Biblia Todo Logo
Bib sou entènèt

- Piblisite -




ରୋମୀୟ 6:3 - ପବିତ୍ର ବାଇବଲ (CL) NT (BSI)

3 ତୁମ୍ଭେମାନେ ଜାଣ, ଜଳଦୀକ୍ଷା ଦ୍ୱାରା ଖ୍ରୀଷ୍ଟ ଯୀଶୁଙ୍କ ସହିତ ସଂଯୁକ୍ତ ହୋଇ ଆମ୍ଭେମାନେ ତାଙ୍କ ମୃତ୍ୟୁରେ ମଧ୍ୟ ଅଂଶୀ ହୋଇଛୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଆମ୍ଭେମାନେ ଯେତେ ଲୋକ ଖ୍ରୀଷ୍ଟ ଯୀଶୁଙ୍କଠାରେ ବାପ୍ତିଜିତ ହୋଇଅଛୁ, ସମସ୍ତେ ଯେ ତାହାଙ୍କ ମରଣରେ ବାପ୍ତିଜିତ ହୋଇଅଛୁ, ଏହା କି ତୁମ୍ଭେମାନେ ଜାଣ ନାହିଁ?

Gade chapit la Kopi

ଓଡିଆ ବାଇବେଲ

3 ଆମ୍ଭେମାନେ ଯେତେ ଲୋକ ଖ୍ରୀଷ୍ଟ ଯୀଶୁଙ୍କଠାରେ ବାପ୍ତିଜିତ ହୋଇଅଛୁ, ସମସ୍ତେ ଯେ ତାହାଙ୍କ ମରଣରେ ବାପ୍ତିଜିତ ହୋଇଅଛୁ, ଏହା କି ତୁମ୍ଭେମାନେ ଜାଣ ନାହିଁ ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଆମ୍ଭେମାନେ ଯେତେ ଲୋକ ଖ୍ରୀଷ୍ଟ ଯୀଶୁଙ୍କଠାରେ ବାପ୍ତିଜିତ ହୋଇଅଛୁ, ସମସ୍ତେ ଯେ ତାହାଙ୍କ ମରଣରେ ବାପ୍ତିଜିତ ହୋଇଅଛୁ, ଏହା କି ତୁମ୍ଭେମାନେ ଜାଣ ନାହିଁ?

Gade chapit la Kopi

ପବିତ୍ର ବାଇବଲ

3 ତୁମ୍ଭେମାନେ କ’ଣ ମନେ ରଖିଛ କି ଯେତେବେଳେ ଆମ୍ଭେ ସମସ୍ତେ ବାପ୍ତିଜିତ ହେଲୁ, ସେତେବେଳେ ଯୀଶୁ ଖ୍ରୀଷ୍ଟଙ୍କର ଅଂଶ ହୋଇଗଲୁ। ଆମ୍ଭର ବାପ୍ତିଜିତ ହେବାରେ ଆମ୍ଭେ ତାହାଙ୍କର ମୃତ୍ୟୁର ମଧ୍ୟ ଭାଗୀଦାର ହେଲୁ।

Gade chapit la Kopi




ରୋମୀୟ 6:3
24 Referans Kwoze  

ଜଳଦୀକ୍ଷା ଦ୍ୱାରା ତୁମ୍ଭେମାନେ ଖ୍ରୀଷ୍ଟଙ୍କ ସଙ୍ଗେ ଏକ ହୋଇଛ ଏବଂ ବର୍ତ୍ତମାନ ଯୀଶୁ ଖ୍ରୀଷ୍ଟଙ୍କ ଜୀବନଯୂପ ବସ୍ତ୍ର ପରିଧାନ କରିଅଛ।


ଆମ୍ଭେମାନେ ଯୀଶୁଙ୍କ ସହିତ ମୃତ୍ୟୁବରଣ କରିଥିବାରୁ, ତାଙ୍କ ସହିତ ମଧ୍ୟ ଜୀବନ ପାଇବୁ ବୋଲି ବିଶ୍ୱାସ କରୁଛୁ।


ସେହିପରି ଇହୁଦୀ, ଅଣଇହୁଦୀ, କ୍ରୀତଦାସ ଓ ସ୍ୱାଧୀନ ନାଗରିକ ନିର୍ବିଶେଷରେ ଆମେ ସମସ୍ତେ ଏକ ଆତ୍ମାଙ୍କ କର୍ତ୍ତୃକ ଜଳଦୀକ୍ଷାରେ ଦୀକ୍ଷିତ ହୋଇ ସେହି ଏକ ଶରୀରରେ ଅନ୍ତର୍ଭୁକ୍ତ ହୋଇଅଛୁ, ଏକ ଆତ୍ମାଙ୍କୁ ପାନ କରିଛୁ।


