Biblia Todo Logo
Bib sou entènèt

- Piblisite -




ରୋମୀୟ 12:1 - ପବିତ୍ର ବାଇବଲ (CL) NT (BSI)

1 ତେଣୁ ଭାଇମାନେ, ଆମ୍ଭମାନଙ୍କ ପ୍ରତି ଈଶ୍ୱରଙ୍କ ମହାଅନୁଗ୍ରହ ଯୋଗୁଁ ତୁମ୍ଭମାନଙ୍କୁ ମୁଁ ନିବେଦନ କରୁଛି, ଈଶ୍ୱରଙ୍କଠାରେ ଆପଣାକୁ ପବିତ୍ର ଜୀବନ୍ତ ବଳି ରୂପେ ଉତ୍ସର୍ଗ କର। ତାଙ୍କ ସେବାରେ ନିଜକୁ ନିୟୋଜିତ କରି ତାଙ୍କର ପ୍ରୀତିଭାଜନ ହୁଅ। ଏହା ଈଶ୍ୱରଙ୍କ ପ୍ରକୃତ ଉପାସନା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଅତଏବ, ହେ ଭାଇମାନେ, ମୁଁ ତୁମ୍ଭମାନଙ୍କୁ ଈଶ୍ଵରଙ୍କ ଦୟା ହେତୁ ବିନତି କରୁଅଛି, ତୁମ୍ଭେମାନେ ଆପଣା ଆପଣା ଶରୀରକୁ ସଜୀବ, ପବିତ୍ର ଓ ଈଶ୍ଵରଙ୍କ ସୁଗ୍ରାହ୍ୟ ବଳି ରୂପେ ଉତ୍ସର୍ଗ କର, ଏହା ତ ତୁମ୍ଭମାନଙ୍କର ଯୁକ୍ତିଯୁକ୍ତ ଉପାସନା।

Gade chapit la Kopi

ଓଡିଆ ବାଇବେଲ

1 ଅତଏବ, ହେ ଭାଇମାନେ, ମୁଁ ତୁମ୍ଭମାନଙ୍କୁ ଈଶ୍ୱରଙ୍କ ଦୟା ହେତୁ ବିନତି କରୁଅଛି, ତୁମ୍ଭେମାନେ ଆପଣା ଆପଣା ଶରୀରକୁ ସଜୀବ, ପବିତ୍ର ଓ ଈଶ୍ୱରଙ୍କ ସୁଗ୍ରାହ୍ୟ ବଳି ରୂପେ ଉତ୍ସର୍ଗ କର, ଏହା ତ ତୁମ୍ଭମାନଙ୍କର ଯୁକ୍ତିଯୁକ୍ତ ଉପାସନା ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଅତଏବ, ହେ ଭାଇମାନେ, ମୁଁ ତୁମ୍ଭମାନଙ୍କୁ ଈଶ୍ବରଙ୍କ ଦୟା ହେତୁ ବିନତି କରୁଅଛି, ତୁମ୍ଭେମାନେ ଆପଣା ଆପଣା ଶରୀରକୁ ସଜୀବ, ପବିତ୍ର ଓ ଈଶ୍ବରଙ୍କ ସୁଗ୍ରାହ୍ୟ ବଳି ରୂପେ ଉତ୍ସର୍ଗ କର, ଏହା ତ ତୁମ୍ଭମାନଙ୍କର ଯୁକ୍ତିଯୁକ୍ତ ଉପାସନା।

Gade chapit la Kopi

ପବିତ୍ର ବାଇବଲ

1 ସେଥିପାଇଁ ହେ ଭାଇ ଓ ଭଉଣୀମାନେ! ପରମେଶ୍ୱରଙ୍କ ଅନୁଗ୍ରହକୁ ସ୍ମରଣ କରି, ତୁମ୍ଭେମାନେ ନିଜର ଜୀବନକୁ, ଏକ ଜୀବନ୍ତ ବଳିଦାନ ସ୍ୱରୂପ ପରମେଶ୍ୱରଙ୍କୁ ଅର୍ପଣ କର। ଏହା କେବଳ ତାହାଙ୍କୁ ସମର୍ପିତ ହେବ। ଏହା ପରମେଶ୍ୱରଙ୍କୁ ଅତି ପ୍ରସନ୍ନ କରିବ। ଏହି ସମର୍ପଣ, ତୁମ୍ଭମାନଙ୍କ ପାଇଁ ପରମେଶ୍ୱରଙ୍କ ଆତ୍ମିକ ଉପାସନା ଅଟେ।

