Biblia Todo Logo
Bib sou entènèt

- Piblisite -




ରୋମୀୟ 5:9 - ପବିତ୍ର ବାଇବଲ (CL) NT (BSI)

9 ଖ୍ରୀଷ୍ଟଙ୍କ ପ୍ରାଣବଳି ଦ୍ୱାରା ଈଶ୍ୱର ଆମକୁ ଧାର୍ମିକ ରୂପେ ଗ୍ରହଣ କରିଛନ୍ତି। ତାହାହେଲେ ଈଶ୍ୱରଙ୍କ କ୍ରୋଧରୁ ଆମ୍ଭମାନଙ୍କୁ ରକ୍ଷା କରିବାକୁ ଖ୍ରୀଷ୍ଟ କେତେ ମନୋଯୋଗୀ ନ ହେବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଅତଏବ, ଏହା ଆହୁରି ସୁନିଶ୍ଚିତ ଯେ, ଆମ୍ଭେମାନେ ଏବେ ତାହାଙ୍କ ରକ୍ତ ଦ୍ଵାରା ଧାର୍ମିକ ଗଣିତ ହେବାରୁ ତାହାଙ୍କ ଦ୍ଵାରା ଈଶ୍ଵରଙ୍କ କ୍ରୋଧରୁ ରକ୍ଷା ପାଇବା।

Gade chapit la Kopi

ଓଡିଆ ବାଇବେଲ

9 ଅତଏବ, ଏହା ଆହୁରି ସୁନିଶ୍ଚିତ ଯେ, ଆମ୍ଭେମାନେ ଏବେ ତାହାଙ୍କ ରକ୍ତ ଦ୍ୱାରା ଧାର୍ମିକ ଗଣିତ ହେବାରୁ ତାହାଙ୍କ ଦ୍ୱାରା ଈଶ୍ୱରଙ୍କ କ୍ରୋଧରୁ ରକ୍ଷା ପାଇବା ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଅତଏବ, ଏହା ଆହୁରି ସୁନିଶ୍ଚିତ ଯେ, ଆମ୍ଭେମାନେ ଏବେ ତାହାଙ୍କ ରକ୍ତ ଦ୍ୱାରା ଧାର୍ମିକ ଗଣିତ ହେବାରୁ ତାହାଙ୍କ ଦ୍ୱାରା ଈଶ୍ବରଙ୍କ କ୍ରୋଧରୁ ରକ୍ଷା ପାଇବା।

Gade chapit la Kopi

ପବିତ୍ର ବାଇବଲ

9 ଆମ୍ଭେ ଖ୍ରୀଷ୍ଟଙ୍କର ରକ୍ତ ଦ୍ୱାରା ପରମେଶ୍ୱରଙ୍କ ପ୍ରତି ଧାର୍ମିକ ହୋଇଛୁ। ସେଥିପାଇଁ ଖ୍ରୀଷ୍ଟଙ୍କ ମାଧ୍ୟମରେ ଆମ୍ଭେ ପରମେଶ୍ୱରଙ୍କର କ୍ରୋଧରୁ ନିଶ୍ଚିତ ଭାବେ ରକ୍ଷା ପାଇବା।

Gade chapit la Kopi




ରୋମୀୟ 5:9
13 Referans Kwoze  

ପୁଣି କିପରି ଈଶ୍ୱରଙ୍କ କ୍ରୋଧରୁ ଆମକୁ ରକ୍ଷା କରିବା ପାଇଁ, ମୃତ୍ୟୁରୁ ପୁନରୁତ୍ଥିତ ତାଙ୍କର ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ପୁନରାଗମନକୁ ତୁମ୍ଭେମାନେ ପ୍ରତୀକ୍ଷା କରି ରହିଛ, ଏ ସବୁ ବିଷୟରେ ସେଠାକାର ଲୋକମାନେ କର୍ତ୍ତବାର୍ତ୍ତା କରୁଛନ୍ତି।


ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କ ସହିତ ସଂଯୁକ୍ତ ଜୀବନ ଯାପନ କରନ୍ତି, ସେମାନେ ଆଉ ଦୋଷୀ ବିବେଚିତ ହେବେ ନାହିଁ।


ଏକଦା ଦୂରରେ ଥିଲ; ବର୍ତ୍ତମାନ ଯୀଶୁଙ୍କ ସହିତ ଏକ ହୋଇ ଖ୍ରୀଷ୍ଟଙ୍କ ମୃତ୍ୟୁ ଦ୍ୱାରା ନିକଟବର୍ତ୍ତୀ ହୋଇଅଛ।


“ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି, ଯେ କେହି ମୋ’ କଥାରେ କର୍ଣ୍ଣପାତ କରି ମୋର ପ୍ରେରଣକର୍ତ୍ତାଙ୍କୁ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ଲାଭ କରିବ। ସେ ବିଚାରର ସମ୍ମୁଖୀନ ହେବ ନାହିଁ। କାରଣ ସେ ମୃତ୍ୟୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଛି।


