Biblia Todo Logo
Bib sou entènèt

- Piblisite -




ରୋମୀୟ 2:4 - ପବିତ୍ର ବାଇବଲ (CL) NT (BSI)

4 ହୁଏତ, ତୁମେ ଈଶ୍ୱରଙ୍କ ଅସୀମ କୃପା, ଉଦାରତା ଓ ସହିଷ୍ଣୁତାକୁ ଅବଜ୍ଞା କରୁଛ। ତୁମେ ଅବଶ୍ୟ ଜାଣିଛ ଯେ, ତୁମେ ମନରେ ଅନୁତାପ ଆଣିବା ପାଇଁ ଈଶ୍ୱର ଏଡ଼େ ଦୟା କରୁଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 କିମ୍ଵା ଈଶ୍ଵରଙ୍କ କୃପା ଯେ ତୁମ୍ଭକୁ ମନପରିବର୍ତ୍ତନ ଆଡ଼କୁ ଘେନିଯିବାକୁ ଚେଷ୍ଟା କରେ, ଏହା ନ ଜାଣି ତୁମ୍ଭେ କି ତାହାଙ୍କର କୃପା, ଧୈର୍ଯ୍ୟ ଓ ଚିରସହିଷ୍ଣୁତାରୂପ ଧନସବୁ ତୁଚ୍ଛ କରୁଅଛ?

Gade chapit la Kopi

ଓଡିଆ ବାଇବେଲ

4 କିମ୍ବା ଈଶ୍ୱରଙ୍କ କୃପା ଯେ ତୁମ୍ଭକୁ ମନ ପରିବର୍ତ୍ତନ ଆଡ଼କୁ ଘେନିଯିବାକୁ ଚେଷ୍ଟା କରେ, ଏହା ନ ଜାଣି ତୁମ୍ଭେ କି ତାହାଙ୍କର କୃପା, ଧୈର୍ଯ୍ୟ ଓ ଚିରସହିଷ୍ଣୁତାରୂପ ଧନସବୁ ତୁଚ୍ଛ କରୁଅଛ ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 କିମ୍ବା ଈଶ୍ବରଙ୍କ କୃପା ଯେ ତୁମ୍ଭକୁ ମନ-ପରିବର୍ତ୍ତନ ଆଡ଼କୁ ଘେନିଯିବାକୁ ଚେଷ୍ଟା କରେ, ଏହା ନ ଜାଣି ତୁମ୍ଭେ କି ତାହାଙ୍କର ଉତ୍ତମତା, ଧୈର୍ଯ୍ୟ ଓ ଚିରସହିଷ୍ଣୁତାରୂପ ଧନସବୁ ତୁଚ୍ଛ କରୁଅଛ?

Gade chapit la Kopi

ପବିତ୍ର ବାଇବଲ

4 ପରମେଶ୍ୱର ତୁମ୍ଭ ପ୍ରତି ଅତି ଦୟାଳୁ। ସେ ତୁମ୍ଭ ପ୍ରତି ଧୈର୍ଯ୍ୟବାନ। ପରମେଶ୍ୱର ଅପେକ୍ଷା କରିଛନ୍ତି ଯେ, ତୁମ୍ଭେ ବଦଳି ଯାଅ। କିନ୍ତୁ ତୁମ୍ଭେ ତାହାଙ୍କର ଦୟାଳୁତା ବିଷୟରେ ଆଦୌ ଭାବୁ ନାହଁ। ଏହା ହୋଇପାରେ ଯେ, ତୁମ୍ଭେ ସମ୍ଭବତଃ ବୁଝିପାରୁ ନାହଁ ଯେ ତୁମ୍ଭକୁ ନିଜର ହୃଦୟ ଓ ଜୀବନ ବଦଳାଇବା ପାଇଁ ସୁଯୋଗ ଦେବା ଉଦ୍ଦେଶ୍ୟରେ ପରମେଶ୍ୱର ତୁମ୍ଭ ପ୍ରତି ଦୟାଳୁ ହୋଇଛନ୍ତି।