ସେମାନେ ତୁମ୍ଭମାନଙ୍କ ପରିତ୍ରାଣ ସାଧନ କରୁଥିବା ଜଳଦୀକ୍ଷାର ପ୍ରତୀକ। ଏହି ଜଳଦୀକ୍ଷା ତୁମ ଦେହର ମଳିନତା ଦୂର କରେ ନାହିଁ- ତାହା ଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ୱାରା ତୁମ ବିବେକକୁ ଶୁଚି କରିବା ପାଇଁ ଈଶ୍ୱରଙ୍କ ନିକଟେରେ ଆବେଦନ।


ପିତର ସେମାନଙ୍କୁ ଉତ୍ତର ଦେଲେ, “ତୁମ୍ଭେମାନେ ପ୍ରତ୍ୟେକେ ପାପରୁ ବିମୁଖ ହୋଇ ତୁମ ପାପକ୍ଷମା ନିମନ୍ତେ ଯୀଶୁଖ୍ରୀଷ୍ଟଙ୍କ ନାମରେ ଜଳଦୀକ୍ଷା ଗ୍ରହଣ କର; ତାହାହେଲେ ତୁମ୍ଭେମାନେ ଈଶ୍ୱରଙ୍କ ଦାନ ପବିତ୍ରଆତ୍ମାଙ୍କୁ ପାଇବ।


ସବୁ ଦେଶର ସମସ୍ତ ଜାତିର ଲୋକମାନଙ୍କ ପାଖକୁ ଯାଇ ସେମାନଙ୍କୁ ମୋର ଶିଷ୍ୟ କର। ପିତା, ପୁତ୍ର ଓ ପବିତ୍ର ଆତ୍ମାଙ୍କ ନାମରେ ସେମାନଙ୍କୁ ଜଳଦୀକ୍ଷା ଦିଅ


ହେ ବିଶ୍ୱାସଘାତକ ଲୋକେ, ତୁମେ କଅଣ ଜାଣି ନାହିଁ, ସଂସାରପ୍ରୀତି ଈଶ୍ୱରଙ୍କ ପ୍ରତିଶତ୍ରୁତାଜରଣ? ଯେ ଇହ ଜଗତ ସହିତ ବନ୍ଧୁତା କରେ, ସେ ଈଶ୍ୱରଙ୍କ ଶତ୍ରୁ।


ତୁମ୍ଭେମାନେ କ’ଣ ଜାଣ ନାହିଁ, ଯେଉଁମାନେ ମନ୍ଦିରରେ କାର୍ଯ୍ୟ କରନ୍ତି, ସେମାନେ ମନ୍ଦିରରୁ ଖାଦ୍ୟ ପାଆନ୍ତି? ବଳି ଉତ୍ସର୍ଗ କରିବା ବ୍ୟକ୍ତି, ବଳିର ଅଂଶ ପାଏ ନାହିଁ କି?


ଭାଇମାନେ, ବର୍ତ୍ତମାନ ଯାହା କହିବାକୁ ଯାଉଛି, ତୁମ୍ଭେମାନେ ତାହା ବୁଝିପାରିବ, କାରଣ ତୁମେ ଜାଣିଛ, “ବ୍ୟବସ୍ଥା” କଅଣ। ମନୁଷ୍ୟ କେବଳ ତା’ର ଜୀବଦ୍ଦଶା ସମୟରେ ବ୍ୟବସ୍ଥାର ଅଧୀନରେ ଥାଏ।


ତୁମ୍ଭେମାନେ ଅବଶ୍ୟ ଜାଣିଛ, ଯଦି ତୁମେ କାହାର ବଶ୍ୟତା ସ୍ୱୀକାର କରି ତାହାର ସମ୍ପୂର୍ଣ୍ଣ ଆଜ୍ଞାଧୀନ ହୁଅ, ତେବେ ତୁମେ ତା’ର ଦାସ। ଯଦି ପାପର ଦାସ ହୁଅ, ଏହାର ପରିଣାମ ହେବ ମୃତ୍ୟୁ; ଯଦି ଧାର୍ମିକତାର ଅନୁବର୍ତ୍ତୀ ହୁଅ, ତେବେ ଜୀବନ ପାଇବ।


