Biblia Todo Logo
Bib sou entènèt

- Piblisite -




ରୋମୀୟ 3:4 - ପବିତ୍ର ବାଇବଲ (CL) NT (BSI)

4 କଦାପି ନୁହେଁ। ମନୁଷ୍ୟମାନେ ସମସ୍ତେ ମିଥ୍ୟାବାଦୀ ହେଲେ ସୁଦ୍ଧା, ଈଶ୍ୱର ସତ୍ୟ। ଶାସ୍ତ୍ରରେ ଉଲେଖ ଅଛି: “ତୁମ ବାକ୍ୟ ଦ୍ୱାରା ତୁମେ ସତ୍ୟ ନିଷ୍ଠ ବୋଲି ପ୍ରମାଣିତ ହୁଅ, ତୁମେ ବିଚାରିତ ହେଲାବେଳେ ତୁମେ ବିଜୟୀ ହୁଅ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ତାହା କେବେ ହେଁ ନ ହେଉ, ବରଂ ପ୍ରତ୍ୟେକ ମନୁଷ୍ୟ ମିଥ୍ୟାବାଦୀ ହେଲେ ହେଉ, କିନ୍ତୁ ଈଶ୍ଵର ସତ୍ୟ ବୋଲି ସ୍ଵୀକାର କରାଯାଉ, ଯେପରି ଲେଖାଅଛି, “ତୁମ୍ଭେ ଆପଣା ବାକ୍ୟରେ ଧାର୍ମିକ ବୋଲି ଜଣାଯିବ, ପୁଣି ବିଚାରିତ ହେବା ସମୟରେ ବିଜୟୀ ହେବ।”

Gade chapit la Kopi

ଓଡିଆ ବାଇବେଲ

4 ତାହା କେବେ ହେଁ ନ ହେଉ, ବରଂ ପ୍ରତ୍ୟେକ ମନୁଷ୍ୟ ମିଥ୍ୟାବାଦୀ ହେଲେ ହେଉ, କିନ୍ତୁ ଈଶ୍ୱର ସତ୍ୟ ବୋଲି ସ୍ୱୀକାର କରାଯାଉ, ଯେପରି ଲେଖା ଅଛି, "ତୁମ୍ଭେ ଆପଣା ବାକ୍ୟରେ ଧାର୍ମିକ ବୋଲି ଜଣାଯିବ, ପୁଣି, ବିଚାରିତ ହେବା ସମୟରେ ବିଜୟୀ ହେବ ।''

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ତାହା କେବେ ହେଁ ନ ହେଉ, ବରଂ ପ୍ରତ୍ୟେକ ମନୁଷ୍ୟ ମିଥ୍ୟାବାଦୀ ହେଲେ ହେଉ, କିନ୍ତୁ ଈଶ୍ବର ସତ୍ୟ ବୋଲି ସ୍ୱୀକାର କରାଯାଉ, ଯେପରି ଲେଖାଅଛି, “ତୁମ୍ଭେ ଆପଣା ବାକ୍ୟରେ ଧାର୍ମିକ ବୋଲି ଜଣାଯିବ, ପୁଣି, ବିଚାରିତ ହେବା ସମୟରେ ବିଜୟୀ ହେବ।”

Gade chapit la Kopi

ପବିତ୍ର ବାଇବଲ

4 କେବେ ନୁହେଁ। ଯଦି ପ୍ରତ୍ୟେକ ଲୋକ ଅସତ୍ ହୁଅନ୍ତି, ତେବେ ମଧ୍ୟ ପରମେଶ୍ୱର ସତ୍ୟ ହୋଇ ରହିବେ। ଶାସ୍ତ୍ରରେ ଲେଖା ଅଛି ଯେ: “ତୁମ୍ଭେ ତୁମ୍ଭର କରୁଥିବା ବିଷୟ ଦ୍ୱାରା ଧାର୍ମିକ ବୋଲି ପ୍ରମାଣିତ ହେବ ଓ ନ୍ୟାୟବିଗ୍ଭର ହେଲାବେଳେ ତୁମ୍ଭେ ବିଜୟଲାଭ କରିବ।”

