Biblia Todo Logo
Bib sou entènèt

- Piblisite -




ରୋମୀୟ 5:5 - ପବିତ୍ର ବାଇବଲ (CL) NT (BSI)

5 ଭରସା ଆମ୍ଭମାନଙ୍କୁ ନିରାଶ ହେବାକୁ ଦିଏ ନାହିଁ, କାରଣ ଈଶ୍ୱର ଆମ୍ଭମାନଙ୍କୁ ପବିତ୍ରଆତ୍ମା ଦାନ କରି ଆମ ହୃଦୟରେ ତାଙ୍କ ପ୍ରେମ ଭରି ଦେଇଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଆଉ, ଭରସା ଲଜ୍ଜା ଦିଏ ନାହିଁ, କାରଣ ଆମ୍ଭମାନଙ୍କୁ ପ୍ରଦତ୍ତ ପବିତ୍ର ଆତ୍ମାଙ୍କ ଦ୍ଵାରା ଆମ୍ଭମାନଙ୍କ ହୃଦୟରେ ଈଶ୍ଵରଙ୍କ ପ୍ରେମ ପରିବ୍ୟାପ୍ତ ହୋଇଅଛି।

Gade chapit la Kopi

ଓଡିଆ ବାଇବେଲ

5 ଆଉ, ଭରସା ଲଜ୍ଜା ଦିଏ ନାହିଁ, କାରଣ ଆମ୍ଭମାନଙ୍କୁ ପ୍ରଦତ୍ତ ପବିତ୍ର ଆତ୍ମାଙ୍କ ଦ୍ୱାରା ଆମ୍ଭମାନଙ୍କ ହୃଦୟରେ ଈଶ୍ୱରଙ୍କ ପ୍ରେମ ପ୍ରବାହିତ ହୋଇଅଛି ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଆଉ, ଭରସା ଲଜ୍ଜା ଦିଏ ନାହିଁ, କାରଣ ଆମ୍ଭମାନଙ୍କୁ ପ୍ରଦତ୍ତ ପବିତ୍ର ଆତ୍ମାଙ୍କ ଦ୍ୱାରା ଆମ୍ଭମାନଙ୍କ ହୃଦୟରେ ଈଶ୍ବରଙ୍କ ପ୍ରେମ ପ୍ରବାହିତ ହୋଇଅଛି।

Gade chapit la Kopi

ପବିତ୍ର ବାଇବଲ

5 ଏହି ଭରସା ଆମ୍ଭକୁ କେବେ ହେଲେ ନିରାଶ କରିବ ନାହିଁ। କ’ଣ ପାଇଁ? କାରଣ ପରମେଶ୍ୱର ଆମ୍ଭର ହୃଦୟଗୁଡ଼ିକୁ ପୂର୍ଣ୍ଣ କରିବା ପାଇଁ ତାହାଙ୍କର ପ୍ରେମ ଢାଳି ଦେଲେ। ପରମେଶ୍ୱର ପବିତ୍ରଆତ୍ମା ମାଧ୍ୟମରେ ତାହାଙ୍କର ପ୍ରେମ ଦେଇଛନ୍ତି। ପରମେଶ୍ୱରଙ୍କ ତରଫରୁ ଆମ୍ଭ ପାଇଁ ପବିତ୍ରଆତ୍ମା ଅନୁଗ୍ରହ ଦାନ ଭାବରେ ଆସିଥିଲେ।

Gade chapit la Kopi




ରୋମୀୟ 5:5
35 Referans Kwoze  

ତୁମ୍ଭେମାନେ ଯେ ଈଶ୍ୱରଙ୍କ ପୁତ୍ର, ଏହା ପ୍ରମାଣ କରିବା ପାଇଁ, ଈଶ୍ୱର ତାଙ୍କ ପୁତ୍ରଙ୍କର ପବିତ୍ରଆତ୍ମାଙ୍କୁ ଆମ ଅନ୍ତରକୁ ପ୍ରେରଣ କରିଛନ୍ତି। ସେହି ପବିତ୍ର ଆତ୍ମା ଉଚ୍ଚ ସ୍ୱରରେ କହୁଅଛନ୍ତି, “ପିତା! ହେ ମୋର ପିତା!”


