Biblia Todo Logo
Bib sou entènèt

- Piblisite -




ରୋମୀୟ 2:7 - ପବିତ୍ର ବାଇବଲ (CL) NT (BSI)

7 କେତେ ଜଣ ଗୌରବ, ସମ୍ମାନ ଓ ଅମରତ୍ୱ ପ୍ରାପ୍ତି ଆଶାରେ ଧୈର୍ଯ୍ୟର ସହିତ ସତ୍‍କର୍ମ କରି ଯାଆନ୍ତି, ସେମାନଙ୍କୁ ଈଶ୍ୱର ଅନନ୍ତ ଜୀବନ ପ୍ରଦାନ କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଯେଉଁମାନେ ଧୈର୍ଯ୍ୟ ସହିତ ଉତ୍ତମ କର୍ମ କରି ଗୌରବ, ସମ୍ମାନ ଓ ଅମରତା ଅନ୍ଵେଷଣ କରନ୍ତି, ସେମାନଙ୍କୁ ଅନ; ଜୀବନ ପ୍ରଦାନ କରିବେ,

Gade chapit la Kopi

ଓଡିଆ ବାଇବେଲ

7 ଯେଉଁମାନେ ଧୈର୍ଯ୍ୟ ସହିତ ଉତ୍ତମ କର୍ମ କରି ଗୌରବ, ସମ୍ମାନ ଓ ଅମରତା ଅନ୍ୱେଷଣ କରନ୍ତି, ସେମାନଙ୍କୁ ଅନନ୍ତ ଜୀବନ ପ୍ରଦାନ କରିବେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଯେଉଁମାନେ ଧୈର୍ଯ୍ୟ ସହିତ ଉତ୍ତମ କର୍ମ କରି ଗୌରବ, ସମ୍ମାନ ଓ ଅମରତା ଅନ୍ୱେଷଣ କରନ୍ତି, ସେମାନଙ୍କୁ ଅନନ୍ତ ଜୀବନ ପ୍ରଦାନ କରିବେ,

Gade chapit la Kopi

ପବିତ୍ର ବାଇବଲ

7 କେତେକ ଲୋକ ପରମେଶ୍ୱରଙ୍କର ମହିମା, ସମ୍ମାନ ଓ ପରମେଶ୍ୱର ଦେବାକୁ ଥିବା ଅନନ୍ତ ଜୀବନ ପାଇଁ ବଞ୍ଚନ୍ତି। ଯେଉଁମାନେ ସର୍ବଦା ଭଲ କାମ କରି ଧୈର୍ଯ୍ୟପୂର୍ବକ ଏହି ଗୁଡ଼ିକ ପାଇଁ ଜୀବନ ଧାରଣ କରନ୍ତି, ସେହି ଲୋକମାନଙ୍କୁ ପରମେଶ୍ୱର ଅନନ୍ତ ଜୀବନ ପ୍ରଦାନ କରିବେ।

Gade chapit la Kopi




ରୋମୀୟ 2:7
38 Referans Kwoze  

ଯେଉଁମାନେ ବାର୍ତ୍ତା ଶୁଣି ବିଶ୍ୱସ୍ତ ଭାବରେ ଦୃଢ଼ ରୂପେ ଧରି ରଖନ୍ତି ଓ ପ୍ରଚୁର ଫଳ ଉତ୍ପନ୍ନ କରନ୍ତି, ସେମାନେ ଭଲ ଭୂମିରେ ପଡ଼ିଥିବା ବିହନ ପରି।


ଏବେ ଏହି ଧରାଧାମରେ ଆବିର୍ଭୂତ ହୋଇ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁ ଏ ସମସ୍ତ ବିଷୟ ପ୍ରକାଶ କରିଛନ୍ତି। ସେ ମୃତ୍ୟୁର ଶକ୍ତିକୁ ଲୋପ କରିଛନ୍ତି ଏବଂ ତାଙ୍କର ସୁସମାଚାର ଦ୍ୱାରା ଅନନ୍ତ ଜୀବନର ପଥ ପ୍ରକାଶ କରିଛନ୍ତି।


