Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 5:14 - ପବିତ୍ର ବାଇବଲ (CL) NT (BSI)

14 ଚାରିଗୋଟି ପ୍ରାଣୀ ଘୋଷା ଧରି କହୁଥିଲେ, “ଆମେନ୍” ଏବଂ ନେତାମାନେ ପ୍ରଣିପାତ କରି ତାଙ୍କର ଆରାଧନା କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ସେଥିରେ ଚାରି ପ୍ରାଣୀ କହିଲେ, ଆମେନ୍, ପୁଣି ପ୍ରାଚୀନମାନେ ଉବୁଡ଼ ହୋଇ ପ୍ରଣାମ କଲେ।

Gade chapit la Kopi

ଓଡିଆ ବାଇବେଲ

14 ସେଥିରେ ଚାରି ପ୍ରାଣୀ କହିଲେ, ଆମେନ୍, ପୁଣି, ପ୍ରାଚୀନମାନେ ଉବୁଡ଼ ହୋଇ ପ୍ରଣାମ କଲେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ସେଥିରେ ଚାରି ପ୍ରାଣୀ କହିଲେ, ଆମେନ୍‍, ପୁଣି, ପ୍ରାଚୀନମାନେ ଉବୁଡ଼ ହୋଇ ପ୍ରଣାମ କଲେ।

Gade chapit la Kopi

ପବିତ୍ର ବାଇବଲ

14 ଗ୍ଭରି ଜଣ ଜୀବିତ ପ୍ରାଣୀ କହିଲେ, “ଆମେନ୍!” ଏବଂ ଚବିଶ ଜଣ ପ୍ରାଚୀନ ବ୍ୟକ୍ତି ନଇଁପଡ଼ି ତାହାଙ୍କୁ ପ୍ରଣାମ କଲେ ଓ ଉପାସନା କଲେ।

Gade chapit la Kopi




ପ୍ରକାଶିତ 5:14
9 Referans Kwoze  

ସିଂହାସନୋପବିଷ୍ଟ ଈଶ୍ୱରଙ୍କ ସମ୍ମୁଖରେ ଚବିଶ ଜଣ ବୟୋଜ୍ୟେଷ୍ଠ ନେତା ଓ ସେହି ଚାରୋଟି ପ୍ରାଣୀ ଭୂମିଷ୍ଠ ହୋଇ ଈଶ୍ୱରଙ୍କୁ ଆରାଧନା କଲେ। ସେମାନେ କହିଲେ, “ଆମେନ୍! ଈଶ୍ୱରଙ୍କ ପ୍ରଶଂସା କର।”


ସେ ଏହା କରିବା ମାତ୍ରେ ଚାରିଗୋଟି ପ୍ରାଣୀ ଓ ଚବିଶ ଜଣ ବୟୋଜ୍ୟେଷ୍ଠ ନେତା ମେଷଶାବକଙ୍କ ସମ୍ମୁଖରେ ପ୍ରଣିପାତ କଲେ। ପ୍ରତ୍ୟେକଙ୍କ ହସ୍ତରେ ଗୋଟିଏ ଗୋଟିଏ ବୀଣା ଓ ଈଶ୍ୱରଭକ୍ତମାନଙ୍କ ପ୍ରାର୍ଥନାରୂପ ଧୂପରେ ପରିପୂର୍ଣ୍ଣ ଏକ ସୁବର୍ଣ୍ଣ ପାତ୍ର ଥିଲା।


ତା’ପରେ ସିଂହାସନର ମଧ୍ୟସ୍ଥଳରେ ପୂର୍ବୋକ୍ତ ଚାରିଗୋଟି ପ୍ରାଣୀ ଓ ବୟୋଜ୍ୟେଷ୍ଠ ନେତାମାନଙ୍କ ଗହଣରେ ଗୋଟିଏ ମେଷଶାବକଙ୍କୁ ଛିଡ଼ା ହୋଇଥିବା ଦେଖିଲି। ମେଷଶାବକଟି ବଧ ହୋଇଥିବା ପରି ମନେ ହେଲେ। ତାହାଙ୍କର ସାତଟି ଶୃଙ୍ଗ ଓ ସାତଟି ଚକ୍ଷୁ ଥିଲା। ସେହି ଚକ୍ଷୁଗୁଡ଼ିକ ସମଗ୍ର ପୃଥିବୀକୁ ପଠାଯାଇଥିବା ଈଶ୍ୱରଙ୍କ ସପ୍ତ ଆତ୍ମା।


“ଆମେନ୍! ପ୍ରଶଂସା, ଗୌରବ, ପ୍ରଜ୍ଞା, ଧନ୍ୟବାଦ, ସମ୍ଭ୍ରମ, କ୍ଷମତା ଓ ପରାକ୍ରମ ଯୁଗେ ଯୁଗେ ଈଶ୍ୱରଙ୍କର ପ୍ରାପ୍ୟ, ଆମେନ୍!"


ତା’ ନ ହେଲେ ଈଶ୍ୱରଙ୍କୁ କେବଳ ତୁମ ଆତ୍ମାର ଉଚ୍ଛ୍ୱାସରେ କୃତଜ୍ଞତା ଜ୍ଞାପନ ଭଲାବେଳେ, ସେଠାରେ ଉପସ୍ଥିତ ଥିବା ଜଣେ ସାଧାରଣ ଲୋକ କିପରି ତୁମ ସହିତ ‘ଆମେନ୍’ (ତଥାସ୍ତୁ) କହିବ? କାରଣ ତୁମେ କ’ଣ କହୁଛ, ତାହା ସେ ଜାଣିପାରେ ନାହିଁ।


ପୁଣି ସିଂହାସନର ଚତୁର୍ଦ୍ଦିଗରେ ବୃତ୍ତାକାରର ପଡ଼ିଥିବା ଅନ୍ୟ ଚବିଶଟି ସିଂହାସନରେ ଚବିଶ ଜଣ ବୟୋଜ୍ୟେଷ୍ଠ ମଣ୍ଡଳୀ ନେତା ଉପବିଷ୍ଟ ଥିଲେ। ସେମାନେ ଶୁକ୍ଲ ବସ୍ତ୍ରପରିହିତ ଓ ସେମାନଙ୍କ ମସ୍ତକ ଉପରେ ସୁବର୍ଣ୍ଣ ମୁକୁଟ।


ପୁଣି ସିଂହାସନ ସମ୍ମୁଖରେ ସ୍ଫଟିକ ପରି ଏକ ସ୍ୱଚ୍ଛ ସମୁଦ୍ର ଦେଖା ଯାଉଥିଲା। ସିଂହାସନକୁ ଉଭୟ ପାଶ୍ୱର୍ରେ ଘେରି ରହିଥିଲେ ଚାରିଗୋଟି ପ୍ରାଣୀ; ସେମାନଙ୍କ ଶରୀରର ଅଗ୍ରଭାଗ ଓ ପୃଷ୍ଠଦେଶ ଚକ୍ଷୁରେ ପରିପୂର୍ଣ୍ଣ ଥିଲା।


ମୁଁ ପୁଣି ଅନାଇ ଦେଖଲି, ହଜାର ହଜାର ଓ ଲକ୍ଷ ଲକ୍ଷ ସ୍ୱର୍ଗଦୂତ ସିଂହାସନକୁ, ଚାରିଗୋଟି ପ୍ରାଣୀ ଓ ବୟୋଜ୍ୟେଷ୍ଠ ନେତାମାନଙ୍କୁ ଘେରି ଠିଆ ହୋଇଛନ୍ତି।


Swiv nou:

Piblisite


Piblisite