Biblia Todo Logo
Bib sou entènèt

- Piblisite -




ରୋମୀୟ 10:12 - ପବିତ୍ର ବାଇବଲ (CL) NT (BSI)

12 କୌଣସି ଭେଦାଭେଦ ନ ଥାଇ, ଏ କଥା ଇହୁଦୀ, ଅଣଇହୁଦୀ ସମସ୍ତଙ୍କ ପ୍ରତି ପ୍ରଯୁଜ୍ୟ। କେବଳ ଈଶ୍ୱର ସମସ୍ତଙ୍କର ପ୍ରଭୁ। ଯେଉଁମାନେ ତାଙ୍କର ସାହାଯ୍ୟ ପ୍ରାର୍ଥନା କରନ୍ତି, ସେମାନଙ୍କୁ ସେ ପ୍ରଚୁର ଆଶୀର୍ବାଦ ଦିଅନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 କାରଣ ଯିହୁଦୀ ଓ ଗ୍ରୀକ୍ ମଧ୍ୟରେ କିଛି ପ୍ରଭେଦ ନାହିଁ; ଯେଣୁ ସମସ୍ତଙ୍କର ତ ଏକ ପ୍ରଭୁ, ଆଉ ଯେତେ ଲୋକ ତାହାଙ୍କ ନିକଟରେ ପ୍ରାର୍ଥନା କରନ୍ତି, ସେସମସ୍ତଙ୍କ ପ୍ରତି ସେ ଅନୁଗ୍ରହର ନିଧିସ୍ଵରୂପ।

Gade chapit la Kopi

ଓଡିଆ ବାଇବେଲ

12 କାରଣ ଯିହୂଦୀ ଓ ଗ୍ରୀକ୍‍ ମଧ୍ୟରେ କିଛି ପ୍ରଭେଦ ନାହିଁ; ଯେଣୁ ସମସ୍ତଙ୍କର ତ ଏକ ପ୍ରଭୁ, ଆଉ ଯେତେ ଲୋକ ତାହାଙ୍କ ନିକଟରେ ପ୍ରାର୍ଥନା କରନ୍ତି, ସେ ସମସ୍ତଙ୍କ ପ୍ରତି ସେ ଅନୁଗ୍ରହର ନିଧିସ୍ୱରୂପ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 କାରଣ ଯିହୁଦୀ ଓ ଗ୍ରୀକ୍‍ ମଧ୍ୟରେ କିଛି ପ୍ରଭେଦ ନାହିଁ; ଯେଣୁ ସମସ୍ତଙ୍କର ତ ଏକ ପ୍ରଭୁ, ଆଉ ଯେତେ ଲୋକ ତାହାଙ୍କ ନିକଟରେ ପ୍ରାର୍ଥନା କରନ୍ତି, ସେ ସମସ୍ତଙ୍କ ପ୍ରତି ସେ ଅନୁଗ୍ରହର ନିଧିସ୍ୱରୂପ।

Gade chapit la Kopi

ପବିତ୍ର ବାଇବଲ

12 ଏଠାରେ “ଯିଏ” ର ଅର୍ଥ ଯିହୂଦୀ ଓ ଅଣଯିହୂଦୀମାନଙ୍କ ଭିତରେ ଭେଦ ନ ଥିବା ସୂଗ୍ଭଏ। ସମସ୍ତ ଲୋକଙ୍କର ଜଣେ ପ୍ରଭୁ। ଯେଉଁ ଲୋକେ ତାହାଙ୍କୁ ବିଶ୍ୱାସ କରନ୍ତି, ପରମେଶ୍ୱର ସେମାନଙ୍କୁ ଅନେକ ଆଶୀର୍ବାଦ କରନ୍ତି।

Gade chapit la Kopi




ରୋମୀୟ 10:12
33 Referans Kwoze  

ଖ୍ରୀଷ୍ଟଙ୍କ ଦ୍ୱାରା ମୋ’ ଈଶ୍ୱର ତାଙ୍କର ପ୍ରଚୁର ଐଶ୍ୱର୍ଯ୍ୟରେ ତୁମ୍ଭମାନଙ୍କର ସମସ୍ତ ଆବଶ୍ୟକତା ଯୋଗାଇ ଦେବେ।


