Biblia Todo Logo
Bib sou entènèt

- Piblisite -




ରୋମୀୟ 2:12 - ପବିତ୍ର ବାଇବଲ (CL) NT (BSI)

12 ଅଣଇହୁଦୀମାନେ ମୋଶାଲିଖିତ ବ୍ୟବସ୍ଥା ପାଇ ନାହାନ୍ତି। ବ୍ୟବସ୍ଥାବିହୀନ ହୋଇ ପାପ କଲେ, ସେମାନେ ବିନା ବ୍ୟବସ୍ଥାରେ ବିନଷ୍ଟ ହେବେ। ଅନ୍ୟ ପକ୍ଷରେ ଇହୁଦୀମାନେ ବ୍ୟବସ୍ଥା ଜାଣିଥିବାରୁ, ସେମାନେ ପରପ କଲେ, ସେହି ବ୍ୟବସ୍ଥା ଅନୁଯାୟୀ ଦଣ୍ଡନୀୟ ହେବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଯେଣୁ ଯେତେ ବ୍ୟବସ୍ଥାବିହୀନ ହୋଇ ପାପ କରିଅଛନ୍ତି, ସେମାନେ ମଧ୍ୟ ବ୍ୟବସ୍ଥା ବିନା ବିନଷ୍ଟ ହେବେ; ଆଉ, ଯେତେ ବ୍ୟବସ୍ଥା ପ୍ରାପ୍ତ ହୋଇ ପାପ କରିଅଛନ୍ତି, ସେମାନେ ବ୍ୟବସ୍ଥାନୁସାରେ ବିଚାରିତ ହେବେ,

Gade chapit la Kopi

ଓଡିଆ ବାଇବେଲ

12 ଯେଣୁ ଯେତେ ମୋଶାଙ୍କ ବ୍ୟବସ୍ଥାବିହୀନ ହୋଇ ପାପ କରିଅଛନ୍ତି, ସେମାନେ ମଧ୍ୟ ମୋଶାଙ୍କ ବ୍ୟବସ୍ଥା ବିନା ବିନଷ୍ଟ ହେବେ; ଆଉ, ଯେତେ ମୋଶାଙ୍କ ବ୍ୟବସ୍ଥା ପ୍ରାପ୍ତ ହୋଇ ପାପ କରିଅଛନ୍ତି, ସେମାନେ ମୋଶାଙ୍କ ବ୍ୟବସ୍ଥାନୁସାରେ ବିଚାରିତ ହେବେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଯେଣୁ ଯେତେ ମୋଶାଙ୍କ ବ୍ୟବସ୍ଥାବିହୀନ ହୋଇ ପାପ କରିଅଛନ୍ତି, ସେମାନେ ମଧ୍ୟ ମୋଶାଙ୍କ ବ୍ୟବସ୍ଥା ବିନା ବିନଷ୍ଟ ହେବେ; ଆଉ, ଯେତେ ମୋଶାଙ୍କ ବ୍ୟବସ୍ଥା ପ୍ରାପ୍ତ ହୋଇ ପାପ କରିଅଛନ୍ତି, ସେମାନେ ମୋଶାଙ୍କ ବ୍ୟବସ୍ଥାନୁସାରେ ବିଚାରିତ ହେବେ,

Gade chapit la Kopi

ପବିତ୍ର ବାଇବଲ

12 ଯେଉଁ ଲୋକମାନେ ବ୍ୟବସ୍ଥା ଜାଣିଛନ୍ତି ଓ ଯେଉଁ ଲୋକମାନେ ବ୍ୟବସ୍ଥା ବିଷୟରେ ଶୁଣି ନାହାନ୍ତି, ପାପ କର୍ମ କଲାବେଳେ ସମସ୍ତେ ସମାନ। ଲୋକେ ଯେଉଁମାନେ ବ୍ୟବସ୍ଥା ଜାଣି ନାହାନ୍ତି ଓ ପାପ କରୁଛନ୍ତି, ସେମାନେ ନଷ୍ଟ ହୋଇ ଯିବେ ଓ ସେହିପରି, ଯେଉଁମାନେ ବ୍ୟବସ୍ଥା ଜାଣିଛନ୍ତି ଓ ପାପ କରୁଛନ୍ତି, ବ୍ୟବସ୍ଥା ଅନୁସାରେ ସେମାନଙ୍କର ନ୍ୟାୟବିଗ୍ଭର ହେବ।

Gade chapit la Kopi




ରୋମୀୟ 2:12
23 Referans Kwoze  

ସେହିପରି ଅଣଇହୁଦୀମାନଙ୍କୁ ଲାଭ କରିବା ପାଇଁ ମୁଁ ସେମାନଙ୍କ ମଧ୍ୟରେ କାର୍ଯ୍ୟ କରିବାବେଳେ ଅଣଇହୁଦୀମାନଙ୍କ ପରି ବ୍ୟବସ୍ଥା ବହିର୍ଭୂତ ଆଚରଣ କରିଛି। ଏହାର ଅର୍ଥ ନୁହେଁ ଯେ, ମୁଁ ଈଶ୍ୱରଙ୍କ ବିଧିବିଧାନ ପାଳନ କରେ ନାହିଁ। ପ୍ରକୃତରେ ମୁଁ ଖ୍ରୀଷ୍ଟଙ୍କ ବ୍ୟବସ୍ଥାର ଅଧୀନ।