Gade chapit la Kopi




ରୋମୀୟ 2:4
51 Referans Kwoze  

ପ୍ରଭୁ ତାଙ୍କ ପ୍ରତିଜ୍ଞା ପୂରଣ କରିବପାକୁ ବିଳମ୍ବ କରନ୍ତି ନାର୍ହିଁ, ଯଦିଓ କେତେକ ଏହାକୁ ବିଳମ୍ବ ବୋଲି ମନେ କରନ୍ତି। ବରଂ ପ୍ରଭୁ ତୁମ୍ଭମାନଙ୍କ ପ୍ରତି ଅତୀବ ସହନଶୀଳ। ସେ ଚାହାନ୍ତି ନାହିଁ କେହି ଜଣେ ହେଲେ ବିନଷ୍ଟ ହେଉ। ସମସ୍ତେ ନିଜ ନିଜ ପାପରୁ ଫେରନ୍ତି, ଏହି ତାଙ୍କର ଇଚ୍ଛା।


ମୁଁ ନିବେଦନ କରେ, ଯେପରି ତାଙ୍କର ଆଲୋକ ଦେଖିବା ନିମନ୍ତେ ତୁମ୍ଭମାନଙ୍କର ଅନ୍ତର୍ଦୃଷ୍ଟି ପ୍ରସନ୍ନ ହେବ। ଫଳରେ ଯେଉଁ ଭରସା ନିମନ୍ତେ ତୁମ୍ଭେମାନେ ତାଙ୍କ ଦ୍ୱାରା ଆହୂତ,


ଯୀଶୁ ଖ୍ରୀଷ୍ଟଙ୍କଠାରେ ପ୍ରଦର୍ଶିତ ପ୍ରେମରେ ତାଙ୍କ ଅନୁଗ୍ରହର ଅସାଧାରଣ ମହତ୍ତ୍ୱ ଯୁଗେ ଯୁଗେ ପ୍ରତିପାଦିତ କରିବା ପାଇଁ ଈଶ୍ୱର ଏହା କଲେ।


ଖ୍ରୀଷ୍ଟଙ୍କ ମୃତ୍ୟୁ ଦ୍ୱାରା ଆମେ ମୁକ୍ତି ପାଇଛୁ, ଅର୍ଥାତ୍ ଆମର ସମସ୍ତ ପାପ କ୍ଷମା ହୋଇଅଛି। ଈଶ୍ୱରଙ୍କ ଅନୁଗ୍ରହ କେଡ଼େ ମହାନ୍!


ଈଶ୍ୱର ଯୀଶୁଙ୍କୁ ଦାନ କଲେ, ଯେପରି ତାଙ୍କ ମୃତ୍ୟୁ, ତାଙ୍କଠାରେ ବିଶ୍ୱାସ କରୁଥିବା ଲୋକମାନଙ୍କର ପାପ କ୍ଷମାର ଉପାୟ ହେବ। ଈଶ୍ୱର ସହିଷ୍ଣୁ ହୋଇ ଲୋକମାନଙ୍କ ପୂର୍ବକୃତ ପାପ ଧରି ନାହାନ୍ତି।


ଭାବି ଦେଖ, ପ୍ରଭୁ କେଡ଼େ ସହିଷ୍ଠୁ। ତୁମ୍ଭମାନଙଙ୍କ ପରିତ୍ରାଣ ପାଇଁ ସେ କେତେ ସୁଯୋଗ ଦେଉଛନ୍ତ। ଆମ ପ୍ରିୟ ଭ୍ରାତା ପାଉଲ ଈଶ୍ୱରଙ୍କଠାରୁ ପ୍ରାପ୍ତ ଜ୍ଞାନ ଦ୍ୱାରା ତୁମ୍ଭମାନଙ୍କ ନିକଟକୁ ଏହି ମର୍ମରେ ପତ୍ର ଲେଖିଛନ୍ତି।


ଈଶ୍ୱରଙ୍କ ଐଶ୍ୱର୍ଯ୍ୟ କେଡ଼େ ପ୍ରଚୁର। ତାଙ୍କର ଜ୍ଞାନ ଓ ପ୍ରଜ୍ଞା କେଡ଼େ ଅସୀମ। ତାଙ୍କ ନିଷ୍ପତ୍ତିର ଯଥାର୍ଥତା କିଏ ବୁଝାଇବ? କିଏ ତାଙ୍କ ଗତିବିଧି ଜାଣିପାରିବ?


