Biblia Todo Logo
Bib sou entènèt

- Piblisite -




ରୋମୀୟ 4:25 - ପବିତ୍ର ବାଇବଲ (CL) NT (BSI)

25 ସେହି ପ୍ରଭୁ ଯୀଶୁ ଆମ୍ଭମାନଙ୍କ ପାପର ପ୍ରାୟଶ୍ଚିତ୍ତରୂପେ ମୃତ୍ୟୁଭୋଗ କରିଥିଲେ ଏବଂ ଈଶ୍ୱରଙ୍କ ନିକଟରେ ଆମ୍ଭମାନଢ଼ଙ୍କୁ ଧାର୍ମିକ କରାଇବା ପାଇଁ ପୁନରୁତ୍ଥିତ ହୋଇଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ସେହି ଯୀଶୁ ଆମ୍ଭମାନଙ୍କ ଅପରାଧ ନିମନ୍ତେ ସମର୍ପିତ ହେଲେ, ପୁଣି ଆମ୍ଭେମାନେ ଧାର୍ମିକ ଗଣିତ ହେବା ନିମନ୍ତେ ଉତ୍ଥାପିତ ହେଲେ।

Gade chapit la Kopi

ଓଡିଆ ବାଇବେଲ

25 ସେହି ଯୀଶୁ ଆମ୍ଭମାନଙ୍କ ଅପରାଧ ନିମନ୍ତେ ସମର୍ପିତ ହେଲେ, ପୁଣି, ଆମ୍ଭେମାନେ ଧାର୍ମିକ ଗଣିତ ହେବା ନିମନ୍ତେ ଉତ୍ଥାପିତ ହେଲେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ସେହି ଯୀଶୁ ଆମ୍ଭମାନଙ୍କ ଅପରାଧ ନିମନ୍ତେ ସମର୍ପିତ ହେଲେ, ପୁଣି, ଆମ୍ଭେମାନେ ଧାର୍ମିକ ଗଣିତ ହେବା ନିମନ୍ତେ ପୁନରୁତ୍ଥିତ ହେଲେ।

Gade chapit la Kopi

ପବିତ୍ର ବାଇବଲ

25 ଆମ୍ଭର ପାପ ଲାଗି ଯୀଶୁଙ୍କୁ ମୃତ୍ୟୁ ନିମନ୍ତେ ସମର୍ପିତ କରାହେଲା। ଆମ୍ଭକୁ ପରମେଶ୍ୱରଙ୍କଠାରେ ଧାର୍ମିକ କରିବା ଲାଗି ଯୀଶୁ ମୃତ୍ୟୁରୁ ପୁନର୍ଜୀବିତ ହେଲେ।

Gade chapit la Kopi




ରୋମୀୟ 4:25
34 Referans Kwoze  

ତୁମ୍ଭମାନଙ୍କୁ ଈଶ୍ୱରଙ୍କ ନିକଟକୁ କଢ଼ାଇ ଆଣିବା ପାଇଁ ଖ୍ରୀଷ୍ଟ ନିଜେ ଧାମର୍ମିକ ହୋଇ ଅଧାର୍ମିକମାନଙ୍କ ପାପର ପ୍ରାୟଶ୍ଚିତ ନିମନ୍ତେ ନିଜର ପ୍ରାଣ ଦେଲେ। ଏହି ପ୍ରାୟଶ୍ଚିତ ସେ ଏକାଥରକେ ଅନନ୍ତ କାଳ ପାଇଁ ସାଧନ କରିଛନ୍ତି। ସେ ଶାରୀରିକ ଭାବରେ ହତ ହେଲେ, କିନ୍ତୁ ଆତ୍ମିକ ଭାବରେ ସଞ୍ଜୀବିତ ହେଲେ


ବର୍ତ୍ତମାନର ଏହି ଭ୍ରଷ୍ଟ ଜଗତରୁ ଆମକୁ ଉଦ୍ଧାର କରିବା ପାଇଁ, ଆମ ପିତା ଈଶ୍ୱରଙ୍କର ଇଚ୍ଛା ପାଳନ କରି, ଖ୍ରୀଷ୍ଟ ଆମ ପାପ ନିମନ୍ତେ ନିଜକୁ ସମର୍ପଣ କଲେ।


