Biblia Todo Logo
Bib sou entènèt

- Piblisite -




ରୋମୀୟ 3:22 - ପବିତ୍ର ବାଇବଲ (CL) NT (BSI)

22 କେବଳ ଯୀଶୁଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ଲୋକେ ଈଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ବିବେଚିତ ହୁଅନ୍ତି। ଈଶ୍ୱର କାହା ପ୍ରତି ପକ୍ଷପାତିତା ନ କରି ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରୁଥିବା ସମସ୍ତଙ୍କୁ ଏହି ସୁଯୋଗ ଦିଅନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ଅର୍ଥାତ୍, ଈଶ୍ଵରଙ୍କର ଯେଉଁ ଧାର୍ମିକତା ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ଵାସ କରିବା ଦ୍ଵାରା ସମସ୍ତ ବିଶ୍ଵାସୀଙ୍କ ପ୍ରତି ବର୍ତ୍ତେ; କାରଣ କୌଣସି ପ୍ରଭେଦ ନାହିଁ;

Gade chapit la Kopi

ଓଡିଆ ବାଇବେଲ

22 ଅର୍ଥାତ୍‍, ଈଶ୍ୱରଙ୍କର ଯେଉଁ ଧାର୍ମିକତା ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ସମସ୍ତ ବିଶ୍ୱାସୀଙ୍କ ପ୍ରତିବର୍ତ୍ତେ, କାରଣ କୌଣସି ପ୍ରଭେଦ ନାହିଁ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଅର୍ଥାତ୍‍, ଈଶ୍ବରଙ୍କର ଯେଉଁ ଧାର୍ମିକତା ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ସମସ୍ତ ବିଶ୍ୱାସୀଙ୍କ ପ୍ରତି ବର୍ତ୍ତେ, କାରଣ କୌଣସି ପ୍ରଭେଦ ନାହିଁ,

Gade chapit la Kopi

ପବିତ୍ର ବାଇବଲ

22 ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ପରମେଶ୍ୱର ଲୋକମାନଙ୍କୁ ଧାର୍ମିକ କରନ୍ତି। ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ରଖୁଥିବା ସମସ୍ତ ଲୋକଙ୍କ ପାଇଁ ପରମେଶ୍ୱର ଏହା କରନ୍ତି। ସବୁ ଲୋକେ ହେଉଛନ୍ତି ସମାନ।

Gade chapit la Kopi




ରୋମୀୟ 3:22
30 Referans Kwoze  

କୌଣସି ଭେଦାଭେଦ ନ ଥାଇ, ଏ କଥା ଇହୁଦୀ, ଅଣଇହୁଦୀ ସମସ୍ତଙ୍କ ପ୍ରତି ପ୍ରଯୁଜ୍ୟ। କେବଳ ଈଶ୍ୱର ସମସ୍ତଙ୍କର ପ୍ରଭୁ। ଯେଉଁମାନେ ତାଙ୍କର ସାହାଯ୍ୟ ପ୍ରାର୍ଥନା କରନ୍ତି, ସେମାନଙ୍କୁ ସେ ପ୍ରଚୁର ଆଶୀର୍ବାଦ ଦିଅନ୍ତି।


ତେଣୁ ଇହୁଦୀ ଓ ଅଣଇହୁଦୀ, କ୍ରୀତଦାସ ଓ ସ୍ୱାଧୀନ ନାଗରିକ, ପୁରୁଷ କିମ୍ବା ସ୍ତ୍ରୀ ମଧ୍ୟରେ ଆଉ କୌଣସି ପାର୍ଥକ୍ୟ ନାହିଁ। ତୁମେ ସମସ୍ତେ ଯୀଶୁ ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ ହୋଇ ଏକ ହୋଇଅଛ।


