Biblia Todo Logo
Bib sou entènèt

- Piblisite -




ରୋମୀୟ 1:17 - ପବିତ୍ର ବାଇବଲ (CL) NT (BSI)

17 ମନୁଷ୍ୟ ଈଶ୍ୱରଙ୍କ ନିକଟରେ କିପରି ଧାର୍ମିକ ବିବେଚିତ ହୋଇପାରିବ, ଏହାର ଉପାୟ ସେଥିରେ ପ୍ରକାଶ କରାଯାଇଛି। ଆରମ୍ଭରୁ ଶେଷଯାଏ ପରିତ୍ରାଣ ପାଇବାର ଏକମାତ୍ର ଉପାୟ ହେଉଛି, ବିଶ୍ୱାସ। ଶାସ୍ତ୍ରବାକ୍ୟାନୁଯାୟୀ: “ଯେ ବିଶ୍ୱାସ ଦ୍ୱାରା ଈଶ୍ୱରଙ୍କ ନିକଟରେ ଧାର୍ମିକ ବିବେଚିତ ହୁଏ, ସେ ବଞ୍ଚିବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ସେଥିରେ ତ ଈଶ୍ଵରଦତ୍ତ ଧାର୍ମିକତା ପ୍ରକାଶିତ ହେଉଅଛି, ତାହା ବିଶ୍ଵାସମୂଳକ ଓ ବିଶ୍ଵାସଜନକ, ଯେପରି ଲେଖାଅଛି, “ଧାର୍ମିକ ବିଶ୍ଵାସ ଦ୍ଵାରା ବଞ୍ଚିବ”।

Gade chapit la Kopi

ଓଡିଆ ବାଇବେଲ

17 ସେଥିରେ ତ ଈଶ୍ୱରଦତ୍ତ ଧାର୍ମିକତା ପ୍ରକାଶିତ ହେଉଅଛି, ତାହା ବିଶ୍ୱାସମୂଳକ ଓ ବିଶ୍ୱାସଜନକ, ଯେପରି ଲେଖାଅଛି, "ଧାର୍ମିକ ବିଶ୍ୱାସ ଦ୍ୱାରା ବଞ୍ଚିବ'' ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ସେଥିରେ ତ ଈଶ୍ବରଦତ୍ତ ଧାର୍ମିକତା ପ୍ରକାଶିତ ହେଉଅଛି, ତାହା ବିଶ୍ୱାସମୂଳକ ଓ ବିଶ୍ୱାସଜନକ, ଯେପରି ଲେଖାଅଛି, “ଧାର୍ମିକ ବିଶ୍ୱାସ ଦ୍ୱାରା ବଞ୍ଚିବ।”

Gade chapit la Kopi

ପବିତ୍ର ବାଇବଲ

17 ପରମେଶ୍ୱର ଲୋକମାନଙ୍କୁ କିପରି ତାଙ୍କ ପାଇଁ ଧାର୍ମିକ କରନ୍ତି ତାହା ସୁସମାଗ୍ଭର ଦର୍ଶାଇ ଥାଏ। ବିଶ୍ୱାସ ଦ୍ୱାରା ପରମେଶ୍ୱରଙ୍କ ପାଇଁ ଧାର୍ମିକତା ଆରମ୍ଭ ହୁଏ ଓ ବିଶ୍ୱାସରେ ଶେଷ ହୁଏ। ଯେପରି ଧର୍ମଶାସ୍ତ୍ରରେ କୁହାଯାଇଛି, “ବିଶ୍ୱାସ ଦ୍ୱାରା ଧାର୍ମିକ ଅନନ୍ତକାଳ ଜୀବିତ ରହେ।”

Gade chapit la Kopi




ରୋମୀୟ 1:17
15 Referans Kwoze  

ତେଣୁ ଏଥିରୁ ସ୍ପଷ୍ଟଭାବେ ଜଣାଯାଏ, ବ୍ୟବସ୍ଥା ଦ୍ୱାରା କୌଣସି ବ୍ୟକ୍ତି ଈଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ହୋଇପାରେ ନାହିଁ, କାରଣ ଧର୍ମଶାସ୍ତ୍ରରେ ଉଲ୍ଲେଖ ଅଛି, “ବିଶ୍ୱାସ ଦ୍ୱାରା ଈଶ୍ୱରଙ୍କ ନିକଟରେ ନିର୍ଦ୍ଦୋଷ ବିବେଚିତ ହେଉଥିବା ବ୍ୟକ୍ତି ହିଁ କେବଳ ବଞ୍ôଚବ।”


ମୋର ଧାର୍ମିକ ଲୋକମାନେ ବିଶ୍ୱାସରେ ଅଟଳ ରହି ବଞ୍ଚିବେ, କିନ୍ତୁ କେହି ଯଦି ପଛଘୁଞ୍ଚା ଦିଏ, ତା’ ପ୍ରତି ମୁଁ ପ୍ରସନ୍ନ ହୋଇପାରିବି ନାହିଁ।”


