Biblia Todo Logo
Bib sou entènèt

- Piblisite -




ରୋମୀୟ 4:6 - ପବିତ୍ର ବାଇବଲ (CL) NT (BSI)

6 ଯେଉଁ ଲୋକର କ୍ରିୟାକର୍ମ ପ୍ରତି ଦୃଷ୍ଟି ନ ଦେଇ ଈଶ୍ୱର ତାକୁ ଧାର୍ମିକ ବୋଲି ଗ୍ରହଣ କରନ୍ତି, ତାକୁ ପ୍ରଶଂସା କରି ଦାଉଦ କହିଛନ୍ତି:

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଏହିପ୍ରକାରେ ଯେଉଁ ଲୋକ ପକ୍ଷରେ ଈଶ୍ଵର କ୍ରିୟାକର୍ମ ବ୍ୟତୀତ ଧାର୍ମିକତା ଗଣନା କରନ୍ତି, ଦାଉଦ ମଧ୍ୟ ତାକୁ ଧନ୍ୟ ବୋଲି କହନ୍ତି, ଯଥା,

Gade chapit la Kopi

ଓଡିଆ ବାଇବେଲ

6 ଏହି ପ୍ରକାରେ ଯେଉଁ ଲୋକ ପକ୍ଷରେ ଈଶ୍ୱର କ୍ରିୟାକର୍ମ ବ୍ୟତୀତ ଧାର୍ମିକତା ଗଣନା କରନ୍ତି, ଦାଉଦ ମଧ୍ୟ ତାକୁ ଧନ୍ୟ ବୋଲି କହନ୍ତି, ଯଥା,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଏହି ପ୍ରକାରେ ଯେଉଁ ଲୋକ ପକ୍ଷରେ ଈଶ୍ବର କ୍ରିୟାକର୍ମ ବ୍ୟତୀତ ଧାର୍ମିକତା ଗଣନା କରନ୍ତି, ଦାଉଦ ମଧ୍ୟ ତାହାକୁ ଧନ୍ୟ ବୋଲି କହନ୍ତି, ଯଥା,

Gade chapit la Kopi

ପବିତ୍ର ବାଇବଲ

6 ଦାଉଦ ସେହି କଥା କହୁଛନ୍ତି, ମଣିଷ ଯାହା କରିଛି ତାହାର ହିସାବ ନ କରି ପରମେଶ୍ୱର ଯେତେବେଳେ ତାହାକୁ ଧାର୍ମିକ ହିସାବରେ ଗଣନା କରନ୍ତି, ସେ ଲୋକ ହିଁ ପ୍ରକୃତରେ ଧନ୍ୟ:

Gade chapit la Kopi




ରୋମୀୟ 4:6
31 Referans Kwoze  

ଆମ ନିଜ ସତ୍କର୍ମର ପୁରସ୍କାର ସ୍ୱରୂପ ସେ ଆମ୍ଭମାନଙ୍କୁ ଆହ୍ୱାନ କରି ନାହାନ୍ତି - କେବଳ ତାଙ୍କ ଅନୁଗ୍ରହରେ ତାଙ୍କର ଉଦ୍ଦେଶ୍ୟ ସାଧନ ନିମିତ୍ତ ଆମ୍ଭମାନଙ୍କୁ ତାଙ୍କ ପ୍ରିୟଜନ ହେବା ପାଇଁ ମନୋନୀତ କରିଛନ୍ତି। ଖ୍ରୀଷ୍ଟ ଯୀଶୁଙ୍କ କର୍ତ୍ତୃକ ଅନାଦି କାଳରୁ ଈଶ୍ୱର ଆମ୍ଭମାନଙ୍କୁ ଏହି ଅନୁଗ୍ରହର ପାତ୍ର କରି ରଖିଥିଲେ;


କିନ୍ତୁ ଈଶ୍ୱର ତୁମ୍ଭମାନଙ୍କୁ ଖ୍ରୀଷ୍ଟ ଯୀଶୁଙ୍କ ସହିତ ସଂଯୁକ୍ତ କରିଛନ୍ତି ଓ ସେହି ଖ୍ରୀଷ୍ଟଙ୍କୁ ହିଁ ଆମ୍ଭମାନଙ୍କ ଜ୍ଞାନ ସ୍ୱରୂପ କରିଛନ୍ତି। ତାଙ୍କ ଦ୍ୱାରା ଈଶ୍ୱରଙ୍କ ସହିତ ଆମର ଯଥାର୍ଥ ସମ୍ପର୍କ ପୁନଃପ୍ରତିଷ୍ଠିତ ହୋଇଛି, ଆମେ ଧାର୍ମିକ ଓ ପବିତ୍ର ଲୋକ ହୋଇ ମୁକ୍ତି ପାଇଛୁ।