Gade chapit la Kopi




ରୋମୀୟ 3:4
33 Referans Kwoze  

କିନ୍ତୁ ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ ହୋଇ ଈଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ହେବା ପାଇଁ ଚେଷ୍ଟା କଲାବେଳେ, ଯଦି ଆମେ ମଧ୍ୟ ଅଣଇହୁଦୀଙ୍କ ପରି “ପାପୀ” ହୋଇ ରହିଛୁ, ଏଥିପାଇଁ କଅଣ ଖ୍ରୀଷ୍ଟ ଦାୟୀ? ନା, ଏହା କଦାପି ନୁହେଁ।


ତାଙ୍କର ପ୍ରତିଜ୍ଞା ଓ ଶପଥ ଅପରିବର୍ତ୍ତନୀୟ, ତାହା ଭଙ୍ଗ କରି ଈଶ୍ୱର ମିଥ୍ୟାବାଦୀ ହେବେ ନାହିଁ। ଅତଏବ ତାଙ୍କର ଆଶ୍ରିତ ଆମ୍ଭେମାନେ, ସମ୍ମୁଖରେ ଥିବା ଭରସାକୁ ଦୃଢ଼ ରୂପେ ଧରି ରଖିବା ନିମନ୍ତେ ବିଶେଷ ଉତ୍ସାହ ଲାଭ କରୁଛୁ।


ଆବହମାନ କାଳରୁ ଈଶ୍ୱର ଆମକୁ ଏହି ଜୀବନ ଦାନ କରିବାକୁ ପ୍ରତିଜ୍ଞା କରିଛନ୍ତି - ଈଶ୍ୱର ମିଥ୍ୟାବାଦୀ ନୁହନ୍ତି।


ଯେ କେହି ତାଙ୍କ ବାର୍ତ୍ତା ଗ୍ରହଣ କରେ, ସେ ଈଶ୍ୱରଙ୍କୁ ସତ୍ୟର ସ୍ୱରୂପ ବୋଲି ସ୍ୱୀକାର କରେ।


“ଫିଲାଦେଲ୍ଫିଆରେ ଥିବା ମଣ୍ଡଳୀର ଦୂତଙ୍କ ନିକଟକୁ ଲେଖ: “ଯେ ସର୍ବତୋ ଭାବରେ ପବିତ୍ର ଓ ସତ୍ୟ ସ୍ୱରୂପ, ତାହାଙ୍କଠାରୁ ଏହି ବାର୍ତ୍ତା ଶୁଣ। ତାଙ୍କ ନିକଟରେ ଦାଉଦଙ୍କର ଚାବି ରହିଛି, ସେ ଯେଉଁ ଦ୍ୱାର ଖୋଲନ୍ତି, ଅନ୍ୟ କେହି ତାହା ବନ୍ଦ କରି ପାରିବ ନାହିଁ ଏବଂ ସେ ଯାହା ବନ୍ଦ କରନ୍ତି, ଅନ୍ୟ କେହି ତାହା ଖୋଲି ପାରିବ ନାହିଁ।


ଆମେ ଜାଣ, ଈଶ୍ୱରଙ୍କ ପୁତ୍ର ଅବତୀର୍ଣ୍ଣ ହୋଇ ସତ୍ୟ ଈଶ୍ୱରଙ୍କ ସତ୍ତା ଅନୁଭବ କରିବାକୁ ଆମକୁ ଜ୍ଞାନ ଦେଇଛନ୍ତି। ଆମେ ଦତ୍ୟ ଈଶ୍ବର ଓ ତାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ସହିନ ସଂଯୁକ୍ତ ଜୀବନ ଯାପନ କରୁଛୁ। ସେ ହିଁ ସତ୍ୟ ଈଶ୍ୱର ଏବଂ ସେ ହିଁ ଅନନ୍ତ ଜୀବନ।


ତାହାହେଲେ କଅଣ କହିବା, “ଈଶ୍ୱର ଅନ୍ୟାୟ କରନ୍ତି କି?” କଦାପି ନୁହେଁ।


ଅତଏବ, ଯେ କେହି ଈଶ୍ୱରଙ୍କର ସେହି ପୁତ୍ରଙ୍କଠାରେ ବିଶ୍ୱାସ କରେ, ତା’ ଅନ୍ତରେ ସେ ଈଶ୍ବରଙ୍କ ସାକ୍ଷ୍ୟ ଉପଲବ୍ଧି କରିଛି। ନିଜେ ଈଶ୍ବର ସାକ୍ଷୀ ହୋଇ ତାଙ୍କ ପୁତ୍ରଙ୍କ ବିଷୟରେ ଯାହା କହିଛନ୍ତି, ଏଥିରେ ଯେ ବିଶ୍ୱାସ କରେ ନାହିଁ, ସେ ଈଶ୍ବରଙ୍କୁ ମିଥ୍ୟାବାଦୀ ବୋଲି ଅଭିଯୁକ୍ତ କରୁଛି।