କାରଣ ଖ୍ରୀଷ୍ଟ ସମ୍ପୂର୍ଣ୍ଣ ନିଷ୍ଠାପ ଥିଲେ ସୁଦ୍ଧା, ଈଶ୍ୱର ତାଙ୍କୁ ଆମ ପାଇଁ ପାପ ସ୍ୱରୂପ କଲେ, ଆମେ ଯେପିର ତାଙ୍କ ସହିତ ଯଂଯୁକ୍ତ ହୋଇ ଈଶ୍ୱରଙ୍କ ଧାର୍ମିକତାର ଅଂଶୀ ହୋଇ ପାରିବା।


ସେହହି ଖ୍ରୀଷ୍ଟନିଜେ ଆମର ତଥା ସମଗ୍ର ମାନବ ଜାତିର ପାପ କ୍ଷମା ନିମନ୍ତେ ପ୍ରାୟଶ୍ଜିତ୍ତ ସ୍ୱରୂପ ହୋଇଛନ୍ତି।


ଆମ୍ଭମାନେ ଯେପରି ପାପ ପ୍ରତି ମୃତ ହେବୁ ଓ ଧର୍ମ ଜୀବନ ଯାପନ କରିବୁ, ଏଥିପାଇଁ ଖୀଷ୍ଟ କ୍ରୁଶ ଉପରେ ନିଜ ଶରୀରରେ ଆମ ପାପ ବୋଝ ବହନ କଲେ। ତାଙ୍କ ଶରୀରର ସେହି କ୍ଷତ ଦ୍ୱାରା ତୁମ୍ଭେମାନେ ସୁସ୍ଥ ହୋଇଛ।


ଖ୍ରୀଷ୍ଟ ଯେପରି ଆମ୍ଭମାନଙ୍କୁ ପ୍ରେମ କଲେ ଓ ଈଶ୍ୱରଙ୍କର ସନ୍ତୋଷ ନିମନ୍ତେ ନିଜ ଜୀବନକୁ ଆମ ପାଇଁ ସୁଗନ୍ଧି ନୈବେଦ୍ୟ ଓ ବଳି ରୂପେ ଉତ୍ସର୍ଗ କଲେ, ତୁମ୍ଭମାନଙ୍କ ଜୀବନ ମଧ୍ୟ ସେହିପରି ପ୍ରେମ ଦ୍ୱାରା ପରିଚାଳିତ ହେଉ।


ଏବଂ ମୃତ୍ୟୁରୁ ପୁନରୁତ୍ôଥତ ସର୍ବପ୍ରଥମ, ବିଶ୍ୱସ୍ତ ସାକ୍ଷ୍ୟଦାତା ଓ ରାଜାଧିରାଜ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ଓ ଶାନ୍ତି ତୁମ୍ଭ ପ୍ରତି ହେଉ। ସେ ଆମକୁ ପ୍ରେମ କରନ୍ତି ଓ ତାଙ୍କର ମୃତ୍ୟୁ ଦ୍ୱାରା ଆମକୁ ପାପରୁ ପରିତ୍ରାଣ କରିଅଛନ୍ତି


ତାଙ୍କ ଯୋଗୁଁ ତୁମ୍ଭେମାନେ ଈଶ୍ୱରବିଶ୍ୱାସୀ ହୋଇଛ। ତାଙ୍କୁ ମୃତ୍ୟୁରୁ ପୁନରୁତ୍ଥିତ କରାଇ ମହିମାନ୍ୱିତ କରିଥିବା ଈଶ୍ୱରଙ୍କ ଉପରେ ତୁମ୍ର ବିଶ୍ୱାସ ଓ ଭରସା ଦୃଢ଼ ହୋଇଛି।


ଯଦି ଖ୍ରୀଷ୍ଟ ମୃତ୍ୟୁରୁ ପୁନରୁତ୍ଥିତ ହୋଇ ନାହାନ୍ତି, ତେବେ ତୁମ୍ଭମାନଙ୍କ ବିଶ୍ୱାସ ମିଥ୍ୟା ଓ ତୁମ୍ଭେମାନେ ଏବେ ମଧ୍ୟ ପାପରେ ବୁଡ଼ି ରହିଛ।