Gade chapit la Kopi




ରୋମୀୟ 12:1
49 Referans Kwoze  

ତୁମ୍ଭେମାନେ ଏକ ଆଧ୍ୟାତ୍ମିକ ମନ୍ଦିର ନିର୍ମାରରେ ଜୀବନ୍ତ ପ୍ରସ୍ତର ରୁପେ ବ୍ୟବହୃତ ହେବା ନିମନ୍ତେ ଆସ। ସେହି ମନ୍ଦିରରେ ତୁମ୍ଭେମାନେ ଯୀଶୁ ଖ୍ରୀଷ୍ଟଙ୍କ ମଧ୍ୟସ୍ଥତାରେ ଈଶ୍ୱରଙ୍କ ଗ୍ରହଣଯୋଗ୍ୟ ଆଧ୍ୟାତ୍ମିକ ମନ୍ଦିର ନିର୍ମାଣରେ ଜୀବନ୍ତ ପ୍ରସ୍ତର ରୂପେ ବ୍ୟବହୃତ ହେବା ନିମନ୍ତେ ଆସ। ସେହି ମନ୍ଦିରରେ ତୁମ୍ଭେମାନେ ଯୀଶୁ ଖ୍ରୀଷ୍ଟଙ୍କ ମଧ୍ୟସ୍ଥତାରେ ଈଶ୍ୱରଙ୍କ ଗ୍ରହଣଯୋଗ୍ୟ ଆଧ୍ୟାତ୍ମିକ ବଳି ଉତ୍ସର୍ଗ କରିବା ପାଇଁ ପବିତ୍ର ଯାଜକର କାର୍ଯ୍ୟ କରିବ।


ତୁମ୍ଭେମାନେ ନିଜକୁ କୌଣସି ପ୍ରକାରେ ପାପ ନିକଟରେ ସମର୍ପଣ କରି ଦୁଷ୍କର୍ମର ଅସ୍ତ୍ର ରୂପେ ବ୍ୟବହୃତ ହୁଅ ନାହିଁ। ବରଂ ମୃତ୍ୟୁରୁ ରକ୍ଷା ପାଇ ଜୀବନ ପ୍ରାପ୍ତ ହୋଇ ଥିବାରୁ ତୁମ୍ଭେମାନେ ସତ୍କାର୍ଯ୍ୟ ସାଧନ ପାଇଁ ନିଜ ନିଜକୁ ସମ୍ପୂର୍ଣ୍ଣଭାବେ ଈଶ୍ୱରଙ୍କଠାରେ ସମର୍ପଣ କର।


(ତୁମ୍ଭମାନଙ୍କ ସ୍ୱାଭାବିକ ଦୁର୍ବଳତା ହେତୁ, ଏ ସବୁ କଥା ମୁଁ ଚଳନ୍ତି ଭାଷାରେ କହୁଛି।) ଦିନେ ତୁମେ ଅଶୁଚିତା ଓ ଜଘନ୍ୟ ଦୁଷ୍କର୍ମରେ ନିଜ ନିଜକୁ ଲିପ୍ତ ରଖିଥିଲ। ସେହିପରି ବର୍ତ୍ତମାନ ପବିତ୍ର ହେବା ପାଇଁ ଧାର୍ମିକତା ନିକଟରେ ନିଜକୁ ସର୍ବତୋଭାବେ ଉତ୍ସର୍ଗ କର।