ଯେଉଁ ଧାର୍ମିକତା ବ୍ୟବସ୍ଥା ପାଳନ ଦ୍ୱାରା ଲାଭ କରାଯାଇପାରେ, ସେହି ପ୍ରକାର କୌଣସି ନିଜସ୍ୱ ଧାର୍ମିକତା ମୋର ନାହିଁ। ବର୍ତ୍ତମାନ ମୋର ଯେଉଁ ଧାର୍ମିକତା ଅଛି, ତାହା ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ମିଳେ; ତାହା ଈଶ୍ୱରଙ୍କଠାରୁ ଆସେ ଓ ତାହା ବିଶ୍ୱାସ ଉପରେ ପ୍ରତିଷ୍ଠିତ।


କାରଣ ଖ୍ରୀଷ୍ଟ ସମ୍ପୂର୍ଣ୍ଣ ନିଷ୍ଠାପ ଥିଲେ ସୁଦ୍ଧା, ଈଶ୍ୱର ତାଙ୍କୁ ଆମ ପାଇଁ ପାପ ସ୍ୱରୂପ କଲେ, ଆମେ ଯେପିର ତାଙ୍କ ସହିତ ଯଂଯୁକ୍ତ ହୋଇ ଈଶ୍ୱରଙ୍କ ଧାର୍ମିକତାର ଅଂଶୀ ହୋଇ ପାରିବା।


ଧନ୍ୟ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପିତା ଈଶ୍ୱର। କାରଣ ସେ ଆମକୁ ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ କରାଇ ସ୍ୱର୍ଗଲୋକର ସମସ୍ତ ଆଧ୍ୟାତ୍ମିକ ଆଶୀଷ ପ୍ରଦାନ କରିଛନ୍ତି।


ଈଶ୍ୱର ଅବ୍ରାହାମଙ୍କୁ ଯେଉଁ ଆଶୀର୍ବାଦ ପ୍ରଦାନ କରିବାକୁ ପ୍ରତିଜ୍ଞା କରିଥିଲେ, ଅଣଇହୁଦୀମାନେ ମଧ୍ୟ ଯେପରି ତାହା ଲାଭ କରି ପାରିବେ, ଏଥିପାଇଁ ଖ୍ରୀଷ୍ଟ ଏହି କାର୍ଯ୍ୟ ସାଧନ କରିଛନ୍ତି। ତେଣୁ ବିଶ୍ୱାସ ଦ୍ୱାରା ଆମେ ମଧ୍ୟ ଈଶ୍ୱରଙ୍କ ପ୍ରତିଶ୍ରୁତି ଅନୁସାରେ ପବିତ୍ର ଆତ୍ମା ଲାଭ କରିପାରିବୁ।


ସୁନ୍ନତ ହେବା ପୂର୍ବରୁ ଅବ୍ରାହାମଙ୍କ ବିଶ୍ୱାସ ଯୋଗୁଁ ଈଶ୍ୱର ତାଙ୍କୁ ଧାର୍ମିକ ରୂପେ ଗ୍ରହଣ କରିଥିଲେ। ଏହା ଜଣାଇବା ପାଇଁ ଏକ ଚିହ୍ନ ସ୍ୱରୂପେ ଅବ୍ରାହାମ ଏହି ସୁନ୍ନତ ବିଧି ପାଳନ କରିଥିଲେ। ଅତଏବ, ଯେଉଁମାନେ ସୁନ୍ନତ ନ ହୋଇ ମଧ୍ୟ ଈଶ୍ୱରଙ୍କ ଦ୍ୱାରା ଧାର୍ମିକ ବୋଲି ଗୃହୀତ, ଆଧ୍ୟାତ୍ମିକଭାବେ ଅବ୍ରାହାମ ସେମାନଙ୍କ ପିତା।


ମନୁଷ୍ୟ ଈଶ୍ୱରଙ୍କ ନିକଟରେ କିପରି ଧାର୍ମିକ ବିବେଚିତ ହୋଇପାରିବ, ଏହାର ଉପାୟ ସେଥିରେ ପ୍ରକାଶ କରାଯାଇଛି। ଆରମ୍ଭରୁ ଶେଷଯାଏ ପରିତ୍ରାଣ ପାଇବାର ଏକମାତ୍ର ଉପାୟ ହେଉଛି, ବିଶ୍ୱାସ। ଶାସ୍ତ୍ରବାକ୍ୟାନୁଯାୟୀ: “ଯେ ବିଶ୍ୱାସ ଦ୍ୱାରା ଈଶ୍ୱରଙ୍କ ନିକଟରେ ଧାର୍ମିକ ବିବେଚିତ ହୁଏ, ସେ ବଞ୍ଚିବ।”