ଯେଉଁ ଧାର୍ମିକତା ବ୍ୟବସ୍ଥା ପାଳନ ଦ୍ୱାରା ଲାଭ କରାଯାଇପାରେ, ସେହି ପ୍ରକାର କୌଣସି ନିଜସ୍ୱ ଧାର୍ମିକତା ମୋର ନାହିଁ। ବର୍ତ୍ତମାନ ମୋର ଯେଉଁ ଧାର୍ମିକତା ଅଛି, ତାହା ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ମିଳେ; ତାହା ଈଶ୍ୱରଙ୍କଠାରୁ ଆସେ ଓ ତାହା ବିଶ୍ୱାସ ଉପରେ ପ୍ରତିଷ୍ଠିତ।


ତେଣୁ ଅଣଇହୁଦୀମାନଙ୍କ ବିଷୟରେ ଏହା କହିପାରିବା, ସେମାନେ ଧାର୍ମିକ ହେବାକୁ ଚେଷ୍ଟା କରୁ ନ ଥିଲେ, କିନ୍ତୁ ସେମାନଙ୍କ ବିଶ୍ୱାସ ଯୋଗୁଁ ଧାର୍ମିକ ବିବେଚିତ ହୋଇଛନ୍ତି।


ଈଶ୍ୱର ନିଜ ସହିତ ମନୁଷ୍ୟର ସୁସମ୍ପର୍କ ପ୍ରତିଷ୍ଠା କରିବା ପାଇଁ ବ୍ୟବସ୍ଥା ବାହାରେ ଯାହା କରିଛନ୍ତି, ତାହା ଏବେ ପ୍ରକାଶ ପାଇଛି। ଏ ବିଷୟରେ ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନେ ମଧ୍ୟ ସାକ୍ଷ୍ୟ ଦେଇଛନ୍ତି।


ଅବଶ୍ୟ କେତେ ଜଣ ଅବିଶ୍ୱସ୍ତ ହୋଇପାରନ୍ତି। କିନ୍ତୁ ତା’ ବୋଲି କଅଣ ଈଶ୍ୱରଙ୍କ ବିଶ୍ୱସ୍ତତା ନିରର୍ଥକ ହେବ?


ଯେ କେହି ସେହି ପୁତ୍ରଙ୍କଠାରେ ବିଶ୍ୱାସ ସ୍ଥାପନ କରେ, ସେ ଅନନ୍ତ ଜୀବନ ପାଇବ; ଯେ କେହି ତାଙ୍କର ଅବାଧ୍ୟ ହୁଏ, ସେ ସେହି ଜୀବନରୁ ବଞ୍ôଚତ ହେବ ଓ ଈଶ୍ୱରଙ୍କ କ୍ରୋଧର ପାତ୍ର ହୋଇ ରହିବ।


କେବଳ ଯୀଶୁଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ଲୋକେ ଈଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ବିବେଚିତ ହୁଅନ୍ତି। ଈଶ୍ୱର କାହା ପ୍ରତି ପକ୍ଷପାତିତା ନ କରି ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରୁଥିବା ସମସ୍ତଙ୍କୁ ଏହି ସୁଯୋଗ ଦିଅନ୍ତି।


ମନୁଷ୍ୟକୁ ଧାର୍ମିକ ରୂପେ ଗ୍ରହଣ କରିବା ପାଇଁ ଈଶ୍ୱରନିରୂପିତ ଉପାୟ ଅବଲମ୍ବନ ନ କରି ସେମାନେ ଧାର୍ମିକ ହେବାକୁ ନିଜ ପଥରେ ଚାଲିଛନ୍ତି। ତେଣୁ ସେମାନେ ଈଶ୍ୱରଙ୍କ ସେହି ପଥ ପରିତ୍ୟାଗ କରିଛନ୍ତି।


ଦଣ୍ଡ ବିଧାୟକ ବ୍ୟବସ୍ଥାର ପ୍ରତିଷ୍ଠା ଯଦି ଏତେ ଗୌରବଯୁକ୍ତ, ତା’ହେଲ ପରିତ୍ରାଣକାରୀ ନିୟମର ପ୍ରତିଷ୍ଠା ଆହୁରି କେତେ ଅଧିକ ଗୌରବମଣ୍ଡିତ ନ ହେବ!


କାରଣ ଖ୍ରୀଷ୍ଟ ସମ୍ପୂର୍ଣ୍ଣ ନିଷ୍ଠାପ ଥିଲେ ସୁଦ୍ଧା, ଈଶ୍ୱର ତାଙ୍କୁ ଆମ ପାଇଁ ପାପ ସ୍ୱରୂପ କଲେ, ଆମେ ଯେପିର ତାଙ୍କ ସହିତ ଯଂଯୁକ୍ତ ହୋଇ ଈଶ୍ୱରଙ୍କ ଧାର୍ମିକତାର ଅଂଶୀ ହୋଇ ପାରିବା।


Swiv nou:

Piblisite


Piblisite