ଏ ଜଗତର ମାପ କାଠି ଅନୁଯାୟୀ ଆଚରଣ କର ନାହିଁ। ଈଶ୍ୱର ତୁମ୍ଭମାନଙ୍କର ମନୋଭାବକୁ ସମ୍ପୂର୍ଣ୍ଣ ପରିବର୍ତ୍ତନ କରନ୍ତୁ ଏବଂ ତୁମ ଅନ୍ତର ସମ୍ପୂର୍ଣ୍ଣ ରୂପାନ୍ତରିତ ହେଉ। ତା’ହେଲେ, ଈଶ୍ୱରଙ୍କ ଇଚ୍ଛା କଅଣ, ତାଙ୍କ ଦୃଷ୍ଟିରେ କେଉଁ ସବୁ ବିଷୟ ସତ୍, ସନ୍ତୋଷଜନକ ଓ ସିଦ୍ଧ, ଏହା ତୁମ୍ଭେମାନେ ଜାଣିପାରିବ।


ପ୍ରଭୁଙ୍କ ସେବା କରୁଥିବା ଯୋଗୁଁ ବନ୍ଦୀ ହୋଇଥିବା ମୁଁ ପାଉଲ ତୁମ୍ଭମାନଙ୍କୁ ଅନୁରୋଧ କରୁଛି, ଯେପରି ଜୀବନ ଯାପନ କରିବା ପାଇଁ ଈଶ୍ୱର ତୁମ୍ଭମାନଙ୍କୁ ଆହ୍ୱାନ କରିଛନ୍ତି, ତାହାର ଅନୁରୂପ ଆଚରଣ କର।


ତୁମ୍ଭେମାନେ ଅବଶ୍ୟ ଜାଣିଛ, ଯଦି ତୁମେ କାହାର ବଶ୍ୟତା ସ୍ୱୀକାର କରି ତାହାର ସମ୍ପୂର୍ଣ୍ଣ ଆଜ୍ଞାଧୀନ ହୁଅ, ତେବେ ତୁମେ ତା’ର ଦାସ। ଯଦି ପାପର ଦାସ ହୁଅ, ଏହାର ପରିଣାମ ହେବ ମୃତ୍ୟୁ; ଯଦି ଧାର୍ମିକତାର ଅନୁବର୍ତ୍ତୀ ହୁଅ, ତେବେ ଜୀବନ ପାଇବ।


ଏଥିପାଇଁ ଆମେ କେବେ ହତୋତ୍ସାହ ହୋଇ ନାହୁଁ। ଆମ ଶରୀର କ୍ରମେ କ୍ଷୀଣ ହେଉଛି। କିନ୍ତୁ ଆମର ଅନ୍ତରାତ୍ମା ଦିନୁଦିନ ସତେଜ ହେଉଛି।


ପରିଶେଷରେ, ଭାଇମାନେ, ଈଶ୍ୱରଙ୍କୁ ସନ୍ତୁଷ୍ଟ କରିବା ନିମନ୍ତେ କିପରି ଜୀବନ ଯାପନ କରିବାକୁ ହେବ, ତାହା ଆମଠାରୁ ଶିକ୍ଷା କରିଛ। ଅବଶ୍ୟ ସେହିପରି ଭାବେ ତୁମ୍ଭେମାନେ ଜୀବନ ଯାପନ କରି ଆସୁଅଛ, କିନ୍ତୁ ଏହାଠାରୁ କିଛି ଅଧିକ କରିବାକୁ ତୁମ୍ଭମାନଙ୍କୁ ଆମେ ଏବେ ପ୍ରଭୁ ଯୀଶୁଙ୍କ ନାମରେ ବିନତି କରୁଛୁ।


ସୁତରାଂ ଆମେ ଖ୍ରୀଷ୍ଟଙ୍କ ସପକ୍ଷରେ ଏ କଥା କହୁଛୁ। ସ୍ୱୟଂ ଈଶ୍ୱର ଆମ ସ୍ୱାରା ଏହି ଆହ୍ନାନ ଦେଇଛନ୍ତି ବୋଲି ମନେ କରିବାକୁ ହେବ। ଖ୍ରୀଷ୍ଟଙ୍କ ପକ୍ଷରୁ ଆମେ ବିନତି କରୁଛୁଳ ଈଶ୍ୱରଙ୍କ ସହିତ ପୁନର୍ମିଳିତ ହୁଅ,