ମନୁଷ୍ୟର ପ୍ରକୃତିଗତ ଦୁର୍ବଳତା ହେତୁ ମୋଶ ପ୍ରଦତ୍ତ ସ୍ୱସ୍ଥା ଯାହା ସାଧନ କରିପାରିଲା ନାହିଁ, ଈଶ୍ୱର ତାହା କରିଛନ୍ତି। ମନୁଷ୍ୟ ଜୀବନରେ ପାପକୁ ବିନଷ୍ଟ କରିବା ପାଇଁ ସେ ନିଜ ପୁତ୍ରଙ୍କୁ ପାପୀ ମନୁଷ୍ୟ ସାଦୃଶ୍ୟରେ ପ୍ରେରଣ କଲେ ଏବଂ ଖ୍ରୀଷ୍ଟ ପାପର ଶକ୍ତି ବିନଷ୍ଟ କରିଛନ୍ତି।


ଯେପରି ମନୁଷ୍ୟପୁତ୍ର ସେବା ପାଇବା ପାଇଁ ଆସି ନାହାନ୍ତି - ସେବା କରି ଅନ୍ୟମାନଙ୍କର ମୁକ୍ତି ପାଇଁ ନିଜର ପ୍ରାଣ ବିସର୍ଜନ କରିବାକୁ ଆସିଛନ୍ତି।”


ସେହିପରି ଅନେକଙ୍କ ପାପ ଦୂର କରିବାକୁ ଖ୍ରୀଷ୍ଟ ଥରକ ପାଇଁ ବଳି ରୂପେ ଉତ୍ସର୍ଗିତ ହେଲେ। ସେ ଦ୍ୱିତୀୟ ଥର ଆସିବେ। ସେତେବେଳେ ଆଉ ପାପାର ମୂକାବିଲା କରିବା ତାଙ୍କ ସେ ଆସିବେ ନାହିଁ। ସେ ଆସିବେ, ତଙ୍କ ନିମନ୍ତେ ଅପେକ୍ଷା କରୁଥିବାମ ମନୁଷ୍ୟମାନଙ୍କୁ ଉଦ୍ଧାର କରିବା ପାଇଁ।


ଜଣକର ପାପ ଯେପରି ସମଗ୍ର ମନୁଷ୍ୟ ଜାତିକୁ ଦଣ୍ଡନୀୟ କରାଇଲ. ସେହିପରି ଜଣକର ଧାର୍ମିକତା ସମଗ୍ର ମନୁଷ୍ୟ ଜାତି ପାଇଁ ମୁକ୍ତି ଓ ଜୀବନର ସୁଯୋଗ ଆଣି ଦେଇଛି।


ଈଶ୍ୱର ଯୀଶୁଙ୍କୁ ଦାନ କଲେ, ଯେପରି ତାଙ୍କ ମୃତ୍ୟୁ, ତାଙ୍କଠାରେ ବିଶ୍ୱାସ କରୁଥିବା ଲୋକମାନଙ୍କର ପାପ କ୍ଷମାର ଉପାୟ ହେବ। ଈଶ୍ୱର ସହିଷ୍ଣୁ ହୋଇ ଲୋକମାନଙ୍କ ପୂର୍ବକୃତ ପାପ ଧରି ନାହାନ୍ତି।


ସେମାନେ ଗୋଟିଏ ନୂଆ ଗୀତ ଗାଇଥିଲେ: “ପାଣ୍ଡୁଲିପି ଗ୍ରହଣ କରି ତାହାର ମୋହର ଭାଙ୍ଗିବାକୁ ତୁମେ ହିଁ ଯୋଗ୍ୟ: କାରଣ ତୁମେ ନିହତ ହୋଇଥିଲ ଏବଂ ତୁମ ମୃତ୍ୟୁ ଦ୍ୱାରା, ସମସ୍ତ ଗୋଷ୍ଠୀ, ଭାଷାବାଦୀ, ରାଷ୍ଟ୍ର ଓ ଜାତି ମଧ୍ୟରୁ ଈଶ୍ୱରଙ୍କ ନିମନ୍ତେ ଲୋକମାନଙ୍କୁ କ୍ରୟ କରିଛ।


