Biblia Todo Logo
Bib sou entènèt

- Piblisite -




ରୋମୀୟ 11:2 - ପବିତ୍ର ବାଇବଲ (CL) NT (BSI)

2 ଈଶ୍ୱର ଆଦ୍ୟରୁ ମନୋନୀତ କରିଥିବା ତାଙ୍କ ଲୋକମାନଙ୍କୁ କେବେହେଲେ ବର୍ଜ୍ଜନ କରିନାହାନ୍ତି। ତୁମ୍ଭେମାନେ ଶାସ୍ତ୍ରରେ ପାଠ କରିଛ, କିପରି ଏଲିୟ ଈଶ୍ୱରଙ୍କ ନିକଟରେ ଇଶ୍ରାଏଲୀୟମାନଙ୍କ ବିରୁଦ୍ଧରେ ଅଭିଯୋଗ କରି କହିଥିଲେ:

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଈଶ୍ଵର ଆପଣାର ଯେଉଁ ଲୋକମାନଙ୍କୁ ପୂର୍ବରୁ ଜାଣିଥିଲେ, ସେମାନଙ୍କୁ ପରିତ୍ୟାଗ କରି ନାହାନ୍ତି। ଏଲୀୟଙ୍କ ବିବରଣରେ ଶାସ୍ତ୍ର କଅଣ କହେ, ତାହା କି ତୁମ୍ଭେମାନେ ଜାଣ ନାହିଁ? ସେ କିପରି ଇସ୍ରାଏଲ ବିରୁଦ୍ଧରେ ଈଶ୍ଵରଙ୍କଠାରେ ନିବେଦନ କରନ୍ତି,

Gade chapit la Kopi

ଓଡିଆ ବାଇବେଲ

2 ଈଶ୍ୱର ଆପଣାର ଯେଉଁ ଲୋକମାନଙ୍କୁ ପୂର୍ବରୁ ଜାଣିଥିଲେ, ସେମାନଙ୍କୁ ପରିତ୍ୟାଗ କରି ନାହାଁନ୍ତି ଏଲୀୟଙ୍କ ବିବରଣରେ ଶାସ୍ତ୍ର କ'ଣ କହେ, ତାହା କି ତୁମ୍ଭେମାନେ ଜାଣ ନାହିଁ ? ସେ କିପରି ଇସ୍ରାଏଲ ବିରୁଦ୍ଧରେ ଈଶ୍ୱରଙ୍କଠାରେ ନିବେଦନ କରନ୍ତି,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଈଶ୍ବର ଆପଣାର ଯେଉଁ ଲୋକମାନଙ୍କୁ ପୂର୍ବରୁ ଜାଣିଥିଲେ, ସେମାନଙ୍କୁ ପରିତ୍ୟାଗ କରି ନାହାନ୍ତି; ଏଲୀୟଙ୍କ ବିବରଣରେ ଶାସ୍ତ୍ର କଅଣ କହେ, ତାହା କି ତୁମ୍ଭେମାନେ ଜାଣ ନାହିଁ? ସେ କିପରି ଇସ୍ରାଏଲ ବିରୁଦ୍ଧରେ ଈଶ୍ବରଙ୍କଠାରେ ନିବେଦନ କରନ୍ତି,

Gade chapit la Kopi

ପବିତ୍ର ବାଇବଲ

2 ସେମାନେ ଜନ୍ମ ହେବା ପୂର୍ବରୁ ପରମେଶ୍ୱର ଇସ୍ରାଏଲୀୟମାନଙ୍କୁ ବାଛିଥିଲେ। ପରମେଶ୍ୱର ସେମାନଙ୍କୁ ତ୍ୟାଗ କରି ନାହାନ୍ତି। ଏଲିୟ ଯେତେବେଳେ ପରମେଶ୍ୱରଙ୍କଠାରେ ଇସ୍ରାଏଲ ଲୋକମାନଙ୍କ ବିରୁଦ୍ଧରେ ପ୍ରାର୍ଥନା କରୁଥିଲେ, ତାହାଙ୍କ ବିଷୟରେ ଶାସ୍ତ୍ର ଯାହା କୁହେ, ତୁମ୍ଭେ ଜାଣିଛ?