ଅତଏବ ପ୍ରିୟ ଭାଇମାନେ, ଅଟଳ ଓ ଅବିଚଳିତ ରୁହ। ପ୍ରଭୁଙ୍କ କାର୍ଯ୍ୟରେ ସର୍ବଦା ତତ୍ପର ହୁଅ। କାରଣ ତୁମ୍ଭେମାନେ ଜାଣ ଯେ, ପ୍ରଭୁଙ୍କ ପାଇଁ ତୁମ୍ଭମାନଙ୍କର ପରିଶ୍ରମ କେବେହେଲେ ବୃଥା ହେବ ନାହିଁ।


ପାପର ବେତନ ମୃତ୍ୟୁ, କିନ୍ତୁ ଈଶ୍ୱରଙ୍କ ଅଯାଚିତ ଦାନ ହେଉଛି, ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ ହେବା ଦ୍ୱାରା ଅନନ୍ତ ଜୀବନ।


ତାଙ୍କ ଲୋକମାନଙ୍କୁ ସେହି ଗୁପ୍ତ ତତ୍ତ୍ୱ ଜଣାଇବା ଈଶ୍ୱରଙ୍କର ପରିକଳ୍ପନା। ତାଙ୍କର ଏହି ବହୁମୂଲ୍ୟ ଓ ଗୌରବଜନକ ତତ୍ତ୍ୱ ସମଗ୍ର ମାନବ ଜାତି ନିମନ୍ତେ ଉଦ୍ଦିଷ୍ଟ। ସେହି ତତ୍ତ୍ୱ ହେଉଛି, ଖ୍ରୀଷ୍ଟ ତୁମ୍ଭମାନଙ୍କ ନିକଟରେ ମଧ୍ୟ ବିଦ୍ୟମାନ। ଏହାର ଅର୍ଥ, ତୁମ୍ଭେମାନେ ଈଶ୍ୱରଙ୍କର ଗୌରବର ଅଂଶୀ।


ତେଣୁ ସତ୍କର୍ମ କରିବାରେ ଆମେ କ୍ଲାନ୍ତ ହେବା ଅନୁଚିତ। କାରଣ ସେଥିରୁ ବିରତ ନ ହେଲେ, ଯଥା ସମୟରେ ଆମେ ଫସଲ ଅମଳ କରି ପାରିବା।


ଯେଉଁ ଗୌରବମୟ ଭବିଷ୍ୟତରେ ଆମେମାନେ ପ୍ରବେଶ କରିବା, ତା’ ତୁଳନାରେ ବର୍ତ୍ତମାନର ଦୁଃଖ ଭୋଗ କିଛି ନୁହେଁ। ସେହି ସମୟରେ ଈଶ୍ୱର ତାଙ୍କ ସନ୍ତାନମାନଙ୍କୁ ପ୍ରକାଶ କରିବେ।


କିନ୍ତୁ ଯେଉଁମାନେ ସତ୍‍କର୍ମ କରୁଥାଆନ୍ତି, ସେମାନେ ଇହୁଦୀ ହୁଅନ୍ତୁ, ଅଣଇହୁଦୀ ହୁଅନ୍ତୁ, ସେମାନଙ୍କୁ ଈଶ୍ୱର ସମ୍ମାନ, ଗୌରବ ଓ ଶାନ୍ତି ପ୍ରଦାନ କରିବେ।


ଆମ୍ଭମାନଙ୍କୁ ଏହି ଦାନ କରିବା ପାଇଁ ସ୍ୱୟଂ ଖ୍ରୀଷ୍ଟ ପ୍ରତିଜ୍ଞା କରିଛନ୍ତି- ଏହାହିଁ ଅନନ୍ତ ଜୀବନ।


ପୁଣି ସେ ତାଙ୍କର ପ୍ରଚୁର ଗୌରବ ପ୍ରକାଶ କରିବା ପାଇଁ ଆମ୍ଭମାନଙ୍କୁ ବିଶେଷ ଅନୁଗ୍ରହର ପାତ୍ର ସ୍ୱରୂପେ ପୂର୍ବରୁ ମନୋନୀତ କରିଥିଲେ।


ତୁମ୍ଭେମାନେ ପରସ୍ପରଠାରୁ ପ୍ରଶଂସା ପାଇବା ପାଇଁ ଲାଳାୟିତ, କିନ୍ତୁ ସ୍ୱୟଂ ଈଶ୍ୱରଙ୍କ ଦ୍ୱାରା ଅନୁଗହୀତ ହେବ ପାଇଁ ଉଦ୍ୟମ କରୁ ନାହଁ। ତାହାହେଲେ ତୁମ୍ଭେମାନେ ମୋତେ କିପରି ବିଶ୍ୱାସ କରିପାରିବ?


