Biblia Todo Logo
Bib sou entènèt

- Piblisite -




ରୋମୀୟ 13:11 - ପବିତ୍ର ବାଇବଲ (CL) NT (BSI)

11 ଏବେ ଏ ସମସ୍ତ ତୁମକୁ ଅବଶ୍ୟ କରିବାକୁ ହେବ, କାରଣ ନିଦ୍ରାରୁ ଜାଗ୍ରତ ହେବା ସମୟ ଉପସ୍ଥିତ। ପରିତ୍ରାଣ ପାଇବାର ସମୟ ପୂର୍ବାପେକ୍ଷା ଏବେ ଅଧିକ ସନ୍ନିକଟ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ପୁଣି, ଏବେ ତୁମ୍ଭମାନଙ୍କର ନିଦ୍ରାରୁ ଜାଗ୍ରତ ହେବାର ସମୟ ଯେ ଉପସ୍ଥିତ, ଏହା ଜାଣି ଏହିସବୁ କର; କାରଣ ଆମ୍ଭମାନଙ୍କ ବିଶ୍ଵାସ କରିବାର ଦିନଠାରୁ ବର୍ତ୍ତମାନ ପରିତ୍ରାଣ ଆମ୍ଭମାନଙ୍କର ଅଧିକ ସନ୍ନିକଟ।

Gade chapit la Kopi

ଓଡିଆ ବାଇବେଲ

11 ପୁଣି, ଏବେ ତୁମ୍ଭମାନଙ୍କର ନିଦ୍ରାରୁ ଜାଗ୍ରତ ହେବାର ସମୟ ଯେ ଉପସ୍ଥିତ, ଏହା ଜାଣି ଏହି ସବୁ କର; କାରଣ ଆମ୍ଭମାନଙ୍କ ବିଶ୍ୱାସ କରିବାର ଦିନଠାରୁ ବର୍ତ୍ତମାନ ପରିତ୍ରାଣ ଆମ୍ଭମାନଙ୍କର ଅଧିକ ସନ୍ନିକଟ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ପୁଣି, ଏବେ ତୁମ୍ଭମାନଙ୍କର ନିଦ୍ରାରୁ ଜାଗ୍ରତ ହେବାର ସମୟ ଯେ ଉପସ୍ଥିତ, ଏହା ଜାଣି ଏହିସବୁ କର; କାରଣ ଆମ୍ଭମାନଙ୍କ ବିଶ୍ୱାସ କରିବାର ଦିନଠାରୁ ବର୍ତ୍ତମାନ ପରିତ୍ରାଣ ଆମ୍ଭମାନଙ୍କର ଅଧିକ ସନ୍ନିକଟ।

Gade chapit la Kopi

ପବିତ୍ର ବାଇବଲ

11 ମୁଁ ଏହି ସମସ୍ତ କଥା କହୁଛି, କାରଣ ଆମ୍ଭର ଏହି ସମୟଟି ଅତି ମହତ୍ତ୍ୱପୂର୍ଣ୍ଣ। ନିଦ୍ରାରୁ ଜାଗ୍ରତ ହେବାର ସମୟ ଉପସ୍ଥିତ ହୋଇଅଛି। ଆରମ୍ଭ କାଳରେ ବିଶ୍ୱାସ କରିବା ତୁଳନାରେ ଏବେ ଆମ୍ଭେ ଉଦ୍ଧାର ପାଇବା ସମୟର ନିକଟତର ହୋଇଛୁ।

Gade chapit la Kopi




ରୋମୀୟ 13:11
25 Referans Kwoze  

ସବୁ ବିଷୟର ଅନ୍ତିମ କାଳ ସନ୍ନିକଟ। ତୁମ୍ଭେମାନେ ପ୍ରାର୍ଥନାରେ ନିବିଷ୍ଟ ରହିବା ପାଇଁ ଆତ୍ମସଂଯମୀ ହୋଇ ସଜାଗ ରୁହ।


କାରଣ ଆଲୋକ ସମସ୍ତ ବିଷୟର ପ୍ରକାଶକ। ସେଥିପାଇଁ ଏହିପରି ଲେଖାଅଛି: “ହେ ନିଦ୍ରିତ, ଜାଗ୍ରତ ହୁଅ ଓ ମୃତମାନଙ୍କ ମଧ୍ୟରୁ ଉତ୍ôଥତ ହୁଅ! ଖ୍ରୀଷ୍ଟଙ୍କ ଆଲୋକରେ ଉଦ୍ଭାସିତ ହୁଅ।”


ତେଣୁ ସଂଯତ ହୁଅ, ପାପ କର ନାହିଁ। ତୁମ୍ଭମାନଙ୍କ ପକ୍ଷରେ ଗୋଟିଏ ଲଜ୍ଜାଜନକ ବିଷୟ ଏଠାରେ କହି ରଖୁଛି - ତୁମ୍ଭମାନଙ୍କ ମଧ୍ୟରୁ କେତେକେ ଈଶ୍ୱରଙ୍କୁ ଜାଣି ନାହାନ୍ତି।


ଯେ ଏ ସମସ୍ତ ବିଷୟରେ ସାକ୍ଷ୍ୟ ଦେଉଛନ୍ତି, ସେ କହନ୍ତି, “ଏହା ସୁନିଶ୍ଚିତ। ମୁଁ ଶୀଘ୍ର ଆସୁଅଛି।” ତାହା ହିଁ ହେଉ। ପ୍ରଭୁ ଯୀଶୁ, ଆସନ୍ତୁ!