ଏଠାରେ ଲକ୍ଷ୍ୟ କରିବା କଥା, ଈଶ୍ୱର କିପରି ଦୟାଳୁ ଓ କଠୋର ମଧ୍ୟ। ଯେଉଁମାନଙ୍କ ପଦ ସ୍ଖଳନ ହୋଇଛି, ସେମାନଙ୍କ ପ୍ରତି ସେ କଠୋର; କିନ୍ତୁ ତୁମ୍ଭମାନଢ଼ଙ୍କ ପ୍ରତି ସେ ସଦୟ- ଯେତେ ଦିନ ପର୍ଯ୍ୟନ୍ତ ତୁମ୍ଭେମାନେ ତାଙ୍କ ଦୟାର ପାତ୍ର ହୋଇ ରହିଥିବ। ତାଙ୍କ ଦୟା ହରାଇଲେ, ତୁମେମାନେ ମଧ୍ୟ ବିଚ୍ଛିନ୍ନ ହେବ।


କିନ୍ତୁ ଈଶ୍ୱରଙ୍କ ଅନୁଗ୍ରହ ଏତେ ପ୍ରଚୁର ଓ ଆମ ପ୍ରତି ତାଙ୍କ ପ୍ରେମ ଏତେ ମହାନ୍ ଯେ, ଆମ ଅବାଧ୍ୟତା ହେତୁ ଆମେ ଆଧ୍ୟାତ୍ମିକ ଭାବେ ମୃତ ଥିବା ସମୟରେ ସେ ଖ୍ରୀଷ୍ଟଙ୍କ ସହିତ ଆମକୁ ସଞ୍ଜୀବିତ କଲେ। ଈଶ୍ୱରଙ୍କ ଅନୁଗ୍ରହ ଦ୍ୱାରା ହିଁ ତୁମ୍ଭେମାନେ ପରିତ୍ରାଣ ପାଉଛ।


ସର୍ବପ୍ରଥମେ ତୁମ୍ଭେମାନେ ଜାଣି ରଖିବା ଉଚିତ ଯେ, ଏହି ଶେଷ ଦିନମାନଙ୍କରେ କେତେକେ କେବଳ ନିଜର କୁପ୍ରବୃତ୍ତି ଦ୍ୱାରା ଚଳିତ ହେବେ;


ନୋହ ଜାହାଜ ନିର୍ମାଣ କରିବା ସମୟରେ ଈଶ୍ୱର ଧୈର୍ଯ୍ୟର ସହିତ ଅପେକ୍ଷା କରୁଥିଲେ। ସେତେବେଳେ ଦେଉଁ ଲୋକମାନେ ଈଶ୍ୱରଙ୍କର ଅବୋଧ୍ୟ ହେଲେ, ଉପରୋକ୍ତ ଆତ୍ମାଗଣ ସେହିମାନଙ୍କର। ଯେଉଁ ଅଳ୍ପ କେତେ ଜଣ ସର୍ବମୋଟ ଆଠ ଜଣ ମାତ୍ର- ଜଳପ୍ଳାବନରୁ ରକ୍ଷା ପାଇଲେ,