ଏଥିପାଇଁ ଈଶ୍ୱରଙ୍କ ଅନୁଗ୍ରହକୁ ମୁଁ କେବେ ଅସ୍ୱୀକାର କରିପାରିବି ନାହିଁ। କାରଣ କେବଳ ବ୍ୟବସ୍ଥା ପାଳନ କରିବା ଦ୍ୱାରା ଯଦି ଜଣେ ଈଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ହୋଇପାରେ, ତେବେ ଖ୍ରୀଷ୍ଟଙ୍କ ମୃତ୍ୟୁ ମୂଲ୍ୟହୀନ ବୋଲି କହିବାକୁ ହେବ।


ତାହାହେଲେ, ଆମ୍ଭେମାନେ ବ୍ୟବସ୍ଥାର ଅଧୀନ ନ ହୋଇ ଈଶ୍ୱରଙ୍କ ଅନୁଗ୍ରହପ୍ରାପ୍ତ ବୋଲି କଅଣ ପାପ କରୁଥିବା? କଦାପି ନୁହେଁ।


ଏହାର ଅର୍ଥ କଅଣ, ଆମେ ବିଶ୍ୱାସ ଦ୍ୱାରା ବ୍ୟବସ୍ଥାକୁ ଲୋପ କରିବାକୁ ଯାଉଛୁ? କଦାପି ନୁହେଁ। ବିଶ୍ୱାସ ଦ୍ୱାରା ଆମେ ବ୍ୟବସ୍ଥାର ଭିତ୍ତିମୂଳ ଦୃଢ଼ କରୁଛୁ।


ଯେତେବେଳେ ମନୁଷ୍ୟ ପୁତ୍ର ଆସି ଖାଦ୍ୟପେୟ ବାରଣ କଲେ ପାହିଁ, ସମସ୍ତେ କହିଲେ, ‘ଏହି ଲୋକଟାକୁ ଦେଖ। ସେ ଗୋଟିଏ ପେଟୁ ଓ ମଦୁଆ, କରଆଦାୟକାରୀ ଓ ସମାଜଚ୍ୟୁତ ଲୋକମାନଙ୍କ ବନ୍ଧୁ।’ ସେ ଯାହାହେଉ, ଈଶ୍ୱରଙ୍କ ବିଚାର ଯେ ଯଥାର୍ଥ, ଏହା ପରିଣାମରୁ ପ୍ରକାଶ ପାଇବ।”


କିନ୍ତୁ ମୁଁ କେବଳ ଆମ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ କ୍ରୁଶ ବିଷୟରେ ଗର୍ବ କରୁଛି; କାରଣ ତାଙ୍କର କ୍ରୁଶ ଯୋଗୁଁ ଜଗତ ମୋ’ ନିମନ୍ତେ ମୃତ ଏବଂ ମୁଁ ଜଗତ ନିମନ୍ତେ ମୃତ।


ମୁଁ ପୁଣି ପଚାରିପାରେ, “ତେବେ କଅଣ ଈଶ୍ୱର ତାଙ୍କ ନିଜ ଲୋକମାନଙ୍କୁ ବର୍ଜନ କରିଛନ୍ତି? କଦାପି ନୁହେଁ। ମୁଁ ନିଜେ ଜଣେ ଇଶ୍ରାଏଲୀୟ, ଅବ୍ରାହମଙ୍କ ବଂଶଧର ଓ ବେଞ୍ଜାମିନ ଗୋଷ୍ଠୀ ଜାତ।


ସତ୍ୟ ଈଶ୍ୱର ଜାଣନ୍ତି, ତୁମ୍ଭମାନଙ୍କୁ କଥା ଦେବାବେଳେ ଆମେ କଦାପି ଅସ୍ଥିରମନା ନ ଥିଲୁ।


ମୁଁ ପ୍ରଶ୍ନ କରେ: ଇହୁଦୀମାନେ ଝୁଣ୍ଟି ପଡ଼ିବା ଦ୍ୱାରା କଅଣ ବିନଷ୍ଟ ହେଲେ? କେବେ ନୁର୍ହେ। ସେମାନେ ପାପ କରିବାରୁ, ସେମାନଙ୍କୁ ଈର୍ଷାନ୍ୱିତ କରିବା ପାଇଁ ଅଣଇହୁଦୀମାନଙ୍କୁ ପରିତ୍ରାଣର ଅଧିକାରୀ କରାଗଲା।


