱର୍ଯ୍ୟ, ଜ୍ଞାନ ଓ ଶକ୍ତି ସମ୍ଭ୍ରମ, ଗୌରବ ଓ ପ୍ରଶଂସାର ଭାଜନ!”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ସେମାନେ ଉଚ୍ଚ ସ୍ଵରରେ କହୁଥିଲେ, ପରାକ୍ରମ, ଧନ, ଜ୍ଞାନ, ଶକ୍ତି, ସମ୍ଭ୍ରମ, ଗୌରବ ଓ ପ୍ରଶଂସା ଗ୍ରହଣ କରିବାକୁ ହତ ହୋଇଥିବା ମେଷଶାବକହିଁ ଯୋଗ୍ୟ ଅଟନ୍ତି।

Gade chapit la Kopi

ଓଡିଆ ବାଇବେଲ

12 ସେମାନେ ଉଚ୍ଚସ୍ୱରରେ କହୁଥିଲେ, ପରାକ୍ରମ, ଧନ, ଜ୍ଞାନ, ଶକ୍ତି, ସମ୍ଭ୍ରମ, ଗୌରବ ଓ ପ୍ରଶଂସା ଗ୍ରହଣ କରିବାକୁ ହତ ହୋଇଥିବା ମେଷଶାବକ ହିଁ ଯୋଗ୍ୟ ଅଟନ୍ତି ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ସେମାନେ ଉଚ୍ଚସ୍ୱରରେ କହୁଥିଲେ, “ପରାକ୍ରମ, ଧନ, ଜ୍ଞାନ, ଶକ୍ତି, ସମ୍ଭ୍ରମ, ଗୌରବ ଓ ପ୍ରଶଂସା ଗ୍ରହଣ କରିବାକୁ ହତ ହୋଇଥିବା ମେଷଶାବକ ହିଁ ଯୋଗ୍ୟ ଅଟନ୍ତି।”

Gade chapit la Kopi

ପବିତ୍ର ବାଇବଲ

12 ସେମାନେ ଉଚ୍ଚ ସ୍ୱରରେ ଏହା କହୁଥିଲେ: “ମେଷଶାବକ ଯେ ବଳିକୃତ ଥିଲେ, ସେ କ୍ଷମତା, ଧନ, ପ୍ରଜ୍ଞା, ଶକ୍ତି, ସମ୍ମାନ, ମହିମା ଓ ପ୍ରଶଂସା ପାଇବାକୁ ଯୋଗ୍ୟ।”

Gade chapit la Kopi




ପ୍ରକାଶିତ 5:12
19 Referans Kwoze  

ସେମାନେ ଗୋଟିଏ ନୂଆ ଗୀତ ଗାଇଥିଲେ: “ପାଣ୍ଡୁଲିପି ଗ୍ରହଣ କରି ତାହାର ମୋହର ଭାଙ୍ଗିବାକୁ ତୁମେ ହିଁ ଯୋଗ୍ୟ: କାରଣ ତୁମେ ନିହତ ହୋଇଥିଲ ଏବଂ ତୁମ ମୃତ୍ୟୁ ଦ୍ୱାରା, ସମସ୍ତ ଗୋଷ୍ଠୀ, ଭାଷାବାଦୀ, ରାଷ୍ଟ୍ର ଓ ଜାତି ମଧ୍ୟରୁ ଈଶ୍ୱରଙ୍କ ନିମନ୍ତେ ଲୋକମାନଙ୍କୁ କ୍ରୟ କରିଛ।


ଏହାପରେ ମୁଁ ଯାହା ଶୁଣିଲି, ତାହା ସ୍ୱର୍ଗର ଏକ ବିରାଟ ଜନତାର କୋଳାହଳ ପରି ମନେ ହେଉଥିଲା। ସେମାନେ କହୁଥିଲେ, “ଈଶ୍ୱରଙ୍କର ସ୍ତୁତି କର। ଆମ୍ଭମାନଙ୍କ ଈଶ୍ୱର ପରିତ୍ରାଣ, ଗୌରବ ଓ ପରାକ୍ରମର ଅଧିକାରୀ।


