Biblia Todo Logo
Bib sou entènèt

- Piblisite -




ରୋମୀୟ 13:4 - ପବିତ୍ର ବାଇବଲ (CL) NT (BSI)

4 ତୁମ କଲ୍ୟାଣ କରିବା ପାଇଁ ସେ ଈଶ୍ୱରଙ୍କ ଦ୍ୱାରା ନିଯୁକ୍ତ। କିନ୍ତୁ ତୁମେ ଯଦି ଦୁଷ୍କର୍ମ କରୁଥାଅ, ତେବେ ଶାସକକୁ ଭୟ କର, କାରଣ ତୁମକୁ ଦଣ୍ଡ ଦେବା ପାଇଁ ପ୍ରକୃତରେ ତାଙ୍କର କ୍ଷମତା ଅଛି। ସେ ଈଶ୍ୱରଙ୍କ ଦ୍ୱାରା ନିଯୁକ୍ତ କର୍ମଚାରୀ। ଦୁଷ୍କର୍ମଚାରୀମାନଙ୍କୁ ଶାସ୍ତି ଦେବା ପାଇଁ ସେ ଈଶ୍ୱରଙ୍କ ଆଦେଶ ପାଳନ କରନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 କାରଣ ସେ ମଙ୍ଗଳ ନିମନ୍ତେ ତୁମ୍ଭ ପାଇଁ ଈଶ୍ଵରଙ୍କ ସେବକ। କିନ୍ତୁ ଯଦି ଅସଦାଚାର କର, ତାହାହେଲେ ଭୀତ ହୁଅ, ଯେଣୁ ସେ ନିରର୍ଥକ ଖଡ଼୍‍ଗ ଧାରଣ କରନ୍ତି ନାହିଁ, କାରଣ ସେ ଈଶ୍ଵରଙ୍କ ସେବକ ସ୍ଵରୂପେ ଅସଦାଚାରୀ ପ୍ରତି କ୍ରୋଧ ପ୍ରକାଶ କରିବା ନିମନ୍ତେ ଦଣ୍ତଦାତା ଅଟନ୍ତି।

Gade chapit la Kopi

ଓଡିଆ ବାଇବେଲ

4 କାରଣ ସେ ମଙ୍ଗଳ ନିମନ୍ତେ ତୁମ୍ଭ ପାଇଁ ଈଶ୍ୱରଙ୍କ ସେବକ । କିନ୍ତୁ ଯଦି ଅସଦାଚାର କର, ତାହାହେଲେ ଭୀତ ହୁଅ, ଯେଣୁ ସେ ନିରର୍ଥକ ଖଡ଼୍ଗ ଧାରଣ କରନ୍ତି ନାହିଁ, କାରଣ ସେ ଈଶ୍ୱରଙ୍କ ସେବକ ସ୍ୱରୂପେ ଅସଦାଚାରୀ ପ୍ରତି କ୍ରୋଧ ପ୍ରକାଶ କରିବା ନିମନ୍ତେ ଦଣ୍ଡଦାତା ଅଟନ୍ତି ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 କାରଣ ସେ ମଙ୍ଗଳ ନିମନ୍ତେ ତୁମ୍ଭ ପାଇଁ ଈଶ୍ବରଙ୍କ ସେବକ। କିନ୍ତୁ ଯଦି ଅସଦାଚାର କର, ତାହାହେଲେ ଭୀତ ହୁଅ, ଯେଣୁ ସେ ନିରର୍ଥକ ଖଡ୍ଗ ଧାରଣ କରନ୍ତି ନାହିଁ, କାରଣ ସେ ଈଶ୍ବରଙ୍କ ସେବକ ସ୍ୱରୂପେ ଅସଦାଚାରୀ ପ୍ରତି କ୍ରୋଧ ପ୍ରକାଶ କରିବା ନିମନ୍ତେ ଦଣ୍ଡଦାତା ଅଟନ୍ତି।

Gade chapit la Kopi

ପବିତ୍ର ବାଇବଲ

4 ତୁମ୍ଭକୁ ସାହାଯ୍ୟ କରିବା ପାଇଁ ଶାସକ ହେଉଛନ୍ତି ପରମେଶ୍ୱରଙ୍କ ସେବକ। କିନ୍ତୁ ତୁମ୍ଭେ ଭୁଲ୍ କଲେ ଭୟ କରିବ। ଶାସକର ଦଣ୍ତ ଦେବା କ୍ଷମତା ଅଛି, ସେ ସେହି କ୍ଷମତାର ପ୍ରୟୋଗ କରି ମନ୍ଦ କାମ କରୁଥିବା ଲୋକକୁ ଦଣ୍ତ ଦେବେ।

Gade chapit la Kopi




ରୋମୀୟ 13:4
23 Referans Kwoze  

ବନ୍ଧୁଗଣ, ତୁମେମାନେ ନିଜେ କାହା ବିରୁଦ୍ଧରେ ପ୍ରତିଶୋଧ ନିଅ ନାହିଁ। ଈଶ୍ୱରଙ୍କ କ୍ରୋଧର ପାତ୍ର ହେବାକୁ ତାକୁ ଛାଡ଼ି ଦିଅ। କାରଣ ଶାସ୍ତ୍ରରେ ଲେଖାଅଛି: “ପ୍ରଭୁ କହନ୍ତି, ଆମ୍ଭେ ପ୍ରତିଶୋଧ ନେବା। ଆମ୍ଭେ ପ୍ରତିଫଳ ଦେବା।”


କୌଣସି ଖ୍ରୀଷ୍ଟବିଶ୍ୱାସୀ ଭାଇ ପ୍ରତି ଅନ୍ୟାୟ ଆଚରଣ କର ନାହିଁ, କିଅବା ତାହାକୁ ପ୍ରବଞ୍ଚନା କର ନାହିଁ। ଏ କଥା ଆମେ ପୂର୍ବରୁ କହିଛୁ ଏବଂ ଦୃଢ଼ ଭାବରେ ସତର୍କ କରି ଦେଇଛୁ ଯେ, ଯେଉଁମାନେ ସେପରି କରିବେ, ପ୍ରଭୁ ସେମାନଙ୍କୁ ଶାସ୍ତି ଦେବେ।


ଏଥିନିମନ୍ତେ ତୁମେମାନେ ରାଜସ୍ୱ ମଧ୍ୟ ଦେଇଥାଅ, କାରଣ ଶାସକମାନେ କର୍ତ୍ତବ୍ୟ ପାଳନ କରିବା ବେଳେ ଈଶ୍ୱରଙ୍କ ସେବା କରି ଥାଆନ୍ତି।


ଦେଶର ସର୍ବୋଚ୍ଚ ଶାସକ ସମ୍ରାଟଙ୍କୁ ଏବଂ ଅନ୍ୟାନ୍ୟ ଶାସନକର୍ତ୍ତାମାନଙ୍କୁ ମାନ୍ୟ କର। ଶାସନକର୍ତ୍ତାମାନେ ଅପରାଧୀମାନଙ୍କୁ ଶାସ୍ତି ଦେବା ପାଇଁ ଓ ସତ୍କର୍ମ କରୁଥିବା ଲୋକମାନଙ୍କୁ ପ୍ରଶଂସା କରିବା ପାଇଁ ସମ୍ରାଟଙ୍କ ପ୍ରଶଂସା କରିବା ପାଇଁ ସମ୍ରାଟଙ୍କ ଦ୍ୱାରା ନିଯୁକ୍ତ।


Swiv nou:

Piblisite


Piblisite