Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 8:13 - ପବିତ୍ର ବାଇବଲ (CL) NT (BSI)

13 ତା’ପରେ ମୁଁ ଚାହିଁ ଦେଖିଲି, ଆକାଶର ବହୁ ଉଚ୍ଚରେ ଗୋଟିଏ ଉକ୍ର୍ରୋଶ ପକ୍ଷୀ ଉଡ଼ି ଉଡ଼ି ଉଚ୍ଚ ସ୍ୱରରେ କହୁଛି, “ହାୟ! କି ଭୟଙ୍କର! ଅନ୍ୟ ତିନି ଜଣ ଦୂତ ତୂରୀ ବଜାଇବା ସମୟରେ ପୃଥ୍ୱୀବାସୀଙ୍କ ଅବସ୍ଥା କେଡ଼େ ସାଙ୍ଘାତିକ ନ ହେବ!”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ପରେ ମୁଁ ଦୃଷ୍ଟିପାତ କଲି, ଆଉ ଆକାଶର ମଧ୍ୟଭାଗରେ ଉଡ଼ୁଥିବା ଗୋଟିଏ ଉତ୍କ୍ରୋଶ ପକ୍ଷୀ ଉଚ୍ଚ ସ୍ଵରରେ ଏହା କହୁଥିବା ଶୁଣିଲି, ହାୟ, ହାୟ, ହାୟ, ପୃଥିବୀନିବାସୀମାନେ ସନ୍ତାପର ପାତ୍ର, କାରଣ ଆହୁରି ତିନି ଜଣ ଦୂତ ତୂରୀଧ୍ଵନୀ କରିବାକୁ ଯାଉଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

13 ପରେ ମୁଁ ଦୃଷ୍ଟିପାତ କଲି, ଆଉ ଆକାଶର ମଧ୍ୟଭାଗରେ ଉଡ଼ୁଥିବା ଗୋଟିଏ ଉତ୍କ୍ରୋଶପକ୍ଷୀ ଉଚ୍ଚସ୍ୱରରେ ଏହା କହୁଥିବା ଶୁଣିଲି, ହାୟ, ହାୟ, ହାୟ, ପୃଥିବୀନିବାସୀମାନେ ସନ୍ତାପର ପାତ୍ର, କାରଣ ଆହୁରି ତିନି ଜଣ ଦୂତ ତୂରୀଧ୍ୱନୀ କରିବାକୁ ଯାଉଅଛନ୍ତି ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ପରେ ମୁଁ ଦୃଷ୍ଟିପାତ କଲି, ଆଉ ଆକାଶର ମଧ୍ୟଭାଗରେ ଉଡ଼ୁଥିବା ଗୋଟିଏ ଉତ୍କ୍ରୋଷପକ୍ଷୀ ଉଚ୍ଚସ୍ୱରରେ ଏହା କହୁଥିବା ଶୁଣିଲି, ହାୟ, ହାୟ, ହାୟ, ପୃଥିବୀନିବାସୀମାନେ ସନ୍ତାପର ପାତ୍ର, କାରଣ ଆହୁରି ତିନି ଜଣ ଦୂତ ତୂରୀଧ୍ୱନୀ କରିବାକୁ ଯାଉଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

13 ମୁଁ ସେତେବେଳେ ଗୋଟିଏ ଉତ୍କ୍ରୋଶ ପକ୍ଷୀକୁ ଆକାଶର ଉପରଭାଗରେ ଉଡ଼ୁଥିବାର ଦେଖିଲି, ସେ ଖୁବ୍ ଜୋର୍‌‌ରେ କହିଲା, “ହାୟ, ହାୟ! ପୃଥିବୀ ନିବାସୀମାନଙ୍କ ଉପରେ ଭୟଙ୍କର କ୍ଳେଶ ଆସୁଅଛି। କାରଣ ଆହୁରି ତିନି ଜଣ ଦୂତ ତୂରୀ ବଜାଇବାକୁ ଯାଉଅଛନ୍ତି।”

Gade chapit la Kopi




ପ୍ରକାଶିତ 8:13
12 Referans Kwoze  

ଦ୍ୱିତୀୟ ବିପତ୍ତି ଶେଷ ହେଲା; କିନ୍ତୁ ତୃତୀୟ ବିପତ୍ତି ଶୀଘ୍ର ଆସୁଅଛି।


ଦେଖ, ପ୍ରଥମ ବିପର୍ଯ୍ୟୟର ଅବସାନ ହୋଇଛି। ଏହାପରେ ଆହୁରି ଦୁଇଟି ଭୟାବହ ବିପତ୍ତି ମାଡ଼ି ଆସିବ।


ତା’ପରେ ମୁଁ ପୁଣି ଦେଖିଲି, ଆଉ ଜଣେ ସ୍ୱର୍ଗଦୂତ ଆକାଶରେ ଅତି ଉଚ୍ଚରେ ଉଡ଼ି ଉଡ଼ି, ପୃଥିବୀର ସମସ୍ତ ଜାତି, ଗୋଷ୍ଠୀ, ଭାଷାଭାଷୀ ଓ ରାଷ୍ଟ୍ରର ଲୋକମାନଙ୍କ ନିକଟରେ ଈଶ୍ୱରଙ୍କ ସେହି ଚିରନ୍ତନ ଶୁଭବାର୍ତ୍ତା ନିକଟରେ ଈଶ୍ୱରଙ୍କ ସେହି ଚିରନ୍ତନ ଶୁଭବାର୍ତ୍ତା ଘୋଷଣା କରୁଛନ୍ତି।