“ହେ ଆମ୍ଭମାନଙ୍କର ପ୍ରଭୁ ଈଶ୍ୱର! ତୁମେ ହିଁ ଗୌରବ, ସମ୍ଭ୍ରବ ଓ ପରାକ୍ରମର ଭାଜନ, କାରଣ, ତୁମେ ସମସ୍ତ ବିଷୟ ସୃଷ୍ଟି କରିଛ। ନିଜ ଇଚ୍ଛାରେ ସେହି ସମସ୍ତଙ୍କୁ ଅସ୍ତିତ୍ୱ ପ୍ରଦାନ କରିଛ, ପ୍ରାଣୀମାନଙ୍କୁ ସଜୀବ କରିଛ।”


ତୁମ୍ଭେମାନେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ବିଷଞ ଜାଣ। ସେ ଧନୀ ହୋଇ ମଧ୍ୟ ତୁମ୍ଭମାନଙ୍କ ପାଇଁ ଦାରିଦ୍ର୍ୟ ବରଣ କଲେ- ତାଙ୍କ ଦାରିଦ୍ର୍ୟ ଦ୍ୱାରା ତୁମ୍ଭେମାନେ ମଧ୍ୟ ଯେପରି ଧନୀ ହୋଇ ପାରିବ।


“ଆମେନ୍! ପ୍ରଶଂସା, ଗୌରବ, ପ୍ରଜ୍ଞା, ଧନ୍ୟବାଦ, ସମ୍ଭ୍ରମ, କ୍ଷମତା ଓ ପରାକ୍ରମ ଯୁଗେ ଯୁଗେ ଈଶ୍ୱରଙ୍କର ପ୍ରାପ୍ୟ, ଆମେନ୍!"


ତୁମେ ତାଙ୍କୁ ସମସ୍ତ ମାନବ ଜାତି ଉପରେ ଅଧିକାର ଦେଇଛ। ପୁଣି ଯେଉଁମାନଙ୍କୁ ତାଙ୍କ ହସ୍ତରେ ସମର୍ପଣ କରିଛ, ସେମାନଙ୍କୁ ଅନନ୍ତ ଜୀବନ ଦାନ କରିବା ପାଇଁ ତାଙ୍କୁ ଶକ୍ତି ଦେଇଛି।


କେତେକ ଅବିଶ୍ୱାସ କରିବାରୁ, ଯୀଶୁ ସେମାନଙ୍କ ପାଖକୁ ଆସି କହିଲେ, “ସ୍ୱର୍ଗ ଓ ଜଗତର ସମସ୍ତ କର୍ତ୍ତାପଣ ମୋତେ ଦିଆଯାଇଛି।


ତା’ପରେ ସିଂହାସନର ମଧ୍ୟସ୍ଥଳରେ ପୂର୍ବୋକ୍ତ ଚାରିଗୋଟି ପ୍ରାଣୀ ଓ ବୟୋଜ୍ୟେଷ୍ଠ ନେତାମାନଙ୍କ ଗହଣରେ ଗୋଟିଏ ମେଷଶାବକଙ୍କୁ ଛିଡ଼ା ହୋଇଥିବା ଦେଖିଲି। ମେଷଶାବକଟି ବଧ ହୋଇଥିବା ପରି ମନେ ହେଲେ। ତାହାଙ୍କର ସାତଟି ଶୃଙ୍ଗ ଓ ସାତଟି ଚକ୍ଷୁ ଥିଲା। ସେହି ଚକ୍ଷୁଗୁଡ଼ିକ ସମଗ୍ର ପୃଥିବୀକୁ ପଠାଯାଇଥିବା ଈଶ୍ୱରଙ୍କ ସପ୍ତ ଆତ୍ମା।


ତା’ ପରଦିନ ଯୀଶୁଙ୍କୁ ତାଙ୍କ ନିକଟକୁ ଆସୁଥିବାର ଦେଖି ଯୋହନ କହିଲେ, “ଏହି ଦେଖ, ଈଶ୍ୱରଙ୍କ ମେଷଶାବକ ଯେ ଜଗତର ପାପ ବହି ନେଇ ଯାଆନ୍ତି।


ପୃଥିବୀର ସୃଷ୍ଟି ପୂର୍ବରୁ ଯେଉଁମାନଙ୍କ ନାମ ବଧ ହୋଇଥିବା ମେଷଶାବକଙ୍କ ଜୀବନ ପୁସ୍ତକରେ ଲେଖାଯାଇଥିଲା, ସେମାନଙ୍କ ବ୍ୟତୀତ ପୃଥିବୀର ଅନ୍ୟ ସମସ୍ତେ ସେହି ପଶୁର ପୂଜା କରିବେ।