ପ୍ରଭୁଙ୍କର ସନ୍ତୋଷଭାଜନ ହେବା ପାଇଁ ଶିକ୍ଷା କର।


ଈଶ୍ୱରଙ୍କ ଉଦ୍ଦେଶ୍ୟରେ ତୁମର ବିଶ୍ୱାସରୂପ ବଳିଦାନରେ ହୁଏତ ମୋର ଜୀବନ-ଶୋଣିତ ଢ଼ାଳି ଦେବାକୁ ପଡ଼ିବ। ଏଥିପାଇଁ ମୁଁ ଉଲ୍ଲସିତ ଓ ମୋର ଏହି ଆନନ୍ଦରେ ତୁମ୍ଭମାନଙ୍କୁ ଅଂଶୀ କରିବାକୁ ମୁଁ ଚାହେଁ।


ଭାଇମାନେ, ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅଧିକାର ବଳରେ ମୁଁ ତୁମ୍ଭମାନଙ୍କୁ ଆବେଦନ କରୁଛି, ଆଲୋଚନା କରିବା ସମୟରେ ଏକ ମତ ହୁଅ। ତା’ହେଲେ ତୁମ ମଧ୍ୟରେ କୌଣସି ବିଭେଦ ରହିବ ନାହିଁ।


ହୁଏତ, ତୁମେ ଈଶ୍ୱରଙ୍କ ଅସୀମ କୃପା, ଉଦାରତା ଓ ସହିଷ୍ଣୁତାକୁ ଅବଜ୍ଞା କରୁଛ। ତୁମେ ଅବଶ୍ୟ ଜାଣିଛ ଯେ, ତୁମେ ମନରେ ଅନୁତାପ ଆଣିବା ପାଇଁ ଈଶ୍ୱର ଏଡ଼େ ଦୟା କରୁଛନ୍ତି।


ତୁମ୍ଭେମାନେ ଦୋଷ କରି ଦଣ୍ଡଭୋଗ କଲେ, ଦେଥିରେ ପ୍ରଶଂସାର କି କାରଣ ଅଛି? ନ୍ୟାୟୋଚିତ କାର୍ଯ୍ୟ କଲେ ହିଁ ଯଦି ଶାସ୍ତି ଭୋଗ କର, ତେବେ ଈଶ୍ୱର ତୁମ୍ଭମାନଙ୍କୁ ଆଶୀର୍ବାଦ କରିବେ।


ତୁମଠାରୁ ମୁଁ ପାଇଥିବା ସମସ୍ତ ଦାନ ପାଇଁ ପ୍ରାପ୍ତି ସ୍ୱୀକାର ଜଣାଉଛି। ତାହା ମୋ’ ନିମନ୍ତେ ଯଥେଷ୍ଟରୁ ଅଧିକ ହୋଇଛି। ଏପାଫ୍ରଦିତ୍ଙ୍କ ହାତରେ ତୁମେ ପଠାଇ ଥିବା ଦାନ ମୋର ସମସ୍ତ ଅଭାବ ପୂରଣ କରିଛି। ତାହା ଈଶ୍ୱରଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗିତ ସୁଗନ୍ଧି ନୈବେଦ୍ୟ ଓ ତାଙ୍କ ଗ୍ରହଣଯୋଗ୍ୟ ତଥା ସନ୍ତୋଷଜନକ ବଳିଦାନ ସଦୃଶ।


ଈଶ୍ୱରଙ୍କ ପାଇଁ ଏକତ୍ର କାର୍ଯ୍ୟ କରୁଥିବାରୁ ଆମେ ତୁମ୍ଭମାନଙ୍କୁ ମିନତି କରୁଛୁ, ତୁମ ଜୀବନରେ ଈଶ୍ୱରଙ୍କ ଅନୁଗ୍ରହ ବିଫୁଳ କର ନାହିଁ। ୨ କାରଣ ସେ କହିଛନ୍ତି: “ତୁମ୍ଭମାନଙ୍କ ପ୍ରତି ଦୟା ସମୟ ଆସିବାରୁ ମୁଁ ତୁମ୍ଭମାନଙ୍କର ଆବେଦନ ଶୁଣିଲି, ପରିତ୍ରାଣ ଦିନାର ତୁମର ସହୟ ହେଲି।” ଦେଖ! ଏହା ହେଉଛି, ଈଶ୍ୱରଙ୍କ ଅନୁଗ୍ରହ ଗ୍ରହଣ କରିବା ସମୟ। ଆଜି ହେଉଛି ପରିତ୍ରାଣର ଦିନ।


ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଓ ପବିତ୍ରଆତ୍ମା ପ୍ରଦତ୍ତ ପ୍ରେମ ସକାଶେ ମୁଁ ତୁମ୍ଭମାନଙ୍କୁ ନିବେଦନ କରୁଛି, ମୋ’ ନିମନ୍ତେ ନିଷ୍ଠାର ସହ ପ୍ରାର୍ଥନା କର।


କାରଣ ଖ୍ରୀଷ୍ଟ ଯୀଶୁଙ୍କ ଦାସ ରୂପେ ଅଣଇହୁଦୀମାନଙ୍କ ନିମନ୍ତେ କାର୍ଯ୍ୟ କରିବା ପାଇଁ ଈଶ୍ୱର ମୋତେ ସୁଯୋଗ ଦେଇଛନ୍ତି। ଈଶ୍ୱରଙ୍କ ଶୁଭବାର୍ତ୍ତା ପ୍ରଚାର କରିବା ନିମନ୍ତେ ମୁଁ ଜଣେ ଧର୍ମଗୁରୁ ରୂପେ କାର୍ଯ୍ୟ କରୁଛି। ଅଣଇହୁଦୀମାନେ ପବିତ୍ରଆତ୍ମାଙ୍କ ଦ୍ୱାରା ଉତ୍ସର୍ଗିତ ନୈବେଦ୍ୟ ରୂପେ ଈଶ୍ୱରଙ୍କ ନିକଟରେ ଗ୍ରହଣୀୟ ହୁଅନ୍ତୁ, ଏହା ମୋର ଉଦ୍ଦେଶ୍ୟ।


ଜୀବନରେ ଅବା ମରଣରେ, ମୋର କର୍ତ୍ତବ୍ୟରେ ଅବହେଳା ନ କରି ସବୁ ସମୟରେ ଓ ବିଶେଷରେ ଏହି ଦୁର୍ଦ୍ଦିନରେ ସାହସିକ ହୋଇ ସମ୍ପୂର୍ଣ୍ଣଭାବେ ଯେପରି ମୁଁ ଖ୍ରୀଷ୍ଟଙ୍କୁ ଗୌରବାନ୍ୱିତ କରିବି, ଏହା ହିଁ ମୋର ଏକାନ୍ତ ଆଶା ଓ ଆକାଂକ୍ଷା।


ଏହି ପ୍ରକାର ପ୍ରାର୍ଥନା ତ୍ରାଣକର୍ତ୍ତା ଈଶ୍ୱରଙ୍କ ଦୃଷ୍ଟିରେ ଯଥାର୍ଥ ଓ ଗ୍ରହଣଯୋଗ୍ୟ।


ଭାଇମାନେ, ଯେଉଁମାନେ ତୁମ ମଧ୍ୟରେ କାର୍ଯ୍ୟ କରୁଛନ୍ତି ଏବଂ ଖ୍ରୀଷ୍ଟୀୟ ଜୀବନରେ ତୁମକୁ ସାହାଯ୍ୟ କରୁଛନ୍ତି - ଓ ପରାମର୍ଶ ଦେଉଛନ୍ତି, ସେମାନଙ୍କୁ ଯଥୋଚିତ ସମ୍ମାନ ଦେବାକୁ ଆମେ ତୁମ୍ଭମାନଙ୍କୁ ନିବେଦନ କରୁଛୁ।


ମୁଁ ତୁମକୁ କହୁଛି, ସେ ଯେଉଁ ଗଭୀର ପ୍ରେମ ପ୍ରକାଶ କରିଛି, ତାହା ପ୍ରମାଣ କରେ ଯେ ତା’ର ବହୁତ ପାପ କ୍ଷମା ହୋଇଛି। କିନ୍ତୁ ଯାହାର ଅଳ୍ପ ପାପ କ୍ଷମା ହୋଇଛି, ସେ ଅଳ୍ପ ପ୍ରେମ ପ୍ରକାଶ କରେ।”


