Biblia Todo Logo
Bib sou entènèt

- Piblisite -




ରୋମୀୟ 3:8 - ପବିତ୍ର ବାଇବଲ (CL) NT (BSI)

8 ଆମ୍ଭେମାନେ କାହିଁକି ନ କହିବା, “ଆସ କୁକର୍ମ କରିବା, ଏଥିରୁ ସୁଫଳ ମିଳିବ?” ମୁଁ ଠିକ୍ ଏଭଳି କଥା କହୁଛି ବୋଲି ଅଭିଯୋଗ କରି କେତେକେ ମୋତେ ଅପମାନିତ କରୁଛନ୍ତି। ସେମାନେ ଏଥିପାଇଁ ଯେଉଁ ଦଣ୍ଡ ପାଇବା କଥା, ନିଶ୍ଚୟ ପାଇବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଆଉ, ଭଲ ଫଳ ଫଳିବା ନିମନ୍ତେ ଆସ, ମନ୍ଦ କର୍ମ କରୁ, ଏହା ଆମ୍ଭେମାନେ କହୁଅଛୁ ବୋଲି ଯେପରି କେହି କେହି ଆମ୍ଭମାନଙ୍କର ଗ୍ଳାନି କରି କହନ୍ତି, ସେପରି ବା କାହିଁକି ନ କରିବା? ଏମାନଙ୍କର ଦଣ୍ତ ଯଥାର୍ଥ।

Gade chapit la Kopi

ଓଡିଆ ବାଇବେଲ

8 ଆଉ, ଭଲ ଫଳ ଫଳିବା ନିମନ୍ତେ ଆସ, ମନ୍ଦ କର୍ମ କରୁ, ଏହା ଆମ୍ଭେମାନେ କହୁଅଛୁ ବୋଲି ଯେପରି କେହି କେହି ଆମ୍ଭମାନଙ୍କର ଗ୍ଳାନି କରି କହନ୍ତି, ସେପରି ବା କାହିଁକି ନ କରିବା ? ଏମାନଙ୍କର ଦଣ୍ଡ ଯଥାର୍ଥ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଆଉ, ଭଲ ଫଳ ଫଳିବା ନିମନ୍ତେ ଆସ, ମନ୍ଦ କର୍ମ, ଏହା ଆମ୍ଭେମାନେ କହୁଅଛୁ ବୋଲି ଯେପରି କେହି କେହି ଆମ୍ଭମାନଙ୍କର ଗ୍ଳାନି କରି କହନ୍ତି, ସେପରି ବା କାହିଁକି ନ କରିବା? ଏମାନଙ୍କର ଦଣ୍ଡ ଯଥାର୍ଥ।

Gade chapit la Kopi

ପବିତ୍ର ବାଇବଲ

8 ଏହି ସମାନ କଥା କହିବା ହେଲା, “ଆମ୍ଭେ ନିଶ୍ଚୟ ମନ୍ଦକାମ କରିବା, କାରଣ ତା’ ଦ୍ୱାରା ଭଲ ଆସିବ।” ଅନେକ ଲୋକ ଆମ୍ଭକୁ ସମାଲୋଚନା କରନ୍ତି ଓ ମିଛରେ କୁହନ୍ତି ଯେ ଆମ୍ଭେ ସେହି ଶିକ୍ଷା ଦେଉଛୁ। ଯେଉଁମାନେ ଏ ଭଳି କଥା କୁହନ୍ତି ସେମାନେ ଠିକ୍ ନୁହନ୍ତି ଓ ସେମାନଙ୍କୁ ଦଣ୍ଡ ଦେବା ଉଚିତ୍।

Gade chapit la Kopi




ରୋମୀୟ 3:8
10 Referans Kwoze  

ତାହାହେଲେ କଅଣ କହିବା? ଈଶ୍ୱରଙ୍କ ଅନୁଗ୍ରହ ଆହୁରି ପ୍ରଚୁର ହେବ ବୋଲି ଆମେ କଅଣ ପାପରେ ଜୀବନ ଯାପନ କରିବା?


