Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 5:2 - ପବିତ୍ର ବାଇବଲ (CL) NT (BSI)

2 ପୁଣି ମୁଁ ଦେଖିଲି, ଜଣେ ମହାପରାକ୍ରାନ୍ତ ସ୍ୱର୍ଗଦୂତ ଉଚ୍ଚ ସ୍ୱରରେ ଘୋଷଣା କରି କହୁଛନ୍ତି: “ମୋହରଗୁଡ଼ିକ ଭାଙ୍ଗି ଏହି ପାଣ୍ଡୁଲିପିଟିକୁ ଖୋଲିବା ପାଇଁ କେହି ଯୋଗ୍ୟ ବ୍ୟକ୍ତି ଥିଲେ, ବାହାରି ଆସନ୍ତୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଆଉ ମୁଁ ଜଣେ ପରାକ୍ରମୀ ଦୂତଙ୍କୁ ଦେଖିଲି, ସେ ଉଚ୍ଚ ସ୍ଵରରେ ଘୋଷଣା କରି କହୁଥିଲେ, କିଏ ଏହି ମୁଦ୍ରାସବୁ ଭାଙ୍ଗି ପୁସ୍ତକ ଫିଟାଇବାକୁ ଯୋଗ୍ୟ?

Gade chapit la Kopi

ଓଡିଆ ବାଇବେଲ

2 ଆଉ ମୁଁ ଜଣେ ପରାକ୍ରମୀ ଦୂତଙ୍କୁ ଦେଖିଲି, ସେ ଉଚ୍ଚସ୍ୱରରେ ଘୋଷଣା କରି କହୁଥିଲେ, କିଏ ଏହି ମୁଦ୍ରାସବୁ ଭାଙ୍ଗି ପୁସ୍ତକ ଫିଟାଇବାକୁ ଯୋଗ୍ୟ ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଆଉ ମୁଁ ଜଣେ ପରାକ୍ରମୀ ଦୂତଙ୍କୁ ଦେଖିଲି, ସେ ଉଚ୍ଚସ୍ୱରରେ ଘୋଷଣା କରି କହୁଥିଲେ, କିଏ ଏହି ମୁଦ୍ରାସବୁ ଭାଙ୍ଗି ପୁସ୍ତକ ଫିଟାଇବାକୁ ଯୋଗ୍ୟ?

Gade chapit la Kopi

ପବିତ୍ର ବାଇବଲ

2 ମୁଁ ଜଣେ ମହାଶକ୍ତିଶାଳୀ ଦୂତଙ୍କୁ ଦେଖିଲି। ସେ ଉଚ୍ଚ ସ୍ୱରରେ କହିଲେ, “ଏହି ଚର୍ମପତ୍ରର ମୁଦ୍ରା ଭାଙ୍ଗି ତାହା ଫିଟାଇବା ନିମନ୍ତେ କିଏ ଯୋଗ୍ୟ ଅଟନ୍ତି?”

Gade chapit la Kopi




ପ୍ରକାଶିତ 5:2
8 Referans Kwoze  

ତା’ପରେ ବୟୋଜ୍ୟେଷ୍ଠ ନେତାମାନଙ୍କ ମଧ୍ୟରୁ ଜଣେ ମୋତେ ଆଶ୍ୱାସନା ଦେଇ କହିଲେ, “କାନ୍ଦ ନାହିଁ, ଦେଖ! ଦାଉଦଙ୍କର ମହାନ ବଂଶଧର, ଯିହୁଦା ଗୋଷ୍ଠୀର ସିଂହ ବିଜୟୀ ହୋଇ ଆସିଛନ୍ତି; ସେ ଏହି ସାତଟିଯାକ ମୋହର ଭାଙ୍ଗି ପାଣ୍ଡୁଲିପି ଖୋଲିବାକୁ ସକ୍ଷମ।”


ତାହାପରେ ମୁଁ ଦେଖିଲି, ଆଉ ଜଣେ ପରାକ୍ରାନ୍ତ ଦୂତ ସ୍ୱର୍ଗରୁ ଓହ୍ଲାଇ ଆସୁଛନ୍ତି। ସେ ମେଘରେ ଆଚ୍ଛାଦିତ ହୋଇଥିଲେ ଏବଂ ମେଘଧନୁ ତାଙ୍କ ମସ୍ତକକୁ ଘେରି ରହିଥିଲା। ତାଙ୍କର ମୁଖ ସୂର୍ଯ୍ୟ ପରି ଏବଂ ପାଦଦ୍ୱୟ ଅଗ୍ନି ସ୍ତମ୍ଭ ପରି ଦେଖାଯାଉଥିଲା।


ତା’ପରେ ଜଣେ ପ୍ରବଳ ପ୍ରତାପୀ ଦୂତ ଚକି ପରି ଗୋଟିଏ ବୃହତ୍ ଶିଳାଖଣ୍ଡ ନେଇ ସମୁଦ୍ରରେ ନିକ୍ଷେପ କଲେ ଓ କହିଲେ, “ମହାନଗରୀ ବାବିଲନ୍ ଏହିପରି ଭାବରେ ନିକ୍ଷିପ୍ତ ହେବ ଓ ତାକୁ ଆଉ କେହି କେବେ ଦେଖି ପାରିବେ ନାହିଁ।


ସିଂହାସନରେ ଉପବିଷ୍ଟ ବ୍ୟକ୍ତିଙ୍କ ହସ୍ତରେ ମୁଁ ଗୋଟିଏ ପ୍ରାଚୀନ ପାଣ୍ଡୁଲିପି ଦେଖିଲି; ତାହାର ଦୁଇ ପାଶ୍ୱର୍ରେ ଲେଖା ହୋଇଥିଲା ଓ ସାତଗୋଟି ମୋହରରେ ତାହା ମୁଦ୍ରାଙ୍କିତ ହୋଇଥିଲା।


Swiv nou:

Piblisite


Piblisite