Biblia Todo Logo
Bib sou entènèt

- Piblisite -




ରୋମୀୟ 10:9 - ପବିତ୍ର ବାଇବଲ (CL) NT (BSI)

9 ଯଦି ଯୀଶୁଙ୍କୁ ପ୍ରଭୁ ବୋଲି ମୁଖରେ ସ୍ୱୀକାର କର ଓ ଈଶ୍ୱର ତାଙ୍କୁ ମୃତ୍ୟୁରୁ ଉଠାଇଛନ୍ତି ବୋଲି ହୃଦୟରେ ବିଶ୍ୱାସ କର, ତା’ହେଲେ, ତୁମ୍ଭେମାନେ ପରିତ୍ରାଣ ପାଇବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଯେଣୁ ତୁମ୍ଭେ ଯଦି ମୁଖରେ ଯୀଶୁଙ୍କୁ ପ୍ରଭୁ ବୋଲି ସ୍ଵୀକାର କରିବ, ଆଉ ଈଶ୍ଵର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି ବୋଲି ହୃଦୟରେ ବିଶ୍ଵାସ କରିବ, ତେବେ ପରିତ୍ରାଣ ପ୍ରାପ୍ତ ହେବ;

Gade chapit la Kopi

ଓଡିଆ ବାଇବେଲ

9 ଯେଣୁ ତୁମ୍ଭେ ଯଦି ମୁଖରେ ଯୀଶୁଙ୍କୁ ପ୍ରଭୁ ବୋଲି ସ୍ୱୀକାର କରିବ, ଆଉ ଈଶ୍ୱର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି ବୋଲି ହୃଦୟରେ ବିଶ୍ୱାସ କରିବ, ତେବେ ପରିତ୍ରାଣ ପ୍ରାପ୍ତ ହେବ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଯେଣୁ ତୁମ୍ଭେ ଯଦି ମୁଖରେ ଯୀଶୁଙ୍କୁ ପ୍ରଭୁ ବୋଲି ସ୍ୱୀକାର କରିବ, ଆଉ ଈଶ୍ବର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି ବୋଲି ହୃଦୟରେ ବିଶ୍ୱାସ କରିବ, ତେବେ ପରିତ୍ରାଣ ପ୍ରାପ୍ତ ହେବ;

Gade chapit la Kopi

ପବିତ୍ର ବାଇବଲ

9 ଯଦି ତୁମ୍ଭେ ନିଜ ମୁହଁରେ କୁହ, “ଯୀଶୁ ପ୍ରଭୁ ଅଟନ୍ତି,” ଓ ତୁମ୍ଭର ମନ ବିଶ୍ୱାସ କରେ ଯେ, ପରମେଶ୍ୱର ଯୀଶୁଙ୍କୁ ମୃତ୍ୟୁର ଉଠାଇ ଆଣିଥିଲେ; ତେବେ ତୁମ୍ଭେ ଉଦ୍ଧାର ପାଇଯିବ।

Gade chapit la Kopi




ରୋମୀୟ 10:9
22 Referans Kwoze  

“ମୁଁ ନିଶ୍ଚିତଭାବେ କହୁଛି, ଯେ କେହି ସର୍ବସାକ୍ଷାତରେ ନିଜକୁ ମୋର ଶିଷ୍ୟ ବୋଲି ସ୍ୱୀକାର କରେ, ମନୁଷ୍ୟପୁତ୍ର ଈଶ୍ୱରଙ୍କ ଦୂତମାନଙ୍କ ସମ୍ମୁଖରେ ତାହା ପ୍ରତି ଠିକ୍ ସେହିପରି କରିବେ।


ସେମାନେ ଉତ୍ତର ଦେଲେ, “ପ୍ରଭୁ ଯୀଶୁଙ୍କଠାରେ ବିଶ୍ୱାସ କଲେ, ତୁମେ ସପରିବାର ପରିତ୍ରାଣ ପାଇବ” -


ପୁଣି ପ୍ରତ୍ୟେକ ଜିହ୍ୱା ଯୀଶୁ ଖ୍ରୀଷ୍ଟ ହିଁ ପ୍ରଭୁ ବୋଲି ପ୍ରକାଶ୍ୟରେ ସ୍ୱୀକାର କରି ପିତା ଈଶ୍ୱରଙ୍କୁ ଗୌରବାନ୍ୱିତ କରିବେ।


ତାଙ୍କ ଯୋଗୁଁ ତୁମ୍ଭେମାନେ ଈଶ୍ୱରବିଶ୍ୱାସୀ ହୋଇଛ। ତାଙ୍କୁ ମୃତ୍ୟୁରୁ ପୁନରୁତ୍ଥିତ କରାଇ ମହିମାନ୍ୱିତ କରିଥିବା ଈଶ୍ୱରଙ୍କ ଉପରେ ତୁମ୍ର ବିଶ୍ୱାସ ଓ ଭରସା ଦୃଢ଼ ହୋଇଛି।


ତେବେ କିଏ ସେମାନଙ୍କୁ ଆଉ ଦୋଷୀ କରିପାରିବ? ଖ୍ରୀଷ୍ଟ ଯୀଶୁ ତା’ କେବେ କରିବେ ନାହିଁ, କାରଣ ସେ ମୃତ୍ୟୁରୁ ପୁନରୁତ୍ଥିତ ହୋଇ ଈଶ୍ୱରଙ୍କ ଦକ୍ଷିଣ ପାଶ୍ୱର୍ରେ ଉପବିଷ୍ଟ ହୋଇ ଅଛନ୍ତି।


କାରଣ ଯେପରିକି ଶାସ୍ତ୍ରରେ ଲେଖାଅଛି: “ପ୍ରଭୁ କହୁଛନ୍ତି, ଯେହେତୁ ଆମ୍ଭେ ଜୀବିତ ଈଶ୍ୱର, ସମସ୍ତେ ଆମ୍ଭ ସମ୍ମୁଖରେ ଆଣ୍ଠୁ ପାତିବେ। ଆମ୍ଭେ ଈଶ୍ୱର ବୋଲି ସମସ୍ତେ ସ୍ୱୀକାର କରିବେ।”


ସେଥିପାଇଁ ତୁମ୍ଭମାନଙ୍କର ଜାଣିବା ଉଚିତ ଯେ, ଈଶ୍ୱରଙ୍କ ଆତ୍ମା ଦ୍ୱାରା ପରିଚାଳିତ ହୋଇ କେହି କହି ପାରେନା, “ଯୀଶୁ ଅଭିଶପ୍ତ”; ପୁଣି ପବିତ୍ର୍ରଆତ୍ମାଙ୍କ ଦ୍ୱାରା ପରିଚାଳିତ ନ ହେଲେ, କେହି ଯୀଶୁଙ୍କୁ ପ୍ରଭୁ ବୋଲି ସ୍ୱୀକାର କରିପାରେ ନାହିଁ।


ଅନେକ ପ୍ରତାରକ ଏବେ ଜଗତରେ ବିଚରଣ କରୁଛନ୍ତି। ଯୀଶୁ ଖ୍ରୀଷ୍ଟ ମନୁଷ୍ୟ ଶରୀରରେ ଅବତାର ଗ୍ରହଣ କରିଥିଲେ ବୋଲି ସେମାନେ ସ୍ୱୀକାର କରନ୍ତି ନାହିଁ। ଏପରି ବ୍ୟକ୍ତି ନିଶ୍ଚୟ ପ୍ରତାରକ, ସେ ଖ୍ରୀଷ୍ଟଙ୍କର ଶତ୍ରୁ!


ଲୋକଟିର ପିତାମାତା ଇହୁଦୀ କର୍ତ୍ତୃପକ୍ଷମାନଙ୍କୁ ଭୟ କରି ଏକଥା କହିଥିଲେ। କାରଣ ସେହି କର୍ତ୍ତୃପକ୍ଷମାନେ ସ୍ଥିର କରିଥିଲେ ଯେ ଯେଉଁମାନେ ଯୀଶୁଙ୍କୁ ମସୀହ ବୋଲି ସ୍ୱୀକାର କରିବେ, ସେମାନଢ଼ଙ୍କୁ ସମାଜଚ୍ୟୁତ କରାଯିବ।


ସେମାନେ ରାସ୍ତାରେ ଯାଉ ଯାଉ ଗୋଟିଏ ଜଳାଶୟ ନିକଟରେ ପହଞ୍ଚିଲେ। କର୍ମଚାରୀ କହିଲେ,


କିନ୍ତୁ ଈଶ୍ୱର ତାଙ୍କୁ ମୃତ୍ୟୁ କବଳରୁ ମୁକ୍ତ କରି ପୁନରୁତ୍ôଥତ କଲେ, କାରଣ ସେ ମୃତ୍ୟୁ ଦ୍ୱାରା ଆବଦ୍ଧ ହୋଇ ରହିବା ଅସମ୍ଭବ।


ଈଶ୍ୱର ଏହି ଯୀଶୁଙ୍କୁ ମୃତ୍ୟୁରୁ ପୁନରୁତ୍ଥିତ କରିଛନ୍ତି। ଆମେ ସମସ୍ତେ ଏହାର ସାକ୍ଷୀ।


ଆମ୍ଭେମାନେ ମଧ୍ୟ ଈଶ୍ୱରଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ଧାର୍ମିକରୂପେ ଗୃହୀତ ହେବୁ। ଈଶ୍ୱର ପ୍ରଭୁ ଯୀଶୁଙ୍କୁ ମୃତ୍ୟୁରୁ ପୁନରୁତ୍ଥିତ କରିଛନ୍ତି।


ବିଶ୍ୱାସ ଦ୍ୱାରା ଆମ୍ଭେମାନେ ଈଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ବିବେଚିତ ହୋଇପାରୁ ଓ ମୁଖରେ ସ୍ୱୀକାର କରିବା ଦ୍ୱାରା ଆମ୍ଭେମାନେ ପରିତ୍ରାଣ ପାଇପାରୁ।


କାରଣ ଖ୍ରୀଷ୍ଟ ମୃତ୍ୟୁବରଣ କରି ପୁନରୁତ୍ଥିତ ହେବା ଦ୍ୱାରା ଉଭୟ ଜୀବିତ ଓ ମୃତ ସମସ୍ତଙ୍କର ସେ ପ୍ରଭୁ ହୋଇ ପାରିଛନ୍ତି।


ଯୀଶୁଙ୍କୁ ଈଶ୍ବରଙ୍କ ପୁତ୍ର ବୋଲି ଯେ ସ୍ୱୀକାର କରେ, ଈଶ୍ୱର ତା’ ଅନ୍ତରରେ ବାସ କରନ୍ତି ଏବଂ ସେ ଈଶ୍ୱରଙ୍କ ସତ୍ତା ଅନୁଭବ କରେ।


Swiv nou:

Piblisite


Piblisite