ତାହାହେଲେ, ଆମ୍ଭେମାନେ ବ୍ୟବସ୍ଥାର ଅଧୀନ ନ ହୋଇ ଈଶ୍ୱରଙ୍କ ଅନୁଗ୍ରହପ୍ରାପ୍ତ ବୋଲି କଅଣ ପାପ କରୁଥିବା? କଦାପି ନୁହେଁ।


ତେବେ କଅଣ କହିବା, ବ୍ୟବସ୍ଥା ହିଁ ପାପ? ତା’ ଅବଶ୍ୟ ନୁହେଁ। କିନ୍ତୁ ପାପ କଅଣ, ତାହା ବ୍ୟବସ୍ଥା ମୋତେ ଜଣାଇ ଦେଇଛି। “ପର ଦ୍ରବ୍ୟକୁ ଲୋଭ କର ନାହିଁ”, ଏହି ଆଜ୍ଞା ଯଦି ବ୍ୟବସ୍ଥା ଦେଇ ନ ଥାଆନ୍ତା, ଲୋଭ କଅଣ, ମୁଁ ଜାଣି ନ ଥାଆନ୍ତି।


ବ୍ୟବସ୍ଥାର ପ୍ରଚଳନ ଯୋଗୁଁ କୁକର୍ମ ବୃଦ୍ଧି ପାଇଲା। କିନ୍ତୁ ପାପର ବୃଦ୍ଧି ସଙ୍ଗେ ସଙ୍ଗେ ଈଶ୍ୱରଙ୍କ ଅନୁଗ୍ରହ ମଧ୍ୟ ଅଧିକ ପ୍ରଚୁର ହେଲା।


କେତେକ ଅଧାର୍ମିକ ଲୋକ ଅଲକ୍ଷିତ ଭାବରେ ତୁମ୍ଭମାନଙ୍କ ମଧ୍ୟରେ ପ୍ରବେଶ କରିଛନ୍ତି। ସେମାନେ ନିଜର ଅନୈତିକ କାର୍ଯ୍ୟକଳାପକୁ ସମର୍ଥନ କରିବା ପାଇଁ ଈଶ୍ୱରଙ୍କ “ଅନୁଗ୍ରହ” ବିଷୟକ ବାର୍ତ୍ତା ବିକୃତ ଅର୍ଥ କରୁଛନ୍ତି। ଆମର ଏକମାତ୍ର ଗୁରୁ ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ସେମାନେ ଅସ୍ୱୀକାର କରୁଛନ୍ତି। ସେମାନଙ୍କ ପ୍ରତି ନିରୂପିତ ହୋଇଥିବା ଦଣ୍ଡ ବିଧାନ ସମ୍ପର୍କରେ ବହୁ ପୂର୍ବରୁ ଧର୍ମଶାସ୍ତ୍ରରେ ଉଲ୍ଲେଖ ଅଛି।


“ମୋର ଅନୁଗାମୀ ହୋଇଥିବାରୁ ଲୋକେ ତୁମକୁ ଅପମାନ ଦେବେ, ନିର୍ଯ୍ୟାତନା କରିବେ ଓ ତୁମ ବିରୁଦ୍ଧରେ ମିଥ୍ୟା ରଟନା କରିବେ,


ଆମେ ସମ୍ମାନିତ ଓ ଅପମାନିତ ହେଉଛୁ, ପ୍ରଶଂସିତ ଓ ଲାଞ୍ôଚତ ହେଉଛୁ।


ତେଣୁ ତା’ର ଅନୁଚରମାନେ ଧାର୍ମିକ ସେବକର ଉଦ୍ମବେଶ ଧାରଣ କଲେ, ଆଶ୍ଚର୍ଯ୍ୟ ହେବାର କିଛି ନାହିଁ, କିନ୍ତୁ ଶେଷରେ ସେମାନଙ୍କ କାର୍ଯ୍ୟକଳାପର ଯୋଗ୍ୟ ଦଣ୍ଡ ସେମାନେ ଭୋଗିବେ।


Swiv nou:

Piblisite


Piblisite