ଏହି ଜଗତର ବିଷୟବସ୍ତୁରେ ଯେଉଁମାନେ ଧନବାନ୍, ସେମାନଙ୍କୁ ଦର୍ପ ନ କରିବାକୁ ସତର୍କ କରିଦିଅ। ସେମାନଙ୍କୁ ଆଦେଶ ଦେଇ କୁହ, ଅନିଶ୍ଚିତ ଧନ ସମ୍ପତ୍ତିରେ ଭରସା ନ ରଖି, ସେମାନେ ସର୍ବଶୁଭଦାତା ଈଶ୍ୱରଙ୍କ ଉପରେ ନିର୍ଭର କରନ୍ତୁ;


ଖ୍ରୀଷ୍ଟଙ୍କ ଦ୍ୱାରା ମୋ’ ଈଶ୍ୱର ତାଙ୍କର ପ୍ରଚୁର ଐଶ୍ୱର୍ଯ୍ୟରେ ତୁମ୍ଭମାନଙ୍କର ସମସ୍ତ ଆବଶ୍ୟକତା ଯୋଗାଇ ଦେବେ।


ଦେଖ! ମୁଁ ବାହାରେ ଠିଆହୋଇ ଦ୍ୱାରରେ ଆଘାତ କରୁଛି; ଯଦି କେହି ମୋର ସ୍ୱର ଶୁଣି ଦ୍ୱାର ଖୋଲି ଦିଏ, ମୁଁ ତା’ ଘର ଭିତରକୁ ଆସି ତା’ ସହିତ ଭୋଜନ କରିବି ଏବଂ ସେ ମୋ’ ସହିତ ଭୋଜନ କରିବ।


କିନ୍ତୁ ମୋ’ ପରି ଗୋଟିଏ ନରାଧମ ପ୍ରତି ମଧ୍ୟ ଈଶ୍ୱରଙ୍କ କୃପା ଓ ଖ୍ରୀଷ୍ଟ ଯୀଶୁଙ୍କ ସହନଶୀଳତା ମୋତେ ଏକ ଦୃଷ୍ଟାନ୍ତ କରି ରଖିଛି - ଅନ୍ୟମାନେ ଯେପରି ଯୀଶୁଙ୍କଠାରେ ବିଶ୍ୱାସ ସ୍ଥାପନ କରି ଅନନ୍ତ ଜୀବନ ଲାଭ କରିବେ।


ତାଙ୍କ ଲୋକମାନଙ୍କୁ ସେହି ଗୁପ୍ତ ତତ୍ତ୍ୱ ଜଣାଇବା ଈଶ୍ୱରଙ୍କର ପରିକଳ୍ପନା। ତାଙ୍କର ଏହି ବହୁମୂଲ୍ୟ ଓ ଗୌରବଜନକ ତତ୍ତ୍ୱ ସମଗ୍ର ମାନବ ଜାତି ନିମନ୍ତେ ଉଦ୍ଦିଷ୍ଟ। ସେହି ତତ୍ତ୍ୱ ହେଉଛି, ଖ୍ରୀଷ୍ଟ ତୁମ୍ଭମାନଙ୍କ ନିକଟରେ ମଧ୍ୟ ବିଦ୍ୟମାନ। ଏହାର ଅର୍ଥ, ତୁମ୍ଭେମାନେ ଈଶ୍ୱରଙ୍କର ଗୌରବର ଅଂଶୀ।


ତାହାହେଲେ, ଆମ୍ଭେମାନେ ବ୍ୟବସ୍ଥାର ଅଧୀନ ନ ହୋଇ ଈଶ୍ୱରଙ୍କ ଅନୁଗ୍ରହପ୍ରାପ୍ତ ବୋଲି କଅଣ ପାପ କରୁଥିବା? କଦାପି ନୁହେଁ।


ତାହାହେଲେ କଅଣ କହିବା? ଈଶ୍ୱରଙ୍କ ଅନୁଗ୍ରହ ଆହୁରି ପ୍ରଚୁର ହେବ ବୋଲି ଆମେ କଅଣ ପାପରେ ଜୀବନ ଯାପନ କରିବା?