ଜୀବନରେ ଅବା ମରଣରେ, ମୋର କର୍ତ୍ତବ୍ୟରେ ଅବହେଳା ନ କରି ସବୁ ସମୟରେ ଓ ବିଶେଷରେ ଏହି ଦୁର୍ଦ୍ଦିନରେ ସାହସିକ ହୋଇ ସମ୍ପୂର୍ଣ୍ଣଭାବେ ଯେପରି ମୁଁ ଖ୍ରୀଷ୍ଟଙ୍କୁ ଗୌରବାନ୍ୱିତ କରିବି, ଏହା ହିଁ ମୋର ଏକାନ୍ତ ଆଶା ଓ ଆକାଂକ୍ଷା।


ସେଥିଯୋଗୁଁ ମୁଁ ଏ ସବୁ ଦୁଃଖଭୋଗ କରୁଛି। ଯାହାଙ୍କୁ ମୁଁ ବିଶ୍ୱାସ କରୁଛି, ମୁଁ ତାଙ୍କର ସ୍ପଷ୍ଟ ପରିଚୟ ପାଇଛି ଏବଂ ସେ ମୋତେ ଯେଉଁ ଦାୟିତ୍ୱ ଦେଇଛନ୍ତି, ତାହା ତୁଲାଇବାକୁ ମହାବିଚାର ଦିନ ପର୍ଯ୍ୟନ୍ତ ସେ ମୋତେ ନିରାପଦରେ ରଖିବେ, ଏହା ନିଶ୍ଚିତଭାବେ ଜାଣି ମୁଁ ଏ ପର୍ଯ୍ୟନ୍ତ ପୂରାପୂରି ଆଶାବାଦୀ ହୋଇ ରହିଛି।


ସେ ଆମକୁ ପୃଥକ୍ କରିଛନ୍ତି। ଆମ ହୃଦୟରେ ତାଙ୍କ ପବିତ୍ରଆତ୍ମା ହେଉଛନ୍ତି, ଆମ ଉପରେ ଈଶ୍ୱରଙ୍କ ଅଧିକାରର ଚିହ୍ନ ଓ ଭବିଷ୍ୟତରେ ଆମେ ଯାହା ନାଇବୁ, ତାର ପ୍ରତିଭୂ ସ୍ୱରୂପ।


ଆମେ ପ୍ରେମ କରିବାକୁ ଶିଖିଛୁ, କାରଣ ଈଶ୍ବର ହିଁ ପ୍ରଥମେ ଆମକୁ ପ୍ରେମ କରିଛନ୍ତି।


ତୁମ୍ଭେମାନେ ମଧ୍ୟ ଯେତେବେଳେ ପରିତ୍ରାଣ ପ୍ରଦାୟକ ଏହି ସୁସମାଚାରର ସତ୍ୟବାର୍ତ୍ତା ଶୁଣିଲ, ସେହି ସମୟରୁ ଈଶ୍ୱରଙ୍କର ହୋଇଅଛ। ତୁମ୍ଭେମାନେ ଖ୍ରୀଷ୍ଟଙ୍କୁ ବିଶ୍ୱାସ କରିବାରୁ, ଈଶ୍ୱର ତାଙ୍କ ପ୍ରତିଜ୍ଞା ଅନୁଯାୟୀ ପବିତ୍ରଆତ୍ମାଙ୍କୁ ଦାନ କରି ତୁମ୍ଭମାନଙ୍କ ଉପରେ ତାଙ୍କ ସ୍ୱତ୍ୱ ମୁଦ୍ରାଙ୍କିତ କରିଛନ୍ତି।