ଅବ୍ରାହାମ ଧୈର୍ଯ୍ୟ ଧରି ଅପେକ୍ଷା କଲେ। ତେଣୁ ସେ ଈଶ୍ୱରଙ୍କ ପ୍ରତିଜ୍ଞାତ ବିଷୟସବୁ ପ୍ରାପ୍ତ ହେଲେ।


ଆମେ ଚାହୁଁ, ତୁମ୍ଭେମାନେ କେବେ ଶିଥିଳ ନ ହୋଇ ଦୃଢ଼ ବିଶ୍ୱାସୀ ଓ ଧୈର୍ଯ୍ୟଶାଳୀ ବ୍ୟକ୍ତିମାନଙ୍କୁ ଅନୁସରଣ କର ଏବଂ ଈଶ୍ୱର ପ୍ରତିଜ୍ଞା କରିଥିବା ସମସ୍ତ ବିଷୟ ପ୍ରାପ୍ତ ହୁଅ।


ଏହି ଲୋକମାନେ ଚିରଦିନ ପାଇଁ ଦଣ୍ଡ ଭୋଗିବେ ଏବଂ ଧାର୍ମିକମାନେ ଅନନ୍ତ ଜୀବନ ଲାଭ କରିବେ।”


ଧୈର୍ଯ୍ୟ ଧରି ଏ ସବୁର ସମ୍ମୁଖୀନ ହୁଅ, ତାହାହେଲେ ତୁମ ଆତ୍ମାର ସୁରକ୍ଷା କରି ପାରିବ।”


ଶସ୍ୟକଟାଳିକୁ ମଜୁରି ଦିଆଯାଉଛି। ସେ ଅନନ୍ତ ଜୀବନ ପାଇଁ ଶସ୍ୟ ସଂଗ୍ରହ କରୁଛି। ତଦ୍ଦ୍ୱାରା ବୀଜବୁଣାଳି ଓ ଶସ୍ୟ କଟାଳି ଉଭୟେ ଆନନ୍ଦିତ ହେବେ। ‘ଜଣେ ବୀଜ ବୁଣେ, ଅନ୍ୟ ଜଣେ ଫସଲ କାଟେ’ -


ମୃତମାନଙ୍କ ପୁନରୁତ୍ଥାନ ସମ୍ପର୍କରେ ମଧ୍ୟ ଏ କଥା ପ୍ରଯୁଜ୍ୟ।


ସୁତରାଂ ଭାଇମାନେ, ମୁଁ ତୁମ୍ଭମାନଙ୍କୁ କହିବାକୁ ଚାହେଁ ଯେ, ରକ୍ତ ମାଂସ ଶରୀର ଧରି ଆମ୍ଭେମାନେ ଈଶ୍ୱରଙ୍କ ରାଜ୍ୟର ଅଧିକାରୀ ହୋଇ ପାରିବା ନାହିଁ, କାରଣ ନଶ୍ୱର ବସ୍ତୁ ଅବିନଶ୍ୱରତା ଲାଭ କରିପାରେ ନାହିଁ।


ଆମର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପ୍ରତି ଯେଉଁମାନଙ୍କ ପ୍ରେମ ଅବିନଶ୍ୱର, ସେ ସେମାନଙ୍କୁ ଅନୁଗ୍ରହ କରନ୍ତୁ।


ସମଗ୍ର ବିଶ୍ୱ ଜଗତର ଅଦୃଶ୍ୟ, ଅବିନଶ୍ୱର, ଚିରନ୍ତନ ରାଜା, ଏକମାତ୍ର ଈଶ୍ୱର ଯୁଗେ ଯୁଗେ ସମ୍ମାନିତ ଓ ମହିମାନ୍ୱିତ ହୁଅନ୍ତୁ।


ତୁମେ ତାକୁ କ୍ଷଣକାଳ ପାଇଁ ସ୍ୱର୍ଗଦୂତମାନଙ୍କଠାରୁ ଅଳ୍ପ ମାତ୍ର ନ୍ୟୁନ କରି ରଖିଛ, ତୁମେ ତାକୁ ଗୌରବ ଓ ସମ୍ଭ୍ରମରୂପ ମୁକୁଟରେ ଭୁଷିତ କରିଛ


Swiv nou:

Piblisite


Piblisite