Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 8:3 - ପବିତ୍ର ବାଇବଲ (CL) NT (BSI)

3 ଆଉ ଜଣେ ସ୍ୱର୍ଗଦୂତ ଗୋଟିଏ ସୁବର୍ଣ୍ଣ ଧୂପାଧାର ନେଇ ବେଦୀ ସମ୍ମୁଖରେ ଆସି ଠିଆ ହେଲେ। ସିଂହାସନ ସମ୍ମୁଖରେ ଥିବା ସୁବର୍ଣ୍ଣ ବେଦୀ ଉପରେ, ଈଶ୍ୱରଭକ୍ତମାନଙ୍କର ପ୍ରାର୍ଥନାରୂପ ଧୂପ ସହିତ ମିଶାଇ ଉତ୍ସର୍ଗ କରିବା ପାଇଁ, ତାଙ୍କୁ ପ୍ରଚୁର ପରିମାଣରେ ଧୂପ ଦିଆଗଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ସେଥିରେ ଆଉ ଜଣେ ଦୂତ ଆସି ବେଦି ନିକଟରେ ଠିଆ ହେଲେ, ତାହାଙ୍କ ହସ୍ତରେ ସୁବର୍ଣ୍ଣ ଧୂପାଚୀ ଥିଲା, ପୁଣି ସିଂହାସନ ସମ୍ମୁଖସ୍ଥ ସୁବର୍ଣ୍ଣ ବେଦି ଉପରେ ସମସ୍ତ ସାଧୁମାନଙ୍କ ପ୍ରାର୍ଥନା ସହିତ ଯୋଗ କରିବା ନିମନ୍ତେ ତାହାଙ୍କୁ ପ୍ରଚୁର ଧୂପ ଦିଆଗଲା।

Gade chapit la Kopi

ଓଡିଆ ବାଇବେଲ

3 ସେଥିରେ ଆଉ ଜଣେ ଦୂତ ଆସି ବେଦି ନିକଟରେ ଠିଆ ହେଲେ, ତାହାଙ୍କ ହସ୍ତରେ ସୁବର୍ଣ୍ଣ ଧୂପଦାନୀ (ସୁଗନ୍ଧିତ ଧୂପ ପାତ୍ର) ଥିଲା, ପୁଣି, ସିଂହାସନ ସମ୍ମୁଖସ୍ଥ ସୁବର୍ଣ୍ଣ ବେଦି ଉପରେ ସମସ୍ତ ସାଧୁମାନଙ୍କ ପ୍ରାର୍ଥନା ସହିତ ଅର୍ପଣ କରିବା ନିମନ୍ତେ ତାହାଙ୍କୁ ପ୍ରଚୁର ଧୂପ ଦିଆଗଲା ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ସେଥିରେ ଆଉ ଜଣେ ଦୂତ ଆସି ବେଦି ନିକଟରେ ଠିଆ ହେଲେ, ତାହାଙ୍କ ହସ୍ତରେ ସୁବର୍ଣ୍ଣ ଧୂପଦାନୀ ଥିଲା, ପୁଣି, ସିଂହାସନ ସମ୍ମୁଖସ୍ଥ ସୁବର୍ଣ୍ଣ ବେଦି ଉପରେ ସମସ୍ତ ସାଧୁମାନଙ୍କ ପ୍ରାର୍ଥନା ସହିତ ଅର୍ପଣ କରିବା ନିମନ୍ତେ ତାହାଙ୍କୁ ପ୍ରଚୁର ଧୂପ ଦିଆଗଲା।