ତୁମେ ସମସ୍ତେ ଯେପରି ଉତ୍ସାହିତ ହେବ, ପରସ୍ପର ସହିତ ପ୍ରେମରେ ଆବଦ୍ଧ ହେବ ଓ ପ୍ରକୃତ ଜ୍ଞାନ ଲାଭ କରି ନିଶ୍ଚିତ ଭରସାରୂପ ସମ୍ପଦର ପୂର୍ଣ୍ଣ ଅଧିକାରୀ ହେବ, ଏହା ମୋର ଉଦ୍ଦେଶ୍ୟ। ଏହା ଦ୍ୱାରା ତୁମେ ସମସ୍ତେ ଜାଣିବ ଯେ, ଯୀଶୁ ଖ୍ରୀଷ୍ଟ ହିଁ ଈଶ୍ୱରଙ୍କ ସେହି ନିଗୂଢ଼ ତତ୍ତ୍ୱ।


ମୁଁ ପ୍ରାର୍ଥନା କରେ ଯେପରି ସେ ତାଙ୍କ ଆତ୍ମାଙ୍କ କର୍ତ୍ତୃକ ତାଙ୍କର ଗୌରବର ଭଣ୍ଡାରରୁ ତୁମ ଅନ୍ତରାତ୍ମାକୁ ବଳିଷ୍ଠ କରିବା ପାଇଁ ଶକ୍ତି ଦେବେ।


ମୁଁ ଈଶ୍ୱରଙ୍କ ଲୋକମାନଙ୍କ ମଧ୍ୟରେ ସମସ୍ତଙ୍କଠାରୁ କ୍ଷୁଦ୍ରତମ, ତଥାପି ଅଣଇହୁଦୀମାନଙ୍କ ନିକଟକୁ ଖ୍ରୀଷ୍ଟଙ୍କର ଅପରିମିତ ସମ୍ପଦର ବାର୍ତ୍ତା ଘେନି ଯିବା ପାଇଁ ମୋତେ ଈଶ୍ୱର ସୁଯୋଗ ଦେଇଛନ୍ତି।


କୌଣସି ଭେଦାଭେଦ ନ ଥାଇ, ଏ କଥା ଇହୁଦୀ, ଅଣଇହୁଦୀ ସମସ୍ତଙ୍କ ପ୍ରତି ପ୍ରଯୁଜ୍ୟ। କେବଳ ଈଶ୍ୱର ସମସ୍ତଙ୍କର ପ୍ରଭୁ। ଯେଉଁମାନେ ତାଙ୍କର ସାହାଯ୍ୟ ପ୍ରାର୍ଥନା କରନ୍ତି, ସେମାନଙ୍କୁ ସେ ପ୍ରଚୁର ଆଶୀର୍ବାଦ ଦିଅନ୍ତି।


ସେମାନେ ଉତ୍କଟ କ୍ଳେଶ ମଧ୍ୟଦେଇ ପରୀକ୍ଷିତ ହୋଇଛନ୍ତି ଏବଂ ସେମାନେ ଅତିଶୟ ଦରିଦ୍ର ହେଲେ ସୁଦ୍ଧା, ଚରମ ବଦାନ୍ୟତା ଦ୍ୱାରା ନିଜ ମନର ଉଚ୍ଛ୍ୱସିତ ଆନନ୍ଦ ପ୍ରକାଶ କରିଛନ୍ତି।


ଏହି ଉପାୟରେ ଆମ ପ୍ରଭୁ ଓ ତଆଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ତ୍ନ୍ ରାଜ୍ୟରେ ପ୍ରବେଶ କରିବାକୁ ତୁମେ ପୂର୍ଣ୍ଣ ଅଧିକାର ପାଇବ।


ପାପରୁ ଫେରି ଆସିବା ନିମନ୍ତେ ମୁଁ ତାଙ୍କୁ ସମୟ ଦେଇଛି, କିନ୍ତୁ ସେ ନିଜର ଦୁଷ୍କର୍ମ ପରିତ୍ୟାଗ କରିବାକୁ ଚାହୁଁ ନାହିଁ।


Swiv nou:

Piblisite


Piblisite