ବର୍ତ୍ତମାନ ବିଶ୍ୱାସ ଦ୍ୱାରା ଆମ୍ଭେମାନେ ଈଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ବିବେଚିତ ହୋଇଛୁ ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଯୋଗୁଁ ଈଶ୍ୱରଙ୍କ ସହିତ ଆମର ପ୍ରତିଷ୍ଠା ହୋଇଛି।


ଯେଉଁ ପାପୀ ଦୁରାଚାରୀ ଲୋକମାନେ ନିଜର ଭ୍ରଷ୍ଟାଚାରଣ ଦ୍ୱାରା ସତ୍ୟର ପ୍ରତିରୋଧ କରନ୍ତି, ସେମାନଙ୍କ ବିରୁଦ୍ଧରେ ସ୍ୱର୍ଗରୁ ଈଶ୍ୱରଙ୍କ କ୍ରୋଧ ପ୍ରକାଶ ପାଏ।


ବସ୍ତୁତଃ, ବ୍ୟବସ୍ଥାନୁସାରେ ସମସ୍ତ ବିଷୟ ରକ୍ତ ଦ୍ୱାରା ପବିତ୍ରୀକୃତ ହୁଏ ଏବଂ ରକ୍ତପାତ ଦ୍ୱାରା ହିଁ ପାପ କ୍ଷମା ହୁଏ।


ଏହା ଯଦି ସତ୍ୟ ହୋଇଥାଏ, ତେବେ ଖ୍ରୀଷ୍ଟଙ୍କ ରକ୍ତ ଆହୁରି କେତେ ଅଧିକ ଫଳପ୍ରଦ ନ ହେବ? ଅନନ୍ତ ଆତ୍ମାଙ୍କ ସାହୟତାରେ ସେ ନିଜକୁ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ଏକ ନିର୍ଦ୍ଦୋଷ ବଳି ରୂପେ ଉତ୍ସର୍ଗ କରିଛନ୍ତି। ତାଙ୍କର ସେହି ରକ୍ତ ଦ୍ୱାରା ଅସାର କ୍ରିୟା କର୍ମରୁ ନିଷ୍କୃତି ଲାଭ କରି ଆମ ବିବେକ ଶୁଚି ହେବ ଏବଂ ଆମେ ଜୀବିତ ଈଶ୍ୱରଙ୍କ ପ୍ରକୃତି ସେବା କରିବାକୁ ସୁଯୋଗ ପାଇବୁ।


ଯେଉଁମାନେ ଏପରି ମନୋନୀତ ହୋଇ ଆହୂତ ହୋଇଛନ୍ତି, ସେମାନେ ଈଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ବିବେଚିତ ହୋଇ ଗୌରବାନ୍ୱିତ ହୋଇଛନ୍ତି।


କିନ୍ତୁ ଈଶ୍ୱରଙ୍କ ପରିତ ଆମେ ଯଦି ଆଲୋକରେ ବାସ କରୁ, ଆମେ ପରସ୍ପରର ସାହାଚର୍ଯ୍ୟ ଉଭୋଗ କରିବୁ ଏବଂ ତାଙ୍କ ପୁତ୍ର ଯୀଶୁଙ୍କ ରକ୍ତ ଆମକୁ ସମସ୍ତ ପାପରୁ କରିଷ୍କାର କରିବ।


ଆମ୍ଭେମାନେ ଈଶ୍ୱରଙ୍କ ଶତ୍ରୁ ଥିବା ସମୟରେ ତାଙ୍କ ପୁତ୍ର ଆମ୍ଭମାନଙ୍କ ପାଇଁ ପ୍ରାଣ ଦେଲେ, ତାହା ଦ୍ୱାରା ଈଶ୍ୱରଙ୍କ ସହିତ ପୁନର୍ମିଳନ ହେଲା ପରେ ବର୍ତ୍ତମାନ ଖ୍ରୀଷ୍ଟଙ୍କ ଜୀବନ ଦ୍ୱାରା ପରିତ୍ରାଣ ପାଇବା ପାଇଁ ଆମେ କେତେ ଅଧିକ ସୁଯୋଗ ନ ପାଇବା?


ପ୍ରକୃତରେ ଆମେ ସମସ୍ତେ ସେମାନଙ୍କ ପରି ଥିଲୁ ଏବଂ ଶରୀର ଓ ମନର ଅଭିଳାଷକୁ ଚରିତାର୍ଥ କରି ଜୀବନ ଯାପନ କରୁଥିଲୁ। ସ୍ୱଭାବତଃ, ଅନ୍ୟମାନଙ୍କ ପରି ଆମେ ମଧ୍ୟ ଈଶ୍ୱରଙ୍କ କ୍ରୋଧର ପରିଣାମ ଭୋଗ କରିବାକୁ ଯାଉଥିଲୁ।


Swiv nou:

Piblisite


Piblisite