ହେ ଭାଇମାନେ, ଅନୁରୋଧ କରୁଛି, ମୋର ଏହି ନାତିଦୀର୍ଘ ପତ୍ରର ବାର୍ତ୍ତା ପ୍ରତି ଧୈର୍ଯ୍ୟର ସହିତ ମନୋଯୋଗ କର। ତୁମ୍ଭମାନଙ୍କୁ ଉତ୍ସାହିତ କରିବା ପାଇଁ ଏହା ମୁଁ ଲେିଖିଛି।


ଯଦି କୌଣସି ବିଧବାର ପୁତ୍ର ପୌତ୍ରାଦି ଅଛନ୍ତି, ସେମାନେ ପ୍ରଥମେ ନିଜ ପରିବାରରେ ପିତାମାତା, ପିତାମହ ବା ମାତାମହୀଙ୍କ ପ୍ରତି ଧର୍ମତଃ ନିଜର କର୍ତ୍ତବ୍ୟ ପାଳନ କରି ଈଶ୍ୱରଙ୍କ ସନ୍ତୋଷଭାଜନ ହୁଅନ୍ତୁ।


ବାସ୍ତବିକ, ସମଗ୍ର ମାସିଦୋନିଆର ଭାଇମାନଙ୍କ ପ୍ରତି ତୁମେ ସେହିପରି ଆଚରଣ କରିଛ। ତେଣୁ ଆହୁରି ଅଧିକ ମାତ୍ରାରେ ତାହା କର, ତୁମ୍ଭମାନଙ୍କୁ ଏତିକି କେବଳ ବିନୀତ ଅନୁରୋଧ।


ପୁଣି ସେ ତାଙ୍କର ପ୍ରଚୁର ଗୌରବ ପ୍ରକାଶ କରିବା ପାଇଁ ଆମ୍ଭମାନଙ୍କୁ ବିଶେଷ ଅନୁଗ୍ରହର ପାତ୍ର ସ୍ୱରୂପେ ପୂର୍ବରୁ ମନୋନୀତ କରିଥିଲେ।


ଈଶ୍ୱର ଅନୁଗ୍ରହ କରି ଆମ୍ଭମାନଙ୍କୁ ଏହି ସେବା କାର୍ଯ୍ୟ ଦେଇ ଥିପବାରୁ ଆମେ ହତୋସାହ ହେବା ନାହିଁ।


ମୁଁ ପାଉଲ- ତୁମ୍ଭମାନଙ୍କୁ ମୋର ଏହି ବ୍ୟକ୍ତିଗତ ନିବେଦନ- କେହି କେହି କହନ୍ତି, “ମୁଁ ତୁମ୍ଭମାନଙ୍କ ନିକଟରେ ଥଲାବେଳେ ଅତି ନମ୍ର ଓ ଶାନ୍ତି, କିନ୍ତୁ ଦୂରକୁ ଚାଲିଗଲେ ଅତି କଠୋର।” ଖ୍ରୀଷ୍ଟଙ୍କ ନମ୍ରତା ଓ ସୌଜନ୍ୟର ଦୁହାଇ ଦେଇ ମୁଁ ତୁମ୍ଭମାନଙ୍କୁ ଅନୁନୟ କରି କହୁଛି,


କିନ୍ତୁ ତୁମ ପ୍ରତି ମୋର ସ୍ନେହ ଥିବାରୁ କେବଳ ଅନୁରୋଧ କରିବି। ଯଦିଓ ମୁଁ ପାଉଲ, ଯୀଶୁ ଖ୍ରୀଷ୍ଟଙ୍କର ରାଜଦୂତ ଏବଂ ତାଙ୍କ ପାଇଁ ବର୍ତ୍ତମାନ ବନ୍ଦୀ,


ତଥାପି ମୁଁ ବିନୟ ପୂର୍ବକ ଏହା କହୁଛି। ଏହି ବନ୍ଦୀ ଅବସ୍ଥାରେ ମୁଁ ଯାହାଙ୍କୁ ଖ୍ରୀଷ୍ଟଙ୍କ ଯୋଗୁଁ ନିଜ ପୁତ୍ର ସ୍ୱରୂପେ ପାଇଛି, ସେହି ଅନୀସିମସ୍ ପାଇଁ ମୋର ଏହି ଅନୁରୋଧ।


Swiv nou:

Piblisite


Piblisite