ତେବେ କଅଣ କହିବା, ବ୍ୟବସ୍ଥା ହିଁ ପାପ? ତା’ ଅବଶ୍ୟ ନୁହେଁ। କିନ୍ତୁ ପାପ କଅଣ, ତାହା ବ୍ୟବସ୍ଥା ମୋତେ ଜଣାଇ ଦେଇଛି। “ପର ଦ୍ରବ୍ୟକୁ ଲୋଭ କର ନାହିଁ”, ଏହି ଆଜ୍ଞା ଯଦି ବ୍ୟବସ୍ଥା ଦେଇ ନ ଥାଆନ୍ତା, ଲୋଭ କଅଣ, ମୁଁ ଜାଣି ନ ଥାଆନ୍ତି।


କଦାପି ନୁହେଁ। ପାପ ପ୍ରତି ଆମ୍ଭେମାନେ ମୃତ ହୋଇଛୁ- ସେଥିରେ ଆଉ ଜୀବନ କାଟିବା କିପରି?


ସେ ଆସି ସେହି ଚାଷୀମାନଙ୍କର ମୂଳପୋଛ କରିବେ ଏବଂ କ୍ଷେତଟିକୁ ଅନ୍ୟ ଚାଷୀମାନଙ୍କୁ ହସ୍ତାନ୍ତର କରିବେ।” ଲୋକମାନେ ଏ କଥା ଶୁଣି କହିଲେ, “ଈଶ୍ୱର ତାହା ନ କରନ୍ତୁ!”


ତା’ହେଲେ, ଯାହା ମଙ୍ଗଳଜନକ, ତାହା କଅଣ ମୋ’ ମୃତ୍ୟୁର କାରଣ ହୋଇଥିଲା? କଦାପି ନୁହେଁ। ପାପ ହିଁ ତା’ କଲା। ମଙ୍ଗଳଜନକ ବ୍ୟବସ୍ଥାକୁ ବ୍ୟବହାର କରି ପାପ ମୋର ମୃତ୍ୟୁ ଘଟାଇଲା। ତଦ୍ଦ୍ୱାରା ପାପର ପ୍ରକୃତ ରୂପ ପ୍ରକାଶ ପାଇଲା। ତେଣୁ ବ୍ୟବସ୍ଥା ଦ୍ୱାରା ପାପର ଅତିଶୟ ଭୟଙ୍କରତା ଜଣାପଡ଼ିଲା।


ତୁମ୍ଭମାନଙ୍କର ଶରୀର ଖ୍ରୀଷ୍ଟଙ୍କ ଶରୀରର ଅଂଶ ସ୍ୱରୂପ ବୋଲି କ’ଣ ଜାଣ ନାହିଁ? ତେବେ କ’ଣ ମୁଁ ଖ୍ରୀଷ୍ଟଙ୍କ ଶରୀରର ଏକ ଅଂଶକୁ ଗଣିକାର ଅଙ୍ଗରେ ପରିଣତ କରିବି? କେବେ ନୁହେଁ।


ଆମ ଧର୍ମବିଶ୍ୱାସର ଏହି ମହାରହସ୍ୟ କେହି ଅସ୍ୱୀକାର କରିପାରିବେ ନାହିଁ: ମାନବ ଦେହ ଧରି ସେ ଅବତୀର୍ଣ୍ଣ ହେଲେ, ସ୍ୱର୍ଗଦୂତମାନଙ୍କ ସାକ୍ଷାତରେ ପରମାତ୍ମାଙ୍କ ସମର୍ଥନ ଲାଭ କଲେ, ସମସ୍ତ ଜାତିମାନଙ୍କ ମଧ୍ୟରେ ତାଙ୍କ ବାର୍ତ୍ତା ପ୍ରଚାରିତ ହେଲା, ପୃଥିବୀର ସର୍ବତ୍ର ସେ ବିଶ୍ୱାସଭାଜନ ହୋଇ ସଗୌରବେ ସ୍ୱର୍ଗକୁ ଉତ୍ଥାପିତ ହେଲେ।


Swiv nou:

Piblisite


Piblisite