Gade chapit la Kopi




ରୋମୀୟ 11:2
24 Referans Kwoze  

ତୁମ୍ଭେମାନେ ଈଶ୍ୱରଙ୍କ ପରିକଳ୍ପନା ଅନୁସାରେ ମନୋନୀତ। ଯୀଶୁ ଖ୍ରୀଷ୍ଟଙ୍କ ଆଜ୍ଞା ପାଳନ କରି ତାଙ୍କ ରକ୍ତରେ ଶୁଚି ହେବା ପାଇଁ ତୁମ୍ଭେମାନେ ପରମାତ୍ମାଙ୍କ କର୍ତ୍ତୃକ ଏକ ପବିତ୍ର ଚାତି ହୋଇଅଛି। ଈଶ୍ୱରଙ୍କ ଅନୁଗ୍ରହ ଓ ଶାନ୍ତି ପୂର୍ଣ୍ଣମାତ୍ରାରେ ତୁମ୍ଭମାନଙ୍କର ହେଉ।


ପୁଣି ସେ ତାଙ୍କର ପ୍ରଚୁର ଗୌରବ ପ୍ରକାଶ କରିବା ପାଇଁ ଆମ୍ଭମାନଙ୍କୁ ବିଶେଷ ଅନୁଗ୍ରହର ପାତ୍ର ସ୍ୱରୂପେ ପୂର୍ବରୁ ମନୋନୀତ କରିଥିଲେ।


“ତେଣୁ ଭାଇମାନେ, ତୁମ୍ଭେମାନେ ଓ ତୁମ ନେତୃବର୍ଗ ଯୀଶୁଙ୍କ ପ୍ରତି ଯାହା କର, ତାହା ଅଜ୍ଞତାବଶତଃ କରିଛ - ଏହା ମୁଁ ଜାଣେ।


ଈଶ୍ୱରଙ୍କ ପ୍ରତିଜ୍ଞା ବିଫଳ ହୋଇଛି ବୋଲି ମୁଁ କହୁ ନାହିଁ, କାରଣ ଇଶ୍ରାଏଲୀୟମାନେ ସମସ୍ତେ ଈଶ୍ୱରଙ୍କ ଲୋକ ନୁହଁନ୍ତି,


ଅଣଇହୁଦୀମାନେ ଏହା ଶୁଣି ଆନନ୍ଦିତ ହେଲେ ଓ ପ୍ରଭୁଙ୍କର ବାର୍ତ୍ତା ପାଇଁ ଧନ୍ୟବାଦ ଦେଲେ। ଯେଉଁମାନେ ଅନନ୍ତ ଜୀବନ ନିମନ୍ତେ ମନୋନୀତ ହୋଇଥିଲେ, ସେମାନେ ସେହି ବାର୍ତ୍ତାରେ ବିଶ୍ୱାସ କଲେ।


ସେଥିପାଇଁ ସେମାନେ ହାରୋଣକୁ କହିଲେ, ‘ଏବେ ଆମ୍ଭମାନଙ୍କୁ ବାଟ କଢ଼ାଇ ନେବା ପାଇଁ କେତେକ ଦେବତା ଗଢ଼ି ଦିଅ। ଆମ୍ଭମାନଙ୍କୁ ମିସରରୁ ବାହାର କରି ଆଣିଥିବା ସେହି ମୋଶା ଯେ କୁଆଡ଼େ ଗଲେ, ତାହା ଆମେ ଜାଣି ନାହୁଁ।’


ସ୍ତ୍ରୀ ଲୋକଟି କହିଲା, “ଆଜ୍ଞା, ଆପଣଙ୍କ ପାଖରେ ତ ପାଣି କାଢ଼ିବା ପାଇର୍ ପାତ୍ର ନାହିଁ, ପୁଣି ଏ କୂଅ ବଡ଼ ଗଭୀର। କେଉଁଠାରୁ ଆପଣ ସେହି ଜଳ ପାଇବେ?