ଅନନ୍ତର ମୁଁ ଦେଖିଲି, ଆଉ ଜଣେ ସ୍ୱର୍ଗଦୂତ ସୂର୍ଯ୍ୟ ଉପରେ ଦଣ୍ଡାୟମାନ। ଆକାଶରେ ଉଡ଼ୁଥିବା ସମସ୍ତ ପକ୍ଷୀଙ୍କୁ ସେ ଚିକ୍ରାର କରି କହିଲେ, “ଆସ, ଈଶ୍ୱରଙ୍କ ମହାଭୋଜିରେ ଯୋଗ ଦେବା ପାଇଁ ଏକତ୍ରିତ ହୁଅ।


ତା’ପରେ ପଞ୍ଚମ ଦୂତ ତୂରୀ ବଜାଇଲେ ଏବଂ ମୁଁ ଦେଖିଲି, ସଙ୍ଗେ ସଙ୍ଗେ ଆକାଶରୁ ଗୋଟିଏ ନକ୍ଷତ୍ର ଖସି ପୃଥିବୀ ଉପରେ ପଡ଼ିଲା। ତାକୁ ପାତାଳପୁରୀର ଚାବି ଦିଆଯାଇଥିଲା।


ତେବେ ସ୍ୱର୍ଗଦୂତମାନେ କିଏ? ସେମାନେ ହେଉଛନ୍ତି ଈଶ୍ୱରଙ୍କ ସେବକ, ପରିତ୍ରାଣପ୍ରାର୍ଥୀ ମନୁଷ୍ୟମାନଙ୍କର ସାହାଯ୍ୟ ପାଇଁ ଈଶ୍ବରଙ୍କ ଦ୍ୱାରା ପ୍ରେରିତ ଆତ୍ମାଗଣ।


ସେହି ଲକ୍ଷେ ଚଉରାଳିଶ ହଜାର ଜଣ ସ୍ୱର୍ଗ-ସିଂହାସନ, ଚାରୋଟି ପ୍ରାଣୀ ଓ ମଣ୍ଡଳୀର ବୟୋଜ୍ୟେଷ୍ଠ ନେତାଗଣଙ୍କ ସମ୍ମୁଖରେ ଠିଆହେଲେ। ସେମାନେ ନୂତନ ଗୀତ ଗାୟନ କରୁଥିଲେ। ସେମାନଙ୍କ ବ୍ୟତୀତ ଅନ୍ୟ କେହି ସେହି ଗୀତ ଗାଇପାରୁ ନ ଥିଲା। ସମଗ୍ର ମାନବ ଜାତି ମଧ୍ୟରୁ କେବଳ ସେହିମାନେ ପରିତ୍ରାଣ ପାଇଥିଲେ।


ମୋର ଆଦେଶାନୁଯାୟୀ ତୁମ୍ଭେମାନେ ଧୈର୍ଯ୍ୟଶୀଳ ହୋଇ ରହିଛ, ତେଣୁ ପୃଥିବୀବାସୀ ଜନସମୂହକୁ ପରୀକ୍ଷା କରିବା ପାଇଁ ସମଗ୍ର ଜଗତରେ ଯେଉଁ ଦୁର୍ଦ୍ଦଶା ଉପସ୍ଥିତ ହେବାକୁ ଯାଉଛି, ସେଥିରୁ ମୁଁ ତୁମ୍ଭମାନଙ୍କୁ ନିରାପଦରେ ରଖିବି।


ତାହାପରେ ଈଶ୍ୱରଙ୍କ ସମ୍ମୁଖରେ ଠିଆ ହୋଇଥିବା ସାତ ଜଣ ଦୂତଙ୍କୁ ମୁଁ ଦେଖିଲି; ସେମାନଙ୍କୁ ସାତଟି ତୂରୀ ଦିଆଗଲା।


ତେଣୁ ସ୍ୱର୍ଗ ଓ ସ୍ୱର୍ଗବାସୀ ସମସ୍ତେ ଆନନ୍ଦ ଉଲ୍ଲାସ କର। କିନ୍ତୁ ହାୟ! ପୃଥିବୀର ଜଳସ୍ଥଳ ସମୁଦାୟ! ତୁମ୍ଭମାନଙ୍କର ଦଶା କି ଭୟଙ୍କର! ଏବେ ଶୟତାନ ତୁମ ନିକଟରେ ଓ ସେ ଅତିଶୟ କୋପାନ୍ୱିତ, କାରଣ ସେ ଜାଣେ, ତା’ର କାଳ ପୂରି ଆସୁଛି।”


Swiv nou:

Piblisite


Piblisite