Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 7:14 - ପବିତ୍ର ବାଇବଲ (CL) NT (BSI)

14 ମୁଁ ଉତ୍ତର ଦେଲି, “ମହାଶୟ! ମୁଁ ଜାଣେ ନାହିଁ। ଆପଣ ଜାଣିଥିବେ।” ସେ ମୋତେ କହିଲେ, “ଏହି ଲୋକମାନେ ଭୟଙ୍କର ନିର୍ଯ୍ୟାତନା ସହ୍ୟ କରି ଆସି ଅଛନ୍ତି। ସେମାନେ ମେଷଶାବକଙ୍କ ଉତ୍ତାରେ ନିଜ ନିଜର ପୋଷାକ ଧୋଇ ପରିଷ୍କାର କରିଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ମୁଁ ତାହାଙ୍କୁ କହିଲି, ହେ ମୋହର ପ୍ରଭୁ, ଆପଣହିଁ ତାହା ଜାଣନ୍ତି। ସେଥିରେ ସେ ମୋତେ କହିଲେ, ଏମାନେ ମହାକ୍ଳେଶରୁ ବାହାରି ଆସିଅଛନ୍ତି ଓ ମେଷଶାବକଙ୍କ ରକ୍ତରେ ଆପଣା ଆପଣା ବସ୍ତ୍ର ଧୋଇ ଶୁକ୍ଳବର୍ଣ୍ଣ କରିଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

14 ମୁଁ ତାହାଙ୍କୁ କହିଲି, ହେ ମୋହର ପ୍ରଭୁ, ଆପଣ ହିଁ ତାହା ଜାଣନ୍ତି। ସେଥିରେ ସେ ମୋତେ କହିଲେ, ଏମାନେ ମହାକ୍ଲେଶରୁ ବାହାରି ଆସିଅଛନ୍ତି ଓ ମେଷଶାବକଙ୍କ ରକ୍ତରେ ଆପଣା ଆପଣା ବସ୍ତ୍ର ଧୋଇ ଶୁକ୍ଳବର୍ଣ୍ଣ କରିଅଛନ୍ତି ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ମୁଁ ତାହାଙ୍କୁ କହିଲି, ହେ ମୋହର ପ୍ରଭୁ, ଆପଣ ହିଁ ତାହା ଜାଣନ୍ତି। ସେଥିରେ ସେ ମୋତେ କହିଲେ, ଏମାନେ ମହାକ୍ଲେଶରୁ ବାହାରି ଆସିଅଛନ୍ତି ଓ ମେଷଶାବକଙ୍କ ବଳୀକୃତ ରକ୍ତରେ ଆପଣା ଆପଣା ବସ୍ତ୍ର ଧୋଇ ଶୁକ୍ଳବର୍ଣ୍ଣ କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

14 ମୁଁ ଉତ୍ତର ଦେଲି, “ମୋ’ ପ୍ରଭୁ! ଆପଣ ତାହା ଜାଣନ୍ତି, ସେମାନେ କିଏ। ପ୍ରାଚୀନ ଜଣକ କହିଲେ, “ଏହି ଲୋକମାନେ ଭୟଙ୍କର ତାଡ଼ନା ଭିତରୁ ଆସିଛନ୍ତି। ସେମାନେ ମେଷଶାବକଙ୍କ ରକ୍ତରେ ଆପଣା ଆପଣାର ପୋଷାକ ପରିଷ୍କାର ଓ ଧଳା କରିଅଛନ୍ତି।

Gade chapit la Kopi




ପ୍ରକାଶିତ 7:14
30 Referans Kwoze  

କିନ୍ତୁ ଈଶ୍ୱରଙ୍କ ପରିତ ଆମେ ଯଦି ଆଲୋକରେ ବାସ କରୁ, ଆମେ ପରସ୍ପରର ସାହାଚର୍ଯ୍ୟ ଉଭୋଗ କରିବୁ ଏବଂ ତାଙ୍କ ପୁତ୍ର ଯୀଶୁଙ୍କ ରକ୍ତ ଆମକୁ ସମସ୍ତ ପାପରୁ କରିଷ୍କାର କରିବ।