ତଥାପି ଆମେ ଜାଣୁ, ବ୍ୟବସ୍ଥାର ଦାବୀସବୁ ପୂରଣ କରିବା ଦ୍ୱାରା ନୁହେଁ, କିନ୍ତୁ କେବଳ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ଜଣେ ଈଶ୍ୱରଙ୍କ ଦୃଷ୍ଟିରେ ନିର୍ଦ୍ଦୋଷ ପରିଗଣିତ ହୁଏ। ଈଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ବିବେଚିତ ହେବା ପାଇଁ ଆମେ ଆଉ ବ୍ୟବସ୍ଥା ଉପରେ ନିର୍ଭର ନ କରି ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରୁଛୁ, କାରଣ କେବଳ ବ୍ୟବସ୍ଥା ପାଳନ ଦ୍ୱାରା କେହି ଈଶ୍ୱରଙ୍କ ସମ୍ମୁଖରେ ଧାର୍ମିକ ଗଣିତ ହୋଇ ପାରିବ ନାହିଁ।


ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କ ସହିତ ସଂଯୁକ୍ତ ଜୀବନ ଯାପନ କରନ୍ତି, ସେମାନେ ଆଉ ଦୋଷୀ ବିବେଚିତ ହେବେ ନାହିଁ।


ଫଳରେ, ଇହୁଦୀ, ଅଣଇହୁଦୀ, ସୁନ୍ନତ ଓ ଅସୁନ୍ନତ, ମ୍ଲେଚ୍ଛ, ବର୍ବର, କ୍ରୀତଦାସ ବା ସ୍ୱାଧୀନ ବ୍ୟକ୍ତି ମଧ୍ୟରେ ଆଉ କୌଣସି ପ୍ରଭେଦ ନାହିଁ। କିନ୍ତୁ ଖ୍ରୀଷ୍ଟ ସମସ୍ତଙ୍କ ମଧ୍ୟରେ ଅଛନ୍ତି ଓ ସେ ହେଉଛନ୍ତି ସର୍ବେସର୍ବା।


ଯେଉଁ ଧାର୍ମିକତା ବ୍ୟବସ୍ଥା ପାଳନ ଦ୍ୱାରା ଲାଭ କରାଯାଇପାରେ, ସେହି ପ୍ରକାର କୌଣସି ନିଜସ୍ୱ ଧାର୍ମିକତା ମୋର ନାହିଁ। ବର୍ତ୍ତମାନ ମୋର ଯେଉଁ ଧାର୍ମିକତା ଅଛି, ତାହା ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ମିଳେ; ତାହା ଈଶ୍ୱରଙ୍କଠାରୁ ଆସେ ଓ ତାହା ବିଶ୍ୱାସ ଉପରେ ପ୍ରତିଷ୍ଠିତ।


ବନ୍ଧୁ, ତୁମେ କଅଣ ଅନ୍ୟମାନଙ୍କର ବିଚାର କରୁଛ? ତୁମେ ଯେ କୌଣସି ବ୍ୟକ୍ତି ହେଲେ ମଧ୍ୟ, ଏହା କରିବା ତୁମ ପକ୍ଷରେ ଯଥାର୍ଥ ନୁହେଁ। ଅନ୍ୟମାନଙ୍କର ଦୋଷ ଧରି ତୁମେ ଯଦି ନିଜେ ତାହା କରୁଥାଅ, ତଦ୍ଦ୍ୱାରା ତୁମେ ନିଜକୁ ଦୋଷୀ କରୁଛ।


ଏହା ଦ୍ୱାରା ଧର୍ମଶାସ୍ତ୍ର ଉକ୍ତି ସଫଳ ହେଲା: “ଅବ୍ରାହାମ ଈଶ୍ୱରଙ୍କୁ ବିଶ୍ୱାସ କଲେ ଏବଂ ତାଙ୍କର ବିଶ୍ୱାସ କଲେ ଏବଂ ତାଙ୍କର ବିଶ୍ୱାସ ହେତୁ ଈଶ୍ୱରଙ୍କ ଦୃଷ୍ଟିରେ ସେ ଧାର୍ମିକ ରୂପେ ଗଣ୍ୟ ହେଲେ।” ପୁଣି ଅବ୍ରାହାମ ଈଶ୍ୱରଙ୍କ ବନ୍ଧୁ ବୋଲି ପରିଚିତ ହେଲେ।


ସେମାନଙ୍କ ଓ ଆମ୍ଭମାନଙ୍କ ମଧ୍ୟରେ ସେ କୌଣସି ପାର୍ଥକ୍ୟ ରଖିନାହାନ୍ତି। ସେମାନଙ୍କ ବିଶ୍ୱାସ ହେତୁ ସେ ସେମାନଙ୍କ ପାପ କ୍ଷମା କରିଛନ୍ତି।