ସେମାନେ ମେଷଶାବକଙ୍କ ବିରୁଦ୍ଧରେ ଯୁଦ୍ଧ କରିବେ; କିନ୍ତୁ ମେଷଶାବକ ତାଙ୍କର ଆହୂତ, ମନୋନୀତ, ଅନୁଗତ ଓ ବିଶ୍ୱସ୍ତ ଲୋକମାନଙ୍କ ସାହାଯ୍ୟରେ ସେମାନଙ୍କୁ ପରାସ୍ତ କରିବେ। କାରଣ ସେ ପ୍ରଭୁମାନଙ୍କର ପ୍ରଭୁ ଓ ରାଜାମାନଙ୍କର ରାଜା।”


କେବଳ ଯୀଶୁଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ଲୋକେ ଈଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ବିବେଚିତ ହୁଅନ୍ତି। ଈଶ୍ୱର କାହା ପ୍ରତି ପକ୍ଷପାତିତା ନ କରି ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରୁଥିବା ସମସ୍ତଙ୍କୁ ଏହି ସୁଯୋଗ ଦିଅନ୍ତି।


ତେଣୁ ଇହୁଦୀ ଓ ଅଣଇହୁଦୀ, କ୍ରୀତଦାସ ଓ ସ୍ୱାଧୀନ ନାଗରିକ, ପୁରୁଷ କିମ୍ବା ସ୍ତ୍ରୀ ମଧ୍ୟରେ ଆଉ କୌଣସି ପାର୍ଥକ୍ୟ ନାହିଁ। ତୁମେ ସମସ୍ତେ ଯୀଶୁ ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ ହୋଇ ଏକ ହୋଇଅଛ।


ଫଳରେ, ଇହୁଦୀ, ଅଣଇହୁଦୀ, ସୁନ୍ନତ ଓ ଅସୁନ୍ନତ, ମ୍ଲେଚ୍ଛ, ବର୍ବର, କ୍ରୀତଦାସ ବା ସ୍ୱାଧୀନ ବ୍ୟକ୍ତି ମଧ୍ୟରେ ଆଉ କୌଣସି ପ୍ରଭେଦ ନାହିଁ। କିନ୍ତୁ ଖ୍ରୀଷ୍ଟ ସମସ୍ତଙ୍କ ମଧ୍ୟରେ ଅଛନ୍ତି ଓ ସେ ହେଉଛନ୍ତି ସର୍ବେସର୍ବା।


ଈଶ୍ୱର ଅଦ୍ୱିତୀୟ ଏବଂ ମନୁଷ୍ୟକୁ ଈଶ୍ୱରଙ୍କ ସହିତ ସମ୍ମିଳିତ କରାଇବା ପାଇଁ ଜଣେ ମାତ୍ର ମଧ୍ୟସ୍ଥ ଅଛନ୍ତି - ସେ ହେଉଛନ୍ତି ଖ୍ରୀଷ୍ଟ ଯୀଶୁ।


ପୁଣି ପ୍ରତ୍ୟେକ ଜିହ୍ୱା ଯୀଶୁ ଖ୍ରୀଷ୍ଟ ହିଁ ପ୍ରଭୁ ବୋଲି ପ୍ରକାଶ୍ୟରେ ସ୍ୱୀକାର କରି ପିତା ଈଶ୍ୱରଙ୍କୁ ଗୌରବାନ୍ୱିତ କରିବେ।


ସେହି ନିଗୂଢ଼ ତତ୍ତ୍ୱ ହେଉଛି, ସୁସମାଚାର ଯୋଗୁଁ ଇହୁଦୀମାନଙ୍କ ସହିତ ଅଣଇହୁଦୀମାନେ ମଧ୍ୟ ଈଶ୍ୱରଙ୍କ ଆଶୀର୍ବାଦର ଅଂଶୀ ହୋଇଛନ୍ତି। ସେମାନେ ସେହି ଏକ ଶରୀରର ଅଙ୍ଗପ୍ରତ୍ୟଙ୍ଗ ଏବଂ ଯୀଶୁ ଖ୍ରୀଷ୍ଟଙ୍କ ସହାୟତାରେ ଈଶ୍ୱର ଦେଇଥିବା ପ୍ରତିଜ୍ଞାର ଅଂଶୀଦାର।