ଯେଉଁମାନେ ନିଜ ନିଜର ପୋଷାକ ଧୋଇ ପରିଷ୍କାର କରିଛନ୍ତି, ସେମାନେ ଭାଗ୍ୟବାନ। ଜୀବନବୃକ୍ଷର ଫଳ ଭୋଜନ କରିବାକୁ ଓ ଦ୍ୱାର ଦେଇ ନଗରୀ ମଧ୍ୟରେ ପ୍ରବେଶ କରିବାକୁ ସେମାନଙ୍କର ଅଧିକାର ଅଛି।


ସେହିପରି ଯୀଶୁ ମଧ୍ୟ ନିଜ ରକ୍ତ ଦ୍ୱାରା ଲୋକମାନଙ୍କୁ ପାପରୁ ପରିଶୁଦ୍ଧ କରିବାପାଇଁ ନଗର ବାହାରେ ମୃତ୍ୟୁ ଭୋଗ କଲେ।


ଏବଂ ମୃତ୍ୟୁରୁ ପୁନରୁତ୍ôଥତ ସର୍ବପ୍ରଥମ, ବିଶ୍ୱସ୍ତ ସାକ୍ଷ୍ୟଦାତା ଓ ରାଜାଧିରାଜ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ଓ ଶାନ୍ତି ତୁମ୍ଭ ପ୍ରତି ହେଉ। ସେ ଆମକୁ ପ୍ରେମ କରନ୍ତି ଓ ତାଙ୍କର ମୃତ୍ୟୁ ଦ୍ୱାରା ଆମକୁ ପାପରୁ ପରିତ୍ରାଣ କରିଅଛନ୍ତି


ମେଷଶାବକଙ୍କ ରକ୍ତର ବଳରେ ଓ ସେମାନେ ଘୋଷଣା କରୁଥିବା ସତ୍ୟ ପାଇଁ ଆତ୍ମବଳିଦାନ କରିବାକୁ ପ୍ରସ୍ତୁତ ଥିବାରୁ ଆମ ଭାଇମାନେ ବିଜୟୀ ହୋଇଛନ୍ତି।


ଏହା ଯଦି ସତ୍ୟ ହୋଇଥାଏ, ତେବେ ଖ୍ରୀଷ୍ଟଙ୍କ ରକ୍ତ ଆହୁରି କେତେ ଅଧିକ ଫଳପ୍ରଦ ନ ହେବ? ଅନନ୍ତ ଆତ୍ମାଙ୍କ ସାହୟତାରେ ସେ ନିଜକୁ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ଏକ ନିର୍ଦ୍ଦୋଷ ବଳି ରୂପେ ଉତ୍ସର୍ଗ କରିଛନ୍ତି। ତାଙ୍କର ସେହି ରକ୍ତ ଦ୍ୱାରା ଅସାର କ୍ରିୟା କର୍ମରୁ ନିଷ୍କୃତି ଲାଭ କରି ଆମ ବିବେକ ଶୁଚି ହେବ ଏବଂ ଆମେ ଜୀବିତ ଈଶ୍ୱରଙ୍କ ପ୍ରକୃତି ସେବା କରିବାକୁ ସୁଯୋଗ ପାଇବୁ।


କିନ୍ତୁ ତାହା ନିର୍ଦ୍ଦୋଷ, ନିଷ୍ଳକଙ୍କ ମେଷଶାବକ ତୁଲ୍ୟ ଖ୍ରୀଷ୍ଟଙ୍କ ଆତ୍ମବଳିର ଅମୂଲ୍ୟ ରକ୍ତ।


ତୁମ୍ଭମାନଙ୍କ ମଧ୍ୟରୁ କେହି କେହି ସେ ପ୍ରକାର ଥିଲ। କିନ୍ତୁ ବର୍ତ୍ତମାନ ତୁମ୍ଭେମାନେ ପାପରୁ ପରିଷ୍କୃତ ହୋଇ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗିତ। ପୁଣି ପ୍ରଭୁ ଯୀଶୁ ଖ୍ରୀଷ୍ଟ ଓ ପବିତ୍ରଆତ୍ମାଙ୍କ ଦ୍ୱାରା ତୁମ୍ଭେମାନେ ଧାର୍ମିକରୂପେ ପରିଗଣିତ ହୋଇଅଛ।