ଆମ୍ଭମାନଙ୍କୁ ସବୁ ଦୁଷ୍କର୍ମରୁ ନିବୃତ୍ତ କରାଇ ସତ୍କର୍ମ ପ୍ରତି ଆଗ୍ରହ ଜନ୍ମାଇବାକୁ ଯୀଶୁ ଖ୍ରୀଷ୍ଟ ଆତ୍ମବଳିଦାନ କରିଛନ୍ତି। ଏହା ଦ୍ୱାରା ଆମ୍ଭେମାନେ ଶୁଦ୍ଧପୂତ ହୋଇ ତାଙ୍କର ନିଜ ଲୋକ ହେବା ପାଇଁ ସୁଯୋଗ ପାଇଛୁ।


ମାତ୍ର ଖ୍ରୀଷ୍ଟ ଆମ ପାଇଁ ଅଭିଶପ୍ତ ହୋଇ ବ୍ୟବସ୍ଥାରେ ଉଲ୍ଲିଖିତ ଅଭିଶାପରୁ ଆମକୁ ମୁକ୍ତ କରିଛନ୍ତି। ଧର୍ମଶାସ୍ତ୍ରରେ ଲେଖାଅଛି, “ଯେ ବୃକ୍ଷରେ ଟଙ୍ଗାଯାଇ ମୃତ୍ୟୁଦଣ୍ଡ ଭୋଗ କରେ, ସେ ଈଶ୍ୱରଙ୍କ ଦ୍ୱାରା ଅଭିଶପ୍ତ!”


ମୁଁ ଉତ୍ତର ଦେଲି, “ମହାଶୟ! ମୁଁ ଜାଣେ ନାହିଁ। ଆପଣ ଜାଣିଥିବେ।” ସେ ମୋତେ କହିଲେ, “ଏହି ଲୋକମାନେ ଭୟଙ୍କର ନିର୍ଯ୍ୟାତନା ସହ୍ୟ କରି ଆସି ଅଛନ୍ତି। ସେମାନେ ମେଷଶାବକଙ୍କ ଉତ୍ତାରେ ନିଜ ନିଜର ପୋଷାକ ଧୋଇ ପରିଷ୍କାର କରିଛନ୍ତି।


ସେ ସମସ୍ତଙ୍କ ପାଇଁ ମୃତ୍ୟବରଣ କରି ଥିବାରୁ ଯେଉଁମାନେ ଜୀବିତ ଅଛନ୍ତି, ସେମାନେ ଆଉ ନିଜ ପାଇଁ ଜୀବନଧାରଣ ନ କରି ତାଙ୍କ ପାଇଁ ବଞ୍ôଚବେ, କାରଣ କେବଳ ସେମାନଙ୍କ ପାଇଁ ସେ ମରି ପୁନର୍ଜୀବିତ ହୋଇ ଅଛନ୍ତି।


ତେଣୁ ବର୍ତ୍ତମାନ ପ୍ରକୃତରେ ମୁଁ ଆଉ ଜୀବିତ ନୁହେଁ, ମୋ’ଠାରେ ଖ୍ରୀଷ୍ଟ ହିଁ ଜୀବନ୍ତ। ମୁଁ ବର୍ତ୍ତମାନ ଯେଉଁ ଜୀବନ ଯାପନ କରୁଛି, ତାହା କେବଳ ଈଶ୍ୱରଙ୍କ ପୁତ୍ରଙ୍କ ଉପରେ ମୋ’ ବିଶ୍ୱାସ ଦ୍ୱାରା ସମ୍ଭବ ହୋଇଛି - ଯିଏ ମୋତେ ପ୍ରେମ କରି ମୋ’ ପାଇଁ ତାଙ୍କ ପ୍ରାଣଦାନ କରିଛନ୍ତି।


ପ୍ରତ୍ୟେକମହାଯାଜକ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ନୈବେଦ୍ୟ ଓ ପ୍ରଶୁବଳି ଉତ୍ସର୍ଗ କରିବାକୁ ନିଯୁକ୍ତ ହାଇଥାନ୍ତି। ତେଣୁ ଆମର ମହାଯାଜକ ମଧ୍ୟ ସେପରି କିଛି ନୈବେଦ୍ୟ ଉତ୍ସର୍ଗ କରିବା ଆବଶ୍ୟକ।


Swiv nou:

Piblisite


Piblisite