Gade chapit la Kopi

ପବିତ୍ର ବାଇବଲ

3 ଆଉ ଜଣେ ଦୂତ ଆସି ବେଦୀ ପାଖରେ ଠିଆ ହେଲେ। ପରମେଶ୍ୱରଙ୍କର ପବିତ୍ର ଲୋକମାନଙ୍କର ପ୍ରାର୍ଥନା ସହିତ ପ୍ରଚୁର ସୁଗନ୍ଧି ଧୂପ, ସୁନାର ବଳିବେଦୀ ଉପରେ ଅର୍ପଣ କରିବା ନିମନ୍ତେ ତାହାଙ୍କ ହାତରେ ଗୋଟିଏ ସୁନାର ଧୂପଦାନୀ ଥିଲା।

Gade chapit la Kopi




ପ୍ରକାଶିତ 8:3
32 Referans Kwoze  

ସେ ଏହା କରିବା ମାତ୍ରେ ଚାରିଗୋଟି ପ୍ରାଣୀ ଓ ଚବିଶ ଜଣ ବୟୋଜ୍ୟେଷ୍ଠ ନେତା ମେଷଶାବକଙ୍କ ସମ୍ମୁଖରେ ପ୍ରଣିପାତ କଲେ। ପ୍ରତ୍ୟେକଙ୍କ ହସ୍ତରେ ଗୋଟିଏ ଗୋଟିଏ ବୀଣା ଓ ଈଶ୍ୱରଭକ୍ତମାନଙ୍କ ପ୍ରାର୍ଥନାରୂପ ଧୂପରେ ପରିପୂର୍ଣ୍ଣ ଏକ ସୁବର୍ଣ୍ଣ ପାତ୍ର ଥିଲା।


ସେହି ସ୍ୱର୍ଗଦୂତଙ୍କ ହାତରେ ଜଳୁଥିବା ଧୂପର ଧୂଆଁ ସହିତ ଈଶ୍ୱରଭକ୍ତମାନଙ୍କ ପ୍ରାର୍ଥନା ମିଶି ଯାଇ ଉପରକୁ ଉଠିଲା।


ବାହାରେ ଏକ ବିରାଟ ଜନତା ପ୍ରାର୍ଥନାରେ ନିବିଷ୍ଟ ଥିଲେ।


ତତ୍ପରେ ଷଷ୍ଠ ଦୂତ ତାଙ୍କର ତୂରୀ ବଜାଇବା ମାତ୍ରେ ଈଶ୍ୱରଙ୍କ ସମ୍ମୁଖରେ ସ୍ଥାପିତ ସୁବର୍ଣ୍ଣ ବେଦୀର ଚାରି ଶୃଙ୍ଗରୁ ମୁଁ ଗୋଟିଏ କଣ୍ଠସ୍ୱର ଶୁଣିଲି।


ସେଠାରେ ଏକ ସୁବର୍ଣ୍ଣ ପାତ୍ର, ହାରୋଣଙ୍କ ପଲ୍ଲବିତ ଯଷ୍ଟି ଏବଂ ଈଶ୍ୱରଙ୍କ ଆଜ୍ଞାଖୋଦିତ ଦୂଇ ପ୍ରସ୍ତର ଫଳକ ଥିଲା।


ତେଣୁ ଯେଉଁମାନେ ତାଙ୍କ ଦ୍ୱାରା ଈଶ୍ୱରଙ୍କ ନିକଟବର୍ତ୍ତୀ ହୁଅନ୍ତି, ସେମାନଙ୍କୁ ଉଦ୍ଧାର କରିବାକୁ ସେ ବର୍ତ୍ତମାନ ତଥା ଚିରକାଳ ସମର୍ଥ, କାରଣ ସେମାନଙ୍କ ନିମନ୍ତେ ଈଶ୍ୱରଙ୍କ ଛାମୁରେ ନିବେଦନ କରିବାକୁ ସେ ଚିରକାଳ ଜୀବିତ।