ସେମାନେ ଗୋଟିଏ ନୂଆ ଗୀତ ଗାଇଥିଲେ: “ପାଣ୍ଡୁଲିପି ଗ୍ରହଣ କରି ତାହାର ମୋହର ଭାଙ୍ଗିବାକୁ ତୁମେ ହିଁ ଯୋଗ୍ୟ: କାରଣ ତୁମେ ନିହତ ହୋଇଥିଲ ଏବଂ ତୁମ ମୃତ୍ୟୁ ଦ୍ୱାରା, ସମସ୍ତ ଗୋଷ୍ଠୀ, ଭାଷାବାଦୀ, ରାଷ୍ଟ୍ର ଓ ଜାତି ମଧ୍ୟରୁ ଈଶ୍ୱରଙ୍କ ନିମନ୍ତେ ଲୋକମାନଙ୍କୁ କ୍ରୟ କରିଛ।


ସେତେବେଳେ ଯେଉଁ ଦୁଃଖ ଭୋଗ କରିବାକୁ ପଡ଼ିବ, ଜଗତର ସୃଷ୍ଟିଠାରୁ ଆଜିଯାଏ ଘଟିଥିବା ସବୁ କ୍ଲେଶକୁ ତାହା ବଳି ପଡ଼ିବ। ସେପରି ଦୁଃଖ ଭୋଗ ଭବିଷ୍ୟତ୍ରେ କେବେ ଆସିବ ନାହିଁ।


ଏ କଥା ତୁମ୍ଭମାନଙ୍କୁ କହୁଛି, ଯେପରି ମୋ’ ସହିତ ସଂଯୁକ୍ତ ରହି ତୁମେ ମନରେ ଶାନ୍ତି ଅନୁଭବ କରିବ। ଜଗତ ତୁମକୁ କଷ୍ଟ ଦେବ; ତଥାପି ସାହସ ଧର, କାରଣ ମୁଁ ଜଗତକୁ ଜୟ କରିଛି।”


ମୁଁ ଆହୁରି ଦେଖିଲି, ସେହି ସ୍ତ୍ରୀ ଲୋକଟି ସାଧୁମାନଙ୍କର ଓ ଯୀଶୁଙ୍କ ପ୍ରତି ବିଶ୍ୱସ୍ତ ରହି ନିହତ ହୋଇଥିବା ଲୋକମାନଙ୍କର ରକ୍ତପାନ କରି ମତୁଆଲା ହୋଇଥିଲା। ତାକୁ ଦେଖି ମୁଁ ବିସ୍ମୟରେ ହତବୁଦ୍ଧି ହୋଇଗଲି।


ସବୁ ପ୍ରକାର ଦୁଃଖ କ୍ଲେଶରେ ମଧ୍ୟ ଆମ୍ଭେମାନେ ଆନନ୍ଦ ଅନୁଭବ କରୁଛୁ, କାରଣ ବିଚଳିତ ନ ହୋଇ କ୍ଳେଶ ସହିବା ଦ୍ୱାରା ମନରେ ଧୈର୍ଯ୍ୟ ଆସେ।


ସେମାନେ ବିଶ୍ୱାସୀମାନଙ୍କୁ ନିଜ ବିଶ୍ୱାସରେ ଦୃଢ଼ ରହିବା ପାଇଁ ଉତ୍ସାହିତ କଲେ। ସେମାନେ ଶିକ୍ଷା ଦେଇ କହିଲେ, “ଈଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରିବା ପାଇଁ ଆମକୁ ବହୁ ଦୁଃଖକଷ୍ଟ ମଧ୍ୟଦେଇ ଗତି କରିବାକୁ ହେବ।”