ଏହିସବୁ ଘଟଣାର ସୂତ୍ରପାତ ହେଲେ, ମସ୍ତକ ଉତ୍ତୋଳନ କରି ଉଦ୍ଧ୍ୱର୍ ଦୃଷ୍ଟି କର, କାରଣ ତୁମ୍ଭମାନଙ୍କର ପରିତ୍ରାଣ ସନ୍ନିକଟ।”


ଯୀଶୁ କହୁଛନ୍ତି, “ଶୁଣ! ମୁଁ ଶୀଘ୍ର ଆସୁଅଛି! ପ୍ରତ୍ୟେକଙ୍କୁ ନିଜ ନିଜ କାର୍ଯ୍ୟ ଅନୁସାରେ ଫଳ ଦେବା ପାଇଁ ମୁଁ ପୁରସ୍କାର ନେଇ ଆସିବି।


ସେମାନଙ୍କ ପାଇଁ ଏ ସବୁ ଘଟଣା ଅନ୍ୟମାନଙ୍କର ଦୃଷ୍ଟାନ୍ତ ସ୍ୱରୂପ ଘଟିଥିଲା ଏବଂ ଆମକୁ ସତର୍କ କରାଇବା ନିମନ୍ତେ ସେଗୁଡ଼ିକ ଲିଖିତ। କାରଣ ପ୍ରାୟ ଯୁଗାନ୍ତ ସମୟରେ ଆମେ ବାସ କରୁଅଛୁ।


ପୁଣି ପ୍ରତ୍ୟୁଷରେ ଆକାଶ ଲାଲ ଓ ଅନ୍ଧାର ଦେଖାଗଲେ ବର୍ଷା ହେବାର ସୂଚନା ପାଇଥାଅ। ଆକାଶକୁ ଦେଖି ପାଗ କଥା ଆଗରୁ ଜାଣିପାର। କିନ୍ତୁ ବର୍ତ୍ତମାନ ସମୟର ସଙ୍କେତଗୁଡ଼ିକୁ ତୁମେ ବୁଝିପାରୁ ନାହିଁ।


ସେହିପରି, ତୁମ୍ଭେମାନେ ମଧ୍ୟ ଦେର୍ଯ୍ୟଁ ସହକାରେ ଅପେକ୍ଷା କର। ତୁମ୍ଭମାନଙ୍କ ଆଶା ସୁଦୃଢ଼ ରୁହ, କାରଣ ପ୍ରଭୁଙକ ଆଗମନ ଦିନ ନିକଟବର୍ତ୍ତୀ।


ପ୍ରଭୁ ତାଙ୍କ ପ୍ରତିଜ୍ଞା ପୂରଣ କରିବପାକୁ ବିଳମ୍ବ କରନ୍ତି ନାର୍ହିଁ, ଯଦିଓ କେତେକ ଏହାକୁ ବିଳମ୍ବ ବୋଲି ମନେ କରନ୍ତି। ବରଂ ପ୍ରଭୁ ତୁମ୍ଭମାନଙ୍କ ପ୍ରତି ଅତୀବ ସହନଶୀଳ। ସେ ଚାହାନ୍ତି ନାହିଁ କେହି ଜଣେ ହେଲେ ବିନଷ୍ଟ ହେଉ। ସମସ୍ତେ ନିଜ ନିଜ ପାପରୁ ଫେରନ୍ତି, ଏହି ତାଙ୍କର ଇଚ୍ଛା।


ଯଦି ଏହିପରି ସବୁ ବିଷୟ ବିଲୁପ୍ତ ହେବ, ତେବେ ଭାବି ଦେଖ, ତୁମ୍ଭମାନଙ୍କର କି ପ୍ରକାର ଜୀବନ ହେବା ଉଚିତ। ତାହା ପବିତ୍ର ଓ ଈଶ୍ୱରଙ୍କଠାରେ ଉତ୍ସର୍ଗିତ ହେବା ଏକାନ୍ତ ଆବଶ୍ୟକ।


ପିଲାମାନେ! ଅନ୍ତିମ କାଳ ନିକଟବର୍ତ୍ତୀ। ଖ୍ରୀଷ୍ଟଙ୍କ ଶତ୍ରୁ ଆସିବବାର ସମୟ ହେଲାଣି ବୋଲି ଶୁଣିଛୁ: ଖ୍ରୀଷ୍ଟଙ୍କର ଅନେକ ଶତ୍ରୁ ଏବେ ଦେଖାଦେଲେଣି; ସତରାଂ ଅନ୍ତିମ କାଳ ନିକଟ ହେଲାଣି ବୋଲି ଆମେ କାଳ ନିକଟ ଲୋଣଇ ବୋଲି ଆମେ ଜାଣୁ।


ଯେଉଁ ବ୍ୟକ୍ତି ଏହି ପୁସ୍ତକ ପଢ଼େ ଏବଂ ଯେଉଁମାନେ ଏଥିରେ ପ୍ରକାଶିତ ଭବିଷ୍ୟତ୍ବାଣୀ ଶୁଣି ତାହାର ନିର୍ଦ୍ଦେଶମାନ ପାଳନ କରନ୍ତି, ସେମାନେ ବାସ୍ତବିକ୍ ଭାଗ୍ୟବାନ, କାରଣ ସେହିସବୁ ଘଟିବାର ସମୟ ଆସନ୍ନ!


ସେ ମୋତେ ପୁଣି କହିଲେ, “ଏହି ପୁସ୍ତକର ଭବିଷ୍ୟତ୍‌ବାଣୀଗୁଡ଼ିକ ଗୁପ୍ତ ରଖ ନାହିଁ, କାରଣ ଏ ସବୁ ବିଷୟ ଘଟିବାର ସମୟ ନିକଟ ହୋଇ ଆସିଲାଣି। ତେଣି ଏ କଥା ଜାଣି ଯେ ଯାହା ଇଚ୍ଛା, ତାହା କରୁ।


Swiv nou:

Piblisite


Piblisite