ଅନ୍ୟଠାରୁ ତୁମକୁ କିଏ ଶ୍ରେଷ୍ଠ କରିଛି? ତୁମର ସର୍ବସ୍ୱ କ’ଣ ଈଶ୍ୱରଙ୍କ ଦାନ ନୁହେଁ? ତେବେ ତୁମର ଯାହା ଅଛି, ତାହା ଦାନ ସ୍ୱରୂପେ ପାଇ ନ ଥିବା ଭଳି ଗର୍ବ କରୁଛ କାହିଁକି?


ତେଣୁ ଅଣଇହୁଦୀମାନଙ୍କ ବିଷୟରେ ଏହା କହିପାରିବା, ସେମାନେ ଧାର୍ମିକ ହେବାକୁ ଚେଷ୍ଟା କରୁ ନ ଥିଲେ, କିନ୍ତୁ ସେମାନଙ୍କ ବିଶ୍ୱାସ ଯୋଗୁଁ ଧାର୍ମିକ ବିବେଚିତ ହୋଇଛନ୍ତି।


କିନ୍ତୁ ବାପା ତାଙ୍କର ଦାସମାନଙ୍କୁ ଡ଼ାକି କହିଲେ, ‘ଶୀଘ୍ର ଯାଅ। ସବୁଠାରୁ ଭଲ ଲୁଗା ଆଣି ତାକୁ ପିନ୍ଧାଅ। ତା’ର ଆଙ୍ଗୁଠିରେ ମୁଦି ଓ ପାଦରେ ଯୋତା ପିନ୍ଧାଅ।


ତାଙ୍କ ନାମର ଶକ୍ତି ହିଁ ଏହି ଛୋଟାକୁ ସୁସ୍ଥ କରିଛି। ଯେଉଁ ଘଟଣା ବର୍ତ୍ତମାନ ତୁମ୍ଭେମାନେ ନିଜେ ଦେଖି ସତ୍ୟ ବୋଲି ଜାଣିଛ, ତାହା କେବଳ ତାଙ୍କ ନାମରେ ବିଶ୍ୱାସ କରିବା ଦ୍ୱାରା ସାଧିତ ହୋଇଛି। ଯୀଶୁଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ସେ ଯେ ସୁସ୍ଥ ହୋଇଛି, ଏହା ତୁମ୍ଭେମାନେ ଦେଖିଅଛ।


ବିନା ଦ୍ୱିଧାରେ ସେମାନଙ୍କ ସହିତ ଯିବା ପାଇଁ ପବିତ୍ରଆତ୍ମା ମୋତେ ନିର୍ଦ୍ଦେଶ ଦେଲେ। ଯୋପ୍ପାରେ ଏହି ଛଅ ଜଣ ବିଶ୍ୱାସୀ ଭାଇ ମୋ’ ସହିତ ସିସେରିଆକୁ ଗଲେ ଓ ଆମେ ସମସ୍ତେ କର୍ଣ୍ଣୀଲିୟଙ୍କ ଘରେ ପହଞ୍ଚିଲୁ।


ମନୁଷ୍ୟ ଈଶ୍ୱରଙ୍କ ନିକଟରେ କିପରି ଧାର୍ମିକ ବିବେଚିତ ହୋଇପାରିବ, ଏହାର ଉପାୟ ସେଥିରେ ପ୍ରକାଶ କରାଯାଇଛି। ଆରମ୍ଭରୁ ଶେଷଯାଏ ପରିତ୍ରାଣ ପାଇବାର ଏକମାତ୍ର ଉପାୟ ହେଉଛି, ବିଶ୍ୱାସ। ଶାସ୍ତ୍ରବାକ୍ୟାନୁଯାୟୀ: “ଯେ ବିଶ୍ୱାସ ଦ୍ୱାରା ଈଶ୍ୱରଙ୍କ ନିକଟରେ ଧାର୍ମିକ ବିବେଚିତ ହୁଏ, ସେ ବଞ୍ଚିବ।”