ଯେଉଁମାନେ ବ୍ୟବସ୍ଥା ପାଳନ ଉପରେ ନିର୍ଭର କରନ୍ତି, ସେମାନେ ଅଭିଶାପର ଆଶଙ୍କା ମଧ୍ୟରେ ଜୀବନ ଯାପନ କରନ୍ତି। କାରଣ ଧର୍ମଶାସ୍ତ୍ରରେ ଉଲ୍ଲେଖ ଅଛି, “ମୋଶାଙ୍କ ବ୍ୟବସ୍ଥା ପୁସ୍ତକରେ ଯାହା ସବୁ ଲେଖା ଯାଇଛି, ଯଦି କେହି ସମ୍ପୂର୍ଣ୍ଣଭାବେ ତାହା ପାଳନ ନ କରେ, ସେ ଈଶ୍ୱରଙ୍କ ଅଭିଶାପର ପାତ୍ର ହେବ।”


ମନୁଷ୍ୟର ପ୍ରକୃତିଗତ ଦୁର୍ବଳତା ହେତୁ ମୋଶ ପ୍ରଦତ୍ତ ସ୍ୱସ୍ଥା ଯାହା ସାଧନ କରିପାରିଲା ନାହିଁ, ଈଶ୍ୱର ତାହା କରିଛନ୍ତି। ମନୁଷ୍ୟ ଜୀବନରେ ପାପକୁ ବିନଷ୍ଟ କରିବା ପାଇଁ ସେ ନିଜ ପୁତ୍ରଙ୍କୁ ପାପୀ ମନୁଷ୍ୟ ସାଦୃଶ୍ୟରେ ପ୍ରେରଣ କଲେ ଏବଂ ଖ୍ରୀଷ୍ଟ ପାପର ଶକ୍ତି ବିନଷ୍ଟ କରିଛନ୍ତି।


ସେମାନେ ଜାଣନ୍ତି ଯେ, ଈଶ୍ୱରଙ୍କ ବିଧାନ ଅନୁଯାୟୀ ଏହିପରି ଲୋକମାନେ ମୃତ୍ୟୁଦଣ୍ଡ ପାଇବା ପାଇଁ ଯୋଗ୍ୟ। ଏହା ଜାଣି ସୁଦ୍ଧା ସେମାନେ ସେହିପରି କୁକର୍ମ କରୁଥା’ନ୍ତି ଓ ତାହା କରୁଥିବା ଲୋକମାନଙ୍କୁ ଅନୁମୋଦନ କରନ୍ତି।


”ଈଶ୍ୱର ବିଚାର ଦିନରେ ତୁମଠାରୁ ସଦୋମ ପ୍ରତି ଅଧିକ ଦୟା ଦେଖାଇବେ।”


ଯେ ଗୋଟିଏ ଆଜ୍ଞା ଲଘଂନ କର, ସେ ସମସ୍ତ ଆଜ୍ଞ ଲଘଂନ ଅପରାଧରେେ ଦୋଷୀ ହୁଏ।


ବ୍ୟବସ୍ଥା ଲଙ୍ଘନ ଦ୍ୱାରା ମନୁଷ୍ୟ ଈଶ୍ୱରଙ୍କ କ୍ରୋଧର ପାତ୍ର ହୁଏ। କିନ୍ତୁ ଯେଉଁଠାରେ ବ୍ୟବସ୍ଥା ନାହିଁ, ସେଠାରେ ବ୍ୟବସ୍ଥା ଲଙ୍ଘନର ପ୍ରଶ୍ନ ଉଠୁ ନାହିଁ।


“ମୁଁ ନିଶ୍ଚିତଭାବେ କହୁଛି, ଈଶ୍ୱର ବିଚାର ଦିନରେ ତୁମ୍ଭମାଂଙ୍କ ଅପେକ୍ଷା ସୋର ଓ ସିଦୋନର ଲୋକମାନଙ୍କୁ ଅଧିକ ଅନୁଗ୍ରହ ଦେଖାଇବେ।


କିନ୍ତୁ ଧର୍ମଶାସ୍ତ୍ରରେ ଉଲ୍ଲିଖିତ ଅଛି, ସମଗ୍ର ମାନବ ଜାତି ପାପ ଶକ୍ତିର ଅଧୀନ, ତେଣୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସର ଫଳ ସ୍ୱରୂପ ପ୍ରତିଜ୍ଞାତ ଆଶୀର୍ବାଦ ଖ୍ରୀଷ୍ଟବିଶ୍ୱାସୀମାନେ ପାଇବେ।


ଯୀଶୁ ଉତ୍ତର ଦେଇ କହିଲେ, “ମୋ’ ଉପରେ ତୁମର ସେହି ଅଧିକାର ଅଛି, କାରଣ ତାହା ଈଶ୍ୱର ତୁମକୁ ଦେଇଛନ୍ତି। କିନ୍ତୁ ଯେ ମୋତେ ତୁମ ହାତରେ ସମର୍ପଣ କରିଛି, ତା’ର ପାପ ଅଧିକ ଜଘନ୍ୟ।”


ଈଶ୍ୱର ତାଙ୍କର ଯୋଜନା ଅନୁଯାୟୀ ଯୀଶୁଙ୍କୁ ତୁମ ହସ୍ତରେ ସମର୍ପଣ କରିବାକୁ ସ୍ଥିର କରିଥିଲେ। ପୁଣି ତୁମେ ତାଙ୍କୁ ଦୁଷ୍ଟମାନଙ୍କ ଦ୍ୱାରା କ୍ରୁଶବିଦ୍ଧ କରି ହତ୍ୟା କରିଥିଲ।


Swiv nou:

Piblisite


Piblisite