Biblia Todo Logo
Bib sou entènèt

- Piblisite -




ରୋମୀୟ 14:8 - ପବିତ୍ର ବାଇବଲ (CL) NT (BSI)

8 ପ୍ରଭୁଙ୍କ ଉଦ୍ଦେଶ୍ୟ ସାଧନ ନିମନ୍ତେ ଆମେ ବଞ୍ଚିଛୁ ଓ ମରିବୁ। ତେଣୁ ଜୀବନ ଓ ମରଣରେ ଆମେ ପ୍ରଭୁଙ୍କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଯେଣୁ, ଯଦି ଆମ୍ଭେମାନେ ବଞ୍ଚୁ, ତେବେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ବଞ୍ଚୁ, କିମ୍ଵା ଯଦି ମରୁ, ତେବେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ମରୁ। ଅତଏବ, ଯଦି ଆମ୍ଭେମାନେ ବଞ୍ଚୁ କିମ୍ଵା ମରୁ, ଆମ୍ଭେମାନେ ପ୍ରଭୁଙ୍କର ଅଟୁ।

Gade chapit la Kopi

ଓଡିଆ ବାଇବେଲ

8 ଯେଣୁ, ଯଦି ଆମ୍ଭେମାନେ ବଞ୍ଚୁ, ତେବେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ବଞ୍ଚୁ, କିମ୍ବା ଯଦି ମରୁ, ତେବେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ମରୁ । ଅତଏବ, ଯଦି ଆମ୍ଭେମାନେ ବଞ୍ଚୁ କିମ୍ବା ମରୁ, ଆମ୍ଭେମାନେ ପ୍ରଭୁଙ୍କର ଅଟୁ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଯେଣୁ, ଯଦି ଆମ୍ଭେମାନେ ବଞ୍ଚୁ, ତେବେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ବଞ୍ଚୁ, କିମ୍ବା ଯଦି ମରୁ, ତେବେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ମରୁ। ଅତଏବ, ଯଦି ଆମ୍ଭେମାନେ ବଞ୍ଚୁ କିମ୍ବା ମରୁ, ଆମ୍ଭେମାନେ ପ୍ରଭୁଙ୍କର ଅଟୁ।

Gade chapit la Kopi

ପବିତ୍ର ବାଇବଲ

8 ଆମ୍ଭେ ଜୀବିତ ରହିଲେ ପ୍ରଭୁଙ୍କ ପାଇଁ ଜୀବିତ ରହୁ ଓ ମୃତ୍ୟୁବରଣ କଲେ ମଧ୍ୟ ତାହାଙ୍କ ପାଇଁ ମୃତ୍ୟୁ ବରଣ କରୁ। ତା'ହେଲେ ଜୀବିତ ରହୁ ବା ମୃତ୍ୟୁ ବରଣ କରୁ, ଆମ୍ଭେ ପରମେଶ୍ୱରଙ୍କର ହିଁ ଅଟୁ।

Gade chapit la Kopi




ରୋମୀୟ 14:8
13 Referans Kwoze  

ଜୀବନରେ ଅବା ମରଣରେ, ମୋର କର୍ତ୍ତବ୍ୟରେ ଅବହେଳା ନ କରି ସବୁ ସମୟରେ ଓ ବିଶେଷରେ ଏହି ଦୁର୍ଦ୍ଦିନରେ ସାହସିକ ହୋଇ ସମ୍ପୂର୍ଣ୍ଣଭାବେ ଯେପରି ମୁଁ ଖ୍ରୀଷ୍ଟଙ୍କୁ ଗୌରବାନ୍ୱିତ କରିବି, ଏହା ହିଁ ମୋର ଏକାନ୍ତ ଆଶା ଓ ଆକାଂକ୍ଷା।


ଖ୍ରୀଷ୍ଟଙ୍କ ପୁନରାଗମନ ସମୟରେ ଆମେ ଇହଜୀବନରେ ଥାଉ ବା ନ ଥାଉ, ତାଙ୍କ ସହିତ ଯେପରି ସଂଯୁକ୍ତ ହୋଇ ରହିବୁ, ଏଥିନିମନ୍ତେ ସେ ଆମ ପାଇଁ ମୃତ୍ୟୁଭୋଗ କଲେ।


କିନ୍ତୁ ପ୍ରତ୍ୟେକେ ନିରୂପିତ ସମୟରେ ପୁନରୁତ୍ôଥତ ହେବେ। ସର୍ବପ୍ରଥମେ ଖ୍ରୀଷ୍ଟ ମୃତ୍ୟୁରୁ ଉତ୍ଥିତ ହୋଇଛନ୍ତି। ତେଣୁ ତାଙ୍କର ଆଗମନ ସମୟରେ ତାଙ୍କ ଆଶ୍ରିତ ଲୋକମାନେ ପ୍ରଥମେ କାହିଁକି ଜୀବିତ ହେବେ।


