Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 5:13 - ପବିତ୍ର ବାଇବଲ (CL) NT (BSI)

13 ସେତେବେଳେ ସ୍ୱର୍ଗ, ପୃଥିବୀ, ପାତାଳ ଓ ସମୁଦ୍ରର ସମସ୍ତ ଜୀବ ଏବଂ ବିଶ୍ୱର ସମସ୍ତ ପ୍ରାଣୀଙ୍କୁ ଗୀତ ଗାଉଥିବାର ମୁଁ ଶୁଣିଲି। ସେମାନେ ଗାଉଥିଲେ: “ସିଂହାସନୋପବିଷ୍ଟ ବ୍ୟକ୍ତିଙ୍କର ଓ ତାଙ୍କ ମେଷଶାବକଙ୍କର ପ୍ରଶଂସା କର। ତାଙ୍କ ସମ୍ଭ୍ରମ, ଗୌରବ ଓ ପରାକ୍ରମ ଅନନ୍ତ କାଳସ୍ଥାୟୀ!”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଆଉ ମୁଁ ସ୍ଵର୍ଗ, ମର୍ତ୍ତ୍ୟ, ପାତାଳ ଓ ସମୁଦ୍ରରେ ଥିବା ସମସ୍ତ ସୃଷ୍ଟ ପ୍ରାଣୀ, ହଁ, ତନ୍ମଧ୍ୟସ୍ଥିତ ସମସ୍ତ ଏହା କହୁଥିବା ଶୁଣିଲି, ପ୍ରଶଂସା, ସମ୍ଭ୍ରମ, ଗୌରବ ଓ କର୍ତ୍ତାପଣ ଯୁଗେ ଯୁଗେ ସିଂହାସନୋପବିଷ୍ଟ ବ୍ୟକ୍ତିଙ୍କର ଓ ମେଷଶାବକଙ୍କର।

Gade chapit la Kopi

ଓଡିଆ ବାଇବେଲ

13 ଆଉ ମୁଁ ସ୍ୱର୍ଗ, ମର୍ତ୍ତ୍ୟ, ପାତାଳ ଓ ସମୁଦ୍ରରେ ଥିବା ସମସ୍ତ ସୃଷ୍ଟ ପ୍ରାଣୀ, ହଁ, ତା' ମଧ୍ୟରେ ଥିବା ସମସ୍ତ ଏହା କହୁଥିବା ଶୁଣିଲି, ପ୍ରଶଂସା ସମ୍ଭ୍ରମ, ଗୌରବ ଓ କର୍ତ୍ତାପଣ ଯୁଗେ ଯୁଗେ ସିଂହାସନୋପବିଷ୍ଟ ବ୍ୟକ୍ତିଙ୍କର ଓ ମେଷଶାବକଙ୍କର ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଆଉ ମୁଁ ସ୍ୱର୍ଗ, ମର୍ତ୍ତ୍ୟ, ପାତାଳ ଓ ସମୁଦ୍ରରେ ଥିବା ସମସ୍ତ ସୃଷ୍ଟ ପ୍ରାଣୀ, ହଁ, ତନ୍ମଧ୍ୟସ୍ଥିତ ସମସ୍ତେ ଏହା କହୁଥିବା ଶୁଣିଲି, “ପ୍ରଶଂସା ସମ୍ଭ୍ରମ, ଗୌରବ ଓ କର୍ତ୍ତାପଣ, ଯୁଗେ ଯୁଗେ ସିଂହାସନୋପବିଷ୍ଟ ବ୍ୟକ୍ତିଙ୍କର ଓ ମେଷଶାବକଙ୍କର।”