ତା’ପରେ ମୁଁ ଦେଖିଲି, ଅଗ୍ନିମିଶ୍ରିତ କାଚର ସମୁଦ୍ର ପରି ଏକ ଦୃଶ୍ୟ। ସେହି ସମୁଦ୍ର ତୀରରେ ଠିଆ ହୋଇଥିଲେ ବିଜୟୀ ବ୍ୟକ୍ତିମାନେ - ଏମାନେ ପଶୁ, ପଶୁର ପ୍ରତିମୂର୍ତ୍ତି ଓ ପୂର୍ବୋକ୍ତ ସଂଖ୍ୟା ଦ୍ୱାରା ଚିହ୍ନିତ ସେହି ଦୁରାତ୍ମା ଉପରେ ବିଜୟ ଲାଭ କରିଥିଲେ।


ତୁମର ଦୁର୍ଦ୍ଦଶା ସବୁ ମୋତେ ଜଣା; ମୁଁ ମଧ୍ୟ ଜାଣେ ଯେ, ତୁମେ ଦରିଦ୍ର; କିନ୍ତୁ ପ୍ରକୃତରେ ତୁମେ ଧନୀ। ଯେଉଁମାନେ ନିଜକୁ ଇହୁଦୀ ବୋଲି କହନ୍ତି, କିନ୍ତୁ ପ୍ରକୃତରେ ଇହୁଦୀ ନୁହଁନ୍ତି ଓ ଯେଉଁମାନେ ଶୟତାନର ଅନୁଗାମୀ, ସେମାନେ କିପରି ତୁମର ଅପବାଦ କରି କଥା କହିଛନ୍ତି, ତାହା ମୁଁ ଜାଣେ।


ତେଣୁ ଈଶ୍ୱରଙ୍କ ଉପାସକ ମଣ୍ଡଳୀମାନଙ୍କରେ ତୁମକୁ ନେଇ ଆମେ ଦର୍ପ କରିଥାଉ। ତୁମ୍ଭେମାନେ କିପରି ସମସ୍ତ କ୍ଲେଶ ଓ ତାଡ଼ନା ସହ୍ୟ କରି ନିଜ ବିଶ୍ୱାସରେ ଅବିଚଳିତ ରହିଛ, ଏ କଥା ଆମେ ଗର୍ବର ସହିତ ପ୍ରକାଶ କରିଥାଉ।


ସେହି ଦୁର୍ଦ୍ଦିନରେ ଦୁଃଖକଷ୍ଟ ସବୁ ସୃଷ୍ଟିର ଆରମ୍ଭରୁ ଆଜି ପର୍ଯ୍ୟନ୍ତ ଘଟିଯାଇଥିବା ସମସ୍ତ କ୍ଲେଶରୁ ଅଧିକ ଭୟଙ୍କର ହେବ।


ଏହାପରେ ମୁଁ ଚାହିଁ ଦେଖିଲି, ଗୋଟିଏ ବିରାଟ ଜନତା; ତା’ର ସଂଖ୍ୟା ଗଣନାତୀତ। ସେମାନେ ପ୍ରତ୍ୟେକ ଜାତି, ଗୋଷ୍ଠୀ, ରାଷ୍ଟ୍ର ଓ ଭାଷାବାଦୀମାନଙ୍କ ମଧ୍ୟରୁ ଆସିଥିଲେ। ସେମାନେ ଶୁକ୍ଲ ବସ୍ତ୍ର ପରିଧାନ କରି ଓ ହସ୍ତରେ ଖଜୁରୀ ଡ଼ାଳ ଧରି, ସିଂହାସନ ଓ ମେଷଶାବକଙ୍କ ସମ୍ମୁଖରେ ଠିଆ ହୋଇଥିଲେ।


Swiv nou:

Piblisite


Piblisite