କିନ୍ତୁ ସେ ଉତ୍ତର ଦେଲେ, “ତୁମ୍ଭେମାନେ ଏ କ’ଣ କରୁଛ, କାହିଁକି ଏପରି କ୍ରନ୍ଦନ କରି ମୋ’ ହୃଦୟକୁ ବିଦୀର୍ଣ୍ଣ କରୁଛ? ଯିରୂଶାଲମରେ କେବଳ ବନ୍ଧା ହେବା ପାଇଁ ନୁହେଁ, କିନ୍ତୁ ପ୍ରଭୁ ଯୀଶୁଙ୍କ ପାଇଁ ମୃତ୍ୟୁଭୋଗ କରିବା ପାଇଁ ମଧ୍ୟ ମୁଁ ପ୍ରସ୍ତୁତ ଅଛି।”


ଅନନ୍ତର ମୁଁ ଶୁଣିଲି, ସ୍ୱର୍ଗରୁ ଏକ ବାଣୀ ଉଚ୍ଚାରିତ ହେଉଛି: “ଏହି କଥା ଲେଖ: ଯେଉଁମାନେ ଏଣିକି ପ୍ରଭୁଙ୍କ ସେବା କରି ମୃତ୍ୟୁବରଣ କରିବେ, ସେମାନେ ଧନ୍ୟ।” ପୁଣି ମୁଁ ଶୁଣିଲି, ପରମାତ୍ମା କହୁଛନ୍ତି, “ଏହା ନିଶ୍ଚୟ ଘଟିବ। କଠିନ ପରିଶ୍ରମ ସହ ସେବାର ଫଳ ସ୍ୱରୂପ, ସେମାନେ ବିଶ୍ରାମ ଉପଭୋଗ କରିବେ।”


ଈଶ୍ୱରଙ୍କ ଉଦ୍ଦେଶ୍ୟରେ ତୁମର ବିଶ୍ୱାସରୂପ ବଳିଦାନରେ ହୁଏତ ମୋର ଜୀବନ-ଶୋଣିତ ଢ଼ାଳି ଦେବାକୁ ପଡ଼ିବ। ଏଥିପାଇଁ ମୁଁ ଉଲ୍ଲସିତ ଓ ମୋର ଏହି ଆନନ୍ଦରେ ତୁମ୍ଭମାନଙ୍କୁ ଅଂଶୀ କରିବାକୁ ମୁଁ ଚାହେଁ।


କିନ୍ତୁ ମୋ’ ପାଇଁ ମୋ’ ନିଜ ଜୀବନକୁ ମୁଁ ନଗଣ୍ୟ ମନେ କରେ। ଈଶ୍ୱରଙ୍କ ଅନୁଗ୍ରହ ବିଷୟରେ ପ୍ରଭୁ ଯୀଶୁ ଯେଉଁ ବାର୍ତ୍ତା ଘୋଷଣା କରିବା ପାଇଁ ମୋତେ ଦାୟିତ୍ୱ ଦେଇଛନ୍ତି, ତାହା ପୂରଣ କରି ମୋର ପ୍ରଚାର କାର୍ଯ୍ୟ ସଂପୂର୍ଣ୍ଣ କରିବି - ଏତିକି କେବଳ ମୋର ଇଚ୍ଛା।


କାରଣ ତୁମ୍ଭେମାନେ ମୋତେ ଯେଉଁ ସାହାଯ୍ୟ ଦେଇ ପାରିଲ ନାହିଁ, ଖ୍ରୀଷ୍ଟଙ୍କ କାର୍ଯ୍ୟ ସିଦ୍ଧି ଲାଗି ସେ ତା’ ମୋ’ ପାଇଁ କରିବାକୁ ଯାଇ ନିଜ ଜୀବନକୁ ବିପନ୍ନ କଲେ ଓ ମୃତ୍ୟୁର ସମ୍ମୁଖୀନ ହୋଇଥିଲେ।


ଦାଉଦ ତାଙ୍କ ରାଜତ୍ୱ କାଳରେ ଈଶ୍ୱରଙ୍କ ଉଦ୍ଦେଶ୍ୟ ସାଧନ କରି ଶେଷରେ ମୃତ୍ୟୁ ଭୋଗ କଲେ ଓ ପୂର୍ବପୁରୁଷମାନଙ୍କ ସହିତ ସମାଧିପ୍ରାପ୍ତ ହେଲେ। ତାଙ୍କ ଶରୀର ସମାଧିରେ କ୍ଷୟ ପାଇଲା।


(ଯୀଶୁ ଏଥିଦ୍ୱାରା ସୂଚନା ଦେଲେ, ପିତର କିପରି ଭାବରେ ମୃତ୍ୟୁଭୋଗ କରି ଈଶ୍ୱରଙ୍କୁ ମହିମାନ୍ୱିତ କରିବେ।) ତା’ପରେ ଯୀଶୁ ପିତରଙ୍କୁ କହିଲେ, “ମୋ’ ପଛେ ପଛେ ଆସ।”


ପ୍ରଭୁ ଜୀବିତମାନଙ୍କ ଈଶ୍ୱର, ମୃତମାନଙ୍କର ନୁହନ୍ତି। ଅତଏବ ସେମାନେ ସମସ୍ତେ ତାଙ୍କ ଦୃଷ୍ଟିରେ ଜୀବିତ ଅଟନ୍ତି।”


Swiv nou:

Piblisite


Piblisite