Gade chapit la Kopi

ପବିତ୍ର ବାଇବଲ

13 ତା'ପରେ ମୁଁ ସ୍ୱର୍ଗ, ମର୍ତ୍ତ୍ୟ, ପାତାଳ ଓ ସମୁଦ୍ରର ସମସ୍ତ ପ୍ରାଣୀଙ୍କୁ ଏହା କହିବାର ଶୁଣିଲି: “ଯେ ସିଂହାସନରେ ବସିଛନ୍ତି, ତାହାଙ୍କର ଓ ମେଷଶାବକଙ୍କର ପ୍ରଶଂସା, ଗୌରବ, ସମ୍ମାନ ଓ କ୍ଷମତା ଯୁଗେ ଯୁଗେ ହେଉ।”

Gade chapit la Kopi




ପ୍ରକାଶିତ 5:13
29 Referans Kwoze  

ତେଣୁ ଯୀଶୁଙ୍କର ନାମର ସମ୍ମାନାର୍ଥେ ସ୍ୱର୍ଗ, ମର୍ତ୍ତ୍ୟ ଓ ପାତାଳର ସମସ୍ତ ପ୍ରାଣୀ ତାଙ୍କ ସମ୍ମୁଖରେ ଜାନୁପାତ କରିବେ।


କିନ୍ତୁ ସେହି ପାଣ୍ଡୁଲିପି ଫିଟାଇ ସେଥିରେ କଅଣ ଲେଖାଅଛି, ପଢ଼ିବାକୁ ସ୍ୱର୍ଗରେ, ପୃଥିବୀରେ କିମ୍ବା ପାତାଳରେ କେହି ବାହାରିଲେ ନାହିଁ।


ସେମାନେ ଉଚ୍ଚ ସ୍ୱରରେ ଗୀତ ଗାଉଥିଲେ। “ନିହତ ହୋଇଥିବା ସେହି ମେଷଶାବକ କ୍ଷମତା, ଐଶ୍ୱର୍ଯ୍ୟ, ଜ୍ଞାନ ଓ ଶକ୍ତି ସମ୍ଭ୍ରମ, ଗୌରବ ଓ ପ୍ରଶଂସାର ଭାଜନ!”


ସମସ୍ତ ପ୍ରତିଦାନ ଈଶ୍ୱରଙ୍କ ଦ୍ୱାରା ସୃଷ୍ଟ; ସମସ୍ତ ବିଷୟର ଅସ୍ତିତ୍ୱ ତାଙ୍କ ନିମନ୍ତେ ଓ ତାଙ୍କଠାରେ ନିହିତ। ଯୁଗେ ଯୁଗେ ଈଶ୍ୱର ମହିମାନ୍ୱିତ ହୁଅନ୍ତୁ।


ଯୁଗେ ଯୁଗେ ରାଜତ୍ୱ ତାଙ୍କର ହେଉ।


“ସର୍ବୋଚ୍ଚ ସ୍ୱର୍ଗରେ ଈଶ୍ୱରଙ୍କ ମହିମା; ପୃଥିବୀରେ ଯେଉଁମାନେ ତାଙ୍କର ପ୍ରୀତିଭାଜନ, ସେମାନଙ୍କ ମନରେ ଶାନ୍ତି।”


ସେମାନେ ପର୍ବତ ଓ ଶିଳା ଖଣ୍ଡଗୁଡ଼ିକୁ ଡ଼ାକି କହୁଥିଲେ, “ଆମ ପରେ ପଡ଼ - ସିଂହାସନୋପବିଷ୍ଟ ସେହି ବ୍ୟକ୍ତିଙ୍କ ଦୃଷ୍ଟିରୁ ଓ ମେଷଶାବକଙ୍କ କୋପରୁ ଆମକୁ ଲୁଚାଇ ରଖ।


ଆମର ସେହି ଏକମାତ୍ର ତ୍ରାଣକର୍ତ୍ତା ଈଶ୍ୱରଙ୍କ ଗୌରବ, ପରାକ୍ରମ ଓ କତ୍ତୃତ୍ୱ; ଆମ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଅନାଦି କାଳରୁ ବର୍ତ୍ତମାନ ପର୍ଯ୍ୟନ୍ତ ଓ ଯୁଗେ ଯୁଗେ ବିରାଜମାନ ହେଉ। ଆମେନ୍।


ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ସର୍ବଜ୍ଞାତା ଏକମାତ୍ର ଈଶ୍ୱର ଯୁଗେ ଯୁଗେ ଗୌରବାନ୍ୱିତ ହୁଅନ୍ତୁ। ଆମେନ୍।


ଆମ ବିଖ୍ୟାଦ ଇହୁଦୀ ପୂର୍ବପୁରୁଷମାନଙ୍କର ସେମାନେ ବଂଶଧର ଏବଂ ମାନବ ରୂପେ ଖ୍ରୀଷ୍ଟ ସେହି ବଂଶରୁ ଜାତ। ସର୍ବାଧିପତି ଈଶ୍ୱର ଯୁଗେ ଯୁଗେ ଧନ୍ୟ ହୁଅନ୍ତୁ।


ତା’ପରେ ସିଂହାସନର ମଧ୍ୟସ୍ଥଳରେ ପୂର୍ବୋକ୍ତ ଚାରିଗୋଟି ପ୍ରାଣୀ ଓ ବୟୋଜ୍ୟେଷ୍ଠ ନେତାମାନଙ୍କ ଗହଣରେ ଗୋଟିଏ ମେଷଶାବକଙ୍କୁ ଛିଡ଼ା ହୋଇଥିବା ଦେଖିଲି। ମେଷଶାବକଟି ବଧ ହୋଇଥିବା ପରି ମନେ ହେଲେ। ତାହାଙ୍କର ସାତଟି ଶୃଙ୍ଗ ଓ ସାତଟି ଚକ୍ଷୁ ଥିଲା। ସେହି ଚକ୍ଷୁଗୁଡ଼ିକ ସମଗ୍ର ପୃଥିବୀକୁ ପଠାଯାଇଥିବା ଈଶ୍ୱରଙ୍କ ସପ୍ତ ଆତ୍ମା।


ଏବଂ ତାଙ୍କ ପିତା ଈଶ୍ୱରଙ୍କର ସେବା କରିବା ନିମନ୍ତେ ଆମକୁ ଏକ ଯାଜକକୁଳ କରିଛନ୍ତି। ସମସ୍ତ ଗୌରବ ଓ ପରାକ୍ରମ ସଦାସର୍ବଦା ଯୀଶୁ ଖ୍ରୀଷ୍ଟଙ୍କର ହେଉ।


ଯେ ପ୍ରଚାର କରେ, ସେ ଈଶ୍ୱରଙ୍କ ବର୍ତ୍ତା ପ୍ରଚାର କରୁ। ଯେ ସେବା କରେ, ଈଶ୍ୱରତାକୁ ଦେଇଥିବା ଶକ୍ତି ଅନୁସାରେ ସେ ସେବା କରୁ। ତା’ ହେଲେ, ଈଶ୍ୱର ସବୁ ବିଷୟରେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଗୌରବାନ୍ୱିତ ହେବେ। ଯୁଗେ ଯୁଗେ ମହିମା ସ ପରାକ୍ରମ ତାହାଙ୍କର।


ମଣ୍ଡଳୀ ଦ୍ୱାରା ଓ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ଯୁଗେ ଯୁଗେ ଅନନ୍ତ କାଳ ଯାଏ ସେହି ଈଶ୍ୱରଙ୍କର ଗୌରବ ହେଉ। ଆମେନ୍।