ସେତେବେଳେ ସ୍ୱର୍ଗ, ପୃଥିବୀ, ପାତାଳ ଓ ସମୁଦ୍ରର ସମସ୍ତ ଜୀବ ଏବଂ ବିଶ୍ୱର ସମସ୍ତ ପ୍ରାଣୀଙ୍କୁ ଗୀତ ଗାଉଥିବାର ମୁଁ ଶୁଣିଲି। ସେମାନେ ଗାଉଥିଲେ: “ସିଂହାସନୋପବିଷ୍ଟ ବ୍ୟକ୍ତିଙ୍କର ଓ ତାଙ୍କ ମେଷଶାବକଙ୍କର ପ୍ରଶଂସା କର। ତାଙ୍କ ସମ୍ଭ୍ରମ, ଗୌରବ ଓ ପରାକ୍ରମ ଅନନ୍ତ କାଳସ୍ଥାୟୀ!”


ସମଗ୍ର ବିଶ୍ୱ ଜଗତର ଅଦୃଶ୍ୟ, ଅବିନଶ୍ୱର, ଚିରନ୍ତନ ରାଜା, ଏକମାତ୍ର ଈଶ୍ୱର ଯୁଗେ ଯୁଗେ ସମ୍ମାନିତ ଓ ମହିମାନ୍ୱିତ ହୁଅନ୍ତୁ।


ଏବଂ ତାଙ୍କ ପିତା ଈଶ୍ୱରଙ୍କର ସେବା କରିବା ନିମନ୍ତେ ଆମକୁ ଏକ ଯାଜକକୁଳ କରିଛନ୍ତି। ସମସ୍ତ ଗୌରବ ଓ ପରାକ୍ରମ ସଦାସର୍ବଦା ଯୀଶୁ ଖ୍ରୀଷ୍ଟଙ୍କର ହେଉ।


ସେ ଏହା କରିବା ମାତ୍ରେ ଚାରିଗୋଟି ପ୍ରାଣୀ ଓ ଚବିଶ ଜଣ ବୟୋଜ୍ୟେଷ୍ଠ ନେତା ମେଷଶାବକଙ୍କ ସମ୍ମୁଖରେ ପ୍ରଣିପାତ କଲେ। ପ୍ରତ୍ୟେକଙ୍କ ହସ୍ତରେ ଗୋଟିଏ ଗୋଟିଏ ବୀଣା ଓ ଈଶ୍ୱରଭକ୍ତମାନଙ୍କ ପ୍ରାର୍ଥନାରୂପ ଧୂପରେ ପରିପୂର୍ଣ୍ଣ ଏକ ସୁବର୍ଣ୍ଣ ପାତ୍ର ଥିଲା।


ତା’ପରେ ମୁଁ ଦେଖିଲି, ମେଷଶାବକ ସାତଟି ମୋହର ମଧ୍ୟରୁ ପ୍ରଥମଟି ଭାଙ୍ଗିଲେ ଏବଂ ଚାରି ପ୍ରାଣୀଙ୍କ ମଧ୍ୟରୁ ଜଣେ ମୋତେ ବଜ୍ରଗମ୍ଭୀର ସ୍ୱରରେ କହିଲେ, “ଆସ!”


ସେମାନେ ଈଶ୍ୱର ପ୍ରଦାନ କରିଥିବା ବୀଣା ବଜାଇ ଈଶ୍ୱରଙ୍କ ସେବକ ମୋଶାଙ୍କ ଗୀତ ଓ ମେଷଶାବକଙ୍କ ଗୀତ ଗାନ କରୁଥିଲେ। “ହେ ମହାପରାକ୍ରାନ୍ତ ପ୍ରଭୁ ଈଶ୍ୱର! ତୁମ କାର୍ଯ୍ୟସକଳ କେଡ଼େ ମହାନ୍ ଓ ବିଚିତ୍ର, ସମସ୍ତ ଜାତିର ରାଜାଧିରାଜ! ତୁମ କର୍ମପନ୍ଥା କେଡ଼େ ନ୍ୟାୟସଙ୍ଗତ ଓ ଯଥାର୍ଥ!


Swiv nou:

Piblisite


Piblisite