ତେବେ କିଏ ସେମାନଙ୍କୁ ଆଉ ଦୋଷୀ କରିପାରିବ? ଖ୍ରୀଷ୍ଟ ଯୀଶୁ ତା’ କେବେ କରିବେ ନାହିଁ, କାରଣ ସେ ମୃତ୍ୟୁରୁ ପୁନରୁତ୍ଥିତ ହୋଇ ଈଶ୍ୱରଙ୍କ ଦକ୍ଷିଣ ପାଶ୍ୱର୍ରେ ଉପବିଷ୍ଟ ହୋଇ ଅଛନ୍ତି।


ପୁଣି ମୁଁ ଦେଖିଲି, ଆଉ ଜଣେ ସ୍ୱର୍ଗଦୂତ ଚିରଞ୍ଜୀବୀ ଈଶ୍ୱରଙ୍କ ମୋହର ନେଇ ପୂର୍ବ ଦିଗରୁ ଆସୁଛନ୍ତି। ଏହି ଦୂତ ପୃଥିବୀ ଓ ସମୁଦ୍ରକୁ ବିନଷ୍ଟ କରିବା ପାଇଁ ଈଶ୍ୱର ଯେଉଁ ଚାରି ଦୂତଙ୍କୁ କ୍ଷମତା ଦେଇଥିଲେ,


ତା’ପରେ, ମେଷଶାବକ ପଞ୍ଚମ ମୋହର ଭାଙ୍ଗିଲେ ଏବଂ ମୁଁ ଦେଖିଲି, ଏକ ବେଦୀ। ଈଶ୍ୱରଙ୍କ ବାକ୍ୟ ଘୋଷଣା କରି ସାକ୍ଷ୍ୟଦାନରେ ବିଶ୍ୱସ୍ତ ରହିଥିବା ଯୋଗୁଁ ମୃତ୍ୟୁବରଣ କରିଥିବା ବ୍ୟକ୍ତିମାନଙ୍କର ଆତ୍ମାଗଣ ସେହି ବେଦୀ ତଳେ ସୁରକ୍ଷିତ ହୋଇଥିଲେ।


ତାହାପରେ ମୁଁ ଦେଖିଲି, ଆଉ ଜଣେ ପରାକ୍ରାନ୍ତ ଦୂତ ସ୍ୱର୍ଗରୁ ଓହ୍ଲାଇ ଆସୁଛନ୍ତି। ସେ ମେଘରେ ଆଚ୍ଛାଦିତ ହୋଇଥିଲେ ଏବଂ ମେଘଧନୁ ତାଙ୍କ ମସ୍ତକକୁ ଘେରି ରହିଥିଲା। ତାଙ୍କର ମୁଖ ସୂର୍ଯ୍ୟ ପରି ଏବଂ ପାଦଦ୍ୱୟ ଅଗ୍ନି ସ୍ତମ୍ଭ ପରି ଦେଖାଯାଉଥିଲା।


ତା’ପରେ ଦୂତ, ଧୂପଧାରରେ ବେଦୀର ଅଗ୍ନି ପୂର୍ଣ୍ଣ କରି ତାହା ପୃଥିବୀ ଉପରେ ଫୋପାଡ଼ି ଦେଲେ। ଏହା ଫଳରେ ବଜ୍ର ଧ୍ୱନି ହେଲା, ବିଦ୍ୟୁତ୍ ଚମକିଲା ଓ ଭୂମିକମ୍ପ ହେଲା।


ତାହାପରେ ବେଦୀର ଅଗ୍ନି ଦାୟିତ୍ୱରେ ଥିବା ଜଣେ ଦୂତ ଦାଆ ଧରିଥିବା ଦ୍ୱିତୀୟ ଦୂତକୁ ଚିକ୍ରାର କରି କହିଲେ, “ଦାଆ ଲଗାଇ ପୃଥିବୀର ଦ୍ରାକ୍ଷାକ୍ଷେତ୍ରରୁ ଦ୍ରାକ୍ଷାସବୁ କାଟି ପକାଅ; ସେଗୁଡ଼ିକ ପାଚି ଯାଇଛି।”


Swiv nou:

Piblisite


Piblisite