ସେମାନେ ଗୋଟିଏ ନୂଆ ଗୀତ ଗାଇଥିଲେ: “ପାଣ୍ଡୁଲିପି ଗ୍ରହଣ କରି ତାହାର ମୋହର ଭାଙ୍ଗିବାକୁ ତୁମେ ହିଁ ଯୋଗ୍ୟ: କାରଣ ତୁମେ ନିହତ ହୋଇଥିଲ ଏବଂ ତୁମ ମୃତ୍ୟୁ ଦ୍ୱାରା, ସମସ୍ତ ଗୋଷ୍ଠୀ, ଭାଷାବାଦୀ, ରାଷ୍ଟ୍ର ଓ ଜାତି ମଧ୍ୟରୁ ଈଶ୍ୱରଙ୍କ ନିମନ୍ତେ ଲୋକମାନଙ୍କୁ କ୍ରୟ କରିଛ।


ତୁମ୍ଭେମାନେ ଏକ ଦୃଢ଼ ଓ ନିଶ୍ଚିତ ମୂଳଦୁଆ ଉପରେ ସଂସ୍ଥାପିତ ହୋଇ ରହିଥାଅ ଓ ସୁସମାଚାର ଶୁଣିବା ସମୟରେ ଯେଉଁ ଭରସା ଲାଭ କରିଥିଲ, ସେଥିରୁ ବିଚଳିତ ହେବା ପାଇଁ ନିଜକୁ ପ୍ରଶ୍ରୟ ଦିଅ ନାହିଁ। ସେହି ସୁସମାଚାର ହିଁ ପୃଥିବୀର ପ୍ରତ୍ୟେକଙ୍କ ନିକଟରେ ପ୍ରଚାରିତ ହେଉଛି ଓ ମୁଁ ପାଉଲ, ତାହାର ଜଣେ ବିଶ୍ୱସ୍ତ ଦାସ।


ଆମକୁ କଠିନ ପରୀକ୍ଷାର ସମ୍ମୁଖୀନ ହେବାକୁ ଦିଅ ନାହିଁ। ମନ୍ଦ ଶକ୍ତିର କବଳରୁ ଆମକୁ ରକ୍ଷା କର। (କାରଣ ରାଜତ୍ୱ, ପରାକ୍ରମ, ଗୌରବ ଯୁଗେ ଯୁଗେ ତୁମର, ଆମେନ୍।)


ତାହାହେଲେ, ତୁମେ ନିଜେ ପରିତ୍ରାଣ ପାଇବ ଓ ଅନ୍ୟମାନଙ୍କ ପରିତ୍ରାଣ ପ୍ରାପ୍ତିର ସହାୟକ ହେବ।


ତା’ ପରଦିନ ଯୀଶୁଙ୍କୁ ତାଙ୍କ ନିକଟକୁ ଆସୁଥିବାର ଦେଖି ଯୋହନ କହିଲେ, “ଏହି ଦେଖ, ଈଶ୍ୱରଙ୍କ ମେଷଶାବକ ଯେ ଜଗତର ପାପ ବହି ନେଇ ଯାଆନ୍ତି।


ସିଂହାସନରେ ଉପବିଷ୍ଟ ବ୍ୟକ୍ତିଙ୍କ ହସ୍ତରେ ମୁଁ ଗୋଟିଏ ପ୍ରାଚୀନ ପାଣ୍ଡୁଲିପି ଦେଖିଲି; ତାହାର ଦୁଇ ପାଶ୍ୱର୍ରେ ଲେଖା ହୋଇଥିଲା ଓ ସାତଗୋଟି ମୋହରରେ ତାହା ମୁଦ୍ରାଙ୍କିତ ହୋଇଥିଲା।


ପୃଥିବୀର ସୃଷ୍ଟି ପୂର୍ବରୁ ଯେଉଁମାନଙ୍କ ନାମ ବଧ ହୋଇଥିବା ମେଷଶାବକଙ୍କ ଜୀବନ ପୁସ୍ତକରେ ଲେଖାଯାଇଥିଲା, ସେମାନଙ୍କ ବ୍ୟତୀତ ପୃଥିବୀର ଅନ୍ୟ ସମସ୍ତେ ସେହି ପଶୁର ପୂଜା କରିବେ।


Swiv nou:

Piblisite


Piblisite