ଯୀଶୁ ତାଙ୍କ ପିତା ଈଶ୍ୱରଙ୍କ ଦକ୍ଷିଣ ପାଶ୍ୱର୍କୁ ଉତ୍ଥାପିତ ହୋଇଛନ୍ତି ଏବଂ ପିତାଙ୍କ ପ୍ରତିଜ୍ଞା ଅନୁସାରେ ତାଙ୍କଠାରୁ ପବିତ୍ରଆତ୍ମା ପାଇଛନ୍ତି। ବର୍ତ୍ତମାନ ତୁମେ ଯାହା ଦେଖୁଛ ଓ ଶୁଣୁଛ, ତାହା ତାଙ୍କର ଦାନ। ତାହା ସେ ଆମ୍ଭମାନଙ୍କ ଉପରେ ଢାଳି ଦେଇଛନ୍ତି।


ଈଶ୍ୱରଙ୍କ ପବିତ ଆତ୍ମାଙ୍କୁ ଦୁଃଖ ଦିଅ ନାହିଁ। କାରଣ ପବିତ୍ର ଆତ୍ମା ତୁମ୍ଭମାନଙ୍କ ଉପରେ ଈଶ୍ୱରଙ୍କ ସ୍ୱତ୍ୱାଧିକାରର ଚିହ୍ନ ସ୍ୱରୂପ ଓ ଈଶ୍ୱର ଯେ ଦିନେ ତୁମ୍ଭମାନଙ୍କର ମୁକ୍ତି ସାଧନ କରିବେ, ଏହାର ପ୍ରତିଭୂ।


ପବିତ୍ର ଆତ୍ମାଙ୍କ ଦାନ ହେଉଛି; ପ୍ରେମ, ଆନନ୍ଦ, ଶାନ୍ତି, ଧୈର୍ଯ୍ୟ, ଦୟା, ସଦାଚାର, ବିଶ୍ୱସ୍ତତା, ନମ୍ରତା ଏବଂ ଆତ୍ମସଂଯମ। ଏହିପରି ଶ୍ରେୟସ୍କର ବିଷୟ ବିରୁଦ୍ଧରେ ବ୍ୟବସ୍ଥାର କୌଣସି ବିରୋଧ ନାହିଁ।


“ଈଶ୍ୱର କହନ୍ତି: ‘ଶେଷ ଦିନମାନଙ୍କରେ ଏହା ସବୁ ଘଟିବ: ମୁଁ ସମସ୍ତଙ୍କ ଉପରେ ମୋର ଆତ୍ମା ବୃଷ୍ଟି କରିବି। ତୁମ ପୁତ୍ର ଓ କନ୍ୟାମାନେ ଭାବବାଣୀ କହିବେ। ତୁମର ଯୁବକମାନେ ଦିବ୍ୟ ଦର୍ଶନ ପାଇବେ, ଓ ତୁମର ବୃଦ୍ଧମାନେ ସ୍ୱପ୍ନ ଦେଖିବେ।


ଆମର ଯେଉଁ ପ୍ରଭୁ ସ୍ୱୟଂ ଯୀଶୁ ଖ୍ରୀଷ୍ଟ ଓ ପିତା ଈଶ୍ୱର ଆମକୁ ପ୍ରେମ କରି ତାଙ୍କର ଅନୁଗ୍ରହ ଦ୍ୱାରା ଆମକୁ ଅଦମ୍ୟ ସାହସ ଓ ଦୃଢ଼ ଭରସା ଦାନ କରିଛନ୍ତି,


କାରଣ ଯେଉଁ ଈଶ୍ୱର କହିଥିଲେ, “ଅନ୍ଧକାର ମଧ୍ୟରୁ ଆଲୋକର ଆବିର୍ଭାବ ହେଉ”, ସେହି ଈଶ୍ୱର ଖ୍ରୀଷ୍ଟଙ୍କ ମୁଖରେ ପ୍ରତିଭାତ ଐଶ୍ୱରିକ ମହିମା ଦେଖିବା ପାଇଁ ଆମ ହୃଦୟକୁ ଆଲୋକିତ କରିଛନ୍ତି।


