Biblia Todo Logo
Bib sou entènèt

- Piblisite -




ରୋମୀୟ 5:12 - ପବିତ୍ର ବାଇବଲ (CL) NT (BSI)

12 ଜଣକ ଦ୍ୱାରା ଜଗତରେ ପାପ ପ୍ରବେଶ କଲା ଓ ପାପ ଦ୍ୱାରା ମୃତ୍ୟୁ ଆସିଲା। ସମସ୍ତେ ପାପ କରିବାରୁ ମୃତ୍ୟୁ ସମଗ୍ର ମନୁଷ୍ୟ ଜାତିକୁ ଗ୍ରାସ କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଅତଏବ, ଯେପରି ଜଣେ ଲୋକ ଦ୍ଵାରା ପାପ ଓ ପାପ ଦ୍ଵାରା ମୃତ୍ୟୁ ଜଗତରେ ପ୍ରବେଶ କଲା, ଆଉ ସେହିପ୍ରକାରେ ମୃତ୍ୟୁ ସମସ୍ତ ଲୋକଙ୍କ ପ୍ରତି ଘଟିଲା, ଯେଣୁ ସମସ୍ତେ ତ ପାପ କଲେ, - ପ୍ର.କରି. ୧୫:୨୧ ଆଦି. ୨:୧୭ ଅରୋମୀ. ୩:୨୩

Gade chapit la Kopi

ଓଡିଆ ବାଇବେଲ

12 ଅତଏବ, ଯେପରି ଜଣେ ଲୋକ ଦ୍ୱାରା ପାପ ଓ ପାପ ଦ୍ୱାରା ମୃତ୍ୟୁ ଜଗତରେ ପ୍ରବେଶ କଲା, ଆଉ ସେହି ପ୍ରକାରେ ମୃତ୍ୟୁ ସମସ୍ତ ଲୋକଙ୍କ ପ୍ରତି ଘଟିଲା, ଯେଣୁ ସମସ୍ତେ ତ ପାପ କଲେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଅତଏବ, ଯେପରି ଜଣେ ଲୋକ ଦ୍ୱାରା ପାପ ଓ ପାପ ଦ୍ୱାରା ମୃତ୍ୟୁ ଜଗତରେ ପ୍ରବେଶ କଲା, ଆଉ ସେହି ପ୍ରକାରେ ମୃତ୍ୟୁ ସମସ୍ତ ଲୋକଙ୍କ ପ୍ରତି ଘଟିଲା, ଯେଣୁ ସମସ୍ତେ ତ ପାପ କଲେ।

Gade chapit la Kopi

ପବିତ୍ର ବାଇବଲ

12 ଜଣେ ଲୋକ ଆଦମ ପାଇଁ ଜଗତକୁ ପାପ ଆସିଲା। ପାପ ଦ୍ୱାରା ମୃତ୍ୟୁ ଆସିଲା। ସେଥିପାଇଁ ସମସ୍ତେ ନିଶ୍ଚୟ ମରିବେ, କାରଣ ସମସ୍ତେ ପାପ କରିଛନ୍ତି।

Gade chapit la Kopi




ରୋମୀୟ 5:12
20 Referans Kwoze  

ଜଣକର ଅବାଧ୍ୟତା ଲାଗି ଯେପରି ସମସ୍ତେ ପାପୀ ହେଲେ, ସେହିପରି ଜଣକର ଆଜ୍ଞାବହତା ଯୋଗୁଁ ସମସ୍ତେ ଈଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ହେବେ।


ପାପର ବେତନ ମୃତ୍ୟୁ, କିନ୍ତୁ ଈଶ୍ୱରଙ୍କ ଅଯାଚିତ ଦାନ ହେଉଛି, ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ ହେବା ଦ୍ୱାରା ଅନନ୍ତ ଜୀବନ।


ସମସ୍ତେ ପାପ କରିଛନ୍ତି ଓ ଈଶ୍ୱରଙ୍କ ମହିମାର ପୂର୍ଣ୍ଣତାରୁ ବଞ୍ôଚିତ ହୋଇଛନ୍ତି।


କୁଅଭିଳାଷର ଗର୍ଭରୁ ପାପ ଜାତ ହୁଏ ଏବଂ ସେହି ପାପ ବୃଦ୍ଧି ପାଇ ପୂର୍ଣ୍ଣତା ଲାଭ କଲେ, ମୃତ୍ୟୁ ଘଟାଏ।


ପାପ ଯେପରି ମୃତ୍ୟୁ ଦ୍ୱାରା ନିଜର ଆଧିପତ୍ୟ ପ୍ରତିଷ୍ଠା କରିଥିଲା, ସେହିପରି ଈଶ୍ୱରଙ୍କ ଅନୁଗ୍ରହ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ସହାୟତାରେ ଆମ୍ଭମାନଙ୍କୁ ଧାର୍ମିକ ଗଣ୍ୟ କରି ଅନନ୍ତ ଜୀବନ ଦିଏ।


ଆମେ ସମସ୍ତେ ଅନେକ ଥର ଭୁଲ କରିଥାଉ। ଯଦି କେହି ତା’କଥାବାର୍ତ୍ତାରେ କଦାପି ଭୁଲି କରେ ନାହିଁ, ତେବେ ସେ ସିଦ୍ଧ ଏବଂ ନିଜକୁ ସମ୍ପୁର୍ଣ୍ଣ ସଂଯୁତ କରିପାରିଛି।


ଜଣକର ପାପ ଯେପରି ସମଗ୍ର ମନୁଷ୍ୟ ଜାତିକୁ ଦଣ୍ଡନୀୟ କରାଇଲ. ସେହିପରି ଜଣକର ଧାର୍ମିକତା ସମଗ୍ର ମନୁଷ୍ୟ ଜାତି ପାଇଁ ମୁକ୍ତି ଓ ଜୀବନର ସୁଯୋଗ ଆଣି ଦେଇଛି।


ବର୍ତ୍ତମାନ ତୁମ୍ଭମାନଙ୍କୁ ଯେଉଁ ସବୁ କାର୍ଯ୍ୟ କରିବାକୁ ଲଜ୍ଜାବୋଧ ହେଉଛି, ସେତେବେଳେ ସେସବୁ କରୁଥିଲ। ସେଥିରୁ କି ଲାଭ ପାଇଲ? ସେହି ସବୁ କାର୍ଯ୍ୟର ପରିଣାମ ମୃତ୍ୟୁ।


ମୃତ୍ୟୁର ନାହୁଡ଼ ପାପ, ପୁଣି ପାପର ବଳ ବ୍ୟବସ୍ଥା।


ପ୍ରକୃତରେ ଆମେ ସମସ୍ତେ ସେମାନଙ୍କ ପରି ଥିଲୁ ଏବଂ ଶରୀର ଓ ମନର ଅଭିଳାଷକୁ ଚରିତାର୍ଥ କରି ଜୀବନ ଯାପନ କରୁଥିଲୁ। ସ୍ୱଭାବତଃ, ଅନ୍ୟମାନଙ୍କ ପରି ଆମେ ମଧ୍ୟ ଈଶ୍ୱରଙ୍କ କ୍ରୋଧର ପରିଣାମ ଭୋଗ କରିବାକୁ ଯାଉଥିଲୁ।


Swiv nou:

Piblisite


Piblisite