Biblia Todo Logo
Bib sou entènèt

- Piblisite -




ରୋମୀୟ 3:1 - ପବିତ୍ର ବାଇବଲ (CL) NT (BSI)

1 ତେବେ ଅଣଇହୁଦୀମାନଙ୍କଠାରୁ ଇହୁଦୀମାନଙ୍କର ଅଧିକ ସୁବିଧା କଅଣ? ସୁନ୍ନତ ସଂସ୍କାରର ବା ଉପକାର କଅଣ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ତେବେ ଯିହୁଦୀ ଲୋକର ବିଶେଷ କଅଣ? ସୁନ୍ନତର ବା ଉପକାର କଅଣ? ସବୁ ପ୍ରକାରେ ବହୁତ।

Gade chapit la Kopi

ଓଡିଆ ବାଇବେଲ

1 ତେବେ ଯିହୂଦୀ ଲୋକର ବିଶେଷ କ'ଣ ? ସୁନ୍ନତର ବା ଉପକାର କ'ଣ ? ସବୁ ପ୍ରକାରେ ବହୁତ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ତେବେ ଯିହୁଦୀ ଲୋକର ବିଶେଷ କଅଣ? ସୁନ୍ନତର ବା ଉପକାର କଅଣ? ସବୁ ପ୍ରକାରେ ବହୁତ।

Gade chapit la Kopi

ପବିତ୍ର ବାଇବଲ

1 ଅତଏବ ଯିହୂଦୀମାନଙ୍କଠାରେ କ’ଣ ଅଧିକ ଅଛି ଯାହା ଅନ୍ୟ ଲୋକମାନଙ୍କଠାରେ ନାହିଁ? ଅସୁନ୍ନତ ହେବାରେ କ’ଣ ବିଶେଷ ମୂଲ୍ୟ ଅଛି?

Gade chapit la Kopi




ରୋମୀୟ 3:1
12 Referans Kwoze  

ନାନାଦି ଭ୍ରାନ୍ତିମୂଳକ ଧର୍ମଶିକ୍ଷା ତୁମ୍ଭମାନଙ୍କୁ ସତ୍ପଥରୁ ବିଚ୍ୟୁତ ନ କରୁ। ଈଶ୍ୱରଙ୍କ ଅନୁଗ୍ରହରୁ ଅନ୍ତରାତ୍ମା ପାଇଁ ଶକ୍ତି ସଂଗ୍ରହ କରିବା ମଙ୍ଗଳ, ଖାଦ୍ୟପେୟ ସମ୍ବନ୍ଧୀୟ ନିୟମ ପାଳନ ଦ୍ୱାରା ଏହା ହୋଇପାରେ ନାହିଁ।ଉକ୍ତ ବାହ୍ୟିକ ବିଧିସବୁ ପାଳନ କରୁଥିବା ଲୋକମାନେ ସେଥିରୁ କୌଣସି ଉପକାର ପାଇ ନାହିଁନ୍ନତି।


ଯଦି ମୁଁ କେବଳ ମାନବୀୟ ଲକ୍ଷ୍ୟ ନେଇ ଏଫିସସ୍ରେ ହିଂସ୍ରଯନ୍ତୁମାନଙ୍କ ସହିତ ଲଢ଼ିଥିଲି, ତେବେ ମୋର କି ଲାଭ ହେଲା? ଯଦି ମୃତମାନେ ପୁନରୁତ୍ôଥତ ନ ହେବେ, ତେବେ ପ୍ରବଚନ ଅନୁଯାୟୀ, “ଆସ, ଭୋଜନପାନ କରି ସମୟ କାଟିବା, ଯେହେତୁ ଆସନ୍ତା କାଲି ତ ଆମକୁ ମରିବାକୁ ହେବ।”


ତୁମେ ଶମିରୋଣୀୟମାନେ କାହାର ଉପାସନା କରୁଛ, ପ୍ରକୃତରେ ଜାଣ ନାହିଁ; କିନ୍ତୁ ଆମେ ଇହୁଦୀମାନେ ଜାଣୁ ଆମେ କାହାର ଉପାସନା କରୁଛୁ, କାରଣ ଇହୁଦୀମାନଙ୍କଠାରୁ ପରିତ୍ରାଣର ସନ୍ଧାନ ମିଳେ।


ଅନେକ କିଛି। ପ୍ରଥମେ, ଈଶ୍ୱର ତାଙ୍କ ବାର୍ତ୍ତାର ଦାୟିତ୍ୱ ଇହୁଦୀମାନଙ୍କ ଉପରେ ନ୍ୟସ୍ତ କରିଛନ୍ତି।


ତେବେ କଅଣ ଇହୁଦୀମାନଙ୍କର ଅବସ୍ଥା ଅଣଇହୁଦୀମାନଙ୍କଠାରୁ ଅଧିକ ଭଲ? ଆଦୌ ନୁହେଁ। ମୁଁ ଆଗରୁ ଦର୍ଶାଇଛି ଯେ, ଉଭୟେ ଇହୁଦୀ ଓ ଅଣଇହୁଦୀ ପାପର କବଳରେ ଅଛନ୍ତି।


Swiv nou:

Piblisite


Piblisite