Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 5:8 - ପବିତ୍ର ବାଇବଲ (CL) NT (BSI)

8 ସେ ଏହା କରିବା ମାତ୍ରେ ଚାରିଗୋଟି ପ୍ରାଣୀ ଓ ଚବିଶ ଜଣ ବୟୋଜ୍ୟେଷ୍ଠ ନେତା ମେଷଶାବକଙ୍କ ସମ୍ମୁଖରେ ପ୍ରଣିପାତ କଲେ। ପ୍ରତ୍ୟେକଙ୍କ ହସ୍ତରେ ଗୋଟିଏ ଗୋଟିଏ ବୀଣା ଓ ଈଶ୍ୱରଭକ୍ତମାନଙ୍କ ପ୍ରାର୍ଥନାରୂପ ଧୂପରେ ପରିପୂର୍ଣ୍ଣ ଏକ ସୁବର୍ଣ୍ଣ ପାତ୍ର ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ସେ ପୁସ୍ତକ ନିଅନ୍ତେ ସେହି ଚାରି ପ୍ରାଣୀ ଓ ଚବିଶ ପ୍ରାଚୀନ ମେଷଶାବକଙ୍କ ସମ୍ମୁଖରେ ଉବୁଡ଼ ହୋଇପଡ଼ିଲେ; ସେମାନଙ୍କ ପ୍ରତ୍ୟେକର ହସ୍ତରେ ବୀଣା ଓ ସାଧୁମାନଙ୍କ ପ୍ରାର୍ଥନାସ୍ଵରୂପ ଧୂପରେ ପରିପୂର୍ଣ୍ଣ ସୁବର୍ଣ୍ଣ ପାତ୍ର ଥିଲା।

Gade chapit la Kopi

ଓଡିଆ ବାଇବେଲ

8 ସେ ପୁସ୍ତକ ନିଅନ୍ତେ ସେହି ଚାରି ପ୍ରାଣୀ ଓ ଚବିଶ ପ୍ରାଚୀନ ମେଷଶାବକଙ୍କ ସମ୍ମୁଖରେ ଉବୁଡ଼ ହୋଇପଡ଼ିଲେ; ସେମାନଙ୍କ ପ୍ରତ୍ୟେକର ହସ୍ତରେ ବୀଣା ଓ ସାଧୁମାନଙ୍କ ପ୍ରାର୍ଥନାରୂପ ଧୂପରେ ପରିପୂର୍ଣ୍ଣ ସୁବର୍ଣ୍ଣ ପାତ୍ର ଥିଲା ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ସେ ପୁସ୍ତକ ନିଅନ୍ତେ ସେହି ଚାରି ପ୍ରାଣୀ ଓ ଚବିଶ ପ୍ରାଚୀନ ମେଷଶାବକଙ୍କ ସମ୍ମୁଖରେ ଉବୁଡ଼ ହୋଇପଡ଼ିଲେ; ସେମାନଙ୍କ ପ୍ରତ୍ୟେକର ହସ୍ତରେ ବୀଣା ଓ ସାଧୁମାନଙ୍କ ପ୍ରାର୍ଥନାରୂପ ଧୂପରେ ପରିପୂର୍ଣ୍ଣ ସୁବର୍ଣ୍ଣ ପାତ୍ର ଥିଲା।

Gade chapit la Kopi

ପବିତ୍ର ବାଇବଲ

8 ସେ ଚର୍ମପତ୍ରକୁ ଗ୍ରହଣ କରିବାପରେ, ଗ୍ଭରିଜୀବିତ ପ୍ରାଣୀ ଓ ଚବିଶଜଣ ପ୍ରାଚୀନ ତାହାଙ୍କ ସମ୍ମୁଖରେ ନଇଁପଡ଼ି ପ୍ରଣାମ କଲେ। ସେମାନେ ପ୍ରତ୍ୟେକ ଗୋଟିଏ ଗୋଟିଏ ବୀଣା ଧରି ଥିଲେ। ସେମାନେ ସୁଗନ୍ଧିତ ଧୂପର ସୁନାର ପାତ୍ର ମଧ୍ୟ ଧରିଥିଲେ। ସେହି ସୁଗନ୍ଧିତ ଧୂପପାତ୍ରଗୁଡ଼ିକ ହେଉଛି, ପରମେଶ୍ୱରଙ୍କ ପବିତ୍ର ଲୋକମାନଙ୍କର ପ୍ରାର୍ଥନା।

Gade chapit la Kopi




ପ୍ରକାଶିତ 5:8
27 Referans Kwoze  

ପୂର୍ବୋକ୍ତ ଚବିଶ ଜଣ ବୟୋଜ୍ୟେଷ୍ଠ ନେତା ଚିରଞ୍ଜୀବୀ ବ୍ୟକ୍ତିଙ୍କ ସିଂହାସନ ସମ୍ମୁଖରେ ପ୍ରଣିପାତ କରି ତାଙ୍କର ଆରାଧନା କରିବାକୁ ଲାଗିଲେ। ପୁଣି ସିଂହାସନ ତଳେ ନିଜ ନିଜ ମୁକୁଟ ଥୋଇ ଦେଇ ରିହଲେ,