ତାଙ୍କ ପୋଷାକ ଉପରେ ଓ ଉରୁଦେଶରେ ଲେଖା ହୋଇଥିଲା, “ରାଜାମାନଙ୍କର ରାଜା ଓ ପ୍ରଭୁମାନଙ୍କର ପ୍ରଭୁ।”


ଖ୍ରୀଷ୍ଟଙ୍କ ମୃତ୍ୟୁ ଦ୍ୱାରା ଆମେ ମୁକ୍ତି ପାଇଛୁ, ଅର୍ଥାତ୍ ଆମର ସମସ୍ତ ପାପ କ୍ଷମା ହୋଇଅଛି। ଈଶ୍ୱରଙ୍କ ଅନୁଗ୍ରହ କେଡ଼େ ମହାନ୍!


କାରଣ ଖ୍ରୀଷ୍ଟ ମୃତ୍ୟୁବରଣ କରି ପୁନରୁତ୍ଥିତ ହେବା ଦ୍ୱାରା ଉଭୟ ଜୀବିତ ଓ ମୃତ ସମସ୍ତଙ୍କର ସେ ପ୍ରଭୁ ହୋଇ ପାରିଛନ୍ତି।


ହୁଏତ, ତୁମେ ଈଶ୍ୱରଙ୍କ ଅସୀମ କୃପା, ଉଦାରତା ଓ ସହିଷ୍ଣୁତାକୁ ଅବଜ୍ଞା କରୁଛ। ତୁମେ ଅବଶ୍ୟ ଜାଣିଛ ଯେ, ତୁମେ ମନରେ ଅନୁତାପ ଆଣିବା ପାଇଁ ଈଶ୍ୱର ଏଡ଼େ ଦୟା କରୁଛନ୍ତି।


ତାଙ୍କ ଲୋକମାନଙ୍କୁ ସେହି ଗୁପ୍ତ ତତ୍ତ୍ୱ ଜଣାଇବା ଈଶ୍ୱରଙ୍କର ପରିକଳ୍ପନା। ତାଙ୍କର ଏହି ବହୁମୂଲ୍ୟ ଓ ଗୌରବଜନକ ତତ୍ତ୍ୱ ସମଗ୍ର ମାନବ ଜାତି ନିମନ୍ତେ ଉଦ୍ଦିଷ୍ଟ। ସେହି ତତ୍ତ୍ୱ ହେଉଛି, ଖ୍ରୀଷ୍ଟ ତୁମ୍ଭମାନଙ୍କ ନିକଟରେ ମଧ୍ୟ ବିଦ୍ୟମାନ। ଏହାର ଅର୍ଥ, ତୁମ୍ଭେମାନେ ଈଶ୍ୱରଙ୍କର ଗୌରବର ଅଂଶୀ।


ତୁମ୍ଭେମାନେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ବିଷଞ ଜାଣ। ସେ ଧନୀ ହୋଇ ମଧ୍ୟ ତୁମ୍ଭମାନଙ୍କ ପାଇଁ ଦାରିଦ୍ର୍ୟ ବରଣ କଲେ- ତାଙ୍କ ଦାରିଦ୍ର୍ୟ ଦ୍ୱାରା ତୁମ୍ଭେମାନେ ମଧ୍ୟ ଯେପରି ଧନୀ ହୋଇ ପାରିବ।


ପ୍ରଥମ ମନୁଷ୍ୟ ଆଦମ ଥିଲା ପାର୍ଥିବ, ମୃତ୍ତିକାରୁ ନିର୍ମିତ; କିନ୍ତୁ ଦ୍ୱିତୀୟ ଆଦମ ସ୍ୱର୍ଗରୁ ଅବତୀର୍ଣ୍ଣ ହେଲେ।


କରିନ୍ଥ ନଗରସ୍ଥ ଈଶ୍ୱରଙ୍କ ମଣ୍ଡଳୀକୁ ଏ ପତ୍ର ଲେଖୁଛନ୍ତି:- ଯେଉଁମାନେ ଈଶ୍ୱରଙ୍କ ପବିତ୍ର ଲୋକ ହେବା ନିମନ୍ତେ ଆହୂତ ଓ ଯୀଶୁ ଖ୍ରୀଷ୍ଟଙ୍କ ସହ ମିଳିତ ହେବା ଦ୍ୱାରା ଈଶ୍ୱରଙ୍କ ହୋଇ ଅଛନ୍ତି ଏବଂ ସର୍ବତ୍ର ଆମ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଉପାସନା କରୁଛନ୍ତି:


ଯୀଶୁ ଖ୍ରୀଷ୍ଟଙ୍କଠାରେ ପ୍ରଦର୍ଶିତ ପ୍ରେମରେ ତାଙ୍କ ଅନୁଗ୍ରହର ଅସାଧାରଣ ମହତ୍ତ୍ୱ ଯୁଗେ ଯୁଗେ ପ୍ରତିପାଦିତ କରିବା ପାଇଁ ଈଶ୍ୱର ଏହା କଲେ।


କିନ୍ତୁ ଈଶ୍ୱରଙ୍କ ଅନୁଗ୍ରହ ଏତେ ପ୍ରଚୁର ଓ ଆମ ପ୍ରତି ତାଙ୍କ ପ୍ରେମ ଏତେ ମହାନ୍ ଯେ, ଆମ ଅବାଧ୍ୟତା ହେତୁ ଆମେ ଆଧ୍ୟାତ୍ମିକ ଭାବେ ମୃତ ଥିବା ସମୟରେ ସେ ଖ୍ରୀଷ୍ଟଙ୍କ ସହିତ ଆମକୁ ସଞ୍ଜୀବିତ କଲେ। ଈଶ୍ୱରଙ୍କ ଅନୁଗ୍ରହ ଦ୍ୱାରା ହିଁ ତୁମ୍ଭେମାନେ ପରିତ୍ରାଣ ପାଉଛ।


ଏବଂ ଯିଶାଇୟ କହିଛନ୍ତି: “ଯେଶିଙ୍କ ଜଣେ ବଂଶଧର ଆବିର୍ଭୁତ ହେବେ, ସେ ଅଣଇହୁଦୀମାନଙ୍କୁ ଶାସନ କରିବେ ଓ ସେମାନେ ତାଙ୍କଠାରେ ଭରସା ରଖିବେ।”


ଆଉ ସେ ମୁଖ୍ୟ ଯାଜକମାନଙ୍କଠାରୁ କ୍ଷମତା ପତ୍ର ନେଇ, ଦାମାସ୍କସ୍ରେ ଆପଣଙ୍କ ଉପାସନକମାନଙ୍କୁ ଧରି ନେଇ ଯିବା ପାଇଁ ଆସିଛି।”


ମୁଁ ପ୍ରାର୍ଥନା କରେ ଯେପରି ସେ ତାଙ୍କ ଆତ୍ମାଙ୍କ କର୍ତ୍ତୃକ ତାଙ୍କର ଗୌରବର ଭଣ୍ଡାରରୁ ତୁମ ଅନ୍ତରାତ୍ମାକୁ ବଳିଷ୍ଠ କରିବା ପାଇଁ ଶକ୍ତି ଦେବେ।


ମୁଁ ଈଶ୍ୱରଙ୍କ ଲୋକମାନଙ୍କ ମଧ୍ୟରେ ସମସ୍ତଙ୍କଠାରୁ କ୍ଷୁଦ୍ରତମ, ତଥାପି ଅଣଇହୁଦୀମାନଙ୍କ ନିକଟକୁ ଖ୍ରୀଷ୍ଟଙ୍କର ଅପରିମିତ ସମ୍ପଦର ବାର୍ତ୍ତା ଘେନି ଯିବା ପାଇଁ ମୋତେ ଈଶ୍ୱର ସୁଯୋଗ ଦେଇଛନ୍ତି।


ସେମାନେ ସ୍ତିଫାନଙ୍କ ଉପରେ ପଥର ଫିଙ୍ଗୁଥିବା ସମୟରେ ସେ ପ୍ରଭୁଙ୍କୁ ପ୍ରାର୍ଥନା କରି କହିଲେ, “ପ୍ରଭୁ ଯୀଶୁ, ମୋର ଆତ୍ମାକୁ ଗ୍ରହଣ କର!”


Swiv nou:

Piblisite


Piblisite