ଯେଉଁମାନେ ଈଶ୍ୱରଙ୍କ ଉଦ୍ଦେଶ୍ୟ ସାଧନ କରିବା ପାଇଁ ଆହୂତ ଓ ଈଶ୍ୱରଙ୍କୁ ପ୍ରେମ କରନ୍ତି, ସେମାନଙ୍କ ନିମନ୍ତେ ସବୁ ବିଷୟ ମଙ୍ଗଳଜନକ ହୁଏ।


ଯେ କେହି ଈଶ୍ୱରଙ୍କୁ ପ୍ରେମ କରେ, ସେହି କେବଳ ତାଙ୍କର ପରିଚିତ ଲୋକ ହୁଏ।


ଆମ ସମସ୍ତଙ୍କ ଅନାବୃତ ମୁଖରେ ଏବେ ପଅଭୁଙ୍କ ମହିମା ପଅତିଫଳିତ ହେଉଛି ଏବଂ ପ୍ରଭୁଙ୍କଠାରୁ ନିସୃତ ସେହି ମହିମାର ପ୍ରଭାବରେ ଆମେ ଅଧିକ ତେଜୋମୟ ଭାବରେ ତାଙ୍କ ସାଦୃଶ୍ୟରେ ରୂପାନ୍ତରିତ ହେଉଛୁ।


ଅଣଇହୁଦୀମାନଙ୍କ ଉପରେ ମଧ୍ୟ ଈଶ୍ୱର ତାଙ୍କର ପବିତ୍ରଆତ୍ମାଙ୍କ ଦାନ ଢାଳି ଦେଇଥିବାର ଦେଖି ପିତରଙ୍କ ସହିତ ଆଗତ ଯୋପ୍ପାର ଇହୁଦୀ ବିଶ୍ୱାସୀମାନେ ଆଶ୍ଚର୍ଯ୍ୟ ହେଲେ।


ସୁତରାଂ ରୋମର ଯେଉଁମାନଙ୍କୁ ଈଶ୍ୱର ପ୍ରେମ କରନ୍ତି ଓ ତାଙ୍କ ନିଜ ଲୋକ ହେବା ପାଇଁ ଆହ୍ୱାନ କରିଛନ୍ତି, ସେ ସମସ୍ତଙ୍କୁ ମୁଁ ଏ ପତ୍ର ଲେଖୁଛି। ଆମ୍ଭମାନଙ୍କ ପିତା ଈଶ୍ୱର ଓ ପ୍ରଭୁ ଯୀଶୁଖ୍ରୀଷ୍ଟ ତୁମ୍ଭମାନଙ୍କୁ ଅନୁଗ୍ରହ ଓ ଶାନ୍ତି ପ୍ରଦାନ କରନ୍ତୁ।


ଶାସ୍ତ୍ରରେ ଯେପରି ଲେଖା ହୋଇଛି: “ଦେଖ, ଆମେ ସିୟୋନରେ ଗୋଟିଏ ପ୍ରସ୍ତର ଓ ଗୋଟିଏ ଶିଳାଖଣ୍ଡ ସ୍ଥାପନ କରିଛୁ। ସେଥିରେ ଆଘାତ ପାଇ ଲୋକେ ଝୁଣ୍ଟି ପଡ଼ିବେ। କିନ୍ତୁ ବିଶ୍ୱାସୀ ନିରାଶ ହେବ ନାହିଁ।”


ତେଣୁ ଯେ କେହି ଆମର ଏହି ଶିକ୍ଷାକୁ ଅଗ୍ରାହ୍ୟ କରେ, ସେ କେବଳ ମନୁଷ୍ୟକୁ ଉପେକ୍ଷା କରେ ନାହିଁ - ପବିତ୍ରଆତ୍ମାଦାନକାରୀ ଈଶ୍ୱରଙ୍କୁ ଅବମାନନା କରେ।


Swiv nou:

Piblisite


Piblisite