ଯେଉଁମାନେ ଆମ ଈଶ୍ୱର ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ଧାର୍ମିକତା ଯୋଗୁଁ ଆମ ପରି ବିଶ୍ୱାସରୂପ ବହୁମୂଲ୍ୟ ଦାନ ପ୍ରାପ୍ତ ହୋଇଛନ୍ତି, ସେମାନଙ୍କ ନିକଟକୁ ଯୀଶୁ ଖ୍ରୀଷ୍ଟଙ୍କ ସେବକ ଓ ପ୍ରେରିତ ଶିଷ୍ୟ ଶିମୋନ ପିତରଙ୍କ ପତ୍ର:-


ତୁମ୍ଭେମାନେ କେତେ ଆନନ୍ଦିତ ହୋଇ ନ ଥିଲ! କିନ୍ତୁ ବର୍ତ୍ତମାନ କ’ଣ ହୋଇଛି? ତୁମ୍ଭମାନଙ୍କ ସମ୍ପର୍କରେ ମୁଁ ଏ କଥା ଦୃଢ଼ଭାବେ କହିପାରେ ଯେ, ସମ୍ଭବ ହୋଇଥିଲେ, ତୁମ୍ଭେମାନେ ନିଜ ନିଜର ଚକ୍ଷୁ କାଢ଼ି ଆସି ମୋତେ ଦେଇଥା’ନ୍ତ।


ଆମ୍ଭେମାନେ ମଧ୍ୟ ଈଶ୍ୱରଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ଧାର୍ମିକରୂପେ ଗୃହୀତ ହେବୁ। ଈଶ୍ୱର ପ୍ରଭୁ ଯୀଶୁଙ୍କୁ ମୃତ୍ୟୁରୁ ପୁନରୁତ୍ଥିତ କରିଛନ୍ତି।


ଏଠାରେ ଦାଉଦ ଯେଉଁମାନଙ୍କୁ ଧନ୍ୟ ବୋଲି କହିଛନ୍ତି, ସେମାନେ କଅଣ କେବଳ ସୁନ୍ନତ ଲୋକ ଥିଲେ? ନା, ଅସୁନ୍ନତ ଲୋକେ ମଧ୍ୟ ଧନ୍ୟ ହୋଇ ପାରିବେ। ଆମେ କହୁଛୁ- ଅବ୍ରହାମ ବିଶ୍ୱାସଦ୍ୱାରା ଧାର୍ମିକ ବିବେଚିତ ହେଲେ,


ତାହାହେଲେ କେଉଁ ବିଷୟରେ ଆମ୍ଭେମାନେ ଗର୍ବ କରିବା? ନା, ସେପରି ବିଷୟ କିଛି ନାହିଁ। ଗର୍ବ କରିବା ପାଇଁ ଆମ୍ଭମାନଙ୍କର କି କାରଣ ଥାଇପାରେ? କଅଣ ବ୍ୟବସ୍ଥା ପୁରାପୁରି ପାଳନ କରିଛୁ ବୋଲି? ନା, କେବଳ ବିଶ୍ୱାସ ହିଁ ଆମ ଗର୍ବର କାରଣ।


“ଅନେକ ଦିନ ପରେ ମାଲିକ ଫେରିଲେ ଏବଂ ଭୃତ୍ୟମାନଙ୍କ ସହ ହିସାବ ନିକାଶ କଲେ


କିନ୍ତୁ ଯେ ନିଜ ଉପରେ ନିର୍ଭର ନ କରି, ଈଶ୍ୱରଙ୍କଠାରେ ବିଶ୍ୱାସ କରେ, ତା’ର ବିଶ୍ୱାସ ଯୋଗୁଁ ଅପରାଧୀକୁ ଦୋଷମୁକ୍ତ କରୁଥିବା ଈଶ୍ୱର ତାକୁ ଧାର୍ମିକରୂପେ ଗ୍ରହଣ କରନ୍ତି।


“ଯାହାର ଦୋଷ ମାର୍ଜନା କରାଯାଇଛି, ସେ ଧନ୍ୟ; ଯେ ପାପକ୍ଷମା ପାଇଛି, ସେ ଧନ୍ୟ।


କିନ୍ତୁ କେହି ହୁଏତ କହିପାରେ, “ଜଣକର ବିଶ୍ୱାସ ଅଛି, ଅନ୍ୟ ଜଣକର କର୍ମ ଅଛି।” ଏ ବିଷୟରେ ମୁଁ କହିବି, “କର୍ମ ନ ଥାଇ କାହାରି ବିଶ୍ୱାସ ଥାଇପାରେ ବୋଲି ମୋତେ ପ୍ରମାଣ ଦେବି।”


Swiv nou:

Piblisite


Piblisite