ଏହା ଶୁଣି ସେମାନେ ପ୍ରଭୁ ଯୀଶୁଙ୍କ ନାମରେ ଜଳଦୀକ୍ଷା ଗ୍ରହଣ କଲେ।


ତୁମ୍ଭେମାନେ ନିଶ୍ଚିତରୂପେ ଜାଣ ଯେ ଦୁର୍ଜନମାନେ ଈଶ୍ୱରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ। ଏ ବିଷୟରେ ତୁମ୍ଭମାନଙ୍କର କୌଣସି ଭ୍ରାନ୍ତ ଧାରଣା ନ ରହୁ। ଲମ୍ଫଟୀ, ପ୍ରତିମାପୂଜକ, ବ୍ୟଭିଚାରୀ, ଅସ୍ୱାଭାବିକ ଯୌନକ୍ରିୟାରେ ଲିପ୍ତ ଲୋକମାନେ,


ତୁମ୍ଭେମାନେ ଆସ୍ପର୍ଦ୍ଧା କରିବା ଅନୁଚିତ। ତୁମେ କ’ଣ ଜାଣ ନାହଁ, ‘ଟିକିଏ ଖମୀର ସମୁଦାୟ ମଇଦାକୁ ଖମୀରମୟ କରିଦିଏ’?


କାରଣ ସେ ପର୍ଯ୍ୟନ୍ତ ସେମାନଙ୍କ ମଧ୍ୟରୁ କାହାରି ଉପରେ ପବିତ୍ରଆତ୍ମା ଅବତରଣ କରି ନ ଥିଲେ। ସେମାନେ କେବଳ ଯୀଶୁଖ୍ରୀଷ୍ଟଙ୍କ ନାମରେ ଜଳଦୀକ୍ଷା ଗ୍ରହଣ କରିଥିଲେ।


ତୁମେ ବିଶ୍ୱାସରେ ଦୃଢ଼ ଅଛ କି ନାହିଁ ଆତ୍ମପରୀକ୍ଷା କରି ଦେଖ। ତୁମ ଅନ୍ତରରେ ଖ୍ରୀଷ୍ଟ ବାସ କରୁଛନ୍ତି, ଏ କଥା କ’ଣ ଜାଣ ନାହିଁ-ନା, ଏଥିରେ ତୁମ୍ଭେମାନେ ଏକାବେଳକେ ବିଫଳ ହୋଇଛ?


ମୃତମାନଙ୍କ ପାଇଁ ଯେଉଁମାନେ ଜଳଦୀକ୍ଷା ଗ୍ରହଣ କରନ୍ତି, ସେମାନଙ୍କ ବିଷୟରେ କ’ଣ କହିବା? କେତେକଙ୍କର ମତ ଅନୁଯାୟୀ, ଯଦି ମୃତମାନେ ପୁନରୁତ୍ଥିତ ହୁଅନ୍ତି ନାହିଁ, ସେମାନଙ୍କ ନିମନ୍ତେ ଅନ୍ୟମାନଙ୍କୁ କାହିଁକି ଜଳଦୀକ୍ଷା ଦିଆଯାଏ?


ତୁମେ ନିଶ୍ଚିତରୂପେ ଜାର ଯେ ତୁମ୍ଭେମାନେ ଈଶ୍ୱରଙ୍କ ମନ୍ଦିର, ଈଶ୍ୱରଙ୍କ ଆତ୍ମା ତୁମ୍ଭମାନଙ୍କ ଅନ୍ତରରେ ବାସ କରନ୍ତି।


ତୁମ୍ଭେମାନେ କ’ଣ ଜାଣ ନାହିଁ ଯେ ତୁମ୍ଭମାନଙ୍କର ଶରୀର ଈଶ୍ୱରଙ୍କଠାରୁ ପ୍ରାପ୍ତ ଅନ୍ତର୍ବାସୀ ପବିତ୍ରଆତ୍ମାଙ୍କ ମନ୍ଦିର? ତୁମେ ଆଉ ତୁମର ହୋଇ ନାହଁ, ମାତ୍ର ଈଶ୍ୱରଙ୍କର।


କ’ଣ ଜାଣ ନାହିଁ ଯେ, ପ୍ରତିଯୋଗିତାରେ ଅନେକେ ଅଂଶ ଗ୍ରହଣ କରନ୍ତି, କିନ୍ତୁ ଜଣେ ପୁରସ୍କୃତ ହୁଏ? ତୁମ୍ଭେମାନେ ଏପରି ଭାବରେ ଦୌଡ଼, ଯେପରି ପୁରସ୍କାର ଲାଭ କରି ପାରିବ।


ମୋଶାଙ୍କ ଅନୁସରଣକାରୀ ଭାବରେ ସେମାନେ ସମସ୍ତେ ମେଘ ଓ ସାଗରରେ ଜଳଦୀକ୍ଷା ପାଇଥିଲେ।


Swiv nou:

Piblisite


Piblisite