Biblia Todo Logo
Bib sou entènèt

- Piblisite -




ରୋମୀୟ 10:3 - ପବିତ୍ର ବାଇବଲ (CL) NT (BSI)

3 ମନୁଷ୍ୟକୁ ଧାର୍ମିକ ରୂପେ ଗ୍ରହଣ କରିବା ପାଇଁ ଈଶ୍ୱରନିରୂପିତ ଉପାୟ ଅବଲମ୍ବନ ନ କରି ସେମାନେ ଧାର୍ମିକ ହେବାକୁ ନିଜ ପଥରେ ଚାଲିଛନ୍ତି। ତେଣୁ ସେମାନେ ଈଶ୍ୱରଙ୍କ ସେହି ପଥ ପରିତ୍ୟାଗ କରିଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଯେଣୁ ଈଶ୍ଵରଦତ୍ତ ଧାର୍ମିକତା ବିଷୟରେ ଅଜ୍ଞ ହୋଇ ଓ ଆପଣା ଆପଣା ଧାର୍ମିକତା ସ୍ଥାପନ କରିବାକୁ ଚେଷ୍ଟା କରି ସେମାନେ ଈଶ୍ଵରଦତ୍ତ ଧାର୍ମିକତାର ବଶୀଭୂତ ହୋଇ ନାହାନ୍ତି।

Gade chapit la Kopi

ଓଡିଆ ବାଇବେଲ

3 ଯେଣୁ ଈଶ୍ୱରଦତ୍ତ ଧାର୍ମିକତା ବିଷୟରେ ଅଜ୍ଞ ହୋଇ ଓ ଆପଣା ଆପଣା ଧାର୍ମିକତା ସ୍ଥାପନ କରିବାକୁ ଚେଷ୍ଟା କରି ସେମାନେ ଈଶ୍ୱରଦତ୍ତ ଧାର୍ମିକତାର ବଶୀଭୂତ ହୋଇ ନାହାଁନ୍ତି ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଯେଣୁ ଈଶ୍ବରଦତ୍ତ ଧାର୍ମିକତା ବିଷୟରେ ଅଜ୍ଞ ହୋଇ ଓ ଆପଣା ଆପଣା ଧାର୍ମିକତା ସ୍ଥାପନ କରିବାକୁ ଚେଷ୍ଟା କରି ସେମାନେ ଈଶ୍ବରଦତ୍ତ ଧାର୍ମିକତାର ବଶୀଭୂତ ହୋଇ ନାହାନ୍ତି।

Gade chapit la Kopi

ପବିତ୍ର ବାଇବଲ

3 ସେମାନେ ଜାଣି ନ ଥିଲେ ଯେ, ପରମେଶ୍ୱର କିପରି ତାହାଙ୍କ ସହିତ ଲୋକମାନଙ୍କୁ ଧାର୍ମିକ କରନ୍ତି। ସେମାନେ ଧାର୍ମିକ ହେବା ପାଇଁ ନିଜର ଉପାୟ ଦ୍ୱାରା ଚେଷ୍ଟା କଲେ। ଅତଏବ ସେମାନେ ଧାର୍ମିକତା ବୋଲି ଗଣିତ ପରମେଶ୍ୱରଙ୍କ ମାର୍ଗର ଅନୁସରଣ କଲେ ନାହିଁ।

Gade chapit la Kopi




ରୋମୀୟ 10:3
34 Referans Kwoze  

ଯେଉଁ ଧାର୍ମିକତା ବ୍ୟବସ୍ଥା ପାଳନ ଦ୍ୱାରା ଲାଭ କରାଯାଇପାରେ, ସେହି ପ୍ରକାର କୌଣସି ନିଜସ୍ୱ ଧାର୍ମିକତା ମୋର ନାହିଁ। ବର୍ତ୍ତମାନ ମୋର ଯେଉଁ ଧାର୍ମିକତା ଅଛି, ତାହା ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ମିଳେ; ତାହା ଈଶ୍ୱରଙ୍କଠାରୁ ଆସେ ଓ ତାହା ବିଶ୍ୱାସ ଉପରେ ପ୍ରତିଷ୍ଠିତ।


ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଅନ୍ୟ ଲୋକମାନଙ୍କ ଦୃଷ୍ଟିରେ ନିଜକୁ ଧାର୍ମିକ ବୋଲି ଦେଖାଇ ଥାଅ, କିନ୍ତୁ ଈଶ୍ୱର ତୁମ ହୃଦୟ ଜାଣନ୍ତି। କାରଣ ଯେଉଁ ବିଷୟଗୁଡ଼ିକ ମନୁଷ୍ୟ ଦୃଷ୍ଟିରେ ବହୁମୂଲ୍ୟ, ଈଶ୍ୱରଙ୍କ ଦୃଷ୍ଟିରେ ସେଗୁଡ଼ିକ ମୂଲ୍ୟହୀନ।


କାରଣ ଖ୍ରୀଷ୍ଟ ସମ୍ପୂର୍ଣ୍ଣ ନିଷ୍ଠାପ ଥିଲେ ସୁଦ୍ଧା, ଈଶ୍ୱର ତାଙ୍କୁ ଆମ ପାଇଁ ପାପ ସ୍ୱରୂପ କଲେ, ଆମେ ଯେପିର ତାଙ୍କ ସହିତ ଯଂଯୁକ୍ତ ହୋଇ ଈଶ୍ୱରଙ୍କ ଧାର୍ମିକତାର ଅଂଶୀ ହୋଇ ପାରିବା।


ଜଣକର ଅବାଧ୍ୟତା ଲାଗି ଯେପରି ସମସ୍ତେ ପାପୀ ହେଲେ, ସେହିପରି ଜଣକର ଆଜ୍ଞାବହତା ଯୋଗୁଁ ସମସ୍ତେ ଈଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ହେବେ।


ମନୁଷ୍ୟ ଈଶ୍ୱରଙ୍କ ନିକଟରେ କିପରି ଧାର୍ମିକ ବିବେଚିତ ହୋଇପାରିବ, ଏହାର ଉପାୟ ସେଥିରେ ପ୍ରକାଶ କରାଯାଇଛି। ଆରମ୍ଭରୁ ଶେଷଯାଏ ପରିତ୍ରାଣ ପାଇବାର ଏକମାତ୍ର ଉପାୟ ହେଉଛି, ବିଶ୍ୱାସ। ଶାସ୍ତ୍ରବାକ୍ୟାନୁଯାୟୀ: “ଯେ ବିଶ୍ୱାସ ଦ୍ୱାରା ଈଶ୍ୱରଙ୍କ ନିକଟରେ ଧାର୍ମିକ ବିବେଚିତ ହୁଏ, ସେ ବଞ୍ଚିବ।”


କେବଳ ଯୀଶୁଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ଲୋକେ ଈଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ବିବେଚିତ ହୁଅନ୍ତି। ଈଶ୍ୱର କାହା ପ୍ରତି ପକ୍ଷପାତିତା ନ କରି ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରୁଥିବା ସମସ୍ତଙ୍କୁ ଏହି ସୁଯୋଗ ଦିଅନ୍ତି।


କିନ୍ତୁ ଧର୍ମଗୁରୁ ନିଜ ପ୍ରଶ୍ନର ଯଥାର୍ଥତା ପ୍ରମାଣ କରିବାକୁ ଇଚ୍ଛା କରି ଯୀଶୁଙ୍କୁ ପଚାରିଲେ, “ମୋର ପ୍ରତିବାସୀ କିଏ?”


ଯେଉଁମାନେ ଆମ ଈଶ୍ୱର ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ଧାର୍ମିକତା ଯୋଗୁଁ ଆମ ପରି ବିଶ୍ୱାସରୂପ ବହୁମୂଲ୍ୟ ଦାନ ପ୍ରାପ୍ତ ହୋଇଛନ୍ତି, ସେମାନଙ୍କ ନିକଟକୁ ଯୀଶୁ ଖ୍ରୀଷ୍ଟଙ୍କ ସେବକ ଓ ପ୍ରେରିତ ଶିଷ୍ୟ ଶିମୋନ ପିତରଙ୍କ ପତ୍ର:-


କିନ୍ତୁ ବର୍ତ୍ତମାନ ସେ ନିଜର ଧାର୍ମିକତା ପ୍ରକାଶ କରିବା ପାଇଁ ପାପ କ୍ଷମାର ବ୍ୟବସ୍ଥା କରିଛନ୍ତି। ଏଥିଦ୍ୱାରା ଈଶ୍ୱର ଦର୍ଶାଇ ଦେଇଛନ୍ତି ଯେ, ସେ ନିଜେ ଧାର୍ମିକ ଓ ଯେଉଁମାନେ ଯୀଶୁଙ୍କଠାରେ ବିଶ୍ୱାସ କରନ୍ତି, ସେ ସମସ୍ତଙ୍କୁ ଧାର୍ମିକ ରୂପେ ଗ୍ରହଣ କରିବେ।


ଈଶ୍ୱରଙ୍କ ପ୍ରତି ସେମାନଙ୍କର ପ୍ରଗାଢ଼ ଭକ୍ତି ରହିଛି, କିନ୍ତୁ ସେହି ଭକ୍ତି ପ୍ରକୃତ ଜ୍ଞାନ ଉପରେ ଆଧାରିତ ନୁହେଁ।


ଯିଶାଇୟ ଆହୁରି ସାହସର ସହିତ କହିଛନ୍ତି, “ଆମ୍ଭଙ୍କୁ ଅନ୍ୱେଷଣ କରୁ ନ ଥିବା ଲୋକମାନେ ଆମ୍ଭର ସନ୍ଧାନ ପାଇଲେ; ଯେଉଁମାନେ ଆମର ଅନୁସନ୍ଧାନ କରୁ ନ ଥିଲେ, ସେମାନଙ୍କ ନିକଟରେ ଆମ୍ଭେ ପ୍ରକାଶିତ ହେଲୁ।”


ତେବେ କ’ଣ ହେଲା? ଇଶ୍ରାଏଲୀୟମାନେ ଯାହା ଖୋଜୁଥିଲେ, ତାହା ପାଇଲେ ନାହିଁ। କେବଳ ଈଶ୍ୱର ମନୋନୀତ କରିଥିବା ଗୋଟିଏ ଛୋଟ ଦଳ ତା’ର ସନ୍ଧାନ ପାଇଲେ। ଅନ୍ୟ କେହି ଈଶ୍ୱରଙ୍କ ଆହ୍ୱାନ ପ୍ରତି ମନୋଯୋଗ କଲେ ନାହିଁ।


Swiv nou:

Piblisite


Piblisite