ଈଶ୍ୱର ଏକ। ଉଭୟ ଇହୁଦୀ ଓ ଅଣଇହୁଦୀମାନଙ୍କର ବିଶ୍ୱାସ ଯୋଗୁ ସେ ସେମାନଙ୍କୁ ଧାର୍ମିକ ରୂପେ ଗ୍ରହଣ କରିବେ।


ତେଣୁ ଈଶ୍ୱରଙ୍କ ପ୍ରତିଜ୍ଞା ବିଶ୍ୱାସ ଉପରେ ପ୍ରତିଷ୍ଠିତ। ଯେଉଁମାନେ ବ୍ୟବସ୍ଥା ପାଳନ କରନ୍ତି, କେବଳ ସେମାନଙ୍କ ପାଇଁ ଈଶ୍ୱରଙ୍କ ପ୍ରତିଜ୍ଞା ଉଦ୍ଦିଷ୍ଟ ନୁହେଁ। ଅବ୍ରାହମଙ୍କ ପରି ବିଶ୍ୱାସ କରୁଥିବା ସମସ୍ତଙ୍କ ପାଇଁ ତା’ ଉଦ୍ଦିଷ୍ଟ, କାରଣ ଅବ୍ରାହମ ସେମାନଙ୍କର ଆଧ୍ୟାତ୍ମିକ ପିତା।


ଖ୍ରୀଷ୍ଟ ହିଁ ବ୍ୟବସ୍ଥାର ଚୂଡ଼ାନ୍ତ, କେବଳ ତାଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ମନୁଷ୍ୟ ଈଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ବିବେଚିତ ହୁଏ।


ସେହିପରି ଇହୁଦୀ, ଅଣଇହୁଦୀ, କ୍ରୀତଦାସ ଓ ସ୍ୱାଧୀନ ନାଗରିକ ନିର୍ବିଶେଷରେ ଆମେ ସମସ୍ତେ ଏକ ଆତ୍ମାଙ୍କ କର୍ତ୍ତୃକ ଜଳଦୀକ୍ଷାରେ ଦୀକ୍ଷିତ ହୋଇ ସେହି ଏକ ଶରୀରରେ ଅନ୍ତର୍ଭୁକ୍ତ ହୋଇଅଛୁ, ଏକ ଆତ୍ମାଙ୍କୁ ପାନ କରିଛୁ।


ତେଣୁ ବର୍ତ୍ତମାନ ପ୍ରକୃତରେ ମୁଁ ଆଉ ଜୀବିତ ନୁହେଁ, ମୋ’ଠାରେ ଖ୍ରୀଷ୍ଟ ହିଁ ଜୀବନ୍ତ। ମୁଁ ବର୍ତ୍ତମାନ ଯେଉଁ ଜୀବନ ଯାପନ କରୁଛି, ତାହା କେବଳ ଈଶ୍ୱରଙ୍କ ପୁତ୍ରଙ୍କ ଉପରେ ମୋ’ ବିଶ୍ୱାସ ଦ୍ୱାରା ସମ୍ଭବ ହୋଇଛି - ଯିଏ ମୋତେ ପ୍ରେମ କରି ମୋ’ ପାଇଁ ତାଙ୍କ ପ୍ରାଣଦାନ କରିଛନ୍ତି।


କିନ୍ତୁ ଧର୍ମଶାସ୍ତ୍ରରେ ଉଲ୍ଲିଖିତ ଅଛି, ସମଗ୍ର ମାନବ ଜାତି ପାପ ଶକ୍ତିର ଅଧୀନ, ତେଣୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସର ଫଳ ସ୍ୱରୂପ ପ୍ରତିଜ୍ଞାତ ଆଶୀର୍ବାଦ ଖ୍ରୀଷ୍ଟବିଶ୍ୱାସୀମାନେ ପାଇବେ।


ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ ହୋଇଥିବାରୁ ଓ ତାଙ୍କଠାରେ ବିଶ୍ୱାସ କରୁଥିବାରୁ ଭରସାର ସହିତ ଈଶ୍ୱରଙ୍କ ସମ୍ମୁଖକୁ ଯିବା ପାଇଁ ଆମର ଏବେ ସାହସ ଅଛି।


Swiv nou:

Piblisite


Piblisite