ଚାରିଗୋଟି ପ୍ରାଣୀ ଘୋଷା ଧରି କହୁଥିଲେ, “ଆମେନ୍” ଏବଂ ନେତାମାନେ ପ୍ରଣିପାତ କରି ତାଙ୍କର ଆରାଧନା କଲେ।


ପୁଣି ସିଂହାସନର ଚତୁର୍ଦ୍ଦିଗରେ ବୃତ୍ତାକାରର ପଡ଼ିଥିବା ଅନ୍ୟ ଚବିଶଟି ସିଂହାସନରେ ଚବିଶ ଜଣ ବୟୋଜ୍ୟେଷ୍ଠ ମଣ୍ଡଳୀ ନେତା ଉପବିଷ୍ଟ ଥିଲେ। ସେମାନେ ଶୁକ୍ଲ ବସ୍ତ୍ରପରିହିତ ଓ ସେମାନଙ୍କ ମସ୍ତକ ଉପରେ ସୁବର୍ଣ୍ଣ ମୁକୁଟ।


ସିଂହାସନୋପବିଷ୍ଟ ଈଶ୍ୱରଙ୍କ ସମ୍ମୁଖରେ ଚବିଶ ଜଣ ବୟୋଜ୍ୟେଷ୍ଠ ନେତା ଓ ସେହି ଚାରୋଟି ପ୍ରାଣୀ ଭୂମିଷ୍ଠ ହୋଇ ଈଶ୍ୱରଙ୍କୁ ଆରାଧନା କଲେ। ସେମାନେ କହିଲେ, “ଆମେନ୍! ଈଶ୍ୱରଙ୍କ ପ୍ରଶଂସା କର।”


ତା’ପରେ ସିଂହାସନର ମଧ୍ୟସ୍ଥଳରେ ପୂର୍ବୋକ୍ତ ଚାରିଗୋଟି ପ୍ରାଣୀ ଓ ବୟୋଜ୍ୟେଷ୍ଠ ନେତାମାନଙ୍କ ଗହଣରେ ଗୋଟିଏ ମେଷଶାବକଙ୍କୁ ଛିଡ଼ା ହୋଇଥିବା ଦେଖିଲି। ମେଷଶାବକଟି ବଧ ହୋଇଥିବା ପରି ମନେ ହେଲେ। ତାହାଙ୍କର ସାତଟି ଶୃଙ୍ଗ ଓ ସାତଟି ଚକ୍ଷୁ ଥିଲା। ସେହି ଚକ୍ଷୁଗୁଡ଼ିକ ସମଗ୍ର ପୃଥିବୀକୁ ପଠାଯାଇଥିବା ଈଶ୍ୱରଙ୍କ ସପ୍ତ ଆତ୍ମା।


ପ୍ରତ୍ୟେକ ପ୍ରାଣୀର ଛଅଟି ଡ଼େଣା ଥିଲା ଏବଂ ସେଗୁଡ଼ିକର ବାହାର ଓ ଭିତର ମଧ୍ୟ ଚକ୍ଷୁରେ ପରିପୂର୍ଣ୍ଣ ଥିଲା। ସେମାନେ ଦିବାରାତ୍ରି, ଅବିଶ୍ରାନ୍ତ ଭାବରେ ଗାୟନ କରୁଥିଲେ:- “ପବିତ୍ର, ପବିତ୍ର, ପବିତ୍ର, ସର୍ବଶକ୍ତିମାନ୍ ପ୍ରଭୁ ଈଶ୍ୱର! ଆଦ୍ୟରୁ ବର୍ତ୍ତମାନ ପର୍ଯ୍ୟନ୍ତ ଯେ ସଦା ବିଦ୍ୟମାନ ଓ ପୁଣି ଥରେ ଯେ ଆଗମନ କରିବେ।”


ପୂର୍ବୋକ୍ତ ଚାରୋଟି ପ୍ରାଣୀ ମଧ୍ୟରୁ ଜଣେ ଚିରଜୀବୀ ଈଶ୍ୱରଙ୍କ କୋପରେ ପରିପୂର୍ଣ୍ଣ ସାତଟି ସୁବର୍ଣ୍ଣ ପାତ୍ର ସେହି ସପ୍ତ ଦୂତଙ୍କୁ ଦେଲେ।


ତା’ପରେ ମୁଁ ଦେଖିଲି, ଅଗ୍ନିମିଶ୍ରିତ କାଚର ସମୁଦ୍ର ପରି ଏକ ଦୃଶ୍ୟ। ସେହି ସମୁଦ୍ର ତୀରରେ ଠିଆ ହୋଇଥିଲେ ବିଜୟୀ ବ୍ୟକ୍ତିମାନେ - ଏମାନେ ପଶୁ, ପଶୁର ପ୍ରତିମୂର୍ତ୍ତି ଓ ପୂର୍ବୋକ୍ତ ସଂଖ୍ୟା ଦ୍ୱାରା ଚିହ୍ନିତ ସେହି ଦୁରାତ୍ମା ଉପରେ ବିଜୟ ଲାଭ କରିଥିଲେ।


ତାହାହେଲେ ପିତା ଯେପରି ସମ୍ମାନିତ ହେବେ- ଯେ ପୁତ୍ରଙ୍କୁ ସମ୍ମାନ ଦିଏ ନାହିଁ, ତାଙ୍କ ପ୍ରେରଣକର୍ତ୍ତା ପିତାଙ୍କୁ ମଧ୍ୟ ସେ ସମ୍ମାନିତ କରେ ନାହିଁ।


କିନ୍ତୁ ଈଶ୍ୱର ତାଙ୍କ ପ୍ରଥମଜାତ ପୁତ୍ରଙ୍କୁ ଏହି ଜଗତକୁ ପଠାଇଲା ବେଳେ ଏହା କହିଥିଲେ, “ଈଶ୍ୱରଙ୍କ ଦୂତଗଣ ତାଙ୍କପର ପୂଜା କରିବେ।”


ତା’ ପରଦିନ ଯୀଶୁଙ୍କୁ ତାଙ୍କ ନିକଟକୁ ଆସୁଥିବାର ଦେଖି ଯୋହନ କହିଲେ, “ଏହି ଦେଖ, ଈଶ୍ୱରଙ୍କ ମେଷଶାବକ ଯେ ଜଗତର ପାପ ବହି ନେଇ ଯାଆନ୍ତି।


ପୁଣି ସିଂହାସନ ସମ୍ମୁଖରେ ସ୍ଫଟିକ ପରି ଏକ ସ୍ୱଚ୍ଛ ସମୁଦ୍ର ଦେଖା ଯାଉଥିଲା। ସିଂହାସନକୁ ଉଭୟ ପାଶ୍ୱର୍ରେ ଘେରି ରହିଥିଲେ ଚାରିଗୋଟି ପ୍ରାଣୀ; ସେମାନଙ୍କ ଶରୀରର ଅଗ୍ରଭାଗ ଓ ପୃଷ୍ଠଦେଶ ଚକ୍ଷୁରେ ପରିପୂର୍ଣ୍ଣ ଥିଲା।


ମୁଁ ପୁଣି ଅନାଇ ଦେଖଲି, ହଜାର ହଜାର ଓ ଲକ୍ଷ ଲକ୍ଷ ସ୍ୱର୍ଗଦୂତ ସିଂହାସନକୁ, ଚାରିଗୋଟି ପ୍ରାଣୀ ଓ ବୟୋଜ୍ୟେଷ୍ଠ ନେତାମାନଙ୍କୁ ଘେରି ଠିଆ ହୋଇଛନ୍ତି।


ସେମାନେ ଉଚ୍ଚ ସ୍ୱରରେ ଗୀତ ଗାଉଥିଲେ। “ନିହତ ହୋଇଥିବା ସେହି ମେଷଶାବକ କ୍ଷମତା, ଐଶ୍ୱର୍ଯ୍ୟ, ଜ୍ଞାନ ଓ ଶକ୍ତି ସମ୍ଭ୍ରମ, ଗୌରବ ଓ ପ୍ରଶଂସାର ଭାଜନ!”


ତା’ପରେ ମୁଁ ଦେଖିଲି, ମେଷଶାବକ ସାତଟି ମୋହର ମଧ୍ୟରୁ ପ୍ରଥମଟି ଭାଙ୍ଗିଲେ ଏବଂ ଚାରି ପ୍ରାଣୀଙ୍କ ମଧ୍ୟରୁ ଜଣେ ମୋତେ ବଜ୍ରଗମ୍ଭୀର ସ୍ୱରରେ କହିଲେ, “ଆସ!”


ପୃଥିବୀର ସୃଷ୍ଟି ପୂର୍ବରୁ ଯେଉଁମାନଙ୍କ ନାମ ବଧ ହୋଇଥିବା ମେଷଶାବକଙ୍କ ଜୀବନ ପୁସ୍ତକରେ ଲେଖାଯାଇଥିଲା, ସେମାନଙ୍କ ବ୍ୟତୀତ ପୃଥିବୀର ଅନ୍ୟ ସମସ୍ତେ ସେହି ପଶୁର ପୂଜା କରିବେ।


Swiv nou:

Piblisite


Piblisite