ଯୀଶୁ ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ଯର୍ଦ୍ଦନରୁ ଫେରିଲେ ଓ ଆତ୍ମାଙ୍କ ଦ୍ୱାରା ପରିଚାଳିତ ହୋଇ ମରୁ ଅଞ୍ଚଳକୁ ଗଲେ।


ଅତୀତରେ ଈଶ୍ୱର ବିଭିନ୍ନ ସମୟରେ ଓ ବିଭିନ୍ନ ଉପାୟରେ ଭାବବାଦୀମାନଙ୍କ ଦ୍ୱାରା ଆମ ପିତୃପୁରୁଷମାନଙ୍କୁ ବାର୍ତ୍ତା ଦେଇଥିଲେ।


କିନ୍ତୁ ଯଦି ବଞ୍ଚିରହି ମୁଁ ଅଧିକ ଫଳପ୍ରଦ କାର୍ଯ୍ୟ କରିପାରେ, ତେବେ ଜୀବନ ବା ମରଣ କାହାକୁ ପସନ୍ଦ କରିବି, ମୁଁ ଠିକ୍ କରିପାରୁ ନାହିଁ।


ପ୍ରଭୁ ଏହି କଥା କହିଛନ୍ତି, ବହୁ ପୂର୍ବେ ଏହି କଥା ସେ ପ୍ରକାଶ କରିଥିଲେ’।”


ଈଶ୍ୱରଙ୍କ ଲୋକମାନେ ଜଗତର ବିଚାର କରିବେ ବୋଲି କ’ଣ ଜାଣ ନାହିଁ? ତୁମେ ଯଦି ଜଗତର ବିଚାର କରିପାର, ତେବେ ଏହି ସାମାନ୍ୟ ବିଷୟଗୁଡ଼ିକର କ’ଣ ମୀମାଂସା କରି ପାରିବ ନାହିଁ?


ମୃତବ୍ୟକ୍ତିମାନଙ୍କର ପୁନରୁତ୍ଥାନ କଥା ପଚାରୁଛ? ମୋଶାଙ୍କ ପୁସ୍ତକରେ ଜ୍ୱଳନ୍ତ ବୁଦା ବିଷୟରେ ପଢ଼ି ନାହଁ କି? ସେଥିରେ ଲେଖା ଅଛି, ଈଶ୍ୱର ମୋଶାଙ୍କୁ କହିଲେ, ‘ଆମେ ଅବ୍ରାହାମଙ୍କ ଈଶ୍ୱର, ଯିସାହକଙ୍କ ଈଶ୍ୱର ଓ ଯାକୁବଙ୍କ ଈଶ୍ୱର!’


ତୁମ୍ଭେମାନେ ଅବଶ୍ୟ ଜାଣିଛ, ଯଦି ତୁମେ କାହାର ବଶ୍ୟତା ସ୍ୱୀକାର କରି ତାହାର ସମ୍ପୂର୍ଣ୍ଣ ଆଜ୍ଞାଧୀନ ହୁଅ, ତେବେ ତୁମେ ତା’ର ଦାସ। ଯଦି ପାପର ଦାସ ହୁଅ, ଏହାର ପରିଣାମ ହେବ ମୃତ୍ୟୁ; ଯଦି ଧାର୍ମିକତାର ଅନୁବର୍ତ୍ତୀ ହୁଅ, ତେବେ ଜୀବନ ପାଇବ।


ଯେ କେହି ଈଶ୍ୱରଙ୍କୁ ପ୍ରେମ କରେ, ସେହି କେବଳ ତାଙ୍କର ପରିଚିତ ଲୋକ ହୁଏ।